< ମୋଶାଙ୍କ ଲିଖିତ ପଞ୍ଚମ ପୁସ୍ତକ 6 >

1 ତୁମ୍ଭେମାନେ ଯେଉଁ ଦେଶ ଅଧିକାର କରିବାକୁ ପାର ହୋଇ ଯାଉଅଛ, ସେହି ଦେଶରେ ତୁମ୍ଭମାନଙ୍କ ପାଳନାର୍ଥେ ଏହିସବୁ ଆଜ୍ଞା ଓ ବିଧି ଓ ଶାସନ ତୁମ୍ଭମାନଙ୍କୁ ଶିଖାଇବା ପାଇଁ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଆଜ୍ଞା ଦେଇଅଛନ୍ତି।
ئەمە ئەو فەرمان و فەرز و یاسایانەیە کە یەزدانی پەروەردگارتان فەرمانی دا فێرتانی بکەم، هەتا لەو خاکەدا پەیڕەوی بکەن کە لە ڕووباری ئوردونەوە بۆی دەپەڕنەوە هەتا دەستی بەسەردا بگرن،
2 ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଯେଉଁ ସକଳ ବିଧି ଓ ଆଜ୍ଞା ମୁଁ ଆଦେଶ କରେ, ତୁମ୍ଭେ ଯାବଜ୍ଜୀବନ ପୁତ୍ରପୌତ୍ରାଦିକ୍ରମେ ତାହା ପାଳନ କରିବା ପାଇଁ ତାଙ୍କୁ ଭୟ କଲେ, ତୁମ୍ଭର ଦୀର୍ଘାୟୁ ହେବ।
هەتا لە یەزدانی پەروەردگارتان بترسن و هەموو فەرز و فەرمانەکانی بەجێبهێنن کە من بە ئێوە و منداڵ و نەوەکانتان فەرمانیان پێدەدەم هەموو ڕۆژانی ژیانتان، هەتا ڕۆژانتان درێژ بێت.
3 ଏହେତୁ ହେ ଇସ୍ରାଏଲ, ଶୁଣ ଓ ତାହା ପାଳନ କରିବାକୁ ମନୋଯୋଗ କର; ତହିଁରେ ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷଗଣର ପରମେଶ୍ୱର ତୁମ୍ଭକୁ ଯେରୂପ ପ୍ରତିଜ୍ଞା କରିଅଛନ୍ତି, ତଦନୁସାରେ ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶରେ ତୁମ୍ଭର ମଙ୍ଗଳ ହେବ ଓ ତୁମ୍ଭେମାନେ ଅତିଶୟ ବର୍ଦ୍ଧିଷ୍ଣୁ ହେବ।
جا ئەی ئیسرائیل، گوێ بگرن و ئاگاداربن بە گوێڕایەڵیتان، هەتا چاکە بێتە ڕێگاتان و زۆر زۆرتر ببن، هەروەک یەزدانی پەروەردگاری باوباپیرانتان بەڵێنی پێدان لەو خاکەی شیر و هەنگوینی لێ دەڕژێت.
4 ହେ ଇସ୍ରାଏଲ, ଶୁଣ, ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଏକମାତ୍ର ସଦାପ୍ରଭୁ ଅଟନ୍ତି।
ئەی ئیسرائیل گوێ بگرن، یەزدانی پەروەردگارمان یەک یەزدانە،
5 ଏନିମନ୍ତେ ତୁମ୍ଭେ ଆପଣା ସମସ୍ତ ଅନ୍ତଃକରଣ, ସମସ୍ତ ପ୍ରାଣ ଓ ସମସ୍ତ ଶକ୍ତି ସହିତ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କୁ ପ୍ରେମ କରିବ।
جا بە هەموو دڵ و بە هەموو گیان و بە هەموو تواناتانەوە یەزدانی پەروەردگارتان خۆشبوێ.
6 ପୁଣି ଏହି ଯେଉଁ ସକଳ କଥା ମୁଁ ଆଜି ତୁମ୍ଭକୁ ଆଜ୍ଞା କରୁଅଛି, ତାହା ତୁମ୍ଭେ ଆପଣା ହୃଦୟରେ ରଖିବ।
با ئەم ڕاسپاردانەی من ئەمڕۆ فەرمانتان پێ دەکەم لەسەر دڵتان بێت و
7 ଆଉ ତୁମ୍ଭେ ଆପଣା ସନ୍ତାନଗଣକୁ ଯତ୍ନପୂର୍ବକ ତାହା ଶିଖାଇବ ଓ ତୁମ୍ଭେ ଆପଣା ଗୃହରେ ବସିବା ବେଳେ ଓ ତୁମ୍ଭେ ପଥରେ ଚାଲିବା ବେଳେ ଓ ତୁମ୍ଭେ ଶୟନ କରିବା ବେଳେ ଓ ତୁମ୍ଭେ ଉଠିବା ବେଳେ, ସେମାନଙ୍କ ସଙ୍ଗେ ସେ ବିଷୟରେ କଥାବାର୍ତ୍ତା କରିବ।
بۆ منداڵەکانتانی بگێڕنەوە و باسی بکەن کاتێک لە ماڵ دادەنیشن و کاتێک بە ڕێگادا دەڕۆن و کاتێک دەخەون و کاتێک هەڵدەستن،
8 ଆଉ ତୁମ୍ଭେ ଚିହ୍ନସ୍ୱରୂପ ଆପଣା ହସ୍ତରେ ତାହା ବାନ୍ଧିବ ଓ ତାହା ତୁମ୍ଭ ଚକ୍ଷୁଦ୍ୱୟ ମଧ୍ୟରେ ଭୂଷଣ ସ୍ୱରୂପ ହେବ।
وەک نیشانەیەکیش لەسەر دەستتان بیبەستن و با گوڵنگ بێت بە ناوچەوانتانەوە و
9 ଆହୁରି ତୁମ୍ଭେ ଆପଣା ଗୃହଦ୍ୱାର ଚଉକାଠରେ ଓ ବାହାର ଦ୍ୱାରରେ ତାହା ଲେଖିବ।
لەسەر چوارچێوەی دەرگای ماڵ و حەوشەکانتان بینووسن.
10 ତୁମ୍ଭ ପୂର୍ବପୁରୁଷ ଅବ୍ରହାମ, ଇସ୍‌ହାକ ଓ ଯାକୁବ ନିକଟରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଦେବା ପାଇଁ ଶପଥ କରିଅଛନ୍ତି, ସେହି ଦେଶରେ ସେ ତୁମ୍ଭକୁ ଉପସ୍ଥିତ କରାଇଲା ଉତ୍ତାରେ ତୁମ୍ଭେ ଯାହା ନିର୍ମାଣ କରି ନାହଁ, ଏପରି ବୃହତ ଓ ସୁନ୍ଦର ନଗର,
کاتێکیش یەزدانی پەروەردگارتان ئێوەی هێنا بۆ ئەو خاکەی کە سوێندی بۆ ئیبراهیم و ئیسحاق و یاقوبی باوباپیرانتان خوارد کە بتانداتێ، بۆ شاری مەزن و چاک کە ئێوە بنیادتان نەناوە،
11 ଆଉ ଯାହା ତୁମ୍ଭେ ପୂର୍ଣ୍ଣ କରି ନାହଁ, ଏପରି ସକଳ ଉତ୍ତମ ଦ୍ରବ୍ୟରେ ପରିପୂର୍ଣ୍ଣ ଗୃହ ଓ ଯାହା ତୁମ୍ଭେ ଖୋଳିଲ ନାହିଁ, ଏପରି ଖୋଦିତ କୂପ, ଯାହା ରୋପଣ କଲ ନାହିଁ, ଏପରି ଦ୍ରାକ୍ଷାକ୍ଷେତ୍ର ଓ ଜୀତବୃକ୍ଷ ପାଇ ଯେତେବେଳେ ତୁମ୍ଭେ ଭୋଗ କରି ତୃପ୍ତ ହେବ,
ماڵی پڕ لە خێروبێر کە ئێوە پڕتان نەکردووە، بیری لێدراو کە ئێوە لێتان نەداوە، مێو و زەیتوون کە ئێوە نەتانڕواندووە، کە کاتێک خواردتان تێر بوون،
12 ସେତେବେଳେ ସାବଧାନ, ଯେ ତୁମ୍ଭକୁ ଦାସ୍ୟଗୃହରୂପ ମିସର ଦେଶରୁ ବାହାର କରି ଆଣିଅଛନ୍ତି, ସେହି ସଦାପ୍ରଭୁଙ୍କୁ ପାସୋର ନାହିଁ।
جا ئاگاداربن نەوەک یەزدان لەبیر بکەن کە لە خاکی میسر لە ماڵی کۆیلەیی دەریهێنان.
13 ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କୁ ଭୟ କରିବ ଓ ତୁମ୍ଭେ ତାହାଙ୍କର ସେବା କରିବ ଓ ତାହାଙ୍କ ନାମରେ ଶପଥ କରିବ।
لە یەزدانی پەروەردگارتان دەترسن و تەنها ئەو دەپەرستن و بە ناوی ئەوەوە سوێند دەخۆن.
14 ତୁମ୍ଭେମାନେ ଅନ୍ୟ ଦେବଗଣର, ତୁମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥ ଅନ୍ୟ ଦେଶୀୟ ଲୋକଙ୍କ ଦେବଗଣର ପଶ୍ଚାଦ୍‍ଗାମୀ ହେବ ନାହିଁ;
بەدوای خودای دیکەدا مەڕۆن، لە خوداوەندەکانی ئەو نەتەوانەی لە دەوروبەرتانن،
15 ହେଲେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ କ୍ରୋଧ ତୁମ୍ଭ ପ୍ରତିକୂଳରେ ପ୍ରଜ୍ୱଳିତ ହେବ ଓ ସେ ଭୂମଣ୍ଡଳରୁ ତୁମ୍ଭକୁ ବିନାଶ କରିବେ; କାରଣ ତୁମ୍ଭ ମଧ୍ୟବର୍ତ୍ତୀ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ସ୍ୱଗୌରବ ରକ୍ଷଣରେ ଉଦ୍‍ଯୋଗୀ ପରମେଶ୍ୱର ଅଟନ୍ତି।
چونکە یەزدانی پەروەردگارتان خودایەکی ئیرەدارە لەنێوتان، نەوەک تووڕەیی یەزدانی پەروەردگارتان بجۆشێت بەسەرتان و لەسەر ڕووی ئەم خاکە لەناوتان ببات.
16 ତୁମ୍ଭେମାନେ ମଃସାରେ ଯେପରି ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କୁ ପରୀକ୍ଷା କରିଥିଲ, ସେପରି ତାହାଙ୍କୁ ପରୀକ୍ଷା କରିବ ନାହିଁ।
یەزدانی پەروەردگارتان تاقی مەکەنەوە وەک لە مەسا تاقیتان کردەوە.
17 ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ତୁମ୍ଭ ପ୍ରତି ଆଦିଷ୍ଟ ସମସ୍ତ ଆଜ୍ଞା, ତାହାଙ୍କ ପ୍ରମାଣ-ବାକ୍ୟ ଓ ତାହାଙ୍କ ବିଧି ଯତ୍ନପୂର୍ବକ ପାଳନ କରିବ।
بە تەواوی فەرمان و یاسا و فەرزەکانی یەزدانی پەروەردگارتان بەجێبهێنن کە فەرمانی پێ کردوون.
18 ପୁଣି ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ନ୍ୟାୟ ଓ ଉତ୍ତମ, ତୁମ୍ଭେ ତାହା କରିବ; ତହିଁରେ ତୁମ୍ଭର ମଙ୍ଗଳ ହେବ ଓ ସଦାପ୍ରଭୁ ଆପଣା ବାକ୍ୟାନୁସାରେ ତୁମ୍ଭ ସମ୍ମୁଖରୁ ତୁମ୍ଭର ସମସ୍ତ ଶତ୍ରୁଙ୍କୁ ଦୂର କରିବା ପାଇଁ,
ئەوەی ڕاستە و باشە لەبەرچاوی یەزدانی پەروەردگارتان بیکەن، هەتا چاکە بێتە ڕێگاتان و بچنە ناوەوە و دەست بەسەر ئەو خاکە چاکەدا بگرن کە یەزدان سوێندی بۆ باوباپیرانتان خوارد،
19 ଯେଉଁ ଦେଶ ବିଷୟରେ ତୁମ୍ଭ ପୂର୍ବପୁରୁଷମାନଙ୍କ ନିକଟରେ ଶପଥ କରିଥିଲେ, ତୁମ୍ଭେ ସେହି ଉତ୍ତମ ଦେଶରେ ପ୍ରବେଶ କରି ତାହା ଅଧିକାର କରିବ।
کە هەموو دوژمنانتان لەبەردەم ڕابماڵێت، وەک یەزدان فەرمووی.
20 “ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କୁ ଯେଉଁ ସକଳ ପ୍ରମାଣ-ବାକ୍ୟ ଓ ବିଧି ଓ ଶାସନ ଦେଇଅଛନ୍ତି, ସେସବୁର ଅଭିପ୍ରାୟ କଅଣ?” ଏହା ଭବିଷ୍ୟତ କାଳରେ ତୁମ୍ଭର ସନ୍ତାନ ତୁମ୍ଭକୁ ପଚାରିଲେ,
ئەگەر لە داهاتوودا منداڵەکانتان لێیان پرسین و گوتیان: «ئەو یاسا و فەرز و حوکمانە چین کە یەزدانی پەروەردگارمان فەرمانی پێ کردن؟»
21 ତୁମ୍ଭେ ଆପଣା ସନ୍ତାନକୁ କହିବ, “ଆମ୍ଭେମାନେ ମିସରରେ ଫାରୋର ବନ୍ଧାଦାସ ଥିଲୁ; ପୁଣି ସଦାପ୍ରଭୁ ବଳବାନ ହସ୍ତ ଦ୍ୱାରା ଆମ୍ଭମାନଙ୍କୁ ମିସରରୁ ବାହାର କରି ଆଣିଲେ;
بە منداڵەکانتان دەڵێن: «لە میسر کۆیلەی فیرعەون بووین و یەزدان بە دەستێکی بەهێز لە میسرەوە دەریهێناین و
22 ଆଉ ସଦାପ୍ରଭୁ ଆମ୍ଭମାନଙ୍କ ସାକ୍ଷାତରେ ମିସର ପ୍ରତି, ଫାରୋଙ୍କ ପ୍ରତି ଓ ତାଙ୍କର ସମସ୍ତ ପରିବାର ପ୍ରତି, ମହତ୍ ଓ କ୍ଳେଶଦାୟକ ଚିହ୍ନ ଓ ଆଶ୍ଚର୍ଯ୍ୟକ୍ରିୟା ଦେଖାଇଲେ।
یەزدان لەبەرچاومان نیشانە و پەرجووی مەزن و سامناکی بەسەر میسر و فیرعەون و هەموو ماڵەکەی نارد و
23 ପୁଣି ଆମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ନିକଟରେ ଯେଉଁ ଦେଶ ବିଷୟରେ ଶପଥ କରିଥିଲେ, ସେ ଦେଶରେ ସେ ଆମ୍ଭମାନଙ୍କୁ ପହଞ୍ଚାଇ ତାହା ଦେବା ନିମନ୍ତେ ମିସରରୁ ବାହାର କରି ଆଣିଲେ।
لەوێوە دەریهێناین هەتا بمانهێنێت و ئەو خاکەمان بداتێ کە بۆ باوباپیرانمان سوێندی خواردبوو.
24 ପୁଣି ସଦାପ୍ରଭୁ ଆଜି ଦିନ ତୁଲ୍ୟ ଯେପରି ଆମ୍ଭମାନଙ୍କୁ ଜୀବିତ ରଖିବେ, ଏଥିପାଇଁ ଆମ୍ଭମାନଙ୍କ ନିତ୍ୟ ମଙ୍ଗଳ ନିମନ୍ତେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କୁ ଭୟ କରିବା ପାଇଁ ସେ ଆମ୍ଭମାନଙ୍କ ପାଳନାର୍ଥେ ଏହି ସକଳ ବିଧି ଆମ୍ଭମାନଙ୍କୁ ଆଜ୍ଞା କଲେ।
جا یەزدان فەرمانی پێ کردین هەموو ئەو فەرزانە بەجێبهێنین و لە یەزدانی پەروەردگارمان بترسین، هەتا هەموو ڕۆژان چاکەمان بێتە ڕێ و بمانهێڵێتەوە وەک ئەمڕۆ،
25 ଆଉ ଯେବେ ଆମ୍ଭେମାନେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ସମ୍ମୁଖରେ ତାହାଙ୍କ ଆଜ୍ଞାନୁସାରେ ଏହି ସମସ୍ତ ଆଜ୍ଞା ପାଳନ କରିବାକୁ ମନୋଯୋଗ କରିବା, ତେବେ ତାହା ଆମ୍ଭମାନଙ୍କ ନିମନ୍ତେ ଧାର୍ମିକତା ହେବ।”
ڕاستودروستیشمان بۆ دەبێت ئەگەر هەموو ئەو فەرمانانەمان پاراست هەتا لەبەردەم یەزدانی پەروەردگارمان بیکەین، هەروەک فەرمانی پێ کردین.»

< ମୋଶାଙ୍କ ଲିଖିତ ପଞ୍ଚମ ପୁସ୍ତକ 6 >