< ଉପଦେଶକ 10 >

1 ମଲା ମାଛି ଗନ୍ଧବଣିକର ସୁଗନ୍ଧି ତୈଳ ଦୁର୍ଗନ୍ଧ କରି ପକାଏ; ତଦ୍ରୂପ ଅଳ୍ପ ମୂର୍ଖତା ଜ୍ଞାନ ଓ ସମ୍ଭ୍ରମଠାରୁ ଅଧିକ ଭାରୀ।
Døde Fluer gør Salveblanderens Olie stinkende, lidt Daarskab ødelægger Visdommens Værd.
2 ଜ୍ଞାନୀର ହୃଦୟ ତାହାକୁ ସଠିକ୍ ପଥରେ ନିଏ; ମାତ୍ର ମୂର୍ଖର ହୃଦୟ ତାହାକୁ ଭୁଲ୍ ପଥରେ ନିଏ।
Den vise har sin Forstand til højre, Taaben har sin til venstre,
3 ଆହୁରି, ମୂର୍ଖ ପଥରେ ଗମନ କଲା ବେଳେ ତାହାର ବୁଦ୍ଧିର ଅଭାବ ଦେଖାଯାଏ, ପୁଣି ସେ ପ୍ରତ୍ୟେକକୁ କହେ ଯେ, ସେ ମୂର୍ଖ।
Hvor Daaren end færdes, svigter hans Forstand, og han røber for alle, at han er en Daare.
4 ତୁମ୍ଭ ଉପରେ ଶାସନକର୍ତ୍ତାର ମନରେ ବିରୁଦ୍ଧଭାବ ଉତ୍ପନ୍ନ ହେଲେ, ଆପଣା ସ୍ଥାନ ଛାଡ଼ ନାହିଁ; କାରଣ ଅଧୀନତା ସ୍ୱୀକାର ଦ୍ୱାରା ମହା ମହା ଅନିଷ୍ଟ କ୍ଷାନ୍ତ ହୁଏ।
Naar en Herskers Vrede rejser sig mod dig, forlad ikke derfor din Plads; thi Sagtmodighed hindrer store Synder.
5 ମୁଁ ସୂର୍ଯ୍ୟ ତଳେ ଏକ ମନ୍ଦ ବିଷୟ ଦେଖିଅଛି, ତାହା ଶାସନକର୍ତ୍ତାଠାରୁ ଉତ୍ପନ୍ନ ଭୁଲ୍ ତୁଲ୍ୟ ଅଟେ;
Der er et Onde, jeg saa under Solen; det ser ud som et Misgreb af ham, som har Magten:
6 ମୂର୍ଖତା ଅତି ଉଚ୍ଚପଦରେ ସ୍ଥାପିତ ହୁଏ, ପୁଣି ଧନୀ ନୀଚ ସ୍ଥାନରେ ବସେ।
Daarskab sættes i Højsædet, nederst sidder de rige.
7 ମୁଁ ଦାସମାନଙ୍କୁ ଅଶ୍ୱ ଉପରେ ଓ ଅଧିପତିମାନଙ୍କୁ ଦାସ ତୁଲ୍ୟ ପାଦଗତିରେ ଗମନ କରିବାର ଦେଖିଅଛି।
Trælle saa jeg højt til Hest og Høvdinger til Fods som Trælle.
8 ଯେ ଗର୍ତ୍ତ ଖୋଳେ, ସେ ତହିଁରେ ପଡ଼ିବ ଓ ଯେଉଁ ଲୋକ ବେଢ଼ା ଭାଙ୍ଗେ, ତାହାକୁ ସର୍ପ କାମୁଡ଼ିବ।
Den, som graver en Grav, falder selv deri; den, som nedbryder en Mur, ham bider en Slange;
9 ଯେଉଁ ଲୋକ ପଥର ଖୋଳେ, ସେ ତଦ୍ଦ୍ୱାରା ଆଘାତ ପାଇବ; ପୁଣି, ଯେ କାଠ ଚିରେ, ସେ ତଦ୍ଦ୍ୱାରା ଆପଦଗ୍ରସ୍ତ ହୁଏ।
den, som bryder Sten, kan saare sig paa dem; den, som kløver Træ, er i Fare.
10 ଲୁହା ଦନ୍ଥରା ହେଲେ ଯଦି କେହି ତାହାର ଦାଢ଼ ନ ପଜାଏ, ତେବେ ତାହା ଉତ୍ତାରେ ଅଧିକ ବଳ ପ୍ରୟୋଗ କରିବାକୁ ହୁଏ; ମାତ୍ର କର୍ତ୍ତବ୍ୟକୁ ଦେଖାଇବା ପାଇଁ ଜ୍ଞାନ ଫଳଦାୟକ।
Naar Øksen er sløv og dens Æg ej hvæsses, maa Kraft lægges i; men den dygtiges Fortrin er Visdom.
11 ସର୍ପ ମନ୍ତ୍ରମୁଗ୍ଧ ହେବା ପୂର୍ବରୁ କାମୁଡ଼ିଲେ ଗୁଣିଆର କିଛି ଲାଭ ନାହିଁ।
Bider en Slange, før den besværges, har Besværgeren ingen Gavn af sin Kunst.
12 ଜ୍ଞାନୀର ମୁଖର ବାକ୍ୟ ଅନୁଗ୍ରହଜନକ; ମାତ୍ର ମୂର୍ଖର ନିଜ ଓଷ୍ଠାଧର ତାହାକୁ ଗ୍ରାସ କରିବ।
Ord fra Vismands Mund vinder Yndest, en Daares Læber bringer ham Vaade;
13 ତାହାର ମୁଖର ବାକ୍ୟାରମ୍ଭ ଅଜ୍ଞାନତା ଅଟେ ଓ ତାହାର କଥାର ଶେଷ ଦୁଃଖଦାୟୀ ପାଗଳାମି ଅଟେ।
hans Tale begynder med Daarskab og ender med den værste Galskab.
14 ମୂର୍ଖ ବହୁତ କଥା କହେ; ତଥାପି କଅଣ ହେବ, ମନୁଷ୍ୟ ଜାଣେ ନାହିଁ; ଆଉ, ତାହା ଉତ୍ତାରେ ଯାହା ଘଟିବ, କିଏ ତାହାକୁ ଜଣାଇ ପାରେ?
Taaben bruger mange Ord. Ej ved Mennesket, hvad der skal ske; hvad der efter hans Død skal ske, hvo siger ham det?
15 ପ୍ରତ୍ୟେକ ମୂର୍ଖର ପରିଶ୍ରମ ତାହାକୁ କ୍ଳାନ୍ତ କରେ, କାରଣ କିପରି ନଗରକୁ ଯିବାର ହୁଏ, ତାହା ସେ ଜାଣେ ନାହିଁ।
Daarens Flid gør ham træt, thi end ikke til Bys ved han Vej.
16 ହେ ଦେଶ, ତୁମ୍ଭର ରାଜା ଯଦି ବାଳକ ହୁଏ ଓ ତୁମ୍ଭର ଅଧିପତିଗଣ ଯଦି ପ୍ରଭାତରେ ଭୋଜନ କରନ୍ତି, ତେବେ ତୁମ୍ଭେ ସନ୍ତାପର ପାତ୍ର।
Ve dig, du Land, hvis Konge er en Dreng og hvis Fyrster holder Gilde ved Gry.
17 ହେ ଦେଶ, କୁଳୀନର ପୁତ୍ର ଯେବେ ତୁମ୍ଭର ରାଜା ହୁଏ ଓ ତୁମ୍ଭର ଅଧିପତିଗଣ ଯେବେ ମତ୍ତତା ନିମନ୍ତେ ନୁହେଁ, ମାତ୍ର ବଳ ନିମନ୍ତେ ଉପଯୁକ୍ତ ସମୟରେ ଭୋଜନ କରନ୍ତି, ତେବେ ତୁମ୍ଭେ ଧନ୍ୟ!
Held dig; du Land, hvis Konge er ædelbaaren, hvis Fyrster holder Gilde til sømmelig Tid som Mænd og ikke som Drankere.
18 ଆଳସ୍ୟରେ ଛାତ ବସିଯାଏ, ପୁଣି ହସ୍ତର ଶିଥିଳତାରେ ଗୃହରେ ଜଳ ଝରେ।
Ved Ladhed synker Bjælkelaget; naar Hænderne slappes, drypper det i Huset.
19 ହାସ୍ୟ ନିମନ୍ତେ ଭୋଜ ପ୍ରସ୍ତୁତ ହୁଏ, ପୁଣି ଦ୍ରାକ୍ଷାରସ ଜୀବନ ଆନନ୍ଦିତ କରେ; ଧନସବୁ କାର୍ଯ୍ୟରେ ଆସେ।
Til Morskab holder man Gæstebud, og Vin gør de levende glade; men Penge skaffer alt til Veje.
20 ରାଜାଙ୍କୁ ଅଭିଶାପ ଦିଅ ନାହିଁ, ନା ମନେ ମନେ ହିଁ ଦିଅ ନାହିଁ; ଆଉ, ଧନୀକୁ ଆପଣା ଶୟନ ଗୃହରେ ଅଭିଶାପ ଦିଅ ନାହିଁ; କାରଣ ଶୂନ୍ୟର ପକ୍ଷୀ ସେହି ରବ ଘେନିଯିବ ଓ ପକ୍ଷଧାରୀ ସେ କଥା ଜଣାଇ ଦେବ।
End ikke i din Tanke maa du bande en Konge, end ikke i dit Sovekammer en, som er rig; thi Himlens Fugle kan udsprede Ordet, de vingede røbe, hvad du siger.

< ଉପଦେଶକ 10 >