< ମୋଶାଙ୍କ ଲିଖିତ ପଞ୍ଚମ ପୁସ୍ତକ 5 >

1 ତହୁଁ ମୋଶା ସମସ୍ତ ଇସ୍ରାଏଲ ଲୋକମାନଙ୍କୁ ଡାକି କହିଲେ, “ହେ ଇସ୍ରାଏଲ, ମୁଁ ତୁମ୍ଭମାନଙ୍କ ଶିକ୍ଷାର୍ଥେ, ରକ୍ଷାର୍ଥେ ଓ ପାଳନାର୍ଥେ ଆଜି ତୁମ୍ଭମାନଙ୍କ କର୍ଣ୍ଣଗୋଚରରେ ଯେଉଁସବୁ ବିଧି ଓ ଶାସନ କହୁଅଛି, ତହିଁରେ ମନୋଯୋଗ କର।
Mose akawaita Israeli wote, akawaambia: Ee Israeli, sikilizeni amri na sheria ninazowatangazia leo. Jifunzeni, na mwe na hakika kuzifuata.
2 ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ହୋରେବରେ ଆମ୍ଭମାନଙ୍କ ସହିତ ଗୋଟିଏ ନିୟମ କଲେ।
Bwana Mungu wetu alifanya Agano nasi katika mlima wa Horebu.
3 ସଦାପ୍ରଭୁ ଆମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ସହିତ ସେହି ନିୟମ କଲେ ନାହିଁ; ମାତ୍ର ଆଜି ଏହି ସ୍ଥାନରେ ଜୀବିତ ଅଟୁ ଯେ ଆମ୍ଭେମାନେ, ଆମ୍ଭ ସମସ୍ତଙ୍କ ସହିତ ତାହା କଲେ।
Si kwamba Bwana alifanya Agano na baba zetu, bali alifanya nasi, nasi sote ambao tuko hai hapa leo.
4 ସଦାପ୍ରଭୁ ପର୍ବତରେ ଅଗ୍ନି ମଧ୍ୟରୁ ତୁମ୍ଭମାନଙ୍କ ସହିତ ମୁଖାମୁଖୀ କଥା କହିଲେ।
Bwana alisema nanyi uso kwa uso kutoka moto juu ya mlima.
5 ସେହି ସମୟରେ ମୁଁ ତୁମ୍ଭମାନଙ୍କୁ ସଦାପ୍ରଭୁଙ୍କ ବାକ୍ୟ ଜ୍ଞାତ କରାଇବା ନିମନ୍ତେ ସେହି ସ୍ଥାନରେ ସଦାପ୍ରଭୁଙ୍କ ଓ ତୁମ୍ଭମାନଙ୍କ ମଧ୍ୟରେ ଠିଆ ହେଲି; କାରଣ ତୁମ୍ଭେମାନେ ଅଗ୍ନି ସକାଶୁ ଭୀତ ହେବାରୁ ପର୍ବତ ଆରୋହଣ କଲ ନାହିଁ; ତାହାଙ୍କର ବାକ୍ୟ ଏହି, ଯଥା,
(Wakati huo nilisimama kati ya Bwana na ninyi kuwatangazia neno la Bwana, kwa sababu mliogopa ule moto, nanyi hamkupanda mlimani.) Naye Mungu alisema:
6 ଯେ ତୁମ୍ଭଙ୍କୁ ଦାସ୍ୟଗୃହ ସ୍ୱରୂପ ମିସର ଦେଶରୁ ବାହାର କରି ଆଣିଅଛନ୍ତି, ଆମ୍ଭେ ସେହି ସଦାପ୍ରଭୁ ତୁମ୍ଭର ପରମେଶ୍ୱର ଅଟୁ।
“Mimi ndimi Bwana Mungu wako, niliyekutoa katika nchi ya Misri, kutoka nchi ya utumwa.
7 ଆମ୍ଭ ସାକ୍ଷାତରେ ତୁମ୍ଭର ଆଉ କୌଣସି ଦେବତା ହେବ ନାହିଁ।
Usiwe na miungu mingine ila mimi.
8 ତୁମ୍ଭେ ଆପଣା ନିମନ୍ତେ କୌଣସି ଖୋଦିତ ପ୍ରତିମା ନିର୍ମାଣ କରିବ ନାହିଁ; ଉପରିସ୍ଥ ସ୍ୱର୍ଗରେ, କି ନୀଚସ୍ଥ ପୃଥିବୀରେ, କି ପୃଥିବୀର ନୀଚସ୍ଥ ଜଳରେ ଥିବା କୌଣସି (ବସ୍ତୁର) ପ୍ରତିମୂର୍ତ୍ତି (ନିର୍ମାଣ କରିବ ନାହିଁ)।
Usijitengenezee sanamu katika umbo la kitu chochote kilicho juu mbinguni au duniani chini au ndani ya maji.
9 ତୁମ୍ଭେ ସେମାନଙ୍କୁ ପ୍ରଣାମ କରିବ ନାହିଁ; କି ସେମାନଙ୍କର ସେବା କରିବ ନାହିଁ; ଯେହେତୁ ଆମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ସ୍ୱଗୌରବ ରକ୍ଷଣରେ ଉଦ୍‍ଯୋଗୀ ପରମେଶ୍ୱର ଅଟୁ। ଯେଉଁମାନେ ଆମ୍ଭଙ୍କୁ ଘୃଣା କରନ୍ତି, ଆମ୍ଭେ ସେମାନଙ୍କର ତୃତୀୟ ଓ ଚତୁର୍ଥ ପୁରୁଷ ପର୍ଯ୍ୟନ୍ତ ସନ୍ତାନମାନଙ୍କ ଉପରେ ପୈତୃକ ଅପରାଧର ପ୍ରତିଫଳଦାତା;
Usivisujudie wala kuviabudu; kwa kuwa Mimi, Bwana Mungu wako, ni Mungu mwenye wivu, ninayewaadhibu watoto kwa ajili ya dhambi za baba zao hadi kizazi cha tatu na cha nne cha wanichukiao,
10 ମାତ୍ର ଯେଉଁମାନେ ଆମ୍ଭଙ୍କୁ ପ୍ରେମ କରନ୍ତି ଓ ଆମ୍ଭର ଆଜ୍ଞା ପାଳନ କରନ୍ତି, ଆମ୍ଭେ ସେମାନଙ୍କର ସହସ୍ର (ପୁରୁଷ) ପର୍ଯ୍ୟନ୍ତ ଦୟାକାରୀ।
lakini ninaonyesha upendo kwa maelfu ya vizazi vya wale wanipendao na kuzishika amri zangu.
11 ତୁମ୍ଭେ ମିଥ୍ୟାରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ନାମ ନେବ ନାହିଁ; ଯେହେତୁ ଯେକେହି ମିଥ୍ୟାରେ ତାହାଙ୍କ ନାମ ନିଏ, ସଦାପ୍ରଭୁ ତାହାକୁ ନିରପରାଧ ଗଣନା କରିବେ ନାହିଁ।
Usilitaje bure jina la Bwana Mungu wako, kwa kuwa Bwana hataacha kumhesabia hatia yeye alitajaye jina lake bure.
12 ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ଆଜ୍ଞାନୁସାରେ ବିଶ୍ରାମବାର ପାଳନ କରି ପବିତ୍ର କର।
Adhimisha siku ya Sabato na kuiweka takatifu, kama Bwana Mungu wako alivyokuagiza.
13 ତୁମ୍ଭେ ଛଅ ଦିନ ପରିଶ୍ରମ ଓ ଆପଣାର ସବୁ କର୍ମ କରିବ;
Kwa siku sita utafanya kazi na kutenda shughuli zako zote.
14 ମାତ୍ର ସପ୍ତମ ଦିନ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ବିଶ୍ରାମ ଦିନ ଅଟେ; ତହିଁରେ ତୁମ୍ଭେ, ତୁମ୍ଭର ପୁତ୍ର, କି ତୁମ୍ଭର କନ୍ୟା, ତୁମ୍ଭର ଦାସ, କି ତୁମ୍ଭର ଦାସୀ, ତୁମ୍ଭର ଗୋରୁ, କି ତୁମ୍ଭର ଗର୍ଦ୍ଦଭ, ତୁମ୍ଭର କୌଣସି ପଶୁ, କି ତୁମ୍ଭର ନଗରଦ୍ୱାରବର୍ତ୍ତୀ ବିଦେଶୀ, କେହି କୌଣସି କାର୍ଯ୍ୟ କରିବ ନାହିଁ; ତହିଁରେ ତୁମ୍ଭର ଦାସ ଓ ଦାସୀ ତୁମ୍ଭ ପରି ବିଶ୍ରାମ କରିବେ।
Lakini siku ya Saba ni Sabato kwa Bwana, Mungu wako. Siku hiyo hutafanya kazi yoyote, wewe, wala mwanao au binti yako, wala mtumishi wa kiume au mtumishi wa kike, wala ngʼombe wako, punda wako au mnyama wako yeyote, wala mgeni aliyeko malangoni mwako, ili kwamba mtumishi wako wa kiume na wa kike wapate kupumzika kama wewe.
15 ତୁମ୍ଭେ ସ୍ମରଣ କରିବ ଯେ, ତୁମ୍ଭେ ମିସର ଦେଶରେ ଦାସ ହୋଇଥିଲ, ମାତ୍ର ସଦାପ୍ରଭୁ ତୁମ୍ଭ ପରମେଶ୍ୱର ପରାକ୍ରାନ୍ତ ହସ୍ତ ଓ ବିସ୍ତାରିତ ବାହୁ ଦ୍ୱାରା ସେଠାରୁ ତୁମ୍ଭକୁ ବାହାର କରି ଆଣିଲେ; ଏହେତୁ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ବିଶ୍ରାମବାର ପାଳନାର୍ଥେ ତୁମ୍ଭକୁ ଆଜ୍ଞା ଦେଇଅଛନ୍ତି।
Kumbuka mlikuwa watumwa huko Misri, na Bwana Mungu wenu aliwatoa huko kwa mkono wenye nguvu na kwa mkono ulionyooshwa. Kwa hiyo Bwana Mungu wako amekuagiza kuiadhimisha siku ya Sabato.
16 ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଆଜ୍ଞାନୁସାରେ ତୁମ୍ଭେ ଆପଣା ପିତାଙ୍କୁ ଓ ଆପଣା ମାତାଙ୍କୁ ସମାଦର କର; ତହିଁରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଦେବେ, ସେହି ଦେଶରେ ତୁମ୍ଭର ଦୀର୍ଘ ପରମାୟୁ ଓ ମଙ୍ଗଳ ହେବ।
Waheshimu baba yako na mama yako, kama Bwana Mungu wako alivyokuagiza, ili siku zako zipate kuwa nyingi na kufanikiwa katika nchi Bwana Mungu wako anayokupa.
17 ତୁମ୍ଭେ ନରହତ୍ୟା କରିବ ନାହିଁ।
Usiue.
18 କିଅବା ତୁମ୍ଭେ ବ୍ୟଭିଚାର କରିବ ନାହିଁ।
Usizini.
19 କିଅବା ତୁମ୍ଭେ ଚୋରି କରିବ ନାହିଁ।
Usiibe.
20 କିଅବା ତୁମ୍ଭେ ଆପଣା ପ୍ରତିବାସୀ ବିରୁଦ୍ଧରେ ମିଥ୍ୟା ସାକ୍ଷ୍ୟ ଦେବ ନାହିଁ।
Usimshuhudie jirani yako uongo.
21 କିଅବା ତୁମ୍ଭେ ଆପଣା ପ୍ରତିବାସୀର ଭାର୍ଯ୍ୟାକୁ ଲୋଭ କରିବ ନାହିଁ; କିଅବା ତୁମ୍ଭେ ଆପଣା ପ୍ରତିବାସୀର ଗୃହ, କି ତାହାର କ୍ଷେତ୍ର, ତାହାର ଦାସ, କି ତାହାର ଦାସୀ, ତାହାର ଗୋରୁ, କି ତାହାର ଗର୍ଦ୍ଦଭ, କି ତୁମ୍ଭ ପ୍ରତିବାସୀର କୌଣସି ବସ୍ତୁକୁ ଲୋଭ କରିବ ନାହିଁ।
Usitamani mke wa jirani yako. Usitamani nyumba ya jirani yako au shamba lake, mtumishi wake wa kiume au wa kike, ngʼombe au punda wake, wala kitu chochote cha jirani yako.”
22 ସଦାପ୍ରଭୁ ପର୍ବତରେ ଅଗ୍ନି ଓ ମେଘ ଓ ଘୋର ଅନ୍ଧାର ମଧ୍ୟରୁ ତୁମ୍ଭମାନଙ୍କର ସମସ୍ତ ସମାଜ ପ୍ରତି ଏହି ସମସ୍ତ ବାକ୍ୟ ଉଚ୍ଚସ୍ୱରରେ କହିଲେ, ଆଉ କିଛି କହିଲେ ନାହିଁ। ତହୁଁ ସେ ଏହି ସମସ୍ତ କଥା ଦୁଇ ଖଣ୍ଡ ପ୍ରସ୍ତର ପଟାରେ ଲେଖି ମୋତେ ସମର୍ପଣ କଲେ।
Hizi ndizo amri alizozitangaza Bwana kwa sauti kubwa kwa kusanyiko lenu lote huko mlimani kutoka kwenye moto, wingu na giza nene, wala hakuongeza chochote zaidi. Kisha akaziandika juu ya vibao viwili vya mawe, naye akanipa mimi.
23 ମାତ୍ର ପର୍ବତ ଅଗ୍ନିରେ ଜ୍ୱଳିବା ସମୟରେ ତୁମ୍ଭେମାନେ ଅନ୍ଧକାର ମଧ୍ୟରୁ ରବ ଶୁଣି, ତୁମ୍ଭେମାନେ ଅର୍ଥାତ୍‍, ତୁମ୍ଭମାନଙ୍କ ବଂଶାଧ୍ୟକ୍ଷ ଓ ପ୍ରାଚୀନମାନେ, ମୋʼ ନିକଟକୁ ଆସିଲ;
Mliposikia sauti kutoka kwenye giza, mlima ulipokuwa ukiwaka moto, viongozi wenu wote wa makabila yenu na wazee wenu walinijia mimi.
24 ପୁଣି, ତୁମ୍ଭେମାନେ କହିଲ, ‘ଦେଖ, ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କ ନିକଟରେ ଆପଣା ପ୍ରତାପ ଓ ମହିମା ପ୍ରକାଶ କରିଅଛନ୍ତି, ଆଉ ଆମ୍ଭେମାନେ ଅଗ୍ନି ମଧ୍ୟରୁ ତାହାଙ୍କ ରବ ଶୁଣିଅଛୁ; ଆମ୍ଭେମାନେ ଆଜି ଦେଖିଅଛୁ ଯେ, ପରମେଶ୍ୱର ମନୁଷ୍ୟ ସହିତ କଥା କହିଲେ ସୁଦ୍ଧା ସେ ବଞ୍ଚିପାରେ।
Nanyi mkasema, “Bwana Mungu wetu ametuonyesha utukufu na enzi yake, nasi tumesikia sauti yake kutoka kwenye moto. Leo tumeona kwamba mwanadamu anaweza kuishi hata kama Mungu akizungumza naye.
25 ମାତ୍ର ଆମ୍ଭେମାନେ ଏବେ କାହିଁକି ମରିବା? କାରଣ ଏହି ମହା-ଅଗ୍ନି ଆମ୍ଭମାନଙ୍କୁ ଗ୍ରାସ କରିବ; ଆମ୍ଭେମାନେ ଯେବେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ରବ ଆଉ ଥରେ ଶୁଣିବା, ତେବେ ଆମ୍ଭେମାନେ ମରିଯିବା।
Lakini sasa, kwa nini tufe? Moto huu mkubwa utatuteketeza sisi na tutakufa kama tukiendelea kusikia sauti ya Bwana Mungu wetu zaidi.
26 କାରଣ ଆମ୍ଭେମାନେ ଯେପରି ଜୀବିତ ପରମେଶ୍ୱରଙ୍କ ରବ ଅଗ୍ନି ମଧ୍ୟରୁ କହିବାର ଶୁଣି ବଞ୍ଚିଅଛୁ, ପ୍ରାଣୀମାନଙ୍କ ମଧ୍ୟରେ କିଏ ଏପରି ହୋଇଅଛି?
Ni mtu yupi mwenye mwili ambaye amewahi kuisikia sauti ya Mungu aliye hai akizungumza kutoka kwenye moto, kama sisi tulivyoisikia, naye akaishi?
27 ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଯାହା କହିବେ, ତୁମ୍ଭେ ନିକଟକୁ ଯାଇ ତାହା ଶୁଣ; ପୁଣି ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ତୁମ୍ଭକୁ ଯାହା କହିବେ, ସେସମସ୍ତ କଥା ତୁମ୍ଭେ ଆମ୍ଭମାନଙ୍କୁ କୁହ; ଆମ୍ଭେମାନେ ତାହା ଶୁଣି ପାଳନ କରିବା।’
Sogea karibu usikie yale yote asemayo Bwana Mungu wetu. Kisha utuambie chochote kile ambacho Bwana Mungu wetu anakuambia. Tutasikiliza na kutii.”
28 ତୁମ୍ଭେମାନେ ଯେତେବେଳେ ମୋତେ ଏହି କଥା କହିଲ, ‘ସେତେବେଳେ ସଦାପ୍ରଭୁ ତୁମ୍ଭମାନଙ୍କର ସେହି ବାକ୍ୟର ରବ ଶୁଣି ମୋତେ କହିଲେ, ଏହି ଲୋକମାନେ ତୁମ୍ଭକୁ ଯାହା କହିଅଛନ୍ତି, ଆମ୍ଭେ ସେହି ବାକ୍ୟର ରବ ଶୁଣିଅଛୁ; ସେମାନେ ଯାହା କହିଅଛନ୍ତି, ତାହା ଭଲ କହିଅଛନ୍ତି।
Bwana aliwasikia wakati mlipozungumza nami, na Bwana akaniambia, “Nimesikia kile hawa watu walichokuambia. Kila kitu walichokisema ni kizuri.
29 ଆହା, ଯେପରି ସେମାନଙ୍କର ଓ ସେମାନଙ୍କ ସନ୍ତାନଗଣର ଅନନ୍ତକାଳସ୍ଥାୟୀ ମଙ୍ଗଳ ହୁଏ, ଏଥିପାଇଁ ସର୍ବଦା ଆମ୍ଭଙ୍କୁ ଭୟ କରିବାକୁ ଓ ଆମ୍ଭ ଆଜ୍ଞାସବୁ ପାଳନ କରିବାକୁ ଯେବେ ସେମାନଙ୍କର ଏପରି ହୃଦୟ ହୁଅନ୍ତା!
Laiti kama mioyo yao ingekuwa na mwelekeo wa kuniogopa na kuzishika amri zangu zote daima, ili kwamba wafanikiwe wao pamoja na watoto wao milele!
30 ତୁମ୍ଭେ ଯାଇ ସେମାନଙ୍କୁ କୁହ ଯେ, ତୁମ୍ଭେମାନେ ଆପଣା ଆପଣା ତମ୍ବୁକୁ ଫେରିଯାଅ।
“Nenda uwaambie warudi kwenye mahema yao.
31 ମାତ୍ର ତୁମ୍ଭେ ଏହି ସ୍ଥାନରେ ଆମ୍ଭ ନିକଟରେ ଠିଆ ହୁଅ, ଆମ୍ଭେ ସେମାନଙ୍କ ଅଧିକାରାର୍ଥେ ଯେଉଁ ଦେଶ ଦେବା, ସେହି ଦେଶରେ ସେମାନେ ପାଳନ କରିବା ପାଇଁ ତୁମ୍ଭେ ଯେଉଁ ବିଧି ଓ ଆଜ୍ଞା ଓ ଶାସନ ସେମାନଙ୍କୁ ଶିଖାଇବ ତାହାସବୁ ଆମ୍ଭେ ତୁମ୍ଭକୁ କହିବା।’
Lakini wewe baki hapa pamoja nami ili niweze kukupa maagizo yote, amri na sheria ambazo utawafundisha wazifuate katika nchi ninayokwenda kuwapa waimiliki.”
32 ଏନିମନ୍ତେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଯେପରି ଆଜ୍ଞା ଦେଇଅଛନ୍ତି, ତଦନୁସାରେ ପାଳନ କରିବା ପାଇଁ ମନୋଯୋଗ କରିବ; ତୁମ୍ଭେମାନେ ତହିଁର ଦକ୍ଷିଣରେ କି ବାମରେ ଫେରିବ ନାହିଁ।
Hivyo kuweni waangalifu kuyafanya yale Bwana Mungu wenu aliyowaagiza; msigeuke upande wa kuume wala wa kushoto.
33 ଯେପରି ତୁମ୍ଭେମାନେ ବଞ୍ଚିବ ଓ ତୁମ୍ଭମାନଙ୍କର ମଙ୍ଗଳ ହେବ, ପୁଣି ଯେଉଁ ଦେଶ ତୁମ୍ଭେମାନେ ଅଧିକାର କରିବ, ତହିଁରେ ଯେପରି ତୁମ୍ଭମାନଙ୍କର ଦୀର୍ଘ ପରମାୟୁ ହେବ, ଏଥିପାଇଁ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଯେଉଁ ଯେଉଁ ପଥରେ ଚାଲିବାକୁ ଆଜ୍ଞା ଦେଇଅଛନ୍ତି, ସେହି ସମସ୍ତ ପଥରେ ଚାଲ।”
Fuateni yale yote ambayo Bwana Mungu wenu aliwaagiza, ili mpate kuishi, kustawi na kuziongeza siku zenu katika nchi mtakayoimiliki.

< ମୋଶାଙ୍କ ଲିଖିତ ପଞ୍ଚମ ପୁସ୍ତକ 5 >