< ଉପଦେଶକ 2 >

1 ମୁଁ ଆପଣା ମନେ ମନେ କହିଲି, “ଆସ, ମୁଁ ଏବେ ତୁମ୍ଭକୁ ଆନନ୍ଦ ଦ୍ୱାରା ପରୀକ୍ଷା କରିବି; ଏହେତୁ ସୁଖଭୋଗ କର; ଆଉ ଦେଖ, ତାହା ମଧ୍ୟ ଅସାର।”
אמרתי אני בלבי לכה נא אנסכה בשמחה וראה בטוב והנה גם הוא הבל׃
2 ମୁଁ ହାସ୍ୟ ବିଷୟରେ କହିଲି, “ତାହା ପାଗଳାମି”, ଆନନ୍ଦ ବିଷୟରେ କହିଲି, “ତାହା କଅଣ କରେ?”
לשחוק אמרתי מהולל ולשמחה מה זה עשה׃
3 ମୁଁ କିପରି ମଦ୍ୟପାନରେ ଶରୀରକୁ ତୁଷ୍ଟ କରିବି ଓ ଆକାଶ ତଳେ ମନୁଷ୍ୟ-ସନ୍ତାନଗଣର ଯାବଜ୍ଜୀବନ କଅଣ କରିବା ଭଲ, ଏହା ଜାଣି ପାରିବା ପର୍ଯ୍ୟନ୍ତ କିପରି ଅଜ୍ଞାନତା ଅବଲମ୍ବନ କରିବି, ଏହା ମନେ ମନେ ଅନୁସନ୍ଧାନ କଲି, ଏହି ସମୟରେ ମଧ୍ୟ ମୋହର ମନ ଜ୍ଞାନରେ ମୋତେ ପଥ ପ୍ରଦର୍ଶନ କରୁଥିଲା।
תרתי בלבי למשוך ביין את בשרי ולבי נהג בחכמה ולאחז בסכלות עד אשר אראה אי זה טוב לבני האדם אשר יעשו תחת השמים מספר ימי חייהם׃
4 ମୁଁ ଆପଣା ନିମନ୍ତେ ମହତ୍ ମହତ୍ କର୍ମ କଲି; ମୁଁ ଗୃହମାନ ନିର୍ମାଣ କଲି; ମୁଁ ଅନେକ ଦ୍ରାକ୍ଷାକ୍ଷେତ୍ର ପ୍ରସ୍ତୁତ କଲି;
הגדלתי מעשי בניתי לי בתים נטעתי לי כרמים׃
5 ମୁଁ ଆପଣା ନିମନ୍ତେ ଉଦ୍ୟାନ ଓ ଉପବନ ପ୍ରସ୍ତୁତ କରି, ତହିଁ ମଧ୍ୟରେ ସର୍ବପ୍ରକାର ଫଳବୃକ୍ଷ ରୋପଣ କଲି;
עשיתי לי גנות ופרדסים ונטעתי בהם עץ כל פרי׃
6 ମୁଁ ବୃକ୍ଷର ଚାରା ଉତ୍ପାଦକ ବନରେ ଜଳ ସେଚନ ପାଇଁ ପୁଷ୍କରିଣୀମାନ ଖୋଳାଇଲି;
עשיתי לי ברכות מים להשקות מהם יער צומח עצים׃
7 ମୁଁ ଦାସଦାସୀଗଣ କ୍ରୟ କଲି ଓ ମୋହର ଗୃହରୁ ଜାତ ଦାସଗଣ ଥିଲେ; ଆହୁରି ମୋʼ ପୂର୍ବେ ଯିରୂଶାଲମସ୍ଥିତ ସମସ୍ତଙ୍କ ଅପେକ୍ଷା ମୋହର ଗୋମେଷାଦି ପଶୁପଲ ଅଧିକ ଥିଲେ;
קניתי עבדים ושפחות ובני בית היה לי גם מקנה בקר וצאן הרבה היה לי מכל שהיו לפני בירושלם׃
8 ମୁଁ ରୂପା ଓ ସୁନା, ପୁଣି ନାନା ରାଜାର ଓ ନାନା ପ୍ରଦେଶର ବିଶେଷ ବିଶେଷ ସମ୍ପତ୍ତି ସଂଗ୍ରହ କଲି; ମୁଁ ଗାୟକ ଓ ଗାୟିକା, ଆଉ ମନୁଷ୍ୟ-ସନ୍ତାନଗଣର ତୁଷ୍ଟିକାରଣୀ ଅନେକ ଉପପତ୍ନୀ ପାଇଲି।
כנסתי לי גם כסף וזהב וסגלת מלכים והמדינות עשיתי לי שרים ושרות ותענוגת בני האדם שדה ושדות׃
9 ଏହିରୂପେ ମୋʼ ପୂର୍ବେ ଯିରୂଶାଲମରେ ଯେଉଁମାନେ ଥିଲେ, ସେହି ସମସ୍ତଙ୍କ ଅପେକ୍ଷା ମହାନ ଓ ବର୍ଦ୍ଧିଷ୍ଣୁ ହେଲି; ମଧ୍ୟ ମୋହର ଜ୍ଞାନ ମୋʼ ଠାରେ ରହିଲା।
וגדלתי והוספתי מכל שהיה לפני בירושלם אף חכמתי עמדה לי׃
10 ପୁଣି, ମୋʼ ଚକ୍ଷୁ ଯାହା ଦେଖି ଯାହା କଲା, ତାହା ମୁଁ ତାହାକୁ ନିଷେଧ କଲି ନାହିଁ; ମୁଁ ଆପଣା ହୃଦୟକୁ କୌଣସି ସୁଖଭୋଗରୁ ବାରଣ କଲି ନାହିଁ, କାରଣ ମୋହର ସମସ୍ତ ପରିଶ୍ରମ ସକାଶୁ ମୋହର ହୃଦୟ ଆନନ୍ଦ କଲା; ପୁଣି, ମୋହର ସକଳ ପରିଶ୍ରମରୁ ଏହା ମୋହର ଅଂଶ ଥିଲା।
וכל אשר שאלו עיני לא אצלתי מהם לא מנעתי את לבי מכל שמחה כי לבי שמח מכל עמלי וזה היה חלקי מכל עמלי׃
11 ତହୁଁ ମୋହର ହସ୍ତ ଯେଉଁ ସମସ୍ତ କାର୍ଯ୍ୟ କରିଥିଲା ଓ ଯେଉଁ ଯେଉଁ ପରିଶ୍ରମରେ ମୁଁ ପରିଶ୍ରାନ୍ତ ହୋଇଥିଲି, ତହିଁ ପ୍ରତି ମୁଁ ଦୃଷ୍ଟିପାତ କଲି; ଆଉ, ଦେଖ, ସବୁ ଅସାର ଓ ବାୟୁର ପଶ୍ଚାଦ୍ଧାବନମାତ୍ର, ପୁଣି ସୂର୍ଯ୍ୟ ତଳେ କୌଣସି ଲାଭ ନ ଥିଲା।
ופניתי אני בכל מעשי שעשו ידי ובעמל שעמלתי לעשות והנה הכל הבל ורעות רוח ואין יתרון תחת השמש׃
12 ଏଥିଉତ୍ତାରେ ମୁଁ ଜ୍ଞାନ, ପାଗଳାମି ଓ ଅଜ୍ଞାନତା ଦେଖିବାକୁ ପ୍ରବୃତ୍ତ ହେଲି; କାରଣ ଯେଉଁ ଲୋକ ରାଜାଙ୍କ ପରେ ଆସେ, ସେ କଅଣ କରିବ? ଯାହା କରାଯାଇଅଛି, ତାହା ହିଁ ମାତ୍ର।
ופניתי אני לראות חכמה והוללות וסכלות כי מה האדם שיבוא אחרי המלך את אשר כבר עשוהו׃
13 ତହୁଁ ମୁଁ ଦେଖିଲି, ଯେପରି ଅନ୍ଧକାର ଅପେକ୍ଷା ଦୀପ୍ତି ଉତ୍ତମ, ସେପରି ଅଜ୍ଞାନତା ଅପେକ୍ଷା ଜ୍ଞାନ ଉତ୍ତମ।
וראיתי אני שיש יתרון לחכמה מן הסכלות כיתרון האור מן החשך׃
14 ଜ୍ଞାନବାନ‍ର ଚକ୍ଷୁ ତାହାର ମସ୍ତକରେ ଥାଏ, ପୁଣି ମୂର୍ଖ ଅନ୍ଧକାରରେ ଭ୍ରମଣ କରେ, ତଥାପି ସମସ୍ତଙ୍କ ପ୍ରତି ଏକ ଦଶା ଘଟେ, ଏହା ମୁଁ ଦେଖିଲି।
החכם עיניו בראשו והכסיל בחשך הולך וידעתי גם אני שמקרה אחד יקרה את כלם׃
15 ତହିଁରେ ମୁଁ ଆପଣା ମନେ ମନେ କହିଲି, “ମୂର୍ଖ ପ୍ରତି ଯେରୂପ ଘଟେ, ମୋʼ ପ୍ରତି ହିଁ ସେରୂପ ଘଟିବ; ତେବେ ମୁଁ କାହିଁକି ଅଧିକ ଜ୍ଞାନବାନ ହେଲି?” ତହୁଁ ମୁଁ ମନେ ମନେ କହିଲି, ଏହା ହିଁ ଅସାର।
ואמרתי אני בלבי כמקרה הכסיל גם אני יקרני ולמה חכמתי אני אז יותר ודברתי בלבי שגם זה הבל׃
16 କାରଣ ଯେପରି ମୂର୍ଖର, ସେପରି ଜ୍ଞାନବାନ ଲୋକର ସ୍ମରଣ ସଦାକାଳ ନ ଥାଏ; ଯେହେତୁ ଭବିଷ୍ୟତରେ ସମସ୍ତେ ଭୁଲି ଯାଇଥିବେ। ଆହା! ମୂର୍ଖ ଯେପରି ମରେ, ଜ୍ଞାନୀ ମଧ୍ୟ ସେପରି ମରେ।
כי אין זכרון לחכם עם הכסיל לעולם בשכבר הימים הבאים הכל נשכח ואיך ימות החכם עם הכסיל׃
17 ତହୁଁ ମୁଁ ଜୀବନକୁ ଘୃଣା କଲି; ଯେହେତୁ ସୂର୍ଯ୍ୟ ତଳେ କୃତକାର୍ଯ୍ୟ ମୋʼ ପ୍ରତି କ୍ଲେଶବୋଧକ ହେଲା; କାରଣ ସବୁ ଅସାର ଓ ବାୟୁର ପଶ୍ଚାଦ୍ଧାବନମାତ୍ର।
ושנאתי את החיים כי רע עלי המעשה שנעשה תחת השמש כי הכל הבל ורעות רוח׃
18 ପୁଣି, ସୂର୍ଯ୍ୟ ତଳେ ମୁଁ ଯେଉଁ ଯେଉଁ ପରିଶ୍ରମରେ ପରିଶ୍ରାନ୍ତ ହେଲି, ମୋହର ସେହି ସବୁ ପରିଶ୍ରମକୁ ମୁଁ ଘୃଣା କଲି; କାରଣ ମୋହର ଉତ୍ତରାଧିକାରୀ ପାଇଁ ତାହାସବୁ ଛାଡ଼ି ଯିବାକୁ ହେବ।
ושנאתי אני את כל עמלי שאני עמל תחת השמש שאניחנו לאדם שיהיה אחרי׃
19 ଆଉ, ସେ ଜ୍ଞାନୀ କି ମୂର୍ଖ ହେବ, କିଏ ଜାଣେ? ତଥାପି ମୁଁ ସୂର୍ଯ୍ୟ ତଳେ ଯେଉଁ ଯେଉଁ ପରିଶ୍ରମରେ ପରିଶ୍ରାନ୍ତ ହୋଇ ଜ୍ଞାନ ପ୍ରକାଶ କଲି, ସେ ମୋହର ସେହି ସକଳ ପରିଶ୍ରମର ଫଳାଧିକାରୀ ହେବ; ଏହା ହିଁ ଅସାର।
ומי יודע החכם יהיה או סכל וישלט בכל עמלי שעמלתי ושחכמתי תחת השמש גם זה הבל׃
20 ଏହେତୁ ସୂର୍ଯ୍ୟ ତଳେ ମୁଁ ଯେଉଁ ଯେଉଁ ପରିଶ୍ରମରେ ପରିଶ୍ରାନ୍ତ ହେଲି, ସେହି ସମସ୍ତ ବିଷୟରେ ଆପଣା ଅନ୍ତଃକରଣକୁ ନିରାଶ କରାଇବାକୁ ପ୍ରବୃତ୍ତ ହେଲି।
וסבותי אני ליאש את לבי על כל העמל שעמלתי תחת השמש׃
21 କାରଣ ଏକ ବ୍ୟକ୍ତି ଜ୍ଞାନ, ବିଦ୍ୟା ଓ ଦକ୍ଷତା ସହିତ ପରିଶ୍ରମ କରେ; ତଥାପି ଯେଉଁ ବ୍ୟକ୍ତି ତହିଁରେ ପରିଶ୍ରମ କରି ନାହିଁ, ତାହାର ଅଧିକାର ନିମନ୍ତେ ସେ ତାହା ଛାଡ଼ିଯିବ। ଏହା ହିଁ ଅସାର ଓ ଅତି ମନ୍ଦ।
כי יש אדם שעמלו בחכמה ובדעת ובכשרון ולאדם שלא עמל בו יתננו חלקו גם זה הבל ורעה רבה׃
22 ତେବେ ସୂର୍ଯ୍ୟ ତଳେ ମନୁଷ୍ୟ ଯେଉଁ ଯେଉଁ ପରିଶ୍ରମରେ ଓ ହୃଦୟର ଚିନ୍ତାରେ ପରିଶ୍ରାନ୍ତ ହୁଏ, ସେସବୁରୁ ସେ କʼଣ ପାଏ?
כי מה הוה לאדם בכל עמלו וברעיון לבו שהוא עמל תחת השמש׃
23 କାରଣ ତାହାର ଦିନସବୁ କେବଳ ଦୁଃଖମୟ ଓ ତାହାର କାର୍ଯ୍ୟ ମନସ୍ତାପଜନକ; ରାତ୍ରିରେ ମଧ୍ୟ ତାହାର ହୃଦୟ ବିଶ୍ରାମ ପାଏ ନାହିଁ। ଏହା ମଧ୍ୟ ଅସାର।
כי כל ימיו מכאבים וכעס ענינו גם בלילה לא שכב לבו גם זה הבל הוא׃
24 ଭୋଜନ ଓ ପାନ ପୁଣି ନିଜ ପରିଶ୍ରମରେ ଆପଣା ପ୍ରାଣକୁ ସୁଖଭୋଗ କରାଇବା ଅପେକ୍ଷା ମନୁଷ୍ୟର ଆଉ ଅଧିକ ମଙ୍ଗଳ ବିଷୟ ନାହିଁ। ମଧ୍ୟ ମୁଁ ଦେଖିଲି, ଏହା ପରମେଶ୍ୱରଙ୍କ ହସ୍ତରୁ ହୁଏ।
אין טוב באדם שיאכל ושתה והראה את נפשו טוב בעמלו גם זה ראיתי אני כי מיד האלהים היא׃
25 କାରଣ ତାହାଙ୍କ ବିନା କିଏ ଭୋଜନ କରି ପାରିବ ଅବା ସୁଖଭୋଗ କରି ପାରିବ?
כי מי יאכל ומי יחוש חוץ ממני׃
26 ଯେହେତୁ ଯେଉଁ ବ୍ୟକ୍ତି ପରମେଶ୍ୱରଙ୍କୁ ତୁଷ୍ଟ କରେ, ସେ ତାହାକୁ ଜ୍ଞାନ, ବିଦ୍ୟା ଓ ଆନନ୍ଦ ଦିଅନ୍ତି; ମାତ୍ର ପରମେଶ୍ୱରଙ୍କ ତୁଷ୍ଟିକାରୀ ଲୋକକୁ ଦେବା ପାଇଁ ସଂଗ୍ରହ ଓ ସଞ୍ଚୟ କରଣାର୍ଥେ ପାପୀକୁ ସେ କାର୍ଯ୍ୟ ଦିଅନ୍ତି। ଏହା ହିଁ ଅସାର ଓ ବାୟୁର ପଶ୍ଚାଦ୍ଧାବନମାତ୍ର।
כי לאדם שטוב לפניו נתן חכמה ודעת ושמחה ולחוטא נתן ענין לאסוף ולכנוס לתת לטוב לפני האלהים גם זה הבל ורעות רוח׃

< ଉପଦେଶକ 2 >