< ମୋଶାଙ୍କ ଲିଖିତ ପଞ୍ଚମ ପୁସ୍ତକ 5 >

1 ତହୁଁ ମୋଶା ସମସ୍ତ ଇସ୍ରାଏଲ ଲୋକମାନଙ୍କୁ ଡାକି କହିଲେ, “ହେ ଇସ୍ରାଏଲ, ମୁଁ ତୁମ୍ଭମାନଙ୍କ ଶିକ୍ଷାର୍ଥେ, ରକ୍ଷାର୍ଥେ ଓ ପାଳନାର୍ଥେ ଆଜି ତୁମ୍ଭମାନଙ୍କ କର୍ଣ୍ଣଗୋଚରରେ ଯେଉଁସବୁ ବିଧି ଓ ଶାସନ କହୁଅଛି, ତହିଁରେ ମନୋଯୋଗ କର।
And Moses called all Israel, and said to them, Hear, O Israel, the statutes and judgments which I speak in your ears this day, that you may learn them, and keep, and do them.
2 ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ହୋରେବରେ ଆମ୍ଭମାନଙ୍କ ସହିତ ଗୋଟିଏ ନିୟମ କଲେ।
The LORD our God made a covenant with us in Horeb.
3 ସଦାପ୍ରଭୁ ଆମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ସହିତ ସେହି ନିୟମ କଲେ ନାହିଁ; ମାତ୍ର ଆଜି ଏହି ସ୍ଥାନରେ ଜୀବିତ ଅଟୁ ଯେ ଆମ୍ଭେମାନେ, ଆମ୍ଭ ସମସ୍ତଙ୍କ ସହିତ ତାହା କଲେ।
The LORD made not this covenant with our fathers, but with us, even us, who are all of us here alive this day.
4 ସଦାପ୍ରଭୁ ପର୍ବତରେ ଅଗ୍ନି ମଧ୍ୟରୁ ତୁମ୍ଭମାନଙ୍କ ସହିତ ମୁଖାମୁଖୀ କଥା କହିଲେ।
The LORD talked with you face to face in the mount out of the middle of the fire,
5 ସେହି ସମୟରେ ମୁଁ ତୁମ୍ଭମାନଙ୍କୁ ସଦାପ୍ରଭୁଙ୍କ ବାକ୍ୟ ଜ୍ଞାତ କରାଇବା ନିମନ୍ତେ ସେହି ସ୍ଥାନରେ ସଦାପ୍ରଭୁଙ୍କ ଓ ତୁମ୍ଭମାନଙ୍କ ମଧ୍ୟରେ ଠିଆ ହେଲି; କାରଣ ତୁମ୍ଭେମାନେ ଅଗ୍ନି ସକାଶୁ ଭୀତ ହେବାରୁ ପର୍ବତ ଆରୋହଣ କଲ ନାହିଁ; ତାହାଙ୍କର ବାକ୍ୟ ଏହି, ଯଥା,
(I stood between the LORD and you at that time, to show you the word of the LORD: for you were afraid by reason of the fire, and went not up into the mount; ) saying,
6 ଯେ ତୁମ୍ଭଙ୍କୁ ଦାସ୍ୟଗୃହ ସ୍ୱରୂପ ମିସର ଦେଶରୁ ବାହାର କରି ଆଣିଅଛନ୍ତି, ଆମ୍ଭେ ସେହି ସଦାପ୍ରଭୁ ତୁମ୍ଭର ପରମେଶ୍ୱର ଅଟୁ।
I am the LORD your God, which brought you out of the land of Egypt, from the house of bondage.
7 ଆମ୍ଭ ସାକ୍ଷାତରେ ତୁମ୍ଭର ଆଉ କୌଣସି ଦେବତା ହେବ ନାହିଁ।
You shall have none other gods before me.
8 ତୁମ୍ଭେ ଆପଣା ନିମନ୍ତେ କୌଣସି ଖୋଦିତ ପ୍ରତିମା ନିର୍ମାଣ କରିବ ନାହିଁ; ଉପରିସ୍ଥ ସ୍ୱର୍ଗରେ, କି ନୀଚସ୍ଥ ପୃଥିବୀରେ, କି ପୃଥିବୀର ନୀଚସ୍ଥ ଜଳରେ ଥିବା କୌଣସି (ବସ୍ତୁର) ପ୍ରତିମୂର୍ତ୍ତି (ନିର୍ମାଣ କରିବ ନାହିଁ)।
You shall not make you any graven image, or any likeness of any thing that is in heaven above, or that is in the earth beneath, or that is in the waters beneath the earth:
9 ତୁମ୍ଭେ ସେମାନଙ୍କୁ ପ୍ରଣାମ କରିବ ନାହିଁ; କି ସେମାନଙ୍କର ସେବା କରିବ ନାହିଁ; ଯେହେତୁ ଆମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ସ୍ୱଗୌରବ ରକ୍ଷଣରେ ଉଦ୍‍ଯୋଗୀ ପରମେଶ୍ୱର ଅଟୁ। ଯେଉଁମାନେ ଆମ୍ଭଙ୍କୁ ଘୃଣା କରନ୍ତି, ଆମ୍ଭେ ସେମାନଙ୍କର ତୃତୀୟ ଓ ଚତୁର୍ଥ ପୁରୁଷ ପର୍ଯ୍ୟନ୍ତ ସନ୍ତାନମାନଙ୍କ ଉପରେ ପୈତୃକ ଅପରାଧର ପ୍ରତିଫଳଦାତା;
You shall not bow down yourself to them, nor serve them: for I the LORD your God am a jealous God, visiting the iniquity of the fathers on the children to the third and fourth generation of them that hate me,
10 ମାତ୍ର ଯେଉଁମାନେ ଆମ୍ଭଙ୍କୁ ପ୍ରେମ କରନ୍ତି ଓ ଆମ୍ଭର ଆଜ୍ଞା ପାଳନ କରନ୍ତି, ଆମ୍ଭେ ସେମାନଙ୍କର ସହସ୍ର (ପୁରୁଷ) ପର୍ଯ୍ୟନ୍ତ ଦୟାକାରୀ।
And showing mercy to thousands of them that love me and keep my commandments.
11 ତୁମ୍ଭେ ମିଥ୍ୟାରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ନାମ ନେବ ନାହିଁ; ଯେହେତୁ ଯେକେହି ମିଥ୍ୟାରେ ତାହାଙ୍କ ନାମ ନିଏ, ସଦାପ୍ରଭୁ ତାହାକୁ ନିରପରାଧ ଗଣନା କରିବେ ନାହିଁ।
You shall not take the name of the LORD your God in vain: for the LORD will not hold him guiltless that takes his name in vain.
12 ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ଆଜ୍ଞାନୁସାରେ ବିଶ୍ରାମବାର ପାଳନ କରି ପବିତ୍ର କର।
Keep the sabbath day to sanctify it, as the LORD your God has commanded you.
13 ତୁମ୍ଭେ ଛଅ ଦିନ ପରିଶ୍ରମ ଓ ଆପଣାର ସବୁ କର୍ମ କରିବ;
Six days you shall labor, and do all your work:
14 ମାତ୍ର ସପ୍ତମ ଦିନ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ବିଶ୍ରାମ ଦିନ ଅଟେ; ତହିଁରେ ତୁମ୍ଭେ, ତୁମ୍ଭର ପୁତ୍ର, କି ତୁମ୍ଭର କନ୍ୟା, ତୁମ୍ଭର ଦାସ, କି ତୁମ୍ଭର ଦାସୀ, ତୁମ୍ଭର ଗୋରୁ, କି ତୁମ୍ଭର ଗର୍ଦ୍ଦଭ, ତୁମ୍ଭର କୌଣସି ପଶୁ, କି ତୁମ୍ଭର ନଗରଦ୍ୱାରବର୍ତ୍ତୀ ବିଦେଶୀ, କେହି କୌଣସି କାର୍ଯ୍ୟ କରିବ ନାହିଁ; ତହିଁରେ ତୁମ୍ଭର ଦାସ ଓ ଦାସୀ ତୁମ୍ଭ ପରି ବିଶ୍ରାମ କରିବେ।
But the seventh day is the sabbath of the LORD your God: in it you shall not do any work, you, nor your son, nor your daughter, nor your manservant, nor your maidservant, nor your ox, nor your ass, nor any of your cattle, nor your stranger that is within your gates; that your manservant and your maidservant may rest as well as you.
15 ତୁମ୍ଭେ ସ୍ମରଣ କରିବ ଯେ, ତୁମ୍ଭେ ମିସର ଦେଶରେ ଦାସ ହୋଇଥିଲ, ମାତ୍ର ସଦାପ୍ରଭୁ ତୁମ୍ଭ ପରମେଶ୍ୱର ପରାକ୍ରାନ୍ତ ହସ୍ତ ଓ ବିସ୍ତାରିତ ବାହୁ ଦ୍ୱାରା ସେଠାରୁ ତୁମ୍ଭକୁ ବାହାର କରି ଆଣିଲେ; ଏହେତୁ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ବିଶ୍ରାମବାର ପାଳନାର୍ଥେ ତୁମ୍ଭକୁ ଆଜ୍ଞା ଦେଇଅଛନ୍ତି।
And remember that you were a servant in the land of Egypt, and that the LORD your God brought you out there through a mighty hand and by a stretched out arm: therefore the LORD your God commanded you to keep the sabbath day.
16 ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଆଜ୍ଞାନୁସାରେ ତୁମ୍ଭେ ଆପଣା ପିତାଙ୍କୁ ଓ ଆପଣା ମାତାଙ୍କୁ ସମାଦର କର; ତହିଁରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଦେବେ, ସେହି ଦେଶରେ ତୁମ୍ଭର ଦୀର୍ଘ ପରମାୟୁ ଓ ମଙ୍ଗଳ ହେବ।
Honor your father and your mother, as the LORD your God has commanded you; that your days may be prolonged, and that it may go well with you, in the land which the LORD your God gives you.
17 ତୁମ୍ଭେ ନରହତ୍ୟା କରିବ ନାହିଁ।
You shall not kill.
18 କିଅବା ତୁମ୍ଭେ ବ୍ୟଭିଚାର କରିବ ନାହିଁ।
Neither shall you commit adultery.
19 କିଅବା ତୁମ୍ଭେ ଚୋରି କରିବ ନାହିଁ।
Neither shall you steal.
20 କିଅବା ତୁମ୍ଭେ ଆପଣା ପ୍ରତିବାସୀ ବିରୁଦ୍ଧରେ ମିଥ୍ୟା ସାକ୍ଷ୍ୟ ଦେବ ନାହିଁ।
Neither shall you bear false witness against your neighbor.
21 କିଅବା ତୁମ୍ଭେ ଆପଣା ପ୍ରତିବାସୀର ଭାର୍ଯ୍ୟାକୁ ଲୋଭ କରିବ ନାହିଁ; କିଅବା ତୁମ୍ଭେ ଆପଣା ପ୍ରତିବାସୀର ଗୃହ, କି ତାହାର କ୍ଷେତ୍ର, ତାହାର ଦାସ, କି ତାହାର ଦାସୀ, ତାହାର ଗୋରୁ, କି ତାହାର ଗର୍ଦ୍ଦଭ, କି ତୁମ୍ଭ ପ୍ରତିବାସୀର କୌଣସି ବସ୍ତୁକୁ ଲୋଭ କରିବ ନାହିଁ।
Neither shall you desire your neighbor’s wife, neither shall you covet your neighbor’s house, his field, or his manservant, or his maidservant, his ox, or his ass, or any thing that is your neighbor’s.
22 ସଦାପ୍ରଭୁ ପର୍ବତରେ ଅଗ୍ନି ଓ ମେଘ ଓ ଘୋର ଅନ୍ଧାର ମଧ୍ୟରୁ ତୁମ୍ଭମାନଙ୍କର ସମସ୍ତ ସମାଜ ପ୍ରତି ଏହି ସମସ୍ତ ବାକ୍ୟ ଉଚ୍ଚସ୍ୱରରେ କହିଲେ, ଆଉ କିଛି କହିଲେ ନାହିଁ। ତହୁଁ ସେ ଏହି ସମସ୍ତ କଥା ଦୁଇ ଖଣ୍ଡ ପ୍ରସ୍ତର ପଟାରେ ଲେଖି ମୋତେ ସମର୍ପଣ କଲେ।
These words the LORD spoke to all your assembly in the mount out of the middle of the fire, of the cloud, and of the thick darkness, with a great voice: and he added no more. And he wrote them in two tables of stone, and delivered them to me.
23 ମାତ୍ର ପର୍ବତ ଅଗ୍ନିରେ ଜ୍ୱଳିବା ସମୟରେ ତୁମ୍ଭେମାନେ ଅନ୍ଧକାର ମଧ୍ୟରୁ ରବ ଶୁଣି, ତୁମ୍ଭେମାନେ ଅର୍ଥାତ୍‍, ତୁମ୍ଭମାନଙ୍କ ବଂଶାଧ୍ୟକ୍ଷ ଓ ପ୍ରାଚୀନମାନେ, ମୋʼ ନିକଟକୁ ଆସିଲ;
And it came to pass, when you heard the voice out of the middle of the darkness, (for the mountain did burn with fire, ) that you came near to me, even all the heads of your tribes, and your elders;
24 ପୁଣି, ତୁମ୍ଭେମାନେ କହିଲ, ‘ଦେଖ, ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କ ନିକଟରେ ଆପଣା ପ୍ରତାପ ଓ ମହିମା ପ୍ରକାଶ କରିଅଛନ୍ତି, ଆଉ ଆମ୍ଭେମାନେ ଅଗ୍ନି ମଧ୍ୟରୁ ତାହାଙ୍କ ରବ ଶୁଣିଅଛୁ; ଆମ୍ଭେମାନେ ଆଜି ଦେଖିଅଛୁ ଯେ, ପରମେଶ୍ୱର ମନୁଷ୍ୟ ସହିତ କଥା କହିଲେ ସୁଦ୍ଧା ସେ ବଞ୍ଚିପାରେ।
And you said, Behold, the LORD our God has showed us his glory and his greatness, and we have heard his voice out of the middle of the fire: we have seen this day that God does talk with man, and he lives.
25 ମାତ୍ର ଆମ୍ଭେମାନେ ଏବେ କାହିଁକି ମରିବା? କାରଣ ଏହି ମହା-ଅଗ୍ନି ଆମ୍ଭମାନଙ୍କୁ ଗ୍ରାସ କରିବ; ଆମ୍ଭେମାନେ ଯେବେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ରବ ଆଉ ଥରେ ଶୁଣିବା, ତେବେ ଆମ୍ଭେମାନେ ମରିଯିବା।
Now therefore why should we die? for this great fire will consume us: if we hear the voice of the LORD our God any more, then we shall die.
26 କାରଣ ଆମ୍ଭେମାନେ ଯେପରି ଜୀବିତ ପରମେଶ୍ୱରଙ୍କ ରବ ଅଗ୍ନି ମଧ୍ୟରୁ କହିବାର ଶୁଣି ବଞ୍ଚିଅଛୁ, ପ୍ରାଣୀମାନଙ୍କ ମଧ୍ୟରେ କିଏ ଏପରି ହୋଇଅଛି?
For who is there of all flesh, that has heard the voice of the living God speaking out of the middle of the fire, as we have, and lived?
27 ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଯାହା କହିବେ, ତୁମ୍ଭେ ନିକଟକୁ ଯାଇ ତାହା ଶୁଣ; ପୁଣି ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ତୁମ୍ଭକୁ ଯାହା କହିବେ, ସେସମସ୍ତ କଥା ତୁମ୍ଭେ ଆମ୍ଭମାନଙ୍କୁ କୁହ; ଆମ୍ଭେମାନେ ତାହା ଶୁଣି ପାଳନ କରିବା।’
Go you near, and hear all that the LORD our God shall say: and speak you to us all that the LORD our God shall speak to you; and we will hear it, and do it.
28 ତୁମ୍ଭେମାନେ ଯେତେବେଳେ ମୋତେ ଏହି କଥା କହିଲ, ‘ସେତେବେଳେ ସଦାପ୍ରଭୁ ତୁମ୍ଭମାନଙ୍କର ସେହି ବାକ୍ୟର ରବ ଶୁଣି ମୋତେ କହିଲେ, ଏହି ଲୋକମାନେ ତୁମ୍ଭକୁ ଯାହା କହିଅଛନ୍ତି, ଆମ୍ଭେ ସେହି ବାକ୍ୟର ରବ ଶୁଣିଅଛୁ; ସେମାନେ ଯାହା କହିଅଛନ୍ତି, ତାହା ଭଲ କହିଅଛନ୍ତି।
And the LORD heard the voice of your words, when you spoke to me; and the LORD said to me, I have heard the voice of the words of this people, which they have spoken to you: they have well said all that they have spoken.
29 ଆହା, ଯେପରି ସେମାନଙ୍କର ଓ ସେମାନଙ୍କ ସନ୍ତାନଗଣର ଅନନ୍ତକାଳସ୍ଥାୟୀ ମଙ୍ଗଳ ହୁଏ, ଏଥିପାଇଁ ସର୍ବଦା ଆମ୍ଭଙ୍କୁ ଭୟ କରିବାକୁ ଓ ଆମ୍ଭ ଆଜ୍ଞାସବୁ ପାଳନ କରିବାକୁ ଯେବେ ସେମାନଙ୍କର ଏପରି ହୃଦୟ ହୁଅନ୍ତା!
O that there were such an heart in them, that they would fear me, and keep all my commandments always, that it might be well with them, and with their children for ever!
30 ତୁମ୍ଭେ ଯାଇ ସେମାନଙ୍କୁ କୁହ ଯେ, ତୁମ୍ଭେମାନେ ଆପଣା ଆପଣା ତମ୍ବୁକୁ ଫେରିଯାଅ।
Go say to them, Get you into your tents again.
31 ମାତ୍ର ତୁମ୍ଭେ ଏହି ସ୍ଥାନରେ ଆମ୍ଭ ନିକଟରେ ଠିଆ ହୁଅ, ଆମ୍ଭେ ସେମାନଙ୍କ ଅଧିକାରାର୍ଥେ ଯେଉଁ ଦେଶ ଦେବା, ସେହି ଦେଶରେ ସେମାନେ ପାଳନ କରିବା ପାଇଁ ତୁମ୍ଭେ ଯେଉଁ ବିଧି ଓ ଆଜ୍ଞା ଓ ଶାସନ ସେମାନଙ୍କୁ ଶିଖାଇବ ତାହାସବୁ ଆମ୍ଭେ ତୁମ୍ଭକୁ କହିବା।’
But as for you, stand you here by me, and I will speak to you all the commandments, and the statutes, and the judgments, which you shall teach them, that they may do them in the land which I give them to possess it.
32 ଏନିମନ୍ତେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଯେପରି ଆଜ୍ଞା ଦେଇଅଛନ୍ତି, ତଦନୁସାରେ ପାଳନ କରିବା ପାଇଁ ମନୋଯୋଗ କରିବ; ତୁମ୍ଭେମାନେ ତହିଁର ଦକ୍ଷିଣରେ କି ବାମରେ ଫେରିବ ନାହିଁ।
You shall observe to do therefore as the LORD your God has commanded you: you shall not turn aside to the right hand or to the left.
33 ଯେପରି ତୁମ୍ଭେମାନେ ବଞ୍ଚିବ ଓ ତୁମ୍ଭମାନଙ୍କର ମଙ୍ଗଳ ହେବ, ପୁଣି ଯେଉଁ ଦେଶ ତୁମ୍ଭେମାନେ ଅଧିକାର କରିବ, ତହିଁରେ ଯେପରି ତୁମ୍ଭମାନଙ୍କର ଦୀର୍ଘ ପରମାୟୁ ହେବ, ଏଥିପାଇଁ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଯେଉଁ ଯେଉଁ ପଥରେ ଚାଲିବାକୁ ଆଜ୍ଞା ଦେଇଅଛନ୍ତି, ସେହି ସମସ୍ତ ପଥରେ ଚାଲ।”
You shall walk in all the ways which the LORD your God has commanded you, that you may live, and that it may be well with you, and that you may prolong your days in the land which you shall possess.

< ମୋଶାଙ୍କ ଲିଖିତ ପଞ୍ଚମ ପୁସ୍ତକ 5 >