< ଉପଦେଶକ 3 >

1 ସବୁ ବିଷୟର ଉଚିତ ସମୟ ଅଛି ଓ ଆକାଶ ତଳେ ସବୁ ଉଦ୍ଦେଶ୍ୟର ଉଚିତ ସମୟ ଅଛି;
Omnia tempus habent, et suis spatiis transeunt universa sub caelo.
2 ଜନ୍ମ ହେବାର ସମୟ ଓ ମରିବାର ସମୟ; ରୋପିବାର ସମୟ, ଯାହା ରୋପିତ ହେଲା, ତାହା ଉପାଡ଼ିବାର ସମୟ;
Tempus nascendi, et tempus moriendi. Tempus plantandi, et tempus evellendi quod plantatum est.
3 ବଧ କରିବାର ସମୟ ଓ ସୁସ୍ଥ କରିବାର ସମୟ; ଭାଙ୍ଗିବାର ସମୟ ଓ ନିର୍ମାଣ କରିବାର ସମୟ,
Tempus occidendi, et tempus sanandi: Tempus destruendi, et tempus aedificandi.
4 ରୋଦନ କରିବାର ସମୟ ଓ ହସିବାର ସମୟ; ବିଳାପ କରିବାର ସମୟ ଓ ନୃତ୍ୟ କରିବାର ସମୟ;
Tempus flendi, et tempus ridendi. Tempus plangendi, et tempus saltandi.
5 ପ୍ରସ୍ତର ପକାଇବାର ସମୟ ଓ ପ୍ରସ୍ତର ସଂଗ୍ରହ କରିବାର ସମୟ; ଆଲିଙ୍ଗନ କରିବାର ସମୟ ଓ ଆଲିଙ୍ଗନରୁ ନିବୃତ୍ତ ହେବାର ସମୟ,
Tempus spargendi lapides, et tempus colligendi. Tempus amplexandi, et tempus longe fieri ab amplexibus.
6 ଅନ୍ଵେଷଣ କରିବାର ସମୟ ଓ ହଜାଇବାର ସମୟ; ରଖିବାର ସମୟ ଓ ପକାଇ ଦେବାର ସମୟ;
Tempus acquirendi, et tempus perdendi. Tempus custodiendi, et tempus abiiciendi.
7 ଚିରିବାର ସମୟ ଓ ସିଲେଇ କରିବାର ସମୟ; ନୀରବ ରହିବାର ସମୟ ଓ କଥା କହିବାର ସମୟ;
Tempus scindendi, et tempus consuendi. Tempus tacendi, et tempus loquendi.
8 ପ୍ରେମ କରିବାର ସମୟ ଓ ଘୃଣା କରିବାର ସମୟ; ଯୁଦ୍ଧର ସମୟ ଓ ଶାନ୍ତିର ସମୟ ଅଛି।
Tempus dilectionis, et tempus odii. Tempus belli, et tempus pacis.
9 କର୍ମକାରୀ ବ୍ୟକ୍ତିର ଆପଣା ପରିଶ୍ରମରେ କି ଲାଭ?
Quid habet amplius homo de labore suo?
10 ପରମେଶ୍ୱର ମନୁଷ୍ୟ-ସନ୍ତାନଗଣକୁ ବ୍ୟସ୍ତ ହେବା ପାଇଁ ଯେଉଁ କାର୍ଯ୍ୟ ଦେଇଅଛନ୍ତି, ତାହା ମୁଁ ଦେଖିଅଛି।
Vidi afflictionem, quam dedit Deus filiis hominum, ut distendantur in ea.
11 ସେ ପ୍ରତ୍ୟେକ ବିଷୟକୁ ତାହାର ସମୟରେ ଶୋଭିତ କରିଅଛନ୍ତି; ମଧ୍ୟ ସେ ସେମାନଙ୍କ ହୃଦୟରେ ଅନନ୍ତକାଳ ରଖିଅଛନ୍ତି; ତଥାପି ପରମେଶ୍ୱର ପ୍ରଥମଠାରୁ ଶେଷ ପର୍ଯ୍ୟନ୍ତ ଯେଉଁ କାର୍ଯ୍ୟ କରିଅଛନ୍ତି, ମନୁଷ୍ୟ ତହିଁର ତତ୍ତ୍ୱ ପାଇ ପାରେ ନାହିଁ।
Cuncta fecit bona in tempore suo, et mundum tradidit disputationi eorum, ut non inveniat homo opus, quod operatus est Deus ab initio usque ad finem.
12 ମୁଁ ଜାଣେ ଯେ, ଯାବଜ୍ଜୀବନ ଆନନ୍ଦ ଓ ସୁକର୍ମ କରିବା ଅପେକ୍ଷା ସେମାନଙ୍କର ଆଉ କୌଣସି ମଙ୍ଗଳ ବିଷୟ ନାହିଁ।
Et cognovi quod non esset melius nisi laetari, et facere bene in vita sua.
13 ଆହୁରି, ପ୍ରତ୍ୟେକ ମନୁଷ୍ୟ ଭୋଜନପାନ କରି ଆପଣା ସକଳ ପରିଶ୍ରମରେ ସୁଖଭୋଗ କରିବ, ଏହା ପରମେଶ୍ୱରଙ୍କ ଦାନ।
Omnis enim homo, qui comedit et bibit, et videt bonum de labore suo, hoc donum Dei est.
14 ମୁଁ ଜାଣେ ଯେ, ପରମେଶ୍ୱର ଯାହା କିଛି କରନ୍ତି, ତାହା ଅନନ୍ତକାଳସ୍ଥାୟୀ; ତାହା ବଢ଼ାଯାଇ ନ ପାରେ, କିଅବା ତାହା ଊଣା କରାଯାଇ ନ ପାରେ; ଆଉ ମନୁଷ୍ୟମାନେ ପରମେଶ୍ୱରଙ୍କ ସମ୍ମୁଖରେ ଭୀତ ହେବା ପାଇଁ ସେ ତାହା କରିଅଛନ୍ତି।
Didici quod omnia opera, quae fecit Deus, perseverent in perpetuum: non possumus eis quidquam addere, nec auferre, quae fecit Deus ut timeatur.
15 ଯାହା ଅଛି, ତାହା ଥିଲା; ପୁଣି, ଯାହା ହେବ, ତାହା ହିଁ ଥିଲା; ଆଉ, ଯାହା ଗତ ହୋଇଅଛି, ପରମେଶ୍ୱର ତାହା ପୁନର୍ବାର ଅନ୍ଵେଷଣ କରନ୍ତି।
Quod factum est, ipsum permanet: quae futura sunt, iam fuerunt: et Deus instaurat quod abiit.
16 ଆହୁରି, ମୁଁ ସୂର୍ଯ୍ୟ ତଳେ ବିଚାର ସ୍ଥାନରେ ଦେଖିଲି, ସେଠାରେ ଦୁଷ୍ଟତା ଅଛି, ପୁଣି ଧର୍ମସ୍ଥାନରେ ଦେଖିଲି, ସେଠାରେ ହେଁ ଦୁଷ୍ଟତା ଅଛି।
Vidi sub sole in loco iudicii impietatem, et in loco iustitiae iniquitatem.
17 ମୁଁ ମନେ ମନେ କହିଲି, “ପରମେଶ୍ୱର ଧାର୍ମିକ ଓ ଦୁଷ୍ଟର ବିଚାର କରିବେ; କାରଣ ପ୍ରତ୍ୟେକ ମନସ୍କାମନା ଓ ପ୍ରତ୍ୟେକ କାର୍ଯ୍ୟ ପାଇଁ ସମୟ ଅଛି।”
Et dixi in corde meo: Iustum, et impium iudicabit Deus, et tempus omnis rei tunc erit.
18 ମୁଁ ମନେ ମନେ କହିଲି, “ପରମେଶ୍ୱର ଯେପରି ମନୁଷ୍ୟ ସନ୍ତାନମାନଙ୍କୁ ପରୀକ୍ଷା କରିବେ ଓ ସେମାନେ ନିଜେ ଯେ କେବଳ ପଶୁ ତୁଲ୍ୟ, ଏହା ଯେପରି ସେମାନେ ଦେଖିବେ, ଏଥିପାଇଁ ସେମାନଙ୍କ ସକାଶୁ ଏହା ହେଉଅଛି।”
Dixi in corde meo de filiis hominum, ut probaret eos Deus, et ostenderet similes esse bestiis.
19 କାରଣ ମନୁଷ୍ୟ-ସନ୍ତାନଗଣ ପ୍ରତି ଯାହା ଘଟେ, ପଶୁମାନଙ୍କ ପ୍ରତି ତାହା ଘଟେ; ସମସ୍ତଙ୍କ ପ୍ରତି ହିଁ ଏକରୂପ ଘଟଣା ଘଟେ; ଏ ଯେପରି ମରେ, ସେ ସେପରି ମରେ; ପୁଣି, ସମସ୍ତଙ୍କ ପ୍ରାଣବାୟୁ ଏକ; ଆଉ, ପଶୁଠାରୁ ମନୁଷ୍ୟର କୌଣସି ପ୍ରାଧାନ୍ୟ ନାହିଁ; କାରଣ ସବୁ ଅସାର।
Idcirco unus interitus est hominis, et iumentorum, et aequa utriusque conditio: sicut moritur homo, sic et illa moriuntur: similiter spirant omnia, et nihil habet homo iumento amplius: cuncta subiacent vanitati,
20 ସମସ୍ତେ ଏକ ସ୍ଥାନକୁ ଯାଆନ୍ତି; ସମସ୍ତେ ଧୂଳିରୁ ଉତ୍ପନ୍ନ ଓ ସମସ୍ତେ ପୁନର୍ବାର ଧୂଳିରେ ଲୀନ ହୁଅନ୍ତି।
et omnia pergunt ad unum locum: de terra facta sunt, et in terram pariter revertuntur.
21 ମନୁଷ୍ୟର ଆତ୍ମା ଊର୍ଦ୍ଧ୍ୱଗାମୀ ଓ ପଶୁର ଆତ୍ମା ପୃଥିବୀର ଅଧୋଗାମୀ ହୁଏ ବୋଲି କିଏ ଜାଣେ?
Quis novit si spiritus filiorum Adam ascendat sursum, et si spiritus iumentorum descendat deorsum?
22 ଏହେତୁ ମନୁଷ୍ୟ ସ୍ୱକର୍ମରେ ଆନନ୍ଦ କରିବା ଅପେକ୍ଷା ଆଉ ତାହାର କିଛି ଅଧିକ ମଙ୍ଗଳ ନାହିଁ ବୋଲି ମୁଁ ଦେଖିଲି; କାରଣ ଏହା ହିଁ ତାହାର ଅଧିକାର; ଆଉ, ତାହା ପରେ ଯାହା ଘଟିବ, ତାହା ଦେଖିବା ପାଇଁ କିଏ ତାହାକୁ ଫେରାଇ ଆଣି ପାରେ?
Et deprehendi nihil esse melius quam laetari hominem in opere suo, et hanc esse partem illius. Quis enim eum adducet, ut post se futura cognoscat?

< ଉପଦେଶକ 3 >