< ମୋଶାଙ୍କ ଲିଖିତ ପଞ୍ଚମ ପୁସ୍ତକ 4 >

1 ଏବେ ହେ ଇସ୍ରାଏଲ, ମୁଁ ଯେଉଁ ଯେଉଁ ବିଧି ଓ ଶାସନ ପାଳନ କରିବା ପାଇଁ ତୁମ୍ଭମାନଙ୍କୁ ଶିକ୍ଷା ଦେଉଅଛି, ତହିଁରେ ମନୋଯୋଗ କର; ତାହା କଲେ ତୁମ୍ଭେମାନେ ବଞ୍ଚିବ ଆଉ ସଦାପ୍ରଭୁ ତୁମ୍ଭମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱର ତୁମ୍ଭମାନଙ୍କୁ ଯେଉଁ ଦେଶ ଦେବେ, ତହିଁରେ ପ୍ରବେଶ କରି ତାହା ଅଧିକାର କରିବ।
And now, Israel, hearken to the statutes and to the ordinances which I teach you, to do [them], that ye may live, and go in and possess the land which Jehovah the God of your fathers giveth you.
2 ମୁଁ ତୁମ୍ଭମାନଙ୍କୁ ଯାହା ଆଜ୍ଞା କରୁଅଛି, ସେହି ବାକ୍ୟରେ ତୁମ୍ଭେମାନେ କିଛି ମିଶାଇବ ନାହିଁ, କିଅବା ତହିଁରୁ କିଛି ଊଣା କରିବ ନାହିଁ, ମୁଁ ତୁମ୍ଭମାନଙ୍କୁ ଯାହା ଯାହା ଆଜ୍ଞା କରୁଅଛି, ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ସେହି ସବୁ ଆଜ୍ଞା ପାଳନ କର।
Ye shall not add to the word which I command you, neither shall ye take from it, that ye may keep the commandments of Jehovah your God which I command you.
3 ବାଲ୍‍-ପିୟୋର ବିଷୟରେ ସଦାପ୍ରଭୁ ଯାହା କଲେ, ତାହା ତୁମ୍ଭମାନଙ୍କ ଚକ୍ଷୁ ଦେଖିଅଛି; କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ବାଲପିୟୋରର ପଶ୍ଚାଦ୍‍ଗାମୀ ସମସ୍ତ ଲୋକଙ୍କୁ ତୁମ୍ଭ ମଧ୍ୟରୁ ବିନଷ୍ଟ କରିଅଛନ୍ତି।
Your eyes have seen what Jehovah did because of Baal-Peor; for all the men that followed Baal-Peor, Jehovah thy God hath destroyed them from among you;
4 ମାତ୍ର ତୁମ୍ଭେମାନେ ଯେତେ ଲୋକ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କଠାରେ ଆସକ୍ତ ହେଲ, ତୁମ୍ଭମାନଙ୍କର ସେହି ପ୍ରତ୍ୟେକ ଜଣ ଆଜି ପର୍ଯ୍ୟନ୍ତ ଜୀବିତ ଅଛ।
but ye that did cleave to Jehovah your God are alive every one of you this day.
5 ଦେଖ, ସଦାପ୍ରଭୁ ମୋହର ପରମେଶ୍ୱର ମୋତେ ଯେପରି ଆଜ୍ଞା ଦେଲେ, ମୁଁ ତୁମ୍ଭମାନଙ୍କୁ ସେପରି ବିଧି ଓ ଶାସନ ଶିକ୍ଷା ଦେଇଅଛି; ତୁମ୍ଭେମାନେ ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ, ତହିଁ ମଧ୍ୟରେ ତୁମ୍ଭମାନଙ୍କୁ ସେହିପରି ବ୍ୟବହାର କରିବାକୁ ହେବ।
See, I have taught you statutes and ordinances, even as Jehovah my God commanded me, that ye may do so in the land into which ye enter to possess it.
6 ଏଣୁ ତୁମ୍ଭେମାନେ ତାହାସବୁ ପାଳନ କର; କାରଣ ନାନା ଦେଶୀୟ ଲୋକମାନଙ୍କ ସାକ୍ଷାତରେ ଏହା ହିଁ ତୁମ୍ଭମାନଙ୍କର ଜ୍ଞାନ ଓ ବୁଦ୍ଧି ସ୍ୱରୂପ ହେବ; ସେମାନେ ଏହିସବୁ ବିଧି ଶୁଣି କହିବେ, “ଏହି ମହାଗୋଷ୍ଠୀ ନିତାନ୍ତ ଜ୍ଞାନବାନ ଓ ବୁଦ୍ଧିମାନ ଲୋକ ଅଟନ୍ତି।”
And ye shall keep and do them; for that will be your wisdom and your understanding before the eyes of the peoples that shall hear all these statutes, and say, Verily this great nation is a wise and understanding people.
7 ଯେହେତୁ ଆମ୍ଭେମାନେ ଯେକୌଣସି ସମୟରେ ପ୍ରାର୍ଥନା କରୁ, ସେସମୟରେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଯେପରି ଆମ୍ଭମାନଙ୍କର ନିକଟବର୍ତ୍ତୀ ହୁଅନ୍ତି, ସେପରି ଆଉ କେଉଁ ମହାଗୋଷ୍ଠୀର ପରମେଶ୍ୱର ସେମାନଙ୍କର ନିକଟବର୍ତ୍ତୀ ହୁଅନ୍ତି?
For what great nation is there that hath God near to them as Jehovah our God is in everything we call upon him for?
8 ପୁଣି ମୁଁ ଆଜି ତୁମ୍ଭମାନଙ୍କ ସାକ୍ଷାତରେ ଯେଉଁ ସମସ୍ତ ବ୍ୟବସ୍ଥା ଦେଉଅଛି, ତାହା ତୁଲ୍ୟ ଯଥାର୍ଥ ବିଧି ଓ ଶାସନ ଆଉ କେଉଁ ମହାଗୋଷ୍ଠୀର ଅଛି?
And what great nation is there that hath righteous statutes and ordinances, as all this law which I set before you this day?
9 କେବଳ ନିଜ ବିଷୟରେ ସାବଧାନ ହୁଅ ଓ ନିଜ ପ୍ରାଣକୁ ଯତ୍ନପୂର୍ବକ ରକ୍ଷା କର, ନୋହିଲେ ଯାହା ତୁମ୍ଭର ଚକ୍ଷୁ ଦେଖିଅଛି, ତାହା ତୁମ୍ଭେ ପାସୋରି ଯିବ ଓ ତାହା ଜୀବନ ସାରା ତୁମ୍ଭ ହୃଦୟରୁ ଲୋପ ପାଇବ; ମାତ୍ର ତୁମ୍ଭେ ଆପଣା ପୁତ୍ରପୌତ୍ରମାନଙ୍କୁ ତାହା ଶିଖାଅ।
Only take heed to thyself, and keep thy soul diligently, lest thou forget the things that thine eyes have seen (and lest they depart from thy heart all the days of thy life; but thou shalt make them known to thy sons and to thy sons' sons),
10 ଯେଉଁ ଦିନ ତୁମ୍ଭେ ହୋରେବରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଛାମୁରେ ଠିଆ ହୋଇଥିଲ, ସେତେବେଳେ ସଦାପ୍ରଭୁ ମୋତେ କହିଲେ, “ଲୋକମାନଙ୍କୁ ଆମ୍ଭ ନିକଟରେ ଏକତ୍ର କର, ଆମ୍ଭେ ଆପଣା ବାକ୍ୟ ସେମାନଙ୍କୁ ଶୁଣାଇବା ତହିଁରେ ସେମାନେ ପୃଥିବୀରେ ଜୀବନ ସାରା ଆମ୍ଭଙ୍କୁ ଭୟ କରିବାକୁ ଶିଖିବେ ଓ ଆପଣା ସନ୍ତାନମାନଙ୍କୁ ଶିଖାଇବେ।”
the day that thou stoodest before Jehovah thy God in Horeb, when Jehovah said to me, Gather me the people together, that I may cause them to hear my words, that they may learn them, and fear me all the days that they live upon the earth, and teach them to their children.
11 ତହୁଁ ତୁମ୍ଭେମାନେ ନିକଟବର୍ତ୍ତୀ ହୋଇ ପର୍ବତ ତଳେ ଠିଆ ହେଲ; ସେହି ସମୟରେ ସେହି ପର୍ବତ ଅନ୍ଧକାର, ମେଘ ଓ ଘୋର ଅନ୍ଧାରରେ ବ୍ୟାପ୍ତ ହୋଇ ଗଗନର ମଧ୍ୟ ପର୍ଯ୍ୟନ୍ତ ଅଗ୍ନିରେ ଜ୍ୱଳିଲା।
And ye came near and stood under the mountain; and the mountain burned with fire to the heart of heaven, with darkness, clouds, and obscurity.
12 ସେତେବେଳେ ସଦାପ୍ରଭୁ ସେହି ଅଗ୍ନି ମଧ୍ୟରୁ ତୁମ୍ଭମାନଙ୍କ ପ୍ରତି କଥା କହିଲେ, “ତୁମ୍ଭେମାନେ ବାକ୍ୟର ଶବ୍ଦ ଶୁଣିଲ, ମାତ୍ର କୌଣସି ମୂର୍ତ୍ତି ଦେଖିଲ ନାହିଁ, ତୁମ୍ଭେମାନେ କେବଳ ଶବ୍ଦ ଶୁଣିଲ।”
And Jehovah spoke to you from the midst of the fire: ye heard the voice of the words, but ye saw no form; only [ye heard] a voice.
13 ପୁଣି ସେ ଆପଣାର ଯେଉଁ ନିୟମ ପାଳନ କରିବା ପାଇଁ ତୁମ୍ଭମାନଙ୍କୁ ଆଦେଶ କଲେ, ଆପଣାର ସେହି ନିୟମର ଦଶ ଆଜ୍ଞା ତୁମ୍ଭମାନଙ୍କ ପ୍ରତି ପ୍ରକାଶ କଲେ; ଆଉ ସେ ଦୁଇ ପଥର ପଟାରେ ତାହା ଲେଖିଲେ।
And he declared to you his covenant, which he commanded you to do, the ten words; and he wrote them on two tables of stone.
14 ପୁଣି ତୁମ୍ଭେମାନେ ଯେଉଁ ଦେଶ ଅଧିକାର କରିବାକୁ ପାର ହୋଇ ଯାଉଅଛ, ସେହି ଦେଶରେ ତୁମ୍ଭମାନଙ୍କର ପାଳନୀୟ ବିଧି ଓ ଶାସନସକଳ ତୁମ୍ଭମାନଙ୍କୁ ଶିଖାଇବା ପାଇଁ ସଦାପ୍ରଭୁ ସେହି ସମୟରେ ମୋତେ ଆଜ୍ଞା ଦେଲେ।
And Jehovah commanded me at that time to teach you statutes and ordinances, that ye might do them in the land whither ye are passing over to possess it.
15 ଏନିମନ୍ତେ ତୁମ୍ଭେମାନେ ଆପଣା ଆପଣା ପ୍ରାଣ ବିଷୟରେ ଅତିଶୟ ସାବଧାନ ହୁଅ; କାରଣ ଯେଉଁ ଦିନ ସଦାପ୍ରଭୁ ହୋରେବରେ ଅଗ୍ନି ମଧ୍ୟରୁ ତୁମ୍ଭମାନଙ୍କ ସହିତ କଥା କହିଲେ, ସେଦିନ ତୁମ୍ଭେମାନେ କୌଣସି ମୂର୍ତ୍ତି ଦେଖିଲ ନାହିଁ।
And take great heed to your souls (for ye saw no form on the day that Jehovah spoke to you in Horeb from the midst of the fire),
16 (ସାବଧାନ), ନୋହିଲେ ତୁମ୍ଭେମାନେ ଆପଣାମାନଙ୍କୁ ଭ୍ରଷ୍ଟ କରି ପୁରୁଷର କି ସ୍ତ୍ରୀର ମୂର୍ତ୍ତି,
lest ye corrupt yourselves, and make you a graven image, the form of any figure, the pattern of male or female,
17 କି ପୃଥିବୀସ୍ଥ କୌଣସି ପଶୁର ମୂର୍ତ୍ତି, କି ଆକାଶରେ ଉଡ଼ନ୍ତା କୌଣସି ପକ୍ଷୀର ମୂର୍ତ୍ତି,
the pattern of any beast that is on the earth, the pattern of any winged fowl that flieth in the heaven,
18 କି ଭୂଚର କୌଣସି ଉରୋଗାମୀ ଜନ୍ତୁର ମୂର୍ତ୍ତି, କି ଭୂମିର ନୀଚସ୍ଥ ଜଳଚର କୌଣସି ଜନ୍ତୁର ମୂର୍ତ୍ତି କରି ଆପଣାମାନଙ୍କ ନିମନ୍ତେ କୌଣସି ଖୋଦିତ ପ୍ରତିମା ନିର୍ମାଣ କରିବ।
the pattern of anything that creepeth on the ground, the pattern of any fish that is in the waters under the earth;
19 କିଅବା ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଯେଉଁମାନଙ୍କୁ ସମୁଦାୟ ଆକାଶମଣ୍ଡଳର ଅଧଃସ୍ଥିତ ସମସ୍ତ ଦେଶୀୟ ଲୋକମାନଙ୍କ ନିମନ୍ତେ ନିଯୁକ୍ତ କରିଅଛନ୍ତି, ଏପରି ସୂର୍ଯ୍ୟ ଓ ଚନ୍ଦ୍ର ଓ ତାରା ପ୍ରଭୃତି ଆକାଶର ସମସ୍ତ ବାହିନୀ ପ୍ରତି ଊର୍ଦ୍ଧ୍ୱଦୃଷ୍ଟି କରି ଅନାଇଲେ ଭ୍ରାନ୍ତ ହୋଇ ତୁମ୍ଭେମାନେ ସେମାନଙ୍କୁ ପ୍ରଣାମ କରିବ ଓ ସେବା କରିବ।
and lest thou lift up thine eyes to the heavens, and see the sun, and the moon, and the stars, the whole host of heaven, and be drawn away and bow down to them and serve them, which Jehovah thy God hath assigned unto all peoples under the whole heaven.
20 ମାତ୍ର ତୁମ୍ଭେମାନେ ଆଜି ଦିନର ପରି ଯେପରି ସଦାପ୍ରଭୁଙ୍କ ଅଧିକାରର ଲୋକ ହୁଅ, ଏଥିପାଇଁ ସେ ତୁମ୍ଭମାନଙ୍କୁ ଗ୍ରହଣ କରିଅଛନ୍ତି ଓ ତୁମ୍ଭମାନଙ୍କୁ ଲୁହା-ଭାଟି ସ୍ୱରୂପ ମିସରରୁ ଉଦ୍ଧାର କରି ଆଣିଅଛନ୍ତି।
But you hath Jehovah taken, and hath brought you forth out of the iron furnace, out of Egypt, that ye might be to him a people of inheritance, as it is this day.
21 ଆହୁରି ସଦାପ୍ରଭୁ ତୁମ୍ଭମାନଙ୍କ ସକାଶେ ମୋʼ ଉପରେ କ୍ରୋଧ କଲେ। ପୁଣି, ମୁଁ ଯେପରି ଯର୍ଦ୍ଦନ ପାର ହୋଇ ନ ଯିବି ଓ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କୁ ଯେଉଁ ଦେଶ ଅଧିକାର କରିବାକୁ ଦେବେ, ସେହି ଉତ୍ତମ ଦେଶରେ ମୁଁ ପ୍ରବେଶ ନ କରିବି, ଏଥିପାଇଁ ଶପଥ କଲେ।
And Jehovah was angry with me on your account, and swore that I should not go over the Jordan, and that I should not enter in to that good land which Jehovah thy God giveth thee [for] an inheritance;
22 ଏଣୁ ଏହି ଦେଶରେ ମୁଁ ମରିବି, ମୁଁ ଯର୍ଦ୍ଦନ ପାର ହୋଇଯିବି ନାହିଁ; ମାତ୍ର ତୁମ୍ଭେମାନେ ପାର ହୋଇଯିବ ଓ ସେହି ଉତ୍ତମ ଦେଶ ଅଧିକାର କରିବ।
for I shall die in this land, I shall not go over the Jordan; but ye shall go over, and possess this good land.
23 ତୁମ୍ଭେମାନେ ଆପଣାମାନଙ୍କ ବିଷୟରେ ସାବଧାନ ହୁଅ, ନୋହିଲେ ତୁମ୍ଭମାନଙ୍କ ସହିତ ସ୍ଥିରୀକୃତ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ନିୟମ ତୁମ୍ଭେମାନେ ପାସୋରି ଯିବ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ନିଷିଦ୍ଧ କୌଣସି ବସ୍ତୁର ପ୍ରତିମୂର୍ତ୍ତିବିଶିଷ୍ଟ ଖୋଦିତ ପ୍ରତିମା ନିର୍ମାଣ କରିବ।
Take heed to yourselves lest ye forget the covenant of Jehovah your God, which he made with you, and make yourselves a graven image, the form of anything which Jehovah thy God hath forbidden thee.
24 କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଗ୍ରାସକାରୀ ଅଗ୍ନି, ସ୍ୱଗୌରବ ରକ୍ଷଣରେ ଉଦ୍‍ଯୋଗୀ ପରମେଶ୍ୱର ଅଟନ୍ତି।
For Jehovah thy God is a consuming fire, a jealous God.
25 ତୁମ୍ଭେ ସେହି ଦେଶରେ ପୁତ୍ର ପୌତ୍ରଗଣକୁ ଜନ୍ମ ଦେଇ ବହୁ କାଳ ବାସ କଲା ଉତ୍ତାରେ ଯେବେ ତୁମ୍ଭେମାନେ ଆପଣାମାନଙ୍କୁ ଭ୍ରଷ୍ଟ କରି କୌଣସି ବସ୍ତୁର ପ୍ରତିମୂର୍ତ୍ତିବିଶିଷ୍ଟ ଖୋଦିତ ପ୍ରତିମା ନିର୍ମାଣ କରିବ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କୁ କ୍ରୁଦ୍ଧ କରାଇବା ପାଇଁ ତାହାଙ୍କ ସାକ୍ଷାତରେ ଦୁଷ୍କର୍ମ କରିବ।
When thou begettest sons, and sons' sons, and ye have remained long in the land, and shall corrupt yourselves, and make a graven image, the form of anything, and do evil in the sight of Jehovah thy God, to provoke him to anger,
26 ତେବେ ମୁଁ ଆଜି ତୁମ୍ଭମାନଙ୍କ ପ୍ରତିକୂଳରେ ସ୍ୱର୍ଗ ଓ ମର୍ତ୍ତ୍ୟକୁ ସାକ୍ଷୀ କରି କହୁଅଛି, ତୁମ୍ଭେମାନେ ଯେଉଁ ଦେଶ ଅଧିକାର କରିବାକୁ ଯର୍ଦ୍ଦନ ପାର ହୋଇ ଯାଉଅଛ, ସେହି ଦେଶରୁ ଶୀଘ୍ର ସମ୍ପୂର୍ଣ୍ଣ ରୂପେ ବିନଷ୍ଟ ହେବ; ତୁମ୍ଭେମାନେ ତହିଁ ମଧ୍ୟରେ ଦୀର୍ଘାୟୁ ପାଇବ ନାହିଁ, ମାତ୍ର ନିର୍ମୂଳରେ ଉଚ୍ଛିନ୍ନ ହେବ।
I call heaven and earth to witness against you this day, that ye shall soon utterly perish from off the land whereunto ye pass over the Jordan to possess it: ye shall not prolong your days on it, but shall be utterly destroyed.
27 ପୁଣି ସଦାପ୍ରଭୁ ଅନ୍ୟ ଦେଶୀୟ ଲୋକମାନଙ୍କ ମଧ୍ୟରେ ତୁମ୍ଭମାନଙ୍କୁ ଛିନ୍ନଭିନ୍ନ କରିବେ; ପୁଣି ଯେଉଁ ସ୍ଥାନକୁ ସଦାପ୍ରଭୁ ତୁମ୍ଭମାନଙ୍କୁ ନେଇଯିବେ, ସେହି ଅନ୍ୟ ଦେଶୀୟ ଲୋକମାନଙ୍କ ମଧ୍ୟରେ ତୁମ୍ଭେମାନେ ଅଳ୍ପସଂଖ୍ୟକ ହୋଇ ଅବଶିଷ୍ଟ ରହିବ।
And Jehovah will scatter you among the peoples, and ye shall be left a small company among the nations to which Jehovah will lead you.
28 ଆଉ ସେହି ସ୍ଥାନରେ ତୁମ୍ଭେମାନେ ମନୁଷ୍ୟର ହସ୍ତକୃତ କାଷ୍ଠମୟ ଓ ପ୍ରସ୍ତରମୟ, ପୁଣି ଯେଉଁମାନେ ଦେଖନ୍ତି ନାହିଁ, କି ଶୁଣନ୍ତି ନାହିଁ, କି ଭୋଜନ କରନ୍ତି ନାହିଁ, କି ଆଘ୍ରାଣ କରନ୍ତି ନାହିଁ, ଏପରି ଦେବଗଣର ସେବା କରିବ।
And ye shall there serve gods, the work of men's hands, wood and stone, which neither see, nor hear, nor eat, nor smell.
29 ମାତ୍ର ସେହି ସ୍ଥାନରୁ ଯେବେ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଅନ୍ୱେଷଣ କରିବ, ତେବେ ଆପଣାର ସମସ୍ତ ଅନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ତାହାଙ୍କର ଅନ୍ୱେଷଣ କଲେ, ତାହାଙ୍କର ଉଦ୍ଦେଶ୍ୟ ପାଇବ।
And from thence ye shall seek Jehovah thy God, and thou shalt find him, if thou shalt seek him with thy whole heart and with thy whole soul.
30 ଯେତେବେଳେ ତୁମ୍ଭେ ସଙ୍କଟରେ ପଡ଼ିବ ଓ ଏହି ସମସ୍ତ ତୁମ୍ଭ ଉପରେ ଘଟିବ, ସେହି ଶେଷ କାଳରେ ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ପ୍ରତି ଫେରିବ ଓ ତାହାଙ୍କ ରବ ଶୁଣିବ।
In thy tribulation, and when all these things shall come upon thee, at the end of days, thou shalt return to Jehovah thy God, and shalt hearken to his voice,
31 ଯେହେତୁ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଦୟାଳୁ ପରମେଶ୍ୱର ଅଟନ୍ତି; ସେ ତୁମ୍ଭକୁ ତ୍ୟାଗ କରିବେ ନାହିଁ, କି ତୁମ୍ଭକୁ ବିନଷ୍ଟ କରିବେ ନାହିଁ, କିଅବା ଶପଥ ଦ୍ୱାରା ତୁମ୍ଭ ପୂର୍ବପୁରୁଷମାନଙ୍କ ନିକଟରେ ଯେଉଁ ନିୟମ କରିଅଛନ୍ତି, ତାହା ପାସୋରିବେ ନାହିଁ।
— for Jehovah thy God is a merciful God, — he will not forsake thee, neither destroy thee, nor forget the covenant of thy fathers which he swore unto them.
32 ପରମେଶ୍ୱର ମନୁଷ୍ୟକୁ ପୃଥିବୀରେ ସୃଷ୍ଟି କରିବା ଦିନାବଧି ତୁମ୍ଭ ପୂର୍ବେ ଗତ କାଳକୁ ଓ ଆକାଶମଣ୍ଡଳର ଏକ ପ୍ରାନ୍ତରୁ ଅନ୍ୟ ପ୍ରାନ୍ତ ପର୍ଯ୍ୟନ୍ତ ପଚାର, ଏହି ମହାକାର୍ଯ୍ୟ ତୁଲ୍ୟ କି ଆଉ କୌଣସି କାର୍ଯ୍ୟ ଅଛି, ଅବା ଏପ୍ରକାର କି ଶୁଣାଯାଇଅଛି?
For ask now of the days that are past, which were before thee, since the day that God created man on the earth, and from one end of the heavens to the other end of the heavens, whether there hath been anything as this great thing is, or if anything hath been heard like it?
33 ଆଉ ତୁମ୍ଭେ ଯେପରି ଶୁଣିଅଛ, ସେପରି କି ଅନ୍ୟ କୌଣସି ଦେଶୀୟ ଲୋକେ ପରମେଶ୍ୱରଙ୍କ ରବ ଅଗ୍ନି ମଧ୍ୟରୁ କହିବାର ଶୁଣି ବଞ୍ଚିଅଛନ୍ତି?
Did [ever] people hear the voice of God speaking from the midst of the fire, as thou hast heard, and live?
34 କିଅବା ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ମିସରରେ ତୁମ୍ଭମାନଙ୍କ ସାକ୍ଷାତରେ ଯେଉଁ ସକଳ କର୍ମ କରିଅଛନ୍ତି, କି ତଦନୁସାରେ ପରୀକ୍ଷାସିଦ୍ଧ ପ୍ରମାଣ ଦ୍ୱାରା, ଚିହ୍ନ ଦ୍ୱାରା, ଆଶ୍ଚର୍ଯ୍ୟକର୍ମ ଦ୍ୱାରା, ଯୁଦ୍ଧ ଦ୍ୱାରା, ପରାକ୍ରାନ୍ତ ହସ୍ତ ଦ୍ୱାରା, ବିସ୍ତାରିତ ବାହୁ ଦ୍ୱାରା ଓ ଭୟଙ୍କର ମହାକର୍ମ ଦ୍ୱାରା ଅନ୍ୟ ଦେଶୀୟ ଲୋକଙ୍କ ମଧ୍ୟରୁ ଆପଣା ନିମନ୍ତେ ଏକ ଗୋଷ୍ଠୀ ଗ୍ରହଣ କରିବାକୁ ଆସି ଉପକ୍ରମ କରିଅଛନ୍ତି।
Or hath God essayed to come to take him a nation from the midst of a nation, by trials, by signs, and by wonders, and by war, and by a powerful hand, and by a stretched-out arm, and by great terrors, according to all that Jehovah your God did for you in Egypt before your eyes?
35 ଏସବୁ ତୁମ୍ଭ ପ୍ରତି ପ୍ରକାଶିତ ହେଲା, ଯେପରି ତୁମ୍ଭେ ଜାଣିବ ଯେ, ସଦାପ୍ରଭୁ ପରମେଶ୍ୱର ଅଟନ୍ତି, ତାହାଙ୍କ ତୁଲ୍ୟ ଆଉ କେହି ନାହିଁ।
Unto thee it was shewn, that thou mightest know that Jehovah, he is God — there is none other besides him.
36 ସେ ଉପଦେଶ ଦେବା ନିମନ୍ତେ ସ୍ୱର୍ଗରୁ ତୁମ୍ଭକୁ ଆପଣା ରବ ଶୁଣାଇଲେ ଓ ପୃଥିବୀରେ ତୁମ୍ଭକୁ ଆପଣା ମହା-ଅଗ୍ନି ଦେଖାଇଲେ, ତୁମ୍ଭେ ଅଗ୍ନି ମଧ୍ୟରୁ ତାହାଙ୍କର ବାକ୍ୟ ଶୁଣିଲ।
From the heavens he made thee hear his voice, that he might instruct thee; and on the earth he shewed thee his great fire; and thou heardest his words from the midst of the fire.
37 ସେ ତୁମ୍ଭର ପୂର୍ବପୁରୁଷମାନଙ୍କୁ ସ୍ନେହ କରିବାରୁ ସେମାନଙ୍କ ଉତ୍ତାରେ ସେମାନଙ୍କ ବଂଶକୁ ହିଁ ମନୋନୀତ କଲେ,
And because he loved thy fathers, and chose their seed after them, he brought thee out with his countenance, with his great power, out of Egypt,
38 ପୁଣି ସେ ତୁମ୍ଭଠାରୁ ଅଧିକ ବଳବାନ ଓ ବହୁସଂଖ୍ୟକ ଅନ୍ୟ ଦେଶୀୟ ଲୋକମାନଙ୍କୁ ତୁମ୍ଭ ଆଗରୁ ତଡ଼ିଦେଇ ସେମାନଙ୍କ ଦେଶରେ ତୁମ୍ଭକୁ ପ୍ରବେଶ କରାଇ ଆଜି ଦିନ ତୁଲ୍ୟ ଅଧିକାରାର୍ଥେ ତାହା ତୁମ୍ଭକୁ ଦେବା ପାଇଁ ଆପଣା ଶ୍ରୀମୁଖ ଓ ମହାପରାକ୍ରମ ଦ୍ୱାରା ମିସର ଦେଶରୁ ବାହାର କରି ଆଣିଲେ।
to dispossess nations from before thee greater and mightier than thou art, to bring thee in, to give thee their land for an inheritance, as it is this day.
39 ଏନିମନ୍ତେ ତୁମ୍ଭେ ଆଜି ଏହା ଜ୍ଞାତ ହୁଅ ଓ ଆପଣା ହୃଦୟରେ ଏହା ବିବେଚନା କର, ଊର୍ଦ୍ଧ୍ୱସ୍ଥ ସ୍ୱର୍ଗରେ ଓ ଅଧଃସ୍ଥ ପୃଥିବୀରେ ସଦାପ୍ରଭୁ ହିଁ ପରମେଶ୍ୱର ଅଟନ୍ତି, ଅନ୍ୟ କେହି ନାହାନ୍ତି।
Thou shalt know therefore this day, and consider it in thy heart, that Jehovah, he is God in the heavens above, and on the earth beneath: [there is] none else.
40 ପୁଣି ଯେପରି ତୁମ୍ଭର ମଙ୍ଗଳ ଓ ତୁମ୍ଭ ଉତ୍ତାରେ ତୁମ୍ଭ ସନ୍ତାନଗଣର ମଙ୍ଗଳ ହୁଏ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ସଦାକାଳ ନିମନ୍ତେ ତୁମ୍ଭକୁ ଯେଉଁ ଭୂମି ଦିଅନ୍ତି, ତହିଁ ଉପରେ ଯେପରି ତୁମ୍ଭର ଦୀର୍ଘ ପରମାୟୁ ହୁଏ, ଏଥିପାଇଁ ମୁଁ ତାହାଙ୍କର ଯେଉଁ ଯେଉଁ ବିଧି ଓ ଆଜ୍ଞା ଆଜି ତୁମ୍ଭକୁ ଆଦେଶ କରୁଅଛି, ତାହା ପାଳନ କର।
And thou shalt keep his statutes, and his commandments, which I command thee this day, that it may be well with thee and with thy sons after thee, and that thou mayest prolong thy days on the land which Jehovah thy God giveth thee, for ever.
41 ଏଥିଉତ୍ତାରେ ମୋଶା ହତ୍ୟାକାରୀର ଆଶ୍ରୟ ନିମନ୍ତେ ଯର୍ଦ୍ଦନର ସୂର୍ଯ୍ୟୋଦୟ ଦିଗସ୍ଥିତ କୂଳରେ ତିନୋଟି ନଗର ନିର୍ଣ୍ଣୟ କଲେ।
Then Moses separated three cities on this side the Jordan toward the sun-rising,
42 ଯେପରି କେହି ଆପଣା ପ୍ରତିବାସୀକୁ ପୂର୍ବେ ହିଂସା ନ କରି ଅଜ୍ଞାତସାରରେ ବଧ କଲେ, ସେ ତହିଁ ମଧ୍ୟରୁ କୌଣସି ଏକ ନଗରକୁ ପଳାଇ ବଞ୍ଚିପାରେ।
that the manslayer might flee thither, who should kill his neighbour unawares, and hated him not previously, that fleeing to one of these cities, he might live:
43 ଯଥା, ରୁବେନୀୟମାନଙ୍କ ନିମନ୍ତେ ପଦାଭୂମିସ୍ଥିତ ପ୍ରାନ୍ତରରେ ବେତ୍ସର; ପୁଣି ଗାଦୀୟମାନଙ୍କ ନିମନ୍ତେ ଗିଲୀୟଦରେ ରାମୋତ୍‍ ଆଉ ମନଃଶିୟମାନଙ୍କ ନିମନ୍ତେ ବାଶନରେ ଗୋଲନ୍‍।
Bezer in the wilderness, in the plateau, of the Reubenites, and Ramoth in Gilead, of the Gadites, and Golan in Bashan, of the Manassites.
44 ଏଥିଉତ୍ତାରେ ମୋଶା ଇସ୍ରାଏଲ-ସନ୍ତାନଗଣର ସମ୍ମୁଖରେ ଏହି ବ୍ୟବସ୍ଥା ସ୍ଥାପନ କଲେ;
And this is the law which Moses set before the children of Israel:
45 ଅର୍ଥାତ୍‍, ମିସରରୁ ବାହାର ହୋଇ ଆସିବା ସମୟରେ ମୋଶା ଯର୍ଦ୍ଦନ-ପୂର୍ବପାରିରେ ବେଥ୍-ପିୟୋର ସମ୍ମୁଖସ୍ଥ ଉପତ୍ୟକାରେ ହିଷ୍‍ବୋନ ନିବାସୀ ଇମୋରୀୟ ରାଜା ସୀହୋନର ଦେଶରେ ଇସ୍ରାଏଲ-ସନ୍ତାନଗଣଙ୍କୁ ଏହିସବୁ ପ୍ରମାଣ-ବାକ୍ୟ ଓ ବିଧି ଓ ଶାସନ ଦେଲେ।
these are the testimonies, and the statutes, and the ordinances that Moses declared to the children of Israel, when they came out of Egypt,
46 କାରଣ ମିସରରୁ ବାହାର ହୋଇ ଆସିବା ସମୟରେ ମୋଶା, ଇସ୍ରାଏଲ-ସନ୍ତାନଗଣ ସେହି ରାଜାକୁ ବଧ କରି ତାହାର ଓ ବାଶନର ରାଜା ଓଗ୍‍ର,
on this side the Jordan, in the valley opposite to Beth-Peor, in the land of Sihon the king of the Amorites, who dwelt in Heshbon, whom Moses and the children of Israel smote when they came out of Egypt;
47 ଯର୍ଦ୍ଦନ-ପୂର୍ବଦିଗସ୍ଥ ଇମୋରୀୟମାନଙ୍କ ଏହି ଦୁଇ ରାଜାର ଦେଶ,
and they took possession of his land, and the land of Og the king of Bashan, two kings of the Amorites, who were on this side the Jordan, toward the sun-rising;
48 ଅର୍ଥାତ୍‍, ଅର୍ଣ୍ଣୋନ-ଉପତ୍ୟକା ନିକଟସ୍ଥ ଅରୋୟେର ଅବଧି ସିୟୋନ, ଅର୍ଥାତ୍‍, ହର୍ମୋଣ ନାମକ ପର୍ବତ ପର୍ଯ୍ୟନ୍ତ ସମସ୍ତ ଦେଶ,
from Aroer, which is on the bank of the river Arnon, as far as mount Sion, which is Hermon,
49 ପୁଣି ଅସ୍ଦୋଦ-ପିସ୍ଗାର ଅଧଃସ୍ଥିତ ସମତଳ ଭୂମିର ସମୁଦ୍ର ପର୍ଯ୍ୟନ୍ତ ଯର୍ଦ୍ଦନ-ପୂର୍ବପାରିସ୍ଥିତ ସମସ୍ତ ପଦାଭୂମି ଅଧିକାର କରିଥିଲେ।
and all the plain on this side the Jordan, eastward, and as far as the sea of the plain, under the slopes of Pisgah.

< ମୋଶାଙ୍କ ଲିଖିତ ପଞ୍ଚମ ପୁସ୍ତକ 4 >