< ମୋଶାଙ୍କ ଲିଖିତ ପଞ୍ଚମ ପୁସ୍ତକ 9 >

1 ହେ ଇସ୍ରାଏଲ, ଶୁଣ ତୁମ୍ଭେ ଆପଣାଠାରୁ ଅଧିକ ପ୍ରବଳ ଓ ବଳବାନ ଗୋଷ୍ଠୀୟ ଲୋକମାନଙ୍କୁ, ଆଉ ପ୍ରାଚୀର-ବେଷ୍ଟିତ ବୃହତ ଓ ଗଗନସ୍ପର୍ଶୀ ନଗରମାନଙ୍କୁ ଅଧିକାର କରିବା ପାଇଁ ଆଜି ଯର୍ଦ୍ଦନ ପାର ହୋଇ ଯାଉଅଛ;
イスラエルよ、聞きなさい。あなたは、きょう、ヨルダンを渡って行って、あなたよりも大きく、かつ強い国々を取ろうとしている。その町々は大きく、石がきは天に達している。
2 ସେହି ଲୋକମାନେ ଅନାକୀୟମାନଙ୍କ ସନ୍ତାନ, ବଳବାନ ଓ ଲମ୍ବା, ତୁମ୍ଭେ ସେମାନଙ୍କୁ ଜାଣୁଅଛ, ପୁଣି ସେମାନଙ୍କ ବିଷୟରେ ଏହା କୁହାଯିବାର ତୁମ୍ଭେ ଶୁଣିଅଛ ଯେ, “ଅନାକର ସନ୍ତାନମାନଙ୍କ ସମ୍ମୁଖରେ କିଏ ଛିଡ଼ା ହୋଇପାରେ?”
その民は、あなたの知っているアナクびとの子孫であって、大きく、また背が高い。あなたはまた『アナクの子孫の前に、だれが立つことができようか』と人の言うのを聞いた。
3 ଏଣୁ ଆଜି ଜ୍ଞାତ ହୁଅ ଯେ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ସ୍ୱୟଂ ଗ୍ରାସକାରୀ ଅଗ୍ନି ସ୍ୱରୂପ ହୋଇ ତୁମ୍ଭ ଆଗେ ଆଗେ ଗମନ କରୁଅଛନ୍ତି; ସେ ସେମାନଙ୍କୁ ସଂହାର କରିବେ ଓ ସେମାନଙ୍କୁ ତୁମ୍ଭ ସମ୍ମୁଖରେ ନତ କରିବେ; ତହିଁରେ ତୁମ୍ଭ ପ୍ରତି ସଦାପ୍ରଭୁଙ୍କ ବାକ୍ୟାନୁସାରେ ତୁମ୍ଭେ ସେମାନଙ୍କୁ ତଡ଼ି ଦେବ ଓ ସେମାନଙ୍କୁ ଶୀଘ୍ର ବିନାଶ କରିବ।
それゆえ、あなたは、きょう、あなたの神、主は焼きつくす火であって、あなたの前に進まれることを知らなければならない。主は彼らを滅ぼし、彼らをあなたの前に屈伏させられるであろう。主があなたに言われたように、彼らを追い払い、すみやかに滅ぼさなければならない。
4 ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ସମ୍ମୁଖରୁ ସେମାନଙ୍କୁ ତଡ଼ିଦେଲା ଉତ୍ତାରେ ତୁମ୍ଭେ ଆପଣା ମନେ ମନେ କହିବ ନାହିଁ ଯେ, “ଆମ୍ଭ ଧାର୍ମିକତା ସକାଶୁ ସଦାପ୍ରଭୁ ଆମ୍ଭକୁ ଏହି ଦେଶ ଅଧିକାର କରଣାର୍ଥେ ଆଣିଅଛନ୍ତି;” ଯେହେତୁ ସେହି ଗୋଷ୍ଠୀୟ ଲୋକମାନଙ୍କ ଦୁଷ୍ଟତା ସକାଶୁ ସଦାପ୍ରଭୁ ତୁମ୍ଭ ସମ୍ମୁଖରୁ ସେମାନଙ୍କୁ ତଡ଼ି ଦେବେ।
あなたの神、主があなたの前から彼らを追い払われた後に、あなたは心のなかで『わたしが正しいから主はわたしをこの地に導き入れてこれを獲させられた』と言ってはならない。この国々の民が悪いから、主はこれをあなたの前から追い払われるのである。
5 ତୁମ୍ଭେ ଆପଣା ଧାର୍ମିକତା ଅବା ହୃଦୟର ସରଳତା ସକାଶୁ ସେମାନଙ୍କ ଦେଶ ଅଧିକାର କରିବାକୁ ଯାଉଅଛ, ତାହା ନୁହେଁ ମାତ୍ର ସେହି ଗୋଷ୍ଠୀୟ ଲୋକମାନଙ୍କ ଦୁଷ୍ଟତା ସକାଶୁ, ଆଉ ତୁମ୍ଭ ପୂର୍ବପୁରୁଷ ଅବ୍ରହାମଙ୍କୁ, ଇସ୍‌ହାକଙ୍କୁ ଓ ଯାକୁବଙ୍କୁ ଶପଥପୂର୍ବକ ଯେଉଁ ବାକ୍ୟ କହିଥିଲେ, ତାହା ସଫଳ କରିବା ପାଇଁ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ସମ୍ମୁଖରୁ ସେମାନଙ୍କୁ ତଡ଼ି ଦେବେ।
あなたが行ってその地を獲るのは、あなたが正しいからではなく、またあなたの心がまっすぐだからでもない。この国々の民が悪いから、あなたの神、主は彼らをあなたの前から追い払われるのである。これは主があなたの先祖アブラハム、イサク、ヤコブに誓われた言葉を行われるためである。
6 ଏନିମନ୍ତେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ଧାର୍ମିକତା ସକାଶୁ ତୁମ୍ଭକୁ ଏହି ଉତ୍ତମ ଦେଶ ଅଧିକାର କରିବାକୁ ଦେଉ ନାହାନ୍ତି, ଏହା ଜ୍ଞାତ ହୁଅ ଯେହେତୁ ତୁମ୍ଭେ ଶକ୍ତଗ୍ରୀବ ଲୋକ।
それであなたは、あなたの神、主があなたにこの良い地を与えてこれを得させられるのは、あなたが正しいからではないことを知らなければならない。あなたは強情な民である。
7 ତୁମ୍ଭେ ଏହି ପ୍ରାନ୍ତର ମଧ୍ୟରେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ କିପରି କ୍ରୁଦ୍ଧ କରାଇଅଛ, ତାହା ସ୍ମରଣ କର, ତୁମ୍ଭେ ତାହା ପାସୋର ନାହିଁ; ତୁମ୍ଭେ ମିସର ଦେଶରୁ ବାହାର ହେବା ଦିନଠାରୁ ଏହି ସ୍ଥାନକୁ ଆସିବା ପର୍ଯ୍ୟନ୍ତ ତୁମ୍ଭେମାନେ ସଦାପ୍ରଭୁଙ୍କର ବିଦ୍ରୋହାଚାରୀ ହୋଇଅଛ।
あなたは荒野であなたの神、主を怒らせたことを覚え、それを忘れてはならない。あなたがたはエジプトの地を出た日からこの所に来るまで、いつも主にそむいた。
8 ମଧ୍ୟ ତୁମ୍ଭେମାନେ ହୋରେବରେ ସଦାପ୍ରଭୁଙ୍କୁ କ୍ରୁଦ୍ଧ କରାଇଲ, ତହିଁରେ ସଦାପ୍ରଭୁ କ୍ରୋଧ କରି ତୁମ୍ଭମାନଙ୍କୁ ବିନାଶ କରିବାକୁ ଉଦ୍ୟତ ହେଲେ।
またホレブにおいてさえ、あなたがたが主を怒らせたので、主は怒ってあなたがたを滅ぼそうとされた。
9 ଯେତେବେଳେ ମୁଁ ପ୍ରସ୍ତରଦ୍ୱୟ, ଅର୍ଥାତ୍‍, ତୁମ୍ଭମାନଙ୍କ ସହିତ ସଦାପ୍ରଭୁଙ୍କ କୃତ ନିୟମର ଦୁଇ ପ୍ରସ୍ତର ଫଳକ ଗ୍ରହଣ କରିବା ପାଇଁ ପର୍ବତ ଉପରକୁ ଗଲି, ସେତେବେଳେ ମୁଁ ପର୍ବତରେ ଚାଳିଶ ଦିନ ଓ ଚାଳିଶ ରାତ୍ରି ରହିଲି; ମୁଁ ଅନ୍ନ ଭୋଜନ କିଅବା ଜଳ ପାନ କଲି ନାହିଁ,
わたしが石の板すなわち主があなたがたと結ばれた契約の板を受けるために山に登った時、わたしは四十日四十夜、山にいて、パンも食べず水も飲まなかった。
10 ସେସମୟରେ ସଦାପ୍ରଭୁ ମୋତେ ପରମେଶ୍ୱରଙ୍କ ଅଙ୍ଗୁଳି ଲିଖିତ ସେହି ଦୁଇ ପ୍ରସ୍ତର ଫଳକ ଦେଲେ; ପୁଣି ପର୍ବତରେ ସମାଜ-ଦିନରେ ଅଗ୍ନି ମଧ୍ୟରୁ ସଦାପ୍ରଭୁ ତୁମ୍ଭମାନଙ୍କୁ ଯାହା ଯାହା କହିଥିଲେ, ସେହି ସକଳ ବାକ୍ୟ ପ୍ରମାଣେ ତହିଁରେ ଲେଖାଯାଇଥିଲା।
主は神の指をもって書きしるした石の板二枚をわたしに授けられた。その上には、集会の日に主が山で火の中から、あなたがたに告げられた言葉が、ことごとく書いてあった。
11 ଆଉ ଚାଳିଶ ଦିନ ଓ ଚାଳିଶ ରାତ୍ରିର ଶେଷରେ ସଦାପ୍ରଭୁ ସେହି ଦୁଇ ପ୍ରସ୍ତର ଫଳକ, ଅର୍ଥାତ୍‍, ନିୟମର ଫଳକ ମୋତେ ଦେଲେ।
すなわち四十日四十夜が終った時、主はわたしにその契約の板である石の板二枚を授け、
12 ପୁଣି ସଦାପ୍ରଭୁ ମୋତେ କହିଲେ, “ଉଠ, ଏ ସ୍ଥାନରୁ ଶୀଘ୍ର ଓହ୍ଲାଇ ଯାଅ କାରଣ ତୁମ୍ଭେ ଯେଉଁମାନଙ୍କୁ ମିସରରୁ ବାହାର କରି ଆଣିଅଛ, ତୁମ୍ଭର ସେହି ଲୋକମାନେ ଆପଣାମାନଙ୍କୁ ଭ୍ରଷ୍ଟ କରିଅଛନ୍ତି; ଆମ୍ଭେ ସେମାନଙ୍କୁ ଯେଉଁ ପଥ ବିଷୟରେ ଆଜ୍ଞା ଦେଲୁ, ତହିଁରୁ ସେମାନେ ଶୀଘ୍ର ବିମୁଖ ହୋଇଅଛନ୍ତି; ସେମାନେ ଆପଣାମାନଙ୍କ ନିମନ୍ତେ ଛାଞ୍ଚରେ ଢଳା ଏକ ପ୍ରତିମା ନିର୍ମାଣ କରିଅଛନ୍ତି।”
そして主はわたしに言われた、『おまえは立って、すみやかにこの所から降りなさい。おまえがエジプトから導き出した民は悪を行ったからである。彼らはわたしが命じた道を早くも離れて、鋳た像を自分たちのために造った』。
13 ଆହୁରି ସଦାପ୍ରଭୁ ମୋତେ କହିଲେ, “ମୁଁ ଏହି ଲୋକମାନଙ୍କୁ ଦେଖିଅଛି, ଆଉ ଦେଖ, ଏମାନେ ପ୍ରକୃତରେ ଶକ୍ତଗ୍ରୀବ ଲୋକ ଅଟନ୍ତି।
主はまたわたしに言われた、『この民を見るのに、これは強情な民である。
14 ଆମ୍ଭଙ୍କୁ ଛାଡ଼ିଦିଅ, ତହିଁରେ ଆମ୍ଭେ ସେମାନଙ୍କୁ ବିନାଶ କରିବା ଓ ଆକାଶମଣ୍ଡଳ ତଳୁ ସେମାନଙ୍କ ନାମ ଲୋପ କରିବା; ମାତ୍ର ଆମ୍ଭେ ତୁମ୍ଭଠାରୁ ସେମାନଙ୍କ ଅପେକ୍ଷା ଅଧିକ ଶକ୍ତିଶାଳୀ ଓ ଏକ ମହାନ ଗୋଷ୍ଠୀ ଉତ୍ପନ୍ନ କରିବା।”
わたしを止めるな。わたしは彼らを滅ぼし、彼らの名を天の下から消し去り、おまえを彼らよりも強く、かつ大いなる国民としよう』。
15 ତହିଁରେ ମୁଁ ଫେରି ପର୍ବତ ତଳକୁ ଆସିଲି, ଆଉ ପର୍ବତ ଅଗ୍ନିରେ ଜ୍ୱଳୁଥିଲା; ଆଉ ନିୟମର ସେହି ଦୁଇ ପ୍ରସ୍ତର ଫଳକ ମୋହର ଦୁଇ ହସ୍ତରେ ଥିଲା।
そこでわたしは身をめぐらして山を降りたが、山は火で焼けていた。契約の板二枚はわたしの両手にあった。
16 ତହୁଁ ମୁଁ ଅନାଇଲି, ଆଉ ଦେଖ, ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ପ୍ରତିକୂଳରେ ପାପ କରିଥିଲ; ତୁମ୍ଭେମାନେ ଆପଣାମାନଙ୍କ ନିମନ୍ତେ ଛାଞ୍ଚରେ ଢଳା ଏକ ବାଛୁରି ନିର୍ମାଣ କରିଥିଲ, ସଦାପ୍ରଭୁ ତୁମ୍ଭମାନଙ୍କୁ ଯେଉଁ ପଥ ବିଷୟରେ ଆଜ୍ଞା ଦେଇଥିଲେ, ତୁମ୍ଭେମାନେ ଶୀଘ୍ର ତହିଁରୁ ବିମୁଖ ହୋଇଥିଲ।
そしてわたしが見ると、あなたがたは、あなたがたの神、主にむかって罪を犯し、自分たちのために鋳物の子牛を造って、主が命じられた道を早くも離れたので、
17 ଏଥିରେ ମୁଁ ସେହି ଦୁଇ ପ୍ରସ୍ତର ଫଳକ ଧରି ଆପଣା ଦୁଇ ହସ୍ତରୁ ଫିଙ୍ଗି ଦେଲି ଓ ତୁମ୍ଭମାନଙ୍କ ସାକ୍ଷାତରେ ତାହା ଭାଙ୍ଗିଲି।
わたしはその二枚の板をつかんで、両手から投げ出し、あなたがたの目の前でこれを砕いた。
18 ପୁଣି ତୁମ୍ଭେମାନେ ସଦାପ୍ରଭୁଙ୍କୁ ବିରକ୍ତ କରିବା ପାଇଁ ତାହାଙ୍କ ଦୃଷ୍ଟିରେ ଦୁଷ୍କର୍ମ କରି ଯେଉଁ ପାପ କରିଥିଲ, ତୁମ୍ଭମାନଙ୍କର ସେହି ସମସ୍ତ ପାପ ସକାଶୁ ମୁଁ ପୂର୍ବଥର ପରି ଚାଳିଶ ଦିନ ଓ ଚାଳିଶ ରାତ୍ରି ସଦାପ୍ରଭୁଙ୍କ ସମ୍ମୁଖରେ ମୁହଁ ମାଡ଼ି ପଡ଼ି ରହିଲି; ମୁଁ ଅନ୍ନ ଭୋଜନ କି ଜଳ ପାନ କଲି ନାହିଁ।
そしてわたしは前のように四十日四十夜、主の前にひれ伏し、パンも食べず、水も飲まなかった。これはあなたがたが主の目の前に悪をおこない、罪を犯して主を怒らせたすべての罪によるのである。
19 କାରଣ ସଦାପ୍ରଭୁ ତୁମ୍ଭମାନଙ୍କୁ ବିନାଶ କରିବା ପାଇଁ ତୁମ୍ଭମାନଙ୍କ ବିରୁଦ୍ଧରେ ଯେଉଁ କ୍ରୋଧ କଲେ, ସେହି କୋପ ଓ ପ୍ରଚଣ୍ଡତା ଆଗରେ ମୁଁ ଭୀତ ହେଲି। ମାତ୍ର ସଦାପ୍ରଭୁ ସେହି ଥର ମଧ୍ୟ ମୋʼ ପ୍ରତି କର୍ଣ୍ଣପାତ କଲେ।
主は怒りを発し、憤りを起し、あなたがたを怒って滅ぼそうとされたので、わたしは恐れたが、その時もまた主はわたしの願いを聞かれた。
20 ଆଉ ସଦାପ୍ରଭୁ ହାରୋଣଙ୍କୁ ବିନାଶ କରିବା ପାଇଁ ଅତିଶୟ କୋପ କଲେ; ମୁଁ ସେସମୟରେ ମଧ୍ୟ ହାରୋଣଙ୍କ ପାଇଁ ପ୍ରାର୍ଥନା କଲି।
主はまた、はなはだしくアロンを怒って、彼を滅ぼそうとされたが、わたしはその時もまたアロンのために祈った。
21 ପୁଣି ମୁଁ ତୁମ୍ଭମାନଙ୍କ ପାପ ସ୍ୱରୂପ, ଅର୍ଥାତ୍‍, ସେହି ଯେଉଁ ବାଛୁରି ତୁମ୍ଭେମାନେ ନିର୍ମାଣ କରିଥିଲ, ତାହା ନେଇ ଅଗ୍ନିରେ ଦଗ୍ଧ କଲି ଓ ତାହା ଧୂଳି ପରି ସୂକ୍ଷ୍ମ ହେବା ପର୍ଯ୍ୟନ୍ତ ପେଷି ଚୂର୍ଣ୍ଣ କଲି; ତହୁଁ ମୁଁ ତହିଁର ଧୂଳି ପର୍ବତ ନିର୍ଗତ ଜଳସ୍ରୋତରେ ନିକ୍ଷେପ କଲି।
わたしはあなたがたが造って罪を得た子牛を取り、それを火で焼き、それを撃ち砕き、よくひいて細かいちりとし、そのちりを山から流れ下る谷川に投げ捨てた。
22 ପୁଣି ତୁମ୍ଭେମାନେ ତବୀୟେରାରେ, ମଃସାରେ ଓ କିବ୍ରୋତ୍‍-ହତ୍ତାବାରେ ସଦାପ୍ରଭୁଙ୍କୁ କ୍ରୁଦ୍ଧ କରାଇଲ।
あなたがたはタベラ、マッサおよびキブロテ・ハッタワにおいてもまた主を怒らせた。
23 ତହିଁ ଉତ୍ତାରେ ସଦାପ୍ରଭୁ ଯେଉଁ ସମୟରେ କାଦେଶ-ବର୍ଣ୍ଣେୟଠାରୁ ତୁମ୍ଭମାନଙ୍କୁ ପଠାଇ କହିଲେ, “ଆମ୍ଭେ ତୁମ୍ଭମାନଙ୍କୁ ଯେଉଁ ଦେଶ ଦେଇଅଛୁ, ତୁମ୍ଭେମାନେ ଉଠିଯାଇ ତାହା ଅଧିକାର କର; ସେସମୟରେ ତୁମ୍ଭେମାନେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ଆଜ୍ଞାର ବିଦ୍ରୋହାଚାରୀ ହେଲ ଓ ତୁମ୍ଭେମାନେ ତାହାଙ୍କୁ ବିଶ୍ୱାସ କଲ ନାହିଁ, କିଅବା ତାହାଙ୍କ ରବ ଶୁଣିଲ ନାହିଁ।”
また主はカデシ・バルネアから、あなたがたをつかわそうとされた時、『上って行って、わたしが与える地を占領せよ』と言われた。ところが、あなたがたはあなたがたの神、主の命令にそむき、彼を信ぜず、また彼の声に聞き従わなかった。
24 ମୁଁ ତୁମ୍ଭମାନଙ୍କୁ ଜାଣିବା ଦିନଠାରୁ ତୁମ୍ଭେମାନେ ସଦାପ୍ରଭୁଙ୍କର ବିଦ୍ରୋହାଚାରୀ ହୋଇ ଆସିଅଛ।
わたしがあなたがたを知ったその日からこのかた、あなたがたはいつも主にそむいた。
25 ଏହିରୂପେ ମୋହର ମୁହଁ ମାଡ଼ି ପଡ଼ିବାର ଚାଳିଶ ଦିନ ଓ ଚାଳିଶ ରାତ୍ରି ମୁଁ ସଦାପ୍ରଭୁଙ୍କ ସମ୍ମୁଖରେ ପୂର୍ବଥର ପରି ମୁହଁ ମାଡ଼ି ପଡ଼ି ରହିଲି; କାରଣ ସଦାପ୍ରଭୁ ତୁମ୍ଭମାନଙ୍କୁ ବିନାଶ କରିବାକୁ କହିଥିଲେ।
そしてわたしは、さきにひれ伏したように、四十日四十夜、主の前にひれ伏した。主があなたがたを滅ぼすと言われたからである。
26 ପୁଣି ମୁଁ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରି କହିଲି, “ହେ ପ୍ରଭୋ ସଦାପ୍ରଭୋ, ତୁମ୍ଭେ ଆପଣା ଲୋକଙ୍କୁ ଓ ଆପଣା ଅଧିକାରକୁ ବିନାଶ କର ନାହିଁ, ତୁମ୍ଭେ ଆପଣା ମହିମାରେ ସେମାନଙ୍କୁ ମୁକ୍ତ କରିଅଛ, ତୁମ୍ଭେ ସେମାନଙ୍କୁ ବଳବାନ ହସ୍ତ ଦ୍ୱାରା ମିସରରୁ ବାହାର କରି ଆଣିଅଛ।
わたしは主に祈って言った、『主なる神よ、あなたが大いなる力をもってあがない、強い手をもってエジプトから導き出されたあなたの民、あなたの嗣業を滅ぼさないでください。
27 ଅବ୍ରହାମ, ଇସ୍‌ହାକ ଓ ଯାକୁବ, ତୁମ୍ଭର ଏହି ଦାସମାନଙ୍କୁ ସ୍ମରଣ କର; ଏହି ଲୋକମାନଙ୍କ ଅବାଧ୍ୟତା ପ୍ରତି, କି ସେମାନଙ୍କ ଦୁଷ୍ଟତା ପ୍ରତି, କିଅବା ସେମାନଙ୍କ ପାପ ପ୍ରତି ଦୃଷ୍ଟି କର ନାହିଁ।
あなたのしもべアブラハム、イサク、ヤコブを覚えてください。この民の強情と悪と罪とに目をとめないでください。
28 କେଜାଣି, ତୁମ୍ଭେ ଆମ୍ଭମାନଙ୍କୁ ଯେଉଁଠାରୁ ବାହାର କରି ଆଣିଅଛ, ସେହି ଦେଶର ଲୋକେ କହିବେ, ‘ସଦାପ୍ରଭୁ ଏମାନଙ୍କୁ ଯେଉଁ ଦେଶ ଦେବାକୁ ପ୍ରତିଜ୍ଞା କରିଥିଲେ, ସେଠାକୁ ସେମାନଙ୍କୁ ନେଇଯାଇ ନ ପାରିବାରୁ ଓ ସେମାନଙ୍କୁ ଘୃଣା କରିବାରୁ ଏହି ପ୍ରାନ୍ତରରେ ବଧ କରିବା ପାଇଁ ବାହାର କରି ଆଣିଅଛନ୍ତି।’
あなたがわれわれを導き出された国の人はおそらく、「主は、約束した地に彼らを導き入れることができず、また彼らを憎んだので、彼らを導き出して荒野で殺したのだ」と言うでしょう。
29 ତଥାପି ସେମାନେ ତ ତୁମ୍ଭର ଲୋକ ଓ ତୁମ୍ଭର ଅଧିକାର, ତୁମ୍ଭେ ସେମାନଙ୍କୁ ଆପଣା ମହାଶକ୍ତି ଓ ବିସ୍ତାରିତ ବାହୁ ଦ୍ୱାରା ବାହାର କରି ଆଣିଅଛ।”
しかし彼らは、あなたの民、あなたの嗣業であって、あなたが大いなる力と伸ばした腕とをもって導き出されたのです』。

< ମୋଶାଙ୍କ ଲିଖିତ ପଞ୍ଚମ ପୁସ୍ତକ 9 >