< ମୋଶାଙ୍କ ଲିଖିତ ପଞ୍ଚମ ପୁସ୍ତକ 9 >
1 ହେ ଇସ୍ରାଏଲ, ଶୁଣ ତୁମ୍ଭେ ଆପଣାଠାରୁ ଅଧିକ ପ୍ରବଳ ଓ ବଳବାନ ଗୋଷ୍ଠୀୟ ଲୋକମାନଙ୍କୁ, ଆଉ ପ୍ରାଚୀର-ବେଷ୍ଟିତ ବୃହତ ଓ ଗଗନସ୍ପର୍ଶୀ ନଗରମାନଙ୍କୁ ଅଧିକାର କରିବା ପାଇଁ ଆଜି ଯର୍ଦ୍ଦନ ପାର ହୋଇ ଯାଉଅଛ;
Ku ji, ya Isra’ila. Kuna gab da haye Urdun, ku shiga, ku kuma kori al’ummai da suka fi ku yawa, suka kuma fi ku ƙarfi, masu manyan biranen da suke da katangar da suka yi tsaye zuwa sama.
2 ସେହି ଲୋକମାନେ ଅନାକୀୟମାନଙ୍କ ସନ୍ତାନ, ବଳବାନ ଓ ଲମ୍ବା, ତୁମ୍ଭେ ସେମାନଙ୍କୁ ଜାଣୁଅଛ, ପୁଣି ସେମାନଙ୍କ ବିଷୟରେ ଏହା କୁହାଯିବାର ତୁମ୍ଭେ ଶୁଣିଅଛ ଯେ, “ଅନାକର ସନ୍ତାନମାନଙ୍କ ସମ୍ମୁଖରେ କିଏ ଛିଡ଼ା ହୋଇପାରେ?”
Mutane ne masu ƙarfi, kuma dogaye, zuriyar Anakawa! Ai, kun ji akan ce, “Wa zai iya tsayayya da Anakawa?”
3 ଏଣୁ ଆଜି ଜ୍ଞାତ ହୁଅ ଯେ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ସ୍ୱୟଂ ଗ୍ରାସକାରୀ ଅଗ୍ନି ସ୍ୱରୂପ ହୋଇ ତୁମ୍ଭ ଆଗେ ଆଗେ ଗମନ କରୁଅଛନ୍ତି; ସେ ସେମାନଙ୍କୁ ସଂହାର କରିବେ ଓ ସେମାନଙ୍କୁ ତୁମ୍ଭ ସମ୍ମୁଖରେ ନତ କରିବେ; ତହିଁରେ ତୁମ୍ଭ ପ୍ରତି ସଦାପ୍ରଭୁଙ୍କ ବାକ୍ୟାନୁସାରେ ତୁମ୍ଭେ ସେମାନଙ୍କୁ ତଡ଼ି ଦେବ ଓ ସେମାନଙ୍କୁ ଶୀଘ୍ର ବିନାଶ କରିବ।
Amma ku zauna da sani a yau, cewa Ubangiji Allahnku, shi ne wanda ya ƙetare ya sha gabanku kamar wuta mai cinyewa. Zai hallaka su, zai rinjaye su a gabanku. Za ku kore su, ku kuma hallaka su nan da nan, yadda Ubangiji ya yi muku alkawari.
4 ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ସମ୍ମୁଖରୁ ସେମାନଙ୍କୁ ତଡ଼ିଦେଲା ଉତ୍ତାରେ ତୁମ୍ଭେ ଆପଣା ମନେ ମନେ କହିବ ନାହିଁ ଯେ, “ଆମ୍ଭ ଧାର୍ମିକତା ସକାଶୁ ସଦାପ୍ରଭୁ ଆମ୍ଭକୁ ଏହି ଦେଶ ଅଧିକାର କରଣାର୍ଥେ ଆଣିଅଛନ୍ତି;” ଯେହେତୁ ସେହି ଗୋଷ୍ଠୀୟ ଲୋକମାନଙ୍କ ଦୁଷ୍ଟତା ସକାଶୁ ସଦାପ୍ରଭୁ ତୁମ୍ଭ ସମ୍ମୁଖରୁ ସେମାନଙ୍କୁ ତଡ଼ି ଦେବେ।
Bayan Ubangiji Allahnku ya kore su a gabanku, kada ku faɗa a zuciyarku, “Ubangiji ya kawo mu a nan, mu mallaki wannan ƙasa saboda adalcinmu ne.” A’a, saboda muguntar waɗannan al’umma ne ya sa Ubangiji ya kore su a gabanku.
5 ତୁମ୍ଭେ ଆପଣା ଧାର୍ମିକତା ଅବା ହୃଦୟର ସରଳତା ସକାଶୁ ସେମାନଙ୍କ ଦେଶ ଅଧିକାର କରିବାକୁ ଯାଉଅଛ, ତାହା ନୁହେଁ ମାତ୍ର ସେହି ଗୋଷ୍ଠୀୟ ଲୋକମାନଙ୍କ ଦୁଷ୍ଟତା ସକାଶୁ, ଆଉ ତୁମ୍ଭ ପୂର୍ବପୁରୁଷ ଅବ୍ରହାମଙ୍କୁ, ଇସ୍ହାକଙ୍କୁ ଓ ଯାକୁବଙ୍କୁ ଶପଥପୂର୍ବକ ଯେଉଁ ବାକ୍ୟ କହିଥିଲେ, ତାହା ସଫଳ କରିବା ପାଇଁ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ସମ୍ମୁଖରୁ ସେମାନଙ୍କୁ ତଡ଼ି ଦେବେ।
Ba domin adalci ko mutuncinku ba ne ya sa za ku mallaki ƙasarsu; sai dai saboda muguntar al’umman nan ne ya sa Ubangiji Allahnku yana korinsu a gabanku don yă cika abin da ya rantse wa kakanninku, wato, Ibrahim, Ishaku da Yaƙub.
6 ଏନିମନ୍ତେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ଧାର୍ମିକତା ସକାଶୁ ତୁମ୍ଭକୁ ଏହି ଉତ୍ତମ ଦେଶ ଅଧିକାର କରିବାକୁ ଦେଉ ନାହାନ୍ତି, ଏହା ଜ୍ଞାତ ହୁଅ ଯେହେତୁ ତୁମ୍ଭେ ଶକ୍ତଗ୍ରୀବ ଲୋକ।
Ku gane wannan, cewa ba domin adalcinku ba ne ya sa Ubangiji Allahnku yana ba ku wannan ƙasa mai kyau, ku mallaki, gama ku mutane masu taurinkai ne.
7 ତୁମ୍ଭେ ଏହି ପ୍ରାନ୍ତର ମଧ୍ୟରେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ କିପରି କ୍ରୁଦ୍ଧ କରାଇଅଛ, ତାହା ସ୍ମରଣ କର, ତୁମ୍ଭେ ତାହା ପାସୋର ନାହିଁ; ତୁମ୍ଭେ ମିସର ଦେଶରୁ ବାହାର ହେବା ଦିନଠାରୁ ଏହି ସ୍ଥାନକୁ ଆସିବା ପର୍ଯ୍ୟନ୍ତ ତୁମ୍ଭେମାନେ ସଦାପ୍ରଭୁଙ୍କର ବିଦ୍ରୋହାଚାରୀ ହୋଇଅଛ।
Ku tuna da wannan, kada kuma ku manta yadda kuka tsokane Ubangiji Allahnku, har ya yi fushi a hamada. Daga ranar da kuka bar Masar har sai da kuka isa nan, kuna ta tawaye wa Ubangiji.
8 ମଧ୍ୟ ତୁମ୍ଭେମାନେ ହୋରେବରେ ସଦାପ୍ରଭୁଙ୍କୁ କ୍ରୁଦ୍ଧ କରାଇଲ, ତହିଁରେ ସଦାପ୍ରଭୁ କ୍ରୋଧ କରି ତୁମ୍ଭମାନଙ୍କୁ ବିନାଶ କରିବାକୁ ଉଦ୍ୟତ ହେଲେ।
A Horeb, kun tayar wa Ubangiji har ya yi fushin da ya isa yă hallaka ku.
9 ଯେତେବେଳେ ମୁଁ ପ୍ରସ୍ତରଦ୍ୱୟ, ଅର୍ଥାତ୍, ତୁମ୍ଭମାନଙ୍କ ସହିତ ସଦାପ୍ରଭୁଙ୍କ କୃତ ନିୟମର ଦୁଇ ପ୍ରସ୍ତର ଫଳକ ଗ୍ରହଣ କରିବା ପାଇଁ ପର୍ବତ ଉପରକୁ ଗଲି, ସେତେବେଳେ ମୁଁ ପର୍ବତରେ ଚାଳିଶ ଦିନ ଓ ଚାଳିଶ ରାତ୍ରି ରହିଲି; ମୁଁ ଅନ୍ନ ଭୋଜନ କିଅବା ଜଳ ପାନ କଲି ନାହିଁ,
Sa’ad da na hau kan dutse don in karɓi allunan dutse, allunan alkawarin da Ubangiji ya yi da ku, na zauna a kan dutse yini arba’in da dare arba’in; ban ci abinci ba, ban sha ruwa ba.
10 ସେସମୟରେ ସଦାପ୍ରଭୁ ମୋତେ ପରମେଶ୍ୱରଙ୍କ ଅଙ୍ଗୁଳି ଲିଖିତ ସେହି ଦୁଇ ପ୍ରସ୍ତର ଫଳକ ଦେଲେ; ପୁଣି ପର୍ବତରେ ସମାଜ-ଦିନରେ ଅଗ୍ନି ମଧ୍ୟରୁ ସଦାପ୍ରଭୁ ତୁମ୍ଭମାନଙ୍କୁ ଯାହା ଯାହା କହିଥିଲେ, ସେହି ସକଳ ବାକ୍ୟ ପ୍ରମାଣେ ତହିଁରେ ଲେଖାଯାଇଥିଲା।
Ubangiji ya ba ni alluna biyu wanda shi kansa ya yi rubutu da yatsarsa. A kansu akwai dukan umarnan Ubangiji da an furta muku a kan dutse a tsakiyar wuta, a ranar taron jama’a.
11 ଆଉ ଚାଳିଶ ଦିନ ଓ ଚାଳିଶ ରାତ୍ରିର ଶେଷରେ ସଦାପ୍ରଭୁ ସେହି ଦୁଇ ପ୍ରସ୍ତର ଫଳକ, ଅର୍ଥାତ୍, ନିୟମର ଫଳକ ମୋତେ ଦେଲେ।
A ƙarshen yini arba’in da dare arba’in ɗin, Ubangiji ya ba ni alluna biyu na dutse, allunan alkawari.
12 ପୁଣି ସଦାପ୍ରଭୁ ମୋତେ କହିଲେ, “ଉଠ, ଏ ସ୍ଥାନରୁ ଶୀଘ୍ର ଓହ୍ଲାଇ ଯାଅ କାରଣ ତୁମ୍ଭେ ଯେଉଁମାନଙ୍କୁ ମିସରରୁ ବାହାର କରି ଆଣିଅଛ, ତୁମ୍ଭର ସେହି ଲୋକମାନେ ଆପଣାମାନଙ୍କୁ ଭ୍ରଷ୍ଟ କରିଅଛନ୍ତି; ଆମ୍ଭେ ସେମାନଙ୍କୁ ଯେଉଁ ପଥ ବିଷୟରେ ଆଜ୍ଞା ଦେଲୁ, ତହିଁରୁ ସେମାନେ ଶୀଘ୍ର ବିମୁଖ ହୋଇଅଛନ୍ତି; ସେମାନେ ଆପଣାମାନଙ୍କ ନିମନ୍ତେ ଛାଞ୍ଚରେ ଢଳା ଏକ ପ୍ରତିମା ନିର୍ମାଣ କରିଅଛନ୍ତି।”
Sa’an nan Ubangiji ya faɗa mini, “Sauka daga nan da sauri, domin mutanenka waɗanda ka fitar da su daga Masar sun lalace. Sun juye da sauri daga abin da na umarce su, suka kuma yi zubin gunki wa kansu.”
13 ଆହୁରି ସଦାପ୍ରଭୁ ମୋତେ କହିଲେ, “ମୁଁ ଏହି ଲୋକମାନଙ୍କୁ ଦେଖିଅଛି, ଆଉ ଦେଖ, ଏମାନେ ପ୍ରକୃତରେ ଶକ୍ତଗ୍ରୀବ ଲୋକ ଅଟନ୍ତି।
Sai Ubangiji ya ce mini, “Na ga mutanen nan, su masu taurinkai ne sosai!
14 ଆମ୍ଭଙ୍କୁ ଛାଡ଼ିଦିଅ, ତହିଁରେ ଆମ୍ଭେ ସେମାନଙ୍କୁ ବିନାଶ କରିବା ଓ ଆକାଶମଣ୍ଡଳ ତଳୁ ସେମାନଙ୍କ ନାମ ଲୋପ କରିବା; ମାତ୍ର ଆମ୍ଭେ ତୁମ୍ଭଠାରୁ ସେମାନଙ୍କ ଅପେକ୍ଷା ଅଧିକ ଶକ୍ତିଶାଳୀ ଓ ଏକ ମହାନ ଗୋଷ୍ଠୀ ଉତ୍ପନ୍ନ କରିବା।”
Bar ni kawai, in hallaka su, in kuma shafe sunansu daga ƙarƙashin sama. Zan kuwa yi maka wata al’umma mafi ƙarfi da kuma masu yawa fiye da su.”
15 ତହିଁରେ ମୁଁ ଫେରି ପର୍ବତ ତଳକୁ ଆସିଲି, ଆଉ ପର୍ବତ ଅଗ୍ନିରେ ଜ୍ୱଳୁଥିଲା; ଆଉ ନିୟମର ସେହି ଦୁଇ ପ୍ରସ୍ତର ଫଳକ ମୋହର ଦୁଇ ହସ୍ତରେ ଥିଲା।
Saboda haka na juya, na sauko daga dutsen yayinda yake cin wuta. Allunan biyu na alkawarin kuma suna a hannuwana.
16 ତହୁଁ ମୁଁ ଅନାଇଲି, ଆଉ ଦେଖ, ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ପ୍ରତିକୂଳରେ ପାପ କରିଥିଲ; ତୁମ୍ଭେମାନେ ଆପଣାମାନଙ୍କ ନିମନ୍ତେ ଛାଞ୍ଚରେ ଢଳା ଏକ ବାଛୁରି ନିର୍ମାଣ କରିଥିଲ, ସଦାପ୍ରଭୁ ତୁମ୍ଭମାନଙ୍କୁ ଯେଉଁ ପଥ ବିଷୟରେ ଆଜ୍ଞା ଦେଇଥିଲେ, ତୁମ୍ଭେମାନେ ଶୀଘ୍ର ତହିଁରୁ ବିମୁଖ ହୋଇଥିଲ।
Sa’ad da na duba, sai na ga cewa kun yi zunubi wa Ubangiji Allahnku; kun yi wa kanku gunkin da kuka yi zubi a siffar ɗan maraƙi. Kun kauce da sauri daga hanyar da Ubangiji ya umarce ku.
17 ଏଥିରେ ମୁଁ ସେହି ଦୁଇ ପ୍ରସ୍ତର ଫଳକ ଧରି ଆପଣା ଦୁଇ ହସ୍ତରୁ ଫିଙ୍ଗି ଦେଲି ଓ ତୁମ୍ଭମାନଙ୍କ ସାକ୍ଷାତରେ ତାହା ଭାଙ୍ଗିଲି।
Saboda haka na ɗauko alluna biyun na jefar da su daga hannuwana, na farfashe su a idanunku.
18 ପୁଣି ତୁମ୍ଭେମାନେ ସଦାପ୍ରଭୁଙ୍କୁ ବିରକ୍ତ କରିବା ପାଇଁ ତାହାଙ୍କ ଦୃଷ୍ଟିରେ ଦୁଷ୍କର୍ମ କରି ଯେଉଁ ପାପ କରିଥିଲ, ତୁମ୍ଭମାନଙ୍କର ସେହି ସମସ୍ତ ପାପ ସକାଶୁ ମୁଁ ପୂର୍ବଥର ପରି ଚାଳିଶ ଦିନ ଓ ଚାଳିଶ ରାତ୍ରି ସଦାପ୍ରଭୁଙ୍କ ସମ୍ମୁଖରେ ମୁହଁ ମାଡ଼ି ପଡ଼ି ରହିଲି; ମୁଁ ଅନ୍ନ ଭୋଜନ କି ଜଳ ପାନ କଲି ନାହିଁ।
Sai nan da nan kuma na fāɗi rubda ciki a gaban Ubangiji, yini arba’in da dare arba’in; ban ci ba, ban sha ba, kamar yadda dā na yi, duka saboda zunubin da kuka aikata a gaban Ubangiji. Ta haka kuka tsokane shi don yă yi fushi.
19 କାରଣ ସଦାପ୍ରଭୁ ତୁମ୍ଭମାନଙ୍କୁ ବିନାଶ କରିବା ପାଇଁ ତୁମ୍ଭମାନଙ୍କ ବିରୁଦ୍ଧରେ ଯେଉଁ କ୍ରୋଧ କଲେ, ସେହି କୋପ ଓ ପ୍ରଚଣ୍ଡତା ଆଗରେ ମୁଁ ଭୀତ ହେଲି। ମାତ୍ର ସଦାପ୍ରଭୁ ସେହି ଥର ମଧ୍ୟ ମୋʼ ପ୍ରତି କର୍ଣ୍ଣପାତ କଲେ।
Na ji tsoron fushi da hasalar Ubangiji, gama ya yi fushin da ku da ya isa yă hallaka ku. Amma na yi roƙo a lokacin, Ubangiji kuwa ya saurare ni.
20 ଆଉ ସଦାପ୍ରଭୁ ହାରୋଣଙ୍କୁ ବିନାଶ କରିବା ପାଇଁ ଅତିଶୟ କୋପ କଲେ; ମୁଁ ସେସମୟରେ ମଧ୍ୟ ହାରୋଣଙ୍କ ପାଇଁ ପ୍ରାର୍ଥନା କଲି।
Ubangiji ya yi fushi sosai da Haruna, har ya yi niyya yă hallaka shi, amma a wannan lokaci, na yi addu’a saboda Haruna shi ma.
21 ପୁଣି ମୁଁ ତୁମ୍ଭମାନଙ୍କ ପାପ ସ୍ୱରୂପ, ଅର୍ଥାତ୍, ସେହି ଯେଉଁ ବାଛୁରି ତୁମ୍ଭେମାନେ ନିର୍ମାଣ କରିଥିଲ, ତାହା ନେଇ ଅଗ୍ନିରେ ଦଗ୍ଧ କଲି ଓ ତାହା ଧୂଳି ପରି ସୂକ୍ଷ୍ମ ହେବା ପର୍ଯ୍ୟନ୍ତ ପେଷି ଚୂର୍ଣ୍ଣ କଲି; ତହୁଁ ମୁଁ ତହିଁର ଧୂଳି ପର୍ବତ ନିର୍ଗତ ଜଳସ୍ରୋତରେ ନିକ୍ଷେପ କଲି।
Sa’an nan na ɗauki kayan zunubin da kuka yi, wato, gunkin ɗan bijimi, na ƙone shi da wuta, na farfashe shi, na niƙa shi liɓis, sai da ya zama kamar ƙura mai laushi, na zubar da ƙurar a cikin ruwan rafin da yake gangarowa daga dutse.
22 ପୁଣି ତୁମ୍ଭେମାନେ ତବୀୟେରାରେ, ମଃସାରେ ଓ କିବ୍ରୋତ୍-ହତ୍ତାବାରେ ସଦାପ୍ରଭୁଙ୍କୁ କ୍ରୁଦ୍ଧ କରାଇଲ।
Kun kuma sa Ubangiji ya yi fushi a Tabera, a Massa da kuma a Kibrot Hatta’awa.
23 ତହିଁ ଉତ୍ତାରେ ସଦାପ୍ରଭୁ ଯେଉଁ ସମୟରେ କାଦେଶ-ବର୍ଣ୍ଣେୟଠାରୁ ତୁମ୍ଭମାନଙ୍କୁ ପଠାଇ କହିଲେ, “ଆମ୍ଭେ ତୁମ୍ଭମାନଙ୍କୁ ଯେଉଁ ଦେଶ ଦେଇଅଛୁ, ତୁମ୍ଭେମାନେ ଉଠିଯାଇ ତାହା ଅଧିକାର କର; ସେସମୟରେ ତୁମ୍ଭେମାନେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ଆଜ୍ଞାର ବିଦ୍ରୋହାଚାରୀ ହେଲ ଓ ତୁମ୍ଭେମାନେ ତାହାଙ୍କୁ ବିଶ୍ୱାସ କଲ ନାହିଁ, କିଅବା ତାହାଙ୍କ ରବ ଶୁଣିଲ ନାହିଁ।”
Sa’ad da Ubangiji ya aike ku daga Kadesh Barneya ya ce, “Ku haura ku mallaki ƙasar da na ba ku.” Amma kuka yi tawaye ga umarnin Ubangiji Allahnku. Ba ku amince da shi, ko ku yi masa biyayya ba.
24 ମୁଁ ତୁମ୍ଭମାନଙ୍କୁ ଜାଣିବା ଦିନଠାରୁ ତୁମ୍ଭେମାନେ ସଦାପ୍ରଭୁଙ୍କର ବିଦ୍ରୋହାଚାରୀ ହୋଇ ଆସିଅଛ।
Kun yi ta tawaye wa Ubangiji tun ran da na san ku.
25 ଏହିରୂପେ ମୋହର ମୁହଁ ମାଡ଼ି ପଡ଼ିବାର ଚାଳିଶ ଦିନ ଓ ଚାଳିଶ ରାତ୍ରି ମୁଁ ସଦାପ୍ରଭୁଙ୍କ ସମ୍ମୁଖରେ ପୂର୍ବଥର ପରି ମୁହଁ ମାଡ଼ି ପଡ଼ି ରହିଲି; କାରଣ ସଦାପ୍ରଭୁ ତୁମ୍ଭମାନଙ୍କୁ ବିନାଶ କରିବାକୁ କହିଥିଲେ।
Na kwanta rubda ciki a gaban Ubangiji waɗannan yini arba’in da dare arba’in domin Ubangiji ya ce zai hallaka ku.
26 ପୁଣି ମୁଁ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରି କହିଲି, “ହେ ପ୍ରଭୋ ସଦାପ୍ରଭୋ, ତୁମ୍ଭେ ଆପଣା ଲୋକଙ୍କୁ ଓ ଆପଣା ଅଧିକାରକୁ ବିନାଶ କର ନାହିଁ, ତୁମ୍ଭେ ଆପଣା ମହିମାରେ ସେମାନଙ୍କୁ ମୁକ୍ତ କରିଅଛ, ତୁମ୍ଭେ ସେମାନଙ୍କୁ ବଳବାନ ହସ୍ତ ଦ୍ୱାରା ମିସରରୁ ବାହାର କରି ଆଣିଅଛ।
Na yi addu’a ga Ubangiji na ce, “Ya Ubangiji Mai Iko Duka, kada ka hallaka mutanenka, gādon kanka, da ka fansa ta wurin ikonka mai girma, ka kuma fitar da su daga Masar da hannu mai ƙarfi.
27 ଅବ୍ରହାମ, ଇସ୍ହାକ ଓ ଯାକୁବ, ତୁମ୍ଭର ଏହି ଦାସମାନଙ୍କୁ ସ୍ମରଣ କର; ଏହି ଲୋକମାନଙ୍କ ଅବାଧ୍ୟତା ପ୍ରତି, କି ସେମାନଙ୍କ ଦୁଷ୍ଟତା ପ୍ରତି, କିଅବା ସେମାନଙ୍କ ପାପ ପ୍ରତି ଦୃଷ୍ଟି କର ନାହିଁ।
Ka tuna da bayinka Ibrahim, Ishaku da Yaƙub. Kada ka kula da taurinkan, mugunta da kuma zunubin wannan mutane.
28 କେଜାଣି, ତୁମ୍ଭେ ଆମ୍ଭମାନଙ୍କୁ ଯେଉଁଠାରୁ ବାହାର କରି ଆଣିଅଛ, ସେହି ଦେଶର ଲୋକେ କହିବେ, ‘ସଦାପ୍ରଭୁ ଏମାନଙ୍କୁ ଯେଉଁ ଦେଶ ଦେବାକୁ ପ୍ରତିଜ୍ଞା କରିଥିଲେ, ସେଠାକୁ ସେମାନଙ୍କୁ ନେଇଯାଇ ନ ପାରିବାରୁ ଓ ସେମାନଙ୍କୁ ଘୃଣା କରିବାରୁ ଏହି ପ୍ରାନ୍ତରରେ ବଧ କରିବା ପାଇଁ ବାହାର କରି ଆଣିଅଛନ୍ତି।’
In ba haka ba, ƙasar da ka fitar da mu, za tă ce, ‘Domin Ubangiji bai iya kai su cikin ƙasar da ya yi musu alkawari ba ne, kuma domin ya ƙi su, shi ya sa ya fitar da su ya kashe su a hamada.’
29 ତଥାପି ସେମାନେ ତ ତୁମ୍ଭର ଲୋକ ଓ ତୁମ୍ଭର ଅଧିକାର, ତୁମ୍ଭେ ସେମାନଙ୍କୁ ଆପଣା ମହାଶକ୍ତି ଓ ବିସ୍ତାରିତ ବାହୁ ଦ୍ୱାରା ବାହାର କରି ଆଣିଅଛ।”
Amma su mutanenka ne, gādonka da ka fitar ta wurin ikonka mai girma, da kuma hannunka mai ƙarfi.”