< ମୋଶାଙ୍କ ଲିଖିତ ପଞ୍ଚମ ପୁସ୍ତକ 8 >

1 ଆଜି ମୁଁ ତୁମ୍ଭକୁ ଯେଉଁ ସମସ୍ତ ଆଜ୍ଞା ଦେଉଅଛି, ତାହାସବୁ ତୁମ୍ଭେମାନେ ମନୋଯୋଗ କରି ପାଳନ କରିବ, ତହିଁରେ ତୁମ୍ଭେମାନେ ବଞ୍ଚିବ ଓ ବର୍ଦ୍ଧିଷ୍ଣୁ ହେବ, ଆଉ ସଦାପ୍ରଭୁ ଯେଉଁ ଦେଶ ବିଷୟରେ ତୁମ୍ଭମାନଙ୍କ ପୂର୍ବପୁରୁଷଗଣ ନିକଟରେ ଶପଥ କରିଅଛନ୍ତି, ସେହି ଦେଶରେ ପ୍ରବେଶ କରି ତାହା ଅଧିକାର କରିବ।
اگر تمام فرامینی را که امروز به شما می‌دهم اطاعت کنید نه تنها زنده خواهید ماند، بلکه تعدادتان نیز افزایش خواهد یافت و به سرزمینی که خداوند با سوگند به پدرانتان وعده نموده، خواهید رفت و آن را تصرف خواهید کرد.
2 ପୁଣି ତୁମ୍ଭେ ତାହାଙ୍କ ଆଜ୍ଞା ପାଳନ କରିବ କି ନାହିଁ, ଏ ବିଷୟରେ ତୁମ୍ଭର ପରୀକ୍ଷା ନେବା ପାଇଁ, ତୁମ୍ଭର ମାନସ ଜାଣିବା ପାଇଁ ଓ ତୁମ୍ଭକୁ ନମ୍ର କରିବା ପାଇଁ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଏହି ଚାଳିଶ ବର୍ଷ ପ୍ରାନ୍ତର ମଧ୍ୟରେ ତୁମ୍ଭକୁ ଯେଉଁ ସକଳ ପଥରେ ଗମନ କରାଇଅଛନ୍ତି, ତାହା ସ୍ମରଣ କର।
به خاطر آورید چگونه یهوه خدایتان شما را در بیابان چهل سال تمام هدایت کرد و شما را در تنگی قرار داده، آزمایش کرد تا ببیند واکنش شما چیست و آیا براستی از او اطاعت می‌کنید یا نه.
3 ଆଉ ମନୁଷ୍ୟ ଯେ କେବଳ ରୁଟିରେ ବଞ୍ଚେ ନାହିଁ, ମାତ୍ର ସଦାପ୍ରଭୁଙ୍କ ମୁଖରୁ ଯାହା ଯାହା ନିର୍ଗତ ହୁଏ, ତହିଁରେ ହିଁ ବଞ୍ଚେ, ଏହା ତୁମ୍ଭକୁ ଜଣାଇବା ପାଇଁ ସେ ତୁମ୍ଭକୁ ନମ୍ର ଓ କ୍ଷୁଧିତ କରି ତୁମ୍ଭର ଅଜ୍ଞାତ ଓ ତୁମ୍ଭ ପୂର୍ବପୁରୁଷଗଣର ଅଜ୍ଞାତ ମାନ୍ନା ଦେଇ ପ୍ରତିପାଳନ କରିଅଛନ୍ତି।
آری، او شما را در سختی و گرسنگی نگه داشت و بعد به شما خوراک مَنّا را داد تا بخورید، غذایی که شما و پدرانتان قبلاً از آن بی‌اطلاع بودید. او چنین کرد تا به شما بفهماند که انسان تنها به نان زنده نیست، بلکه به هر کلامی که از دهان خداوند صادر می‌شود.
4 ଏହି ଚାଳିଶ ବର୍ଷସାରା ତୁମ୍ଭ ଶରୀରରେ ବସ୍ତ୍ର ଜୀର୍ଣ୍ଣ ହେଲା ନାହିଁ ଓ ତୁମ୍ଭର ପାଦ ଫୁଲିଲା ନାହିଁ।
در تمام این چهل سال لباسهایتان کهنه نشد و پاهایتان تاول نزد.
5 ପୁଣି ମନୁଷ୍ୟ ଯେପରି ଆପଣା ପୁତ୍ରକୁ ଶାସନ କରେ, ତଦ୍ରୂପ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଶାସନ କରନ୍ତି, ଏହା ତୁମ୍ଭେ ଆପଣା ମନରେ ବିବେଚନା କରିବ।
بنابراین باید بفهمید چنانکه پدر پسر خود را تنبیه می‌کند، یهوه خدایتان نیز شما را تأدیب نموده است.
6 ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ଆଜ୍ଞା ପାଳନ କରି ତାହାଙ୍କ ପଥରେ ଗମନ କରିବ ଓ ତାହାଙ୍କୁ ଭୟ କରିବ।
فرمانهای یهوه، خدایتان را اطاعت کنید. از او پیروی نمایید و از وی بترسید.
7 କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଏକ ଉତ୍ତମ ଦେଶକୁ ନେଇ ଯାଉଅଛନ୍ତି; ତାହା ସମସ୍ଥଳୀ ଓ ପର୍ବତରେ ପ୍ରବାହିତ ସ୍ରୋତ ଓ ନିର୍ଝର ଓ ଜଳାଶୟର ଦେଶ;
خداوند، خدایتان شما را به سرزمین حاصلخیزی می‌برد، سرزمینی که در دره‌ها و کوههایش نهرها و رودها و چشمه‌ها جاری است.
8 ସେହି ଦେଶ ଗହମ, ଯବ, ଦ୍ରାକ୍ଷା, ଡିମ୍ବିରି ଓ ଡାଳିମ୍ବ ବୃକ୍ଷମୟ ସେହି ଦେଶ ଜୀତ ତୈଳ ଓ ମଧୁମୟ;
آنجا سرزمین گندم و جو، انگور و انجیر، انار و زیتون، و عسل است.
9 ସେହି ଦେଶରେ ତୁମ୍ଭେ ଅଭାବ ବିନା ଆହାର ଭୋଜନ କରିବ, ସେଠାରେ ତୁମ୍ଭର କୌଣସି ବିଷୟର ଅଭାବ ହେବ ନାହିଁ; ସେହି ଦେଶର ପଥର ଲୁହା ଓ ତୁମ୍ଭେ ତହିଁର ପର୍ବତରୁ ପିତ୍ତଳ ଖୋଳି ପାରିବ।
سرزمینی است که در آن آهن مثل ریگ، فراوان است و مسِ بسیار در تپه‌هایش یافت می‌شود. سرزمینی است که خوراک در آن فراوان است و شما محتاج به چیزی نخواهید بود.
10 ଆଉ ତୁମ୍ଭେ ଭୋଜନ କରି ତୃପ୍ତ ହେବ, ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଉତ୍ତମ ଦେଶ ଦେଇଅଛନ୍ତି, ତହିଁ ସକାଶୁ ତାହାଙ୍କର ଧନ୍ୟବାଦ କରିବ।
در آنجا خواهید خورد و سیر خواهید شد و خداوند، خدایتان را به خاطر سرزمین حاصلخیزی که به شما داده است شکر خواهید کرد.
11 ସାବଧାନ, ମୁଁ ଆଜି ତୁମ୍ଭକୁ ଯେଉଁ ଯେଉଁ ଆଜ୍ଞା, ବିଧି ଓ ଶାସନ ଆଜ୍ଞା କରୁଅଛି, ତାହା ପାଳନ ନ କରି ଯେପରି ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ପାସୋରି ନ ଯାଅ।
اما مواظب باشید که در هنگام فراوانی، یهوه خدایتان را فراموش نکنید و از فرمانها و قوانین و فرایض او که امروز به شما می‌دهم سرپیچی ننمایید.
12 ନୋହିଲେ ତୁମ୍ଭେ ଭୋଜନ କରି ତୃପ୍ତ ହେଲେ ଓ ଉତ୍ତମ ଗୃହ ନିର୍ମାଣ କରି ତହିଁରେ ବାସ କଲେ,
زیرا وقتی که شکمتان سیر شود و برای سکونت خود خانه‌های خوبی بسازید و گله‌ها و رمه‌هایتان فراوان شوند و طلا و نقره و اموالتان زیاد گردد،
13 ପୁଣି ତୁମ୍ଭର ଗୋମେଷାଦି ପଲ ବୃଦ୍ଧି ପାଇଲେ, ତୁମ୍ଭର ରୂପା ଓ ସୁନା ପ୍ରଚୁର ହେଲେ ଓ ତୁମ୍ଭର ଯାହା ଅଛି, ତାହାସବୁ ବୃଦ୍ଧି ପାଇଲେ,
14 ତୁମ୍ଭର ଅନ୍ତଃକରଣ ଅହଙ୍କାରୀ ହେବ, ପୁଣି ଯେ ମିସର ଦେଶରୁ, ଦାସ୍ୟଗୃହରୁ ତୁମ୍ଭକୁ ବାହାର କରି ଆଣିଲେ,
همان وقت است که باید مواظب باشید مغرور نشوید و خداوند، خدایتان را که شما را از بردگی در مصر بیرون آورد فراموش نکنید.
15 ଯେ ତୁମ୍ଭର ଭବିଷ୍ୟତ ମଙ୍ଗଳ ନିମନ୍ତେ ତୁମ୍ଭକୁ ନମ୍ର କରିବାକୁ ଓ ତୁମ୍ଭର ପରୀକ୍ଷା ନେବାକୁ ଜ୍ୱାଳାଦାୟୀ ସର୍ପ ଓ ବିଚ୍ଛା, ପୁଣି ନିର୍ଜଳ ଶୁଷ୍କ ଭୂମି ଥିବା ଏହି ବିସ୍ତୀର୍ଣ୍ଣ ଓ ଭୟାନକ ପ୍ରାନ୍ତର ଦେଇ ତୁମ୍ଭକୁ ଗମନ କରାଇଲେ; ଯେ ତୁମ୍ଭ ନିମନ୍ତେ ଚକ୍‍ମକି-ପ୍ରସ୍ତରମୟ ଶୈଳରୁ ଜଳ ବାହାର କଲେ;
مواظب باشید خدایی را که شما را در بیابان ترسناک و بزرگ، در آن زمین خشک و بی‌آب و علف که پر از مارهای سمی و عقربها بود، هدایت کرد فراموش نکنید. او از دل صخره به شما آب داد!
16 ଯେ ତୁମ୍ଭ ପୂର୍ବପୁରୁଷମାନଙ୍କ ଅଜ୍ଞାତ ମାନ୍ନା ଦ୍ୱାରା ପ୍ରାନ୍ତରରେ ତୁମ୍ଭକୁ ପ୍ରତିପାଳନ କଲେ, ଏପରି ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କୁ ତୁମ୍ଭେ ପାସୋରି ଯିବ।
او با مَنّا شما را در بیابان سیر کرد، غذایی که پدرانتان از آن بی‌اطلاع بودند، و او شما را در تنگی قرار داد و آزمایش کرد تا در آخر به شما برکت دهد.
17 ପୁଣି ତୁମ୍ଭେ ଆପଣା ମନେ ମନେ କହିବ, “ଆମ୍ଭର ପରାକ୍ରମ ଓ ବାହୁ ବଳ ଏହିସବୁ ଐଶ୍ୱର୍ଯ୍ୟ ଲାଭ କରିଅଛି।”
او چنین کرد تا شما هیچگاه تصور نکنید که با قدرت و توانایی خودتان ثروتمند شدید.
18 ମାତ୍ର ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ସ୍ମରଣ କରିବ, କାରଣ ସେ ତୁମ୍ଭ ପୂର୍ବପୁରୁଷମାନଙ୍କ ନିକଟରେ ଆପଣାର ଯେଉଁ ନିୟମ ବିଷୟରେ ଶପଥ କରିଥିଲେ, ତାହା ସେ ଆଜି ଦିନ ପରି ସ୍ଥିର କରିବା ପାଇଁ ତୁମ୍ଭକୁ ଐଶ୍ୱର୍ଯ୍ୟ ପାଇବାର ସାମର୍ଥ୍ୟ ଦେଲେ।
همیشه به خاطر داشته باشید که خداوند، خدایتان است که توانایی ثروتمند شدن را به شما می‌دهد. او این کار را می‌کند تا وعده‌ای را که با سوگند به پدرانتان داد، بجا آورد.
19 ଆଉ ଯେବେ ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ପାସୋରିବ, ଅନ୍ୟ ଦେବତାଗଣର ପଶ୍ଚାଦ୍‍ଗାମୀ ହୋଇ ସେମାନଙ୍କ ସେବା କରିବ ଓ ସେମାନଙ୍କୁ ପ୍ରଣାମ କରିବ, ତେବେ ମୁଁ ତୁମ୍ଭମାନଙ୍କ ବିରୁଦ୍ଧରେ ଆଜି ଏହି ସାକ୍ଷ୍ୟ ଦେଉଅଛି ଯେ, ତୁମ୍ଭେମାନେ ନିତାନ୍ତ ବିନଷ୍ଟ ହେବ।
ولی اگر خداوند، خدایتان را فراموش کنید و به دنبال خدایان دیگر رفته، آنها را پرستش کنید بدون شک نابود خواهید شد، درست همان‌طور که خداوند قومهای دیگر را که با شما مقابله می‌کنند نابود می‌سازد. اگر از خداوند، خدایتان اطاعت نکنید سرنوشت شما نیز چنین خواهد بود.
20 ତୁମ୍ଭମାନଙ୍କ ସମ୍ମୁଖରେ ସଦାପ୍ରଭୁ ଯେଉଁ ଗୋଷ୍ଠୀୟ ଲୋକମାନଙ୍କୁ ବିନାଶ କରନ୍ତି, ସେମାନଙ୍କ ପରି ତୁମ୍ଭେମାନେ ବିନଷ୍ଟ ହେବ; କାରଣ ତୁମ୍ଭେମାନେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ରବରେ ଅବଧାନ ନ କଲେ ତୁମ୍ଭମାନଙ୍କୁ ଏହା ଘଟିବ।

< ମୋଶାଙ୍କ ଲିଖିତ ପଞ୍ଚମ ପୁସ୍ତକ 8 >