< ମୋଶାଙ୍କ ଲିଖିତ ପଞ୍ଚମ ପୁସ୍ତକ 34 >

1 ଏଥିଉତ୍ତାରେ ମୋଶା ମୋୟାବ ପଦାରୁ ନବୋ ପର୍ବତକୁ, ଅର୍ଥାତ୍‍, ଯିରୀହୋ ସମ୍ମୁଖସ୍ଥିତ ପିସ୍ଗା ଶୃଙ୍ଗ ଆରୋହଣ କଲେ। ତହିଁରେ ସଦାପ୍ରଭୁ ଗିଲୀୟଦଠାରୁ ଦାନ୍ ପର୍ଯ୍ୟନ୍ତ ସବୁ ଦେଶ;
モーセはモアブの平野からネボ山に登り、エリコの向かいのピスガの頂へ行った。そこで主は彼にギレアデの全地をダンまで示し、
2 ପୁଣି, ପଶ୍ଚିମ ସମୁଦ୍ର ପର୍ଯ୍ୟନ୍ତ ନପ୍ତାଲି ଓ ଇଫ୍ରୟିମ ଓ ମନଃଶି ଓ ଯିହୁଦାର ସମସ୍ତ ଦେଶ;
ナフタリの全部、エフライムとマナセの地およびユダの全地を西の海まで示し、
3 ଆଉ ସୋୟର ପର୍ଯ୍ୟନ୍ତ ଦକ୍ଷିଣ ଦେଶ ଓ ଖର୍ଜ୍ଜୁରପୁର-ଯିରୀହୋ ଦେଶସ୍ଥ ଉପତ୍ୟକାର ପଦା ଦେଖାଇଲେ।
ネゲブと低地、すなわち、しゅろの町エリコの谷をゾアルまで示された。
4 ପୁଣି, ସଦାପ୍ରଭୁ ତାଙ୍କୁ କହିଲେ, “ଆମ୍ଭେ ତୁମ୍ଭ ବଂଶକୁ ଏହି ଦେଶ ଦେବା ବୋଲି ଯେଉଁ ଦେଶ ବିଷୟରେ ଅବ୍ରହାମ, ଇସ୍‌ହାକ ଓ ଯାକୁବଙ୍କ ନିକଟରେ ଶପଥ କରି କହିଥିଲୁ, ସେହି ଦେଶ ଏହି; ଆମ୍ଭେ ତାହା ତୁମ୍ଭକୁ ସ୍ୱଚକ୍ଷୁରେ ଦେଖାଇଲୁ, ମାତ୍ର ତୁମ୍ଭେ ପାର ହୋଇ ସେଠାକୁ ଯିବ ନାହିଁ।”
そして主は彼に言われた、「わたしがアブラハム、イサク、ヤコブに、これをあなたの子孫に与えると言って誓った地はこれである。わたしはこれをあなたの目に見せるが、あなたはそこへ渡って行くことはできない」。
5 ତହୁଁ ସଦାପ୍ରଭୁଙ୍କ ସେବକ ମୋଶା ସଦାପ୍ରଭୁଙ୍କ ବାକ୍ୟାନୁସାରେ ସେହି ସ୍ଥାନରେ ମୋୟାବ ଦେଶରେ ମଲେ।
こうして主のしもべモーセは主の言葉のとおりにモアブの地で死んだ。
6 ପୁଣି, ସେ ମୋୟାବ ଦେଶରେ ବେଥ୍-ପିୟୋର ସମ୍ମୁଖସ୍ଥ ଉପତ୍ୟକାରେ ତାଙ୍କୁ କବର ଦେଲେ; ମାତ୍ର ଆଜି ପର୍ଯ୍ୟନ୍ତ ତାଙ୍କର କବର ସ୍ଥାନ କେହି ଜାଣେ ନାହିଁ।
主は彼をベテペオルに対するモアブの地の谷に葬られたが、今日までその墓を知る人はない。
7 ମରଣକାଳରେ ମୋଶାଙ୍କୁ ଏକ ଶହ କୋଡ଼ିଏ ବର୍ଷ ବୟସ ହୋଇଥିଲା; ତାଙ୍କର ଚକ୍ଷୁ ଧନ୍ଦଳା ହୋଇ ନ ଥିଲା କିଅବା ତାଙ୍କର ସ୍ୱାଭାବିକ ବଳ ହ୍ରାସ ପାଇ ନ ଥିଲା।
モーセは死んだ時、百二十歳であったが、目はかすまず、気力は衰えていなかった。
8 ଏଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ମୋୟାବ-ପଦାରେ ତିରିଶ ଦିନ ରୋଦନ କଲେ; ଏଥିରେ ମୋଶାଙ୍କ ହେତୁ ଶୋକରେ ସେମାନଙ୍କ ରୋଦନର ଦିନ ସମ୍ପୂର୍ଣ୍ଣ ହେଲା।
イスラエルの人々はモアブの平野で三十日の間モーセのために泣いた。そしてモーセのために泣き悲しむ日はついに終った。
9 ମୋଶା ନୂନର ପୁତ୍ର ଯିହୋଶୂୟଙ୍କର ମସ୍ତକରେ ହସ୍ତାର୍ପଣ କରିଥିବାରୁ ସେ ଜ୍ଞାନଦାୟକ ଆତ୍ମାରେ ପରିପୂର୍ଣ୍ଣ ଥିଲେ; ପୁଣି ଇସ୍ରାଏଲ-ସନ୍ତାନଗଣ ତାଙ୍କର କଥା ଶୁଣି ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ କର୍ମ କରିବାକୁ ଲାଗିଲେ।
ヌンの子ヨシュアは知恵の霊に満ちた人であった。モーセが彼の上に手を置いたからである。イスラエルの人々は彼に聞き従い、主がモーセに命じられたとおりにおこなった。
10 ମାତ୍ର ସଦାପ୍ରଭୁ ଯାହା ସଙ୍ଗେ ମୁଖାମୁଖି ଆଳାପ କରିଥିଲେ
イスラエルには、こののちモーセのような預言者は起らなかった。モーセは主が顔を合わせて知られた者であった。
11 ଓ ଯାହାଙ୍କୁ ସଦାପ୍ରଭୁ ମିସର ଦେଶରେ ଫାରୋ ପ୍ରତି ଓ ତାଙ୍କର ସମସ୍ତ ଦାସ ପ୍ରତି ଓ ତାଙ୍କର ସମସ୍ତ ଦେଶ ପ୍ରତି ଯାହା କରିବା ପାଇଁ ପଠାଇଥିଲେ, ସେହି ସବୁ ଚିହ୍ନ ଓ ଆଶ୍ଚର୍ଯ୍ୟକର୍ମ ବିଷୟରେ,
主はエジプトの地で彼をパロとそのすべての家来およびその全地につかわして、もろもろのしるしと不思議を行わせられた。
12 ପୁଣି, ମୋଶା ସମସ୍ତ ବାହୁ ବଳ ଏବଂ ଯେଉଁସବୁ ଭୟାନକ କର୍ମ ସମଗ୍ର ଇସ୍ରାଏଲ ଦୃଷ୍ଟିରେ କରିଥିଲେ, ସେହି ସବୁ ତୁଳନାରେ ମୋଶାଙ୍କ ସଦୃଶ ଆଉ କୌଣସି ଭବିଷ୍ୟଦ୍‍ବକ୍ତା ସେହି ଦିନଠାରୁ ଇସ୍ରାଏଲ ମଧ୍ୟରେ ଉତ୍ପନ୍ନ ହୋଇ ନାହାନ୍ତି।
モーセはイスラエルのすべての人の前で大いなる力をあらわし、大いなる恐るべき事をおこなった。

< ମୋଶାଙ୍କ ଲିଖିତ ପଞ୍ଚମ ପୁସ୍ତକ 34 >