< ମୋଶାଙ୍କ ଲିଖିତ ପଞ୍ଚମ ପୁସ୍ତକ 32 >

1 ହେ ଆକାଶମଣ୍ଡଳ, କର୍ଣ୍ଣ ଦିଅ, ଆମ୍ଭେ କହିବା; ପୁଣି ପୃଥିବୀ ଆମ୍ଭ ମୁଖର ବାକ୍ୟ ଶ୍ରବଣ କରୁ;
Tega sikio, enyi mbingu, na niruhusu kuzungumza.
2 ମୋହର ଉପଦେଶ ବୃଷ୍ଟି ପରି ବର୍ଷିବ; ମୋହର କଥା ଶିଶିର ପରି କ୍ଷରିବ; ତାହା କୋମଳ ତୃଣ ଉପରେ ବୁନ୍ଦା ବୃଷ୍ଟି ତୁଲ୍ୟ ଓ ଶାକ ଉପରେ ଅସରା ବୃଷ୍ଟି ତୁଲ୍ୟ ହେବ।
Acha dunia isikie maneno ya kinywa changu. Acha mafundisho yangu yamwagike chini kama mvua, acha usemi wangu udondoke kama umande, kama mvua tulivu juu ya majani laini, na kama mvua za manyunyu juu ya mimea.
3 କାରଣ ମୁଁ ସଦାପ୍ରଭୁଙ୍କ ନାମ ପ୍ରଚାର କରିବି; ତୁମ୍ଭେମାନେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପ୍ରତି ମହିମା ଆରୋପ କର।
Kwa maana nitatangaza jina la Yahwe, na kumpatia ukuu Mungu wetu.
4 ସେ ତ ଶୈଳ, ତାହାଙ୍କ କର୍ମ ସିଦ୍ଧ; କାରଣ ତାହାଙ୍କର ସକଳ ପଥ ନ୍ୟାୟ; ସେ ବିଶ୍ୱସ୍ତ ଓ ଅଧର୍ମରହିତ ପରମେଶ୍ୱର; ସେ ଧାର୍ମିକ ଓ ସରଳ ଅଟନ୍ତି।
Mwamba, kazi yake ni kamili; kwa maana njia zake ni za haki. Yeye ni Mungu mwaminifu, hana udhalimu. Yeye ni wa haki na mwadilifu.
5 ସେମାନେ ତାହାଙ୍କ ଉଦ୍ଦେଶ୍ୟରେ ଭ୍ରଷ୍ଟାଚରଣ କରିଅଛନ୍ତି, ସେମାନେ ତାହାଙ୍କର ସନ୍ତାନ ନୁହନ୍ତି, ମାତ୍ର ସନ୍ତାନମାନଙ୍କର କଳଙ୍କ; ସେମାନେ ବିପଥଗାମୀ ଓ କୁଟିଳ ବଂଶ।
Wamefanya yaliyo maovu dhidi yake. Wao sio watoto wake. Ni aibu kwao. Wao ni kizazi kiovu na kilichopindika.
6 ହେ ମୂଢ଼ ଓ ଅଜ୍ଞାନ ଲୋକେ, ତୁମ୍ଭେମାନେ କି ସଦାପ୍ରଭୁଙ୍କୁ ଏପରି ପରିଶୋଧ କରୁଅଛ; ସେ କି ତୁମ୍ଭର କ୍ରୟକାରୀ ପିତା ନୁହନ୍ତି? ସେ ତୁମ୍ଭର ସୃଷ୍ଟି ଓ ସ୍ଥିତିକର୍ତ୍ତା ଅଟନ୍ତି।
Je! Unamzawadia Yahwe kwa njia hii, enyi watu wapumbavu na msiojitambua? Je! yeye si baba yenu, yule ambaye aliwaumba? Aliwaumba na kuwaimarisha.
7 ପୂର୍ବକାଳର ଦିନସବୁ ସ୍ମରଣ କର, ଗତ ବହୁ ପୁରୁଷର ବର୍ଷ ବିବେଚନା କର; ତୁମ୍ଭ ପିତାଙ୍କୁ ପଚାର, ସେ ତୁମ୍ଭକୁ ଜଣାଇବେ; ତୁମ୍ଭ ପ୍ରାଚୀନମାନଙ୍କୁ ପଚାର, ସେମାନେ ତୁମ୍ଭକୁ କହିବେ।
Kumbukeni siku zile za zamani, tafakari juu ya miaka mingi ya nyuma. Muulize baba yako naye atakuonyesha, wazee wako nao watakuambia.
8 ସର୍ବୋପରିସ୍ଥ ଯେତେବେଳେ ଗୋଷ୍ଠୀୟ ଲୋକମାନଙ୍କୁ ସେମାନଙ୍କ ଅଧିକାର ଦେଲେ; ଯେତେବେଳେ ସେ ମନୁଷ୍ୟ ସନ୍ତାନମାନଙ୍କୁ ପୃଥକ କଲେ, ସେତେବେଳେ ଇସ୍ରାଏଲ-ସନ୍ତାନଗଣର ସଂଖ୍ୟାନୁସାରେ ସେ ଲୋକମାନଙ୍କର ସୀମା ସ୍ଥାପନ କଲେ।
Pale ambapo Aliye Juu alipowapatia mataifa urithi wao – alipowagawa wanadamu wote, na kuweka mipaka ya watu, na alipoimarisha idadi ya miungu yao.
9 କାରଣ ସଦାପ୍ରଭୁଙ୍କ ଅଂଶ ତାହାଙ୍କର ଲୋକ ଯାକୁବ ତାହାଙ୍କର ଅଧିକାରର ବାଣ୍ଟ।
Kwa maana fungu la Yahwe ni watu wake; Yakobo ni mgao wa urithi wake.
10 ସେ ତାହାକୁ ପ୍ରାନ୍ତର ଦେଶରେ ଓ ପଶୁବୋବାଳିପୂର୍ଣ୍ଣ ଘୋର ମରୁଭୂମିରେ ପାଇଲେ; ସେ ତାହାକୁ ଚାରିଆଡ଼ୁ ଆବୋରିଲେ, ସେ ତାହା ବିଷୟରେ ମନୋଯୋଗ କଲେ, ସେ ତାହାକୁ ଆପଣା ଚକ୍ଷୁର ପିତୁଳା ପରି ରଖିଲେ।
Alimpata katika nchi ya jangwa, na katika jangwa kame na livumalo upepo; alimkinga na kumtunza, alimlinda kama mboni ya jicho lake.
11 ଯେପରି ଉତ୍କ୍ରୋଶ ପକ୍ଷୀ ଆପଣା ବସାକୁ ଉତ୍ତେଜିତ କରେ, ଛୁଆମାନଙ୍କ ଉପରେ ପକ୍ଷ ଧଡ଼ଧଡ଼ କରେ, (ସେପରି) ସେ ଆପଣା ପକ୍ଷ ବିସ୍ତାର କଲେ, ସେ ସେମାନଙ୍କୁ ତୋଳି ନେଲେ, ସେ ଆପଣା ଡେଣାରେ ସେମାନଙ୍କୁ ବୋହିଲେ;
Kama tai akichungaye kiota chake na kupiga piga mabawa juu ya makinda yake, Yahwe alitandaza mabawa yake na kuwachukua, na kuwabeba kwenye mapapatio yake.
12 ସଦାପ୍ରଭୁ ଏକାକୀ ତାହାକୁ ଗମନ କରାଇଲେ, ପୁଣି ତାହା ସହିତ କୌଣସି ବିଦେଶୀୟ ଦେବତା ନ ଥିଲା।
Yahwe pekee alimuongoza, hapakuwa na mungu mgeni pamoja naye.
13 ସେ ପୃଥିବୀର ଉଚ୍ଚସ୍ଥଳୀ ଉପରେ ତାହାକୁ ବାହନ-ଆରୋହଣ ତୁଲ୍ୟ ଗମନ କରାଇଲେ ଓ ସେ କ୍ଷେତ୍ରଜାତ ଫଳ ଭୋଜନ କଲା; ସେ ତାହାକୁ ପାଷାଣରୁ ମଧୁ ଓ ଚକମକି ପ୍ରସ୍ତରମୟ ଶୈଳରୁ ତୈଳ ପାନ କରାଇଲେ;
Alimfanya aendeshe katika maeneo ya juu ya nchi, na alimlisha matunda ya mbugani; alimrutubisha kwa asali kutoka kwenye jiwe, na mafuta kutoka kwenye mwamba mgumu sana.
14 ତୁମ୍ଭେ ଗୋଦଧି, ଛାଗର ଦୁଗ୍ଧ ସହିତ ମେଷର ମେଦ, ବାଶନ ଦେଶୀୟ ମେଷ ଓ ଛାଗର ମାଂସ ସହିତ ଉତ୍ତମ ଗହମର ସାର (ଖାଇଲ), ପୁଣି ତୁମ୍ଭେ ଦ୍ରାକ୍ଷାର ରକ୍ତବର୍ଣ୍ଣ ରସ ପାନ କଲ।
Alikula siagi kutoka katika kundi na kunywa maziwa kutoka katika kundi la mifugo, pamoja na mafuta ya wanakondoo, kondoo dume wa Bashani na mbuzi, pamoja na ngano safi kabisa – nawe ulikunywa divai itokayo povu iliyotengenezwa kwa juisi ya mizabibu.
15 ମାତ୍ର ଯିଶୁରୁଣ ଚର୍ବିରେ ଫୁଲି ପଦାଘାତ କଲା; ତୁମ୍ଭେ ଚର୍ବିରେ ଫୁଲିଅଛ, ତୁମ୍ଭେ ମୋଟା ହୋଇଅଛ, ତୁମ୍ଭେ ଚିକ୍କଣ ହୋଇଅଛ; ତହୁଁ ସେ ଆପଣା ସୃଷ୍ଟିକର୍ତ୍ତା ପରମେଶ୍ୱରଙ୍କୁ ତ୍ୟାଗ କଲା, ପୁଣି ଆପଣା ତ୍ରାଣ ରୂପ ଶୈଳଙ୍କୁ ଲଘୁ ଜ୍ଞାନ କଲା।
Lakini Yeshuruni akakua kwa unene na kupiga mateke – ulikua kwa unene, ulikua mnene sana, na ulikuwa umekula ujazo wako – alimuacha Mungu aliyemuumba, na kukataa Mwamba wa wokovu wake.
16 ସେମାନେ ଅନ୍ୟ ଦେବତାମାନଙ୍କ ଦ୍ୱାରା ତାହାଙ୍କର ଦ୍ୱେଷ ଜନ୍ମାଇଲେ, ଘୃଣାଯୋଗ୍ୟ ବସ୍ତୁ ଦ୍ୱାରା ସେମାନେ ତାହାଙ୍କୁ ବିରକ୍ତ କଲେ।
Walimfanya Yahwe apatwe wivu kwa miungu yao ya ajabu; kwa maudhi yao walimkasirisha.
17 ଯେଉଁମାନେ ଭୂତ, ପରମେଶ୍ୱର ନୁହନ୍ତି, ଯେଉଁ ଦେବତାମାନଙ୍କୁ ସେମାନେ ଜାଣିଲେ ନାହିଁ, ତୁମ୍ଭମାନଙ୍କ ପୂର୍ବପୁରୁଷମାନେ ଯେଉଁମାନଙ୍କୁ ଡରିଲେ ନାହିଁ, ଏପରି ସଦ୍ୟ ଉତ୍ପନ୍ନ ନୂତନ ଦେବତାମାନଙ୍କ ଉଦ୍ଦେଶ୍ୟରେ ସେମାନେ ବଳିଦାନ କଲେ।
Walitoa dhabihu kwa mapepo, ambayo sio Mungu – miungu ambayo hawajaijua, miungu ambayo imejitokeza hivi karibuni, miungu ambayo mababu zenu hawakuogopa.
18 ଯେଉଁ ଶୈଳ ତୁମ୍ଭକୁ ଉତ୍ପନ୍ନ କଲେ, ତାହାଙ୍କ ବିଷୟରେ ତୁମ୍ଭେ ଅମନୋଯୋଗୀ ହେଲ ଓ ଯେଉଁ ପରମେଶ୍ୱର ତୁମ୍ଭକୁ ଜନ୍ମ ଦେଲେ, ତୁମ୍ଭେ ତାହାଙ୍କୁ ଭୁଲି ଗଲ।
Umetelekeza Mwamba, ambao ulikuwa baba yako, na ukasahau Mungu aliyekuzaa.
19 ସଦାପ୍ରଭୁ ତାହା ଦେଖିଲେ, ପୁଣି ତାହାଙ୍କର ପୁତ୍ର ଓ କନ୍ୟାମାନେ ତାହାଙ୍କର ବିରକ୍ତି ଜନ୍ମାଇବାରୁ ସେ ସେମାନଙ୍କୁ ଘୃଣା କଲେ।
Yahwe aliliona hili na kuwakataa, kwa sababu watoto wake wa kiume na mabinti zake walimchokoza.
20 ଆଉ ସେ କହିଲେ, “ଆମ୍ଭେ ସେମାନଙ୍କଠାରୁ ଆପଣା ମୁଖ ଲୁଚାଇବା,” “ସେମାନଙ୍କର ଶେଷ ଦଶା କʼଣ ହେବ, ତାହା ଆମ୍ଭେ ଦେଖିବା; କାରଣ ସେମାନେ ନିତାନ୍ତ ବକ୍ରଗାମୀ ବଂଶ, ଏପରି ସନ୍ତାନ, ଯେଉଁମାନଙ୍କଠାରେ କିଛି ବିଶ୍ୱସ୍ତତା ନାହିଁ।
“Nitaficha uso wangu kwao”, alisema, “nami nitaona mwisho wao utakuaje; maana wao ni kazazi kaidi, watoto ambao sio waaminifu.
21 ଯେ ପରମେଶ୍ୱର ନୁହନ୍ତି, ତାହା ଦ୍ୱାରା ସେମାନେ ଆମ୍ଭର ଅନ୍ତର୍ଜ୍ୱାଳା ଜନ୍ମାଇଲେ; ସେମାନେ ଅସାର ବସ୍ତୁ ଦ୍ୱାରା ଆମ୍ଭଙ୍କୁ ବିରକ୍ତ କଲେ; ଏଣୁ ଯେଉଁମାନେ ଲୋକରେ ଗଣା ନୁହନ୍ତି, ସେମାନଙ୍କ ଦ୍ୱାରା ଆମ୍ଭେ ସେମାନଙ୍କର ଅନ୍ତର୍ଜ୍ୱାଳା ଜନ୍ମାଇବା; ଆମ୍ଭେ ମୂଢ଼ ଗୋଷ୍ଠୀ ଦ୍ୱାରା ସେମାନଙ୍କୁ ବିରକ୍ତ କରିବା।
Wamenifanya kuwa na wivu kwa kile ambacho sio mungu na kunikasirisha kwa mambo yao yasiyo na maana. Nitawafanya waone wivu kwa wale ambao sio taifa; nitawakasirisha kwa taifa pumbavu.
22 କାରଣ ଆମ୍ଭ କ୍ରୋଧରେ ଅଗ୍ନି ପ୍ରଜ୍ୱଳିତ ହେଲା, ତାହା ନୀଚତମ ପାତାଳ ପର୍ଯ୍ୟନ୍ତ ଜ୍ୱଳୁଅଛି ଓ ପୃଥିବୀକୁ ତଦୁତ୍ପନ୍ନ ବସ୍ତୁ ସହିତ ଗ୍ରାସ କରେ, ଆଉ ପର୍ବତମାନର ମୂଳଦୁଆ ଜ୍ୱଳାଏ। (Sheol h7585)
Kwa maana moto kuwashwa kwa hasira yangu na inawaka hadi chini mwa Sheoli; inameza ulimwengu na mavuno yake; inawasha moto misingi ya milima. (Sheol h7585)
23 ଆମ୍ଭେ ସେମାନଙ୍କ ଉପରେ ଅନେକ ଅମଙ୍ଗଳ ଗଦା କରି ଥୋଇବା, ଆମ୍ଭେ ସେମାନଙ୍କ ଉପରେ ଆପଣା ବାଣସବୁ ବ୍ୟୟ କରିବା।
Nitarundia maafa juu yao; nitafyatua mishale yangu yote kwao;
24 ସେମାନେ କ୍ଷୁଧାରେ କ୍ଷୀଣ ହେବେ, ସେମାନେ ବ୍ୟାଧିର ଜ୍ୱାଳାରେ ଓ ବିଷାକ୍ତ ମହାମାରୀରେ ଗ୍ରାସିତ ହେବେ; ଆମ୍ଭେ ଧୂଳିର ଉରୋଗାମୀର ବିଷ ସହିତ ଜନ୍ତୁଗଣର ଦନ୍ତ ପଠାଇବା।
Watapotea kwa njaa na kumezwa kwa joto liwakalo na uharibifu mchungu; nitatuma kwao meno ya wanyama wa mwituni, pamoja na sumu ya vitu vitambaao mavumbini.
25 ବାହାରେ ଖଡ୍ଗ ଶୂନ୍ୟ କରିବ ଓ ଗୃହ ଭିତରେ ଭୟ; ତାହା ଯୁବା ଓ ଯୁବତୀ ଦୁହିଁଙ୍କୁ, ପୁଣି ଦୁଗ୍ଧପୋଷ୍ୟ ଶିଶୁ ସହିତ ପକ୍ୱକେଶ ବୃଦ୍ଧକୁ (ବିନାଶ କରିବ)।
Nje panga litawatwaa, na ndani ya vyumba hofu kuu itafanya hivyo. Wote mwanamume kijana na bikra nitawaangamiza, mchanga anyonyaye, na mwanamume mwenye mvi.
26 ଆମ୍ଭେ କହିଲୁ, ଶତ୍ରୁର ବିରକ୍ତିକି, କେଜାଣି ବିପକ୍ଷମାନେ ବିପରୀତ ବିଚାର କରିବେ, କେଜାଣି ସେମାନେ କହିବେ, ଆମ୍ଭମାନଙ୍କ ହସ୍ତ ଉନ୍ନତ ହୋଇଅଛି, ପୁଣି ସଦାପ୍ରଭୁ ଏହିସବୁ କରି ନାହାନ୍ତି, ଏ କଥା ଯେବେ ଆମ୍ଭେ ଚିନ୍ତା ନ କରନ୍ତୁ;
Nilisema nitawasambaza mbali, kwamba nitafanya kumbukumbu yao kukoma miongoni mwa wanadamu.
27 ତେବେ ଆମ୍ଭେ ସେମାନଙ୍କୁ ଦୂରରେ ଛିନ୍ନଭିନ୍ନ କରନ୍ତୁ, ଆମ୍ଭେ ମନୁଷ୍ୟମାନଙ୍କ ମଧ୍ୟରୁ ସେମାନଙ୍କ ସ୍ମରଣ ଲୋପ କରନ୍ତୁ।
Isingekuwa kwamba naogopa uchokozi wa adui, na kwamba adui zake wangehukumu kimakosa, na kwamba wangesema, “Mkono wetu umeinuliwa,” ningefanya haya yote.
28 ଯେହେତୁ ସେମାନେ ଯୁକ୍ତିହୀନ-ଗୋଷ୍ଠୀ, ସେମାନଙ୍କର ବିବେଚନା ନାହିଁ।
Kwa maana Israeli ni taifa linalopungukiwa na hekima, na hakuna ufahamu ndani mwao.
29 ଆହା, ସେମାନେ ଯେବେ ଜ୍ଞାନବାନ ହୁଅନ୍ତେ, ସେମାନେ ଏ କଥା ବୁଝନ୍ତେ, ସେମାନେ ଯେବେ ଆପଣାମାନଙ୍କ ଶେଷାବସ୍ଥା ବିବେଚନା କରନ୍ତେ।
Ah laiti wangekuwa na hekima, wangeelewa hili, na kuzingatia ujio wa hatima yao!
30 ଯେବେ ସେମାନଙ୍କର ଶୈଳ ସେମାନଙ୍କୁ ବିକ୍ରୟ କରିଦେଇ ନ ଥାʼନ୍ତେ ଓ ଯେବେ ସଦାପ୍ରଭୁ ସେମାନଙ୍କୁ ସମର୍ପଣ କରିଦେଇ ନ ଥାʼନ୍ତେ, ତେବେ ସହସ୍ର ଜଣଙ୍କୁ ଏକ ଜଣ କିପରି ତଡ଼ି ଦିଅନ୍ତା, ପୁଣି ଦଶ ସହସ୍ର ଜଣଙ୍କୁ ଦୁଇ ଜଣ କିପରି ବିମୁଖ କରନ୍ତେ?
Inawezekanaje mmoja kufukuza maelfu, na wawili kuweka makumi elfu mbioni, isipokuwa Mwamba wao hajawauza, na Yahwe hajawaachilia kwao?
31 କାରଣ ସେମାନଙ୍କର ଶୈଳ ଆମ୍ଭମାନଙ୍କ ଶୈଳ ତୁଲ୍ୟ ନୁହେଁ ବୋଲି ଆମ୍ଭମାନଙ୍କ ଶତ୍ରୁମାନେ ଆପେ ବିଚାରକର୍ତ୍ତା ହେଲେ ହେଁ (ଜାଣନ୍ତି)।
Kwa maana mwamba wa maadui zetu si kama Mwamba wetu, kama vile maadui zetu wanavyokiri.
32 କାରଣ ସେମାନଙ୍କ ଦ୍ରାକ୍ଷାଲତା ସଦୋମର ଦ୍ରାକ୍ଷାଲତାରୁ ଓ ହମୋରାର କ୍ଷେତ୍ରରୁ ଜାତ ସେମାନଙ୍କ ଦ୍ରାକ୍ଷାଫଳ ବିଷମୟ ଦ୍ରାକ୍ଷାଫଳ, ସେମାନଙ୍କ ପେଣ୍ଡା ତିକ୍ତ;
Kwa maana mzabibu wao unatoka kwenye mzabibu wa Sodoma, na kwenye mashamba ya Gomorra; na zabibu zake ni zabibu za sumu; vishada vyao ni vichungu.
33 ସେମାନଙ୍କ ଦ୍ରାକ୍ଷାରସ ନାଗସର୍ପର ଗରଳ ଓ କାଳସର୍ପର କ୍ରୂର ବିଷ।
Mvinyo yao ni sumu ya nyoka na sumu katili ya nyoka.
34 ଏହା କି ଆମ୍ଭ ନିକଟରେ ସଞ୍ଚିତ ହୋଇ ନାହିଁ ଓ ଆମ୍ଭ ଭଣ୍ଡାରରେ ମୁଦ୍ରାଙ୍କିତ ହୋଇ ରହି ନାହିଁ?
Huu mpango haujafichwa kwangu kwa siri, na kufungwa kabisa katika hazina zangu?
35 ସେମାନଙ୍କ ପାଦ ଖସି ପଡ଼ିବା ବେଳେ ସମୁଚିତ ଦଣ୍ଡ ଓ ପ୍ରତିଫଳ ଦେବା ଆମ୍ଭର କର୍ମ; କାରଣ ସେମାନଙ୍କ ବିପଦର ଦିନ ସନ୍ନିକଟ ଓ ସେମାନଙ୍କ ପାଇଁ ଯାହା ନିରୂପିତ, ତାହା ଶୀଘ୍ର ଆସୁଅଛି।”
Kisasi ni changu kutoa, na fidia, katika muda mguu wao utakapotereza; kwa maana siku ya maafa kwao ipo karibu, na vitu vitakavyokuja juu yao vitaharakisha kutendeka.
36 ଯେହେତୁ ସଦାପ୍ରଭୁ ସେମାନଙ୍କୁ ଶକ୍ତିହୀନ ଓ ସେମାନଙ୍କ ମଧ୍ୟରେ ବଦ୍ଧ କି ମୁକ୍ତ କେହି ଅବଶିଷ୍ଟ ନ ଥିବାର ଦେଖିଲେ, ସେ ଆପଣା ଲୋକମାନଙ୍କର ବିଚାର କରିବେ ଓ ଆପଣା ଦାସମାନଙ୍କ ପ୍ରତି ସଦୟ ହେବେ।
Kwa maana Yahwe atatoa haki kwa watu wake, na atawahurumia watumishi wake. Atahakikisha kuwa nguvu yao imetoweka, na hakuna atakayesalia, iwe watumwa au watu huru.
37 ପୁଣି ସେ କହିବେ, “ସେମାନଙ୍କ ଦେବତାମାନେ କାହାନ୍ତି? ଯେଉଁ ଶୈଳରେ ସେମାନେ ଶରଣ ନେଲେ, ସେ କାହିଁ?
Kisha atasema, “wako wapi miungu yao, mwamba ambao wamekimbilia? –
38 ଯେଉଁମାନେ ସେମାନଙ୍କ ବଳିର ମେଦ ଭୋଜନ କଲେ ଓ ପେୟ-ନୈବେଦ୍ୟର ଦ୍ରାକ୍ଷାରସ ପାନ କଲେ, ସେମାନେ କାହାନ୍ତି? ସେମାନେ ଉଠି ତୁମ୍ଭମାନଙ୍କର ଉପକାର କରନ୍ତୁ, ସେମାନେ ତୁମ୍ଭମାନଙ୍କର ଆଶ୍ରୟ ହେଉନ୍ତୁ।
miungu iliyokula sadaka zao nene na kunywa mvinyo wa sadaka zao za kinywaji? Na wainuke na kukusaidia; na wawe ulinzi kwako.
39 ଏବେ ଦେଖ, ଆମ୍ଭେ, ଆମ୍ଭେ ହିଁ ସେ ଅଟୁ; ଆମ୍ଭ ସଙ୍ଗେ ଆଉ କୌଣସି ଦେବତା ନାହିଁ; ଆମ୍ଭେ ବଧ କରୁ ଓ ଆମ୍ଭେ ଜୀବନ ଦାନ କରୁ; ଆମ୍ଭେ କ୍ଷତ କରିଅଛୁ ଓ ଆମ୍ଭେ ସୁସ୍ଥ କରୁ; ପୁଣି, ଆମ୍ଭ ହସ୍ତରୁ ଯେ ଉଦ୍ଧାର କରିପାରେ, ଏପରି କେହି ନାହିଁ।
Tazama sasa mimi, hata mimi, ni Mungu, na kwamba hakuna mungu tofauti yangu; ninaua, na ninaleta uhai; ninajeruhi, na ninaponya, na hakuna mtu atakayekuokoa kutoka kwa uwezo wangu.
40 କାରଣ ଆମ୍ଭେ ଆକାଶ ଆଡ଼େ ହସ୍ତ ଉଠାଇ କହୁ, ‘ଆମ୍ଭେ ଯେବେ ଅନନ୍ତଜୀବୀ ଅଟୁ,
Kwa maana ninainua mikono yangu mbinguni na kusema, “Niishivyo milele, nitatenda.
41 ତେବେ ଆମ୍ଭେ ଆପଣା ବଜ୍ର ତୁଲ୍ୟ ଖଡ୍ଗରେ ଶାଣ ଦେଲେ ଓ ବିଚାର ସାଧନ କରିବା ପାଇଁ ହସ୍ତକ୍ଷେପ କଲେ, ଆମ୍ଭେ ଆପଣା ବିପକ୍ଷଗଣଠାରୁ ପରିଶୋଧ ନେବା, ପୁଣି ଯେଉଁମାନେ ଆମ୍ଭଙ୍କୁ ଘୃଣା କରନ୍ତି, ସେମାନଙ୍କୁ ଆମ୍ଭେ ପ୍ରତିଫଳ ଦେବା।
Nitakapong’oa panga langu lingaaro, na mkono wangu utakapoanza kuleta haki, nitalipiza kisasi juu ya maadui zangu, na kuwalipa wale wote wanichukiao.
42 ଆମ୍ଭେ ଆପଣା ବାଣମାନଙ୍କୁ ରକ୍ତରେ, ହତ ଓ ବନ୍ଦୀମାନଙ୍କ ରକ୍ତରେ ମତ୍ତ କରିବା ଓ ଆମ୍ଭ ଖଡ୍ଗ ଶତ୍ରୁମାନଙ୍କ ରାଜଗଣର ମସ୍ତକରୁ ମାଂସ ଭୋଜନ କରିବ।’”
Nitafanya mishale yangu kulewa na damu, na panga langu litameza nyama kwa damu ya waliouawa na mateka, na kutoka kwa vichwa vya viongozi wa adui.”
43 ହେ ଅନ୍ୟ ଦେଶୀୟ ଲୋକମାନେ, ତୁମ୍ଭେମାନେ ତାହାଙ୍କ ଲୋକମାନଙ୍କ ସଙ୍ଗରେ ଆନନ୍ଦ କର; କାରଣ ସେ ଆପଣା ଦାସମାନଙ୍କ ରକ୍ତପାତର ପ୍ରତିକାର କରିବେ ଓ ଆପଣା ବିପକ୍ଷଗଣଠାରୁ ପରିଶୋଧ ନେବେ, ପୁଣି ସେ ଆପଣା ଦେଶ ନିମନ୍ତେ, ଆପଣା ଲୋକମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କରିବେ।
Furahi, enyi mataifa, na watu wa Mungu, kwa maana atalipiza kisasi damu ya watumishi wake; atalipiza kisasi juu ya maadui zake, naye atafanya upatanisho kwa ajili ya nchi yake, kwa watu wake.
44 ଏହିରୂପେ ମୋଶା ଓ ନୂନର ପୁତ୍ର ଯିହୋଶୂୟ ଆସି ଲୋକମାନଙ୍କ କର୍ଣ୍ଣଗୋଚରରେ ଏହି ଗୀତର ସମସ୍ତ କଥା କହିଲେ।
Musa alikuja na kunena maneno yote ya wimbo huu masikioni mwa watu, yeye na Yoshua mwana wa Nuni.
45 ପୁଣି, ମୋଶା ସମସ୍ତ ଇସ୍ରାଏଲଙ୍କ ନିକଟରେ ଏହି ସମସ୍ତ କଥା ସମାପ୍ତ କରି ସେମାନଙ୍କୁ କହିଲେ;
Kisha Musa alimaliza kunena maneno haya yote kwa Israeli yote.
46 “ମୁଁ ଆଜି ତୁମ୍ଭମାନଙ୍କ ନିକଟରେ ସାକ୍ଷ୍ୟ ଦେଇ ଯେଉଁସବୁ କଥା କହିଲି, ତୁମ୍ଭେମାନେ ତହିଁରେ ମନ ଦିଅ, କାରଣ ତୁମ୍ଭମାନଙ୍କ ସନ୍ତାନମାନେ ଯେପରି ଏହି ବ୍ୟବସ୍ଥାର ସମସ୍ତ କଥା ପାଳିବାକୁ ମନୋଯୋଗ କରିବେ, ଏଥିପାଇଁ ସେମାନଙ୍କୁ ତୁମ୍ଭେମାନେ ତାହା ଆଦେଶ କରିବ।”
Aliwaambia, “Imarisheni akili yenu kwa haya maneno ambayo nimewashuhudia kwenu leo, ili kwamba muwaamuru watoto wenu kuyashika, maneno yote ya sheria hii.
47 ଯେଣୁ ତାହା ତୁମ୍ଭମାନଙ୍କ ପକ୍ଷରେ ବ୍ୟର୍ଥ କଥା ନୁହେଁ; ମାତ୍ର ତାହା ତୁମ୍ଭମାନଙ୍କର ଜୀବନ ଅଟେ ଓ ତୁମ୍ଭେମାନେ ଯେଉଁ ଦେଶ ଅଧିକାର କରିବାକୁ ଯର୍ଦ୍ଦନ ପାର ହୋଇ ଯାଉଅଛ, ସେଠାରେ ଏହି କଥା ଦ୍ୱାରା ତୁମ୍ଭେମାନେ ଆପଣାମାନଙ୍କ ଦିନ ବଢ଼ାଇବ।
Kwa maana hili si jambo dogo kwako, kwa sababu ni uzima wako, na kupitia jambo hili utarefusha siku zako katika nchi ambayo unakwenda juu ya Yordani kumiliki.”
48 ଆହୁରି ସଦାପ୍ରଭୁ ସେହି ଦିନ ମୋଶାଙ୍କୁ କହିଲେ,
Yahwe alizungumza na Musa katika siku hiyo hiyo na kusema,
49 “ତୁମ୍ଭେ ଏହି ଅବାରୀମ୍ ପର୍ବତ, ଅର୍ଥାତ୍‍, ଯିରୀହୋ ସମ୍ମୁଖସ୍ଥିତ ମୋୟାବ ଦେଶୀୟ ନବୋ ପର୍ବତ ଉପରକୁ ଯାଅ, ପୁଣି ଆମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଅଧିକାରାର୍ଥେ ଯେଉଁ ଦେଶ ଦେଉଅଛୁ, ସେହି କିଣାନ ଦେଶ ଦେଖ।
“Nenda katika usawa huu wa milima wa Abarimu, juu ya mlima wa Nebo, ambao upo katika nchi ya Moabu, mkabala na Yeriko. Utatazama nchi ya Kanani, ambayo ninawapatia watu wa Israeli kama miliki yao.
50 ଆଉ ଯେପରି ତୁମ୍ଭ ଭାଇ ହାରୋଣ ହୋର ପର୍ବତରେ ମରି ଆପଣା ଲୋକମାନଙ୍କ ନିକଟରେ ସଂଗୃହୀତ ହୋଇଥିଲା, ସେପରି ତୁମ୍ଭେ ଯେଉଁ ପର୍ବତକୁ ଯାଉଅଛ, ସେଠାରେ ମରି ଆପଣା ଲୋକମାନଙ୍କ ନିକଟରେ ସଂଗୃହୀତ ହୁଅ।
Utakufa katika mlima utakaopanda, na utakusanywa kwa watu wako, kama Haruni Muisraeli mwenzako alivyokufa juu ya mlima wa Hori na kukusanywa kwa watu wake. Hii
51 ଯେହେତୁ ସୀନ୍‍ ପ୍ରାନ୍ତରରେ କାଦେଶସ୍ଥ ମିରୀବାଃ ଝରଣା ନିକଟରେ ତୁମ୍ଭେମାନେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ଆମ୍ଭ ବିରୁଦ୍ଧରେ ସତ୍ୟ-ଲଙ୍ଘନ କଲ; ପୁଣି ତୁମ୍ଭେମାନେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ଆମ୍ଭଙ୍କୁ ପବିତ୍ର ବୋଲି ମାନ୍ୟ କଲ ନାହିଁ।
itatendeka kwa sababu haukuwa mwaminifu kwangu miongoni mwa watu wa Israeli katika maji ya Meriba kule Kadeshi, katika jangwa la Zini; kwa sababu haukunitendea utukufu na heshima miongoni mwa watu wa Israeli.
52 ତଥାପି ତୁମ୍ଭେ ଆପଣା ସମ୍ମୁଖରେ ସେହି ଦେଶ ଦେଖିବ; ମାତ୍ର ଆମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଯେଉଁ ଦେଶ ଦେବା, ସେଠାକୁ ତୁମ୍ଭେ ଯାଇ ପାରିବ ନାହିଁ।”
Kwa maana utaona nchi mbele yako, lakini hautakwenda kule, katika nchi ninayowapatia watu wa Israeli.”

< ମୋଶାଙ୍କ ଲିଖିତ ପଞ୍ଚମ ପୁସ୍ତକ 32 >