< ମୋଶାଙ୍କ ଲିଖିତ ପଞ୍ଚମ ପୁସ୍ତକ 9 >
1 ହେ ଇସ୍ରାଏଲ, ଶୁଣ ତୁମ୍ଭେ ଆପଣାଠାରୁ ଅଧିକ ପ୍ରବଳ ଓ ବଳବାନ ଗୋଷ୍ଠୀୟ ଲୋକମାନଙ୍କୁ, ଆଉ ପ୍ରାଚୀର-ବେଷ୍ଟିତ ବୃହତ ଓ ଗଗନସ୍ପର୍ଶୀ ନଗରମାନଙ୍କୁ ଅଧିକାର କରିବା ପାଇଁ ଆଜି ଯର୍ଦ୍ଦନ ପାର ହୋଇ ଯାଉଅଛ;
Yaye Israel, winjuru, uchiegni ngʼado Jordan ka udhi riembo oganda maduongʼ kendo maroteke moloyou, man-gi mier madongo ma ohingagi chopo nyaka e kor polo.
2 ସେହି ଲୋକମାନେ ଅନାକୀୟମାନଙ୍କ ସନ୍ତାନ, ବଳବାନ ଓ ଲମ୍ବା, ତୁମ୍ଭେ ସେମାନଙ୍କୁ ଜାଣୁଅଛ, ପୁଣି ସେମାନଙ୍କ ବିଷୟରେ ଏହା କୁହାଯିବାର ତୁମ୍ଭେ ଶୁଣିଅଛ ଯେ, “ଅନାକର ସନ୍ତାନମାନଙ୍କ ସମ୍ମୁଖରେ କିଏ ଛିଡ଼ା ହୋଇପାରେ?”
Jo-Anak gin joma roteke kendo roboche! Usewinjo kiwuoyo kuomgi kiwacho niya, “Ere joma dichungʼ e nyim jo-Anak?”
3 ଏଣୁ ଆଜି ଜ୍ଞାତ ହୁଅ ଯେ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ସ୍ୱୟଂ ଗ୍ରାସକାରୀ ଅଗ୍ନି ସ୍ୱରୂପ ହୋଇ ତୁମ୍ଭ ଆଗେ ଆଗେ ଗମନ କରୁଅଛନ୍ତି; ସେ ସେମାନଙ୍କୁ ସଂହାର କରିବେ ଓ ସେମାନଙ୍କୁ ତୁମ୍ଭ ସମ୍ମୁଖରେ ନତ କରିବେ; ତହିଁରେ ତୁମ୍ଭ ପ୍ରତି ସଦାପ୍ରଭୁଙ୍କ ବାକ୍ୟାନୁସାରେ ତୁମ୍ଭେ ସେମାନଙ୍କୁ ତଡ଼ି ଦେବ ଓ ସେମାନଙ୍କୁ ଶୀଘ୍ର ବିନାଶ କରିବ।
To beduru gigeno kawuono ni Jehova Nyasaye ma Nyasachu ema dhi telo nyimu mana ka mach mawengʼo. Obiro tiekogi kendo obiro nyonogi mana ka uneno, kendo unuriembgi mi girum chutho mapiyo nono mana kaka Jehova Nyasaye osechiko.
4 ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ସମ୍ମୁଖରୁ ସେମାନଙ୍କୁ ତଡ଼ିଦେଲା ଉତ୍ତାରେ ତୁମ୍ଭେ ଆପଣା ମନେ ମନେ କହିବ ନାହିଁ ଯେ, “ଆମ୍ଭ ଧାର୍ମିକତା ସକାଶୁ ସଦାପ୍ରଭୁ ଆମ୍ଭକୁ ଏହି ଦେଶ ଅଧିକାର କରଣାର୍ଥେ ଆଣିଅଛନ୍ତି;” ଯେହେତୁ ସେହି ଗୋଷ୍ଠୀୟ ଲୋକମାନଙ୍କ ଦୁଷ୍ଟତା ସକାଶୁ ସଦାପ୍ରଭୁ ତୁମ୍ଭ ସମ୍ମୁଖରୁ ସେମାନଙ୍କୁ ତଡ଼ି ଦେବେ।
Ka Jehova Nyasaye ma Nyasachu oseriembogi oko e wangʼu ka uneno, to kik uwach e chunyu niya, “Jehova Nyasaye osekelowa ka mondo wakaw pinyni nikech timwa makare.” Ooyo en mana nikech timbe maricho mag ogendinigo emomiyo Jehova Nyasaye dhi riembogi ka uneno.
5 ତୁମ୍ଭେ ଆପଣା ଧାର୍ମିକତା ଅବା ହୃଦୟର ସରଳତା ସକାଶୁ ସେମାନଙ୍କ ଦେଶ ଅଧିକାର କରିବାକୁ ଯାଉଅଛ, ତାହା ନୁହେଁ ମାତ୍ର ସେହି ଗୋଷ୍ଠୀୟ ଲୋକମାନଙ୍କ ଦୁଷ୍ଟତା ସକାଶୁ, ଆଉ ତୁମ୍ଭ ପୂର୍ବପୁରୁଷ ଅବ୍ରହାମଙ୍କୁ, ଇସ୍ହାକଙ୍କୁ ଓ ଯାକୁବଙ୍କୁ ଶପଥପୂର୍ବକ ଯେଉଁ ବାକ୍ୟ କହିଥିଲେ, ତାହା ସଫଳ କରିବା ପାଇଁ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ସମ୍ମୁଖରୁ ସେମାନଙ୍କୁ ତଡ଼ି ଦେବେ।
Ok nikech timu mabeyo kata lony maru emomiyo udhi kawo pinyno mondo obed maru; to mana nikech timbe maricho mag ogandagi ema miyo Jehova Nyasaye ma Nyasachu biro riembogi oko e wangʼu mondo ochop gima nowachone kwereu ma Ibrahim, Isaka kod Jakobo.
6 ଏନିମନ୍ତେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ଧାର୍ମିକତା ସକାଶୁ ତୁମ୍ଭକୁ ଏହି ଉତ୍ତମ ଦେଶ ଅଧିକାର କରିବାକୁ ଦେଉ ନାହାନ୍ତି, ଏହା ଜ୍ଞାତ ହୁଅ ଯେହେତୁ ତୁମ୍ଭେ ଶକ୍ତଗ୍ରୀବ ଲୋକ।
Ngʼeuru ni ok en nikech timu makare emomiyo Jehova Nyasaye ma Nyasachu miyou piny maberni mondo ukaw, nimar kadier to un joma tokgi tek.
7 ତୁମ୍ଭେ ଏହି ପ୍ରାନ୍ତର ମଧ୍ୟରେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ କିପରି କ୍ରୁଦ୍ଧ କରାଇଅଛ, ତାହା ସ୍ମରଣ କର, ତୁମ୍ଭେ ତାହା ପାସୋର ନାହିଁ; ତୁମ୍ଭେ ମିସର ଦେଶରୁ ବାହାର ହେବା ଦିନଠାରୁ ଏହି ସ୍ଥାନକୁ ଆସିବା ପର୍ଯ୍ୟନ୍ତ ତୁମ୍ଭେମାନେ ସଦାପ୍ରଭୁଙ୍କର ବିଦ୍ରୋହାଚାରୀ ହୋଇଅଛ।
Paruru wachni kendo kik wiu wil kaka ne ujimbo mirimb Jehova Nyasaye e thim. Kochakore chiengʼ mane uwuok Misri ma uchopo ka, usebedo mana ka ungʼanyo ne Jehova Nyasaye.
8 ମଧ୍ୟ ତୁମ୍ଭେମାନେ ହୋରେବରେ ସଦାପ୍ରଭୁଙ୍କୁ କ୍ରୁଦ୍ଧ କରାଇଲ, ତହିଁରେ ସଦାପ୍ରଭୁ କ୍ରୋଧ କରି ତୁମ୍ଭମାନଙ୍କୁ ବିନାଶ କରିବାକୁ ଉଦ୍ୟତ ହେଲେ।
Kane un Horeb ne ujimbo mirimb Jehova Nyasaye mane iye owangʼ modwaro tiekou.
9 ଯେତେବେଳେ ମୁଁ ପ୍ରସ୍ତରଦ୍ୱୟ, ଅର୍ଥାତ୍, ତୁମ୍ଭମାନଙ୍କ ସହିତ ସଦାପ୍ରଭୁଙ୍କ କୃତ ନିୟମର ଦୁଇ ପ୍ରସ୍ତର ଫଳକ ଗ୍ରହଣ କରିବା ପାଇଁ ପର୍ବତ ଉପରକୁ ଗଲି, ସେତେବେଳେ ମୁଁ ପର୍ବତରେ ଚାଳିଶ ଦିନ ଓ ଚାଳିଶ ରାତ୍ରି ରହିଲି; ମୁଁ ଅନ୍ନ ଭୋଜନ କିଅବା ଜଳ ପାନ କଲି ନାହିଁ,
Kane adhi e got mondo akaw chike mane ondiki e kite mopa, chike mag singruok mane Jehova Nyasaye otimo kodu, ne abet e got odiechienge piero angʼwen kod otieno piero angʼwen; kendo ne ok achiemo kata modho pi.
10 ସେସମୟରେ ସଦାପ୍ରଭୁ ମୋତେ ପରମେଶ୍ୱରଙ୍କ ଅଙ୍ଗୁଳି ଲିଖିତ ସେହି ଦୁଇ ପ୍ରସ୍ତର ଫଳକ ଦେଲେ; ପୁଣି ପର୍ବତରେ ସମାଜ-ଦିନରେ ଅଗ୍ନି ମଧ୍ୟରୁ ସଦାପ୍ରଭୁ ତୁମ୍ଭମାନଙ୍କୁ ଯାହା ଯାହା କହିଥିଲେ, ସେହି ସକଳ ବାକ୍ୟ ପ୍ରମାଣେ ତହିଁରେ ଲେଖାଯାଇଥିଲା।
Jehova Nyasaye ne omiya kite ariyo ma ondiki gi lwet Nyasaye. Kuomgi ne ondiki e chike duto mane Jehova Nyasaye owachonu koa e mach mawuok e got, e odiechieng chokruok.
11 ଆଉ ଚାଳିଶ ଦିନ ଓ ଚାଳିଶ ରାତ୍ରିର ଶେଷରେ ସଦାପ୍ରଭୁ ସେହି ଦୁଇ ପ୍ରସ୍ତର ଫଳକ, ଅର୍ଥାତ୍, ନିୟମର ଫଳକ ମୋତେ ଦେଲେ।
Kane odichienge piero angʼwen kod otieno piero angʼwen oserumo, Jehova Nyasaye nomiya kite mopa ariyo, ma gin kite mag singruok.
12 ପୁଣି ସଦାପ୍ରଭୁ ମୋତେ କହିଲେ, “ଉଠ, ଏ ସ୍ଥାନରୁ ଶୀଘ୍ର ଓହ୍ଲାଇ ଯାଅ କାରଣ ତୁମ୍ଭେ ଯେଉଁମାନଙ୍କୁ ମିସରରୁ ବାହାର କରି ଆଣିଅଛ, ତୁମ୍ଭର ସେହି ଲୋକମାନେ ଆପଣାମାନଙ୍କୁ ଭ୍ରଷ୍ଟ କରିଅଛନ୍ତି; ଆମ୍ଭେ ସେମାନଙ୍କୁ ଯେଉଁ ପଥ ବିଷୟରେ ଆଜ୍ଞା ଦେଲୁ, ତହିଁରୁ ସେମାନେ ଶୀଘ୍ର ବିମୁଖ ହୋଇଅଛନ୍ତି; ସେମାନେ ଆପଣାମାନଙ୍କ ନିମନ୍ତେ ଛାଞ୍ଚରେ ଢଳା ଏକ ପ୍ରତିମା ନିର୍ମାଣ କରିଅଛନ୍ତି।”
Eka Jehova Nyasaye nowachona niya, “Lor piny piyo piyo ia e got, nikech jogi mane igolo oa e piny Misri oselokore jo-mibadhi. Giseweyo mapiyo gik mane achikogi, kendo giseloso nyiseche mag kido.”
13 ଆହୁରି ସଦାପ୍ରଭୁ ମୋତେ କହିଲେ, “ମୁଁ ଏହି ଲୋକମାନଙ୍କୁ ଦେଖିଅଛି, ଆଉ ଦେଖ, ଏମାନେ ପ୍ରକୃତରେ ଶକ୍ତଗ୍ରୀବ ଲୋକ ଅଟନ୍ତି।
Kendo Jehova Nyasaye ne owachona niya, “Aseneno jogi, kendo gin joma tokgi tek adier!
14 ଆମ୍ଭଙ୍କୁ ଛାଡ଼ିଦିଅ, ତହିଁରେ ଆମ୍ଭେ ସେମାନଙ୍କୁ ବିନାଶ କରିବା ଓ ଆକାଶମଣ୍ଡଳ ତଳୁ ସେମାନଙ୍କ ନାମ ଲୋପ କରିବା; ମାତ୍ର ଆମ୍ଭେ ତୁମ୍ଭଠାରୁ ସେମାନଙ୍କ ଅପେକ୍ଷା ଅଧିକ ଶକ୍ତିଶାଳୀ ଓ ଏକ ମହାନ ଗୋଷ୍ଠୀ ଉତ୍ପନ୍ନ କରିବା।”
We mondo atiekgi duto mondo agol nying-gi oko e wangʼ piny kae. Abiro miyo idok oganda maratego kendo mangʼeny moloyogi.”
15 ତହିଁରେ ମୁଁ ଫେରି ପର୍ବତ ତଳକୁ ଆସିଲି, ଆଉ ପର୍ବତ ଅଗ୍ନିରେ ଜ୍ୱଳୁଥିଲା; ଆଉ ନିୟମର ସେହି ଦୁଇ ପ୍ରସ୍ତର ଫଳକ ମୋହର ଦୁଇ ହସ୍ତରେ ଥିଲା।
Omiyo nalokora kendo alor kaa e got mane oyudo wangʼ. Kite mopa ariyo motingʼo winjruok ne nitie e lweta.
16 ତହୁଁ ମୁଁ ଅନାଇଲି, ଆଉ ଦେଖ, ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ପ୍ରତିକୂଳରେ ପାପ କରିଥିଲ; ତୁମ୍ଭେମାନେ ଆପଣାମାନଙ୍କ ନିମନ୍ତେ ଛାଞ୍ଚରେ ଢଳା ଏକ ବାଛୁରି ନିର୍ମାଣ କରିଥିଲ, ସଦାପ୍ରଭୁ ତୁମ୍ଭମାନଙ୍କୁ ଯେଉଁ ପଥ ବିଷୟରେ ଆଜ୍ଞା ଦେଇଥିଲେ, ତୁମ୍ଭେମାନେ ଶୀଘ୍ର ତହିଁରୁ ବିମୁଖ ହୋଇଥିଲ।
Kane angʼiyo ne aneno ni usetimo ketho e nyim Jehova Nyasaye ma Nyasachu; kendo useloso nyasaye mar kido ma olos ka nyaroya. Uselokoru piyo ma uweyo yo ma Jehova Nyasaye ne ochikou.
17 ଏଥିରେ ମୁଁ ସେହି ଦୁଇ ପ୍ରସ୍ତର ଫଳକ ଧରି ଆପଣା ଦୁଇ ହସ୍ତରୁ ଫିଙ୍ଗି ଦେଲି ଓ ତୁମ୍ଭମାନଙ୍କ ସାକ୍ଷାତରେ ତାହା ଭାଙ୍ଗିଲି।
Omiyo ne akawo kite mopa mane ni e lweta mi adiro piny ma gitore matindo tindo e nyimu.
18 ପୁଣି ତୁମ୍ଭେମାନେ ସଦାପ୍ରଭୁଙ୍କୁ ବିରକ୍ତ କରିବା ପାଇଁ ତାହାଙ୍କ ଦୃଷ୍ଟିରେ ଦୁଷ୍କର୍ମ କରି ଯେଉଁ ପାପ କରିଥିଲ, ତୁମ୍ଭମାନଙ୍କର ସେହି ସମସ୍ତ ପାପ ସକାଶୁ ମୁଁ ପୂର୍ବଥର ପରି ଚାଳିଶ ଦିନ ଓ ଚାଳିଶ ରାତ୍ରି ସଦାପ୍ରଭୁଙ୍କ ସମ୍ମୁଖରେ ମୁହଁ ମାଡ଼ି ପଡ଼ି ରହିଲି; ମୁଁ ଅନ୍ନ ଭୋଜନ କି ଜଳ ପାନ କଲି ନାହିଁ।
Eka ne achako ariera piny e nyim Jehova Nyasaye kuom ndalo piero angʼwen odiechiengʼ gotieno; ne ok achiemo kata modho pi, nikech richo duto mane utimo, ka utimo gik mamono e nyim Jehova Nyasaye, kendo ka ujimbo mirimbe.
19 କାରଣ ସଦାପ୍ରଭୁ ତୁମ୍ଭମାନଙ୍କୁ ବିନାଶ କରିବା ପାଇଁ ତୁମ୍ଭମାନଙ୍କ ବିରୁଦ୍ଧରେ ଯେଉଁ କ୍ରୋଧ କଲେ, ସେହି କୋପ ଓ ପ୍ରଚଣ୍ଡତା ଆଗରେ ମୁଁ ଭୀତ ହେଲି। ମାତ୍ର ସଦାପ୍ରଭୁ ସେହି ଥର ମଧ୍ୟ ମୋʼ ପ୍ରତି କର୍ଣ୍ଣପାତ କଲେ।
Ne aluoro mirima kod kum mager mar Jehova Nyasaye, nimar mirima nomake ahinya mar tiekou. To kata kamano nowinjo ywakna kendo.
20 ଆଉ ସଦାପ୍ରଭୁ ହାରୋଣଙ୍କୁ ବିନାଶ କରିବା ପାଇଁ ଅତିଶୟ କୋପ କଲେ; ମୁଁ ସେସମୟରେ ମଧ୍ୟ ହାରୋଣଙ୍କ ପାଇଁ ପ୍ରାର୍ଥନା କଲି।
Jehova Nyasaye ne iye owangʼ gi Harun mi odwaro tieke, to e kindeno ne alemone Harun bende.
21 ପୁଣି ମୁଁ ତୁମ୍ଭମାନଙ୍କ ପାପ ସ୍ୱରୂପ, ଅର୍ଥାତ୍, ସେହି ଯେଉଁ ବାଛୁରି ତୁମ୍ଭେମାନେ ନିର୍ମାଣ କରିଥିଲ, ତାହା ନେଇ ଅଗ୍ନିରେ ଦଗ୍ଧ କଲି ଓ ତାହା ଧୂଳି ପରି ସୂକ୍ଷ୍ମ ହେବା ପର୍ଯ୍ୟନ୍ତ ପେଷି ଚୂର୍ଣ୍ଣ କଲି; ତହୁଁ ମୁଁ ତହିଁର ଧୂଳି ପର୍ବତ ନିର୍ଗତ ଜଳସ୍ରୋତରେ ନିକ୍ଷେପ କଲି।
Bende ne akawo giru mar kethono, ma en kido mar nyaroya mane uloso, mine awangʼe e mach. Bangʼe ne atoye matindo tindo narege mayom kaka mogo, eka ne akire e aora mamol koa e got.
22 ପୁଣି ତୁମ୍ଭେମାନେ ତବୀୟେରାରେ, ମଃସାରେ ଓ କିବ୍ରୋତ୍-ହତ୍ତାବାରେ ସଦାପ୍ରଭୁଙ୍କୁ କ୍ରୁଦ୍ଧ କରାଇଲ।
Bende ne umiyo Jehova Nyasaye mirima ka un Tabera, Masa, kod Kibroth Hatava.
23 ତହିଁ ଉତ୍ତାରେ ସଦାପ୍ରଭୁ ଯେଉଁ ସମୟରେ କାଦେଶ-ବର୍ଣ୍ଣେୟଠାରୁ ତୁମ୍ଭମାନଙ୍କୁ ପଠାଇ କହିଲେ, “ଆମ୍ଭେ ତୁମ୍ଭମାନଙ୍କୁ ଯେଉଁ ଦେଶ ଦେଇଅଛୁ, ତୁମ୍ଭେମାନେ ଉଠିଯାଇ ତାହା ଅଧିକାର କର; ସେସମୟରେ ତୁମ୍ଭେମାନେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ଆଜ୍ଞାର ବିଦ୍ରୋହାଚାରୀ ହେଲ ଓ ତୁମ୍ଭେମାନେ ତାହାଙ୍କୁ ବିଶ୍ୱାସ କଲ ନାହିଁ, କିଅବା ତାହାଙ୍କ ରବ ଶୁଣିଲ ନାହିଁ।”
Kendo kane Jehova Nyasaye ogolou Kadesh Barnea nowacho niya, “Dhiuru mondo ukaw piny ma asemiyou.” To ne ungʼanyo ne chike mag Jehova Nyasaye ma Nyasachu, ne ok ugeno kuome kata miye luor.
24 ମୁଁ ତୁମ୍ଭମାନଙ୍କୁ ଜାଣିବା ଦିନଠାରୁ ତୁମ୍ଭେମାନେ ସଦାପ୍ରଭୁଙ୍କର ବିଦ୍ରୋହାଚାରୀ ହୋଇ ଆସିଅଛ।
Usebedo ka ungʼanyo ne Jehova Nyasaye ndalo duto ma asengʼeyoue.
25 ଏହିରୂପେ ମୋହର ମୁହଁ ମାଡ଼ି ପଡ଼ିବାର ଚାଳିଶ ଦିନ ଓ ଚାଳିଶ ରାତ୍ରି ମୁଁ ସଦାପ୍ରଭୁଙ୍କ ସମ୍ମୁଖରେ ପୂର୍ବଥର ପରି ମୁହଁ ମାଡ଼ି ପଡ଼ି ରହିଲି; କାରଣ ସଦାପ୍ରଭୁ ତୁମ୍ଭମାନଙ୍କୁ ବିନାଶ କରିବାକୁ କହିଥିଲେ।
Ne ariera piny ndalo piero angʼwen odiechiengʼ gotieno nikech Jehova Nyasaye nowacho ni obiro tiekou.
26 ପୁଣି ମୁଁ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରି କହିଲି, “ହେ ପ୍ରଭୋ ସଦାପ୍ରଭୋ, ତୁମ୍ଭେ ଆପଣା ଲୋକଙ୍କୁ ଓ ଆପଣା ଅଧିକାରକୁ ବିନାଶ କର ନାହିଁ, ତୁମ୍ଭେ ଆପଣା ମହିମାରେ ସେମାନଙ୍କୁ ମୁକ୍ତ କରିଅଛ, ତୁମ୍ଭେ ସେମାନଙ୍କୁ ବଳବାନ ହସ୍ତ ଦ୍ୱାରା ମିସରରୁ ବାହାର କରି ଆଣିଅଛ।
Ne alamo Jehova Nyasaye kawacho niya, “Yaye Nyasaye Manyalo Gik Moko Duto, kik itiek jogigi, ma gin girkeni mari iwuon mane ireso gi badi maratego e piny Misri.
27 ଅବ୍ରହାମ, ଇସ୍ହାକ ଓ ଯାକୁବ, ତୁମ୍ଭର ଏହି ଦାସମାନଙ୍କୁ ସ୍ମରଣ କର; ଏହି ଲୋକମାନଙ୍କ ଅବାଧ୍ୟତା ପ୍ରତି, କି ସେମାନଙ୍କ ଦୁଷ୍ଟତା ପ୍ରତି, କିଅବା ସେମାନଙ୍କ ପାପ ପ୍ରତି ଦୃଷ୍ଟି କର ନାହିଁ।
Par jotichni ma gin Ibrahim, Isaka kod Jakobo kendo kik ine wich teko margi, timbegi maricho kod richo mag-gi
28 କେଜାଣି, ତୁମ୍ଭେ ଆମ୍ଭମାନଙ୍କୁ ଯେଉଁଠାରୁ ବାହାର କରି ଆଣିଅଛ, ସେହି ଦେଶର ଲୋକେ କହିବେ, ‘ସଦାପ୍ରଭୁ ଏମାନଙ୍କୁ ଯେଉଁ ଦେଶ ଦେବାକୁ ପ୍ରତିଜ୍ଞା କରିଥିଲେ, ସେଠାକୁ ସେମାନଙ୍କୁ ନେଇଯାଇ ନ ପାରିବାରୁ ଓ ସେମାନଙ୍କୁ ଘୃଣା କରିବାରୁ ଏହି ପ୍ରାନ୍ତରରେ ବଧ କରିବା ପାଇଁ ବାହାର କରି ଆଣିଅଛନ୍ତି।’
Ka ok kamano to piny mane igolowa biro wacho ni, ‘Nikech Jehova Nyasaye ne ok nyal kawogi matergi e piny mane osesingonegi kendo nikech ne ok oherogi, to Jehova Nyasaye osetero joge e thim mondo otho kuno nikech osin kodgi.’
29 ତଥାପି ସେମାନେ ତ ତୁମ୍ଭର ଲୋକ ଓ ତୁମ୍ଭର ଅଧିକାର, ତୁମ୍ଭେ ସେମାନଙ୍କୁ ଆପଣା ମହାଶକ୍ତି ଓ ବିସ୍ତାରିତ ବାହୁ ଦ୍ୱାରା ବାହାର କରି ଆଣିଅଛ।”
To ngʼe ni gin jogi owuon kendo ma girkeni mari mane igolo gi tekoni maduongʼ kod bat morie.”