< ଉପଦେଶକ 4 >

1 ଏଥିଉତ୍ତାରେ ମୁଁ ଫେରି ସୂର୍ଯ୍ୟ ତଳେ କୃତ ଅତ୍ୟାଚାର ସବୁ ଦେଖିଲି; ଆଉ ଦେଖ, ଅତ୍ୟାଚାରପ୍ରାପ୍ତ ଲୋକମାନଙ୍କର ଅଶ୍ରୁପାତ ହୁଏ, ଓ ସେମାନଙ୍କର ସାନ୍ତ୍ୱନାକାରୀ କେହି ନାହିଁ; ପୁଣି, ସେମାନଙ୍କ ଉପଦ୍ରବକାରୀମାନଙ୍କ ପକ୍ଷରେ ପରାକ୍ରମ ଅଛି, ମାତ୍ର ଉପଦ୍ରବପ୍ରାପ୍ତ ଲୋକମାନଙ୍କର ସାନ୍ତ୍ୱନାକାରୀ କେହି ନାହିଁ।
Ndinayangʼananso ndi kuona chipsinjo chimene chimachitika pansi pano: ndinaona misozi ya anthu opsinjika, ndipo iwo alibe owatonthoza; mphamvu zinali ndi anthu owapsinjawo ndipo iwonso analibe owatonthoza.
2 ଏହେତୁ ମୁଁ ବର୍ତ୍ତମାନ ଜୀବିତ ଲୋକମାନଙ୍କ ଅପେକ୍ଷା ଏଥି ପୂର୍ବରୁ ମୃତମାନଙ୍କର ଅଧିକ ପ୍ରଶଂସା କଲି;
Ndipo ndinanena kuti akufa, amene anafa kale, ndi osangalala kuposa amoyo, amene akanalibe ndi moyo.
3 ମାତ୍ର ଯେଉଁ ଲୋକ ଆଜି ପର୍ଯ୍ୟନ୍ତ ଜନ୍ମି ନାହିଁ ଓ ସୂର୍ଯ୍ୟ ତଳେ କୃତ ମନ୍ଦ କର୍ମ ଦେଖି ନାହିଁ, ତାହାକୁ ମୁଁ ସେହି ଉଭୟଙ୍କ ଅପେକ୍ଷା ଅଧିକ ଉତ୍ତମ ଜ୍ଞାନ କଲି।
Koma wopambana onsewa ndi amene sanabadwe, amene sanaone zoyipa zimene chimachitika pansi pano.
4 ତହୁଁ ମୁଁ ସମସ୍ତ ପରିଶ୍ରମ ଓ ପ୍ରତ୍ୟେକ ଦକ୍ଷ କାର୍ଯ୍ୟ ଦେଖିଲି ଯେ, ତହିଁ ସକାଶୁ ମନୁଷ୍ୟ ଆପଣା ପ୍ରତିବାସୀର ଈର୍ଷାପାତ୍ର ହୁଏ। ଏହା ହିଁ ଅସାର ଓ ବାୟୁର ପଶ୍ଚାଦ୍ଧାବନମାତ୍ର।
Ndipo ndinazindikira kuti ntchito zonse zolemetsa ndiponso ntchito zonse zaluso zimachitika chifukwa choti wina akuchitira nsanje mnzake. Izinso ndi zopandapake, nʼkungodzivuta chabe.
5 ମୂର୍ଖ ଆପଣା ହସ୍ତ ଏକତ୍ର ମୁଠା କରି ଆପଣା ମାଂସ ଭୋଜନ କରେ।
Chitsiru chimangoti manja ake lobodo ndi kudzipha chokha ndi njala.
6 ପରିଶ୍ରମ ଓ ବାୟୁର ପଶ୍ଚାଦ୍ଧାବନ ସହିତ ଦୁଇ ମୁଠି ଅପେକ୍ଷା ଶାନ୍ତି ସହିତ ଏକ ମୁଠି ଭଲ।
Nʼkwabwino kukhala ndi dzanja limodzi lodzaza uli pa mtendere, kuposa kukhala ndi manja awiri odzaza uli pa mavuto, ndipo uku nʼkungodzivuta chabe.
7 ତେବେ ମୁଁ ଫେରି ସୂର୍ଯ୍ୟ ତଳେ ଅସାରତା ଦେଖିଲି।
Ndinaonanso chinthu china chopanda phindu pansi pano:
8 କୌଣସି ଲୋକ ଏକାକୀ ଥାଏ ଓ ତାହାର ଦ୍ୱିତୀୟ କେହି ନାହିଁ; କିଅବା ତାହାର ପୁତ୍ର କି ଭ୍ରାତା ନାହିଁ; ତଥାପି ତାହାର ସମସ୍ତ ପରିଶ୍ରମର ସୀମା ନାହିଁ, ଅଥବା ଧନରେ ତାହାର ଚକ୍ଷୁ ତୃପ୍ତ ନୁହେଁ। ସେ କହେ, ତେବେ ମୁଁ କାହା ପାଇଁ ପରିଶ୍ରମ କରୁଅଛି ଓ ଆପଣା ପ୍ରାଣକୁ ମଙ୍ଗଳରୁ ବଞ୍ଚିତ କରିଅଛି? ଏହା ହିଁ ଅସାର ଓ ଅତ୍ୟନ୍ତ କ୍ଲେଶଜନକ।
Panali munthu amene anali yekhayekha; analibe mwana kapena mʼbale. Ntchito yake yolemetsa sinkatha, ndipo maso ake sankakhutitsidwa ndi chuma chake. Iye anadzifunsa kuti, “Kodi ntchito yosautsayi ndikuyigwirira yani? Nanga nʼchifukwa chiyani ndikudzimana chisangalalo?” Izinso ndi zopandapake, zosasangalatsa!
9 ଏକ ଜଣରୁ ଦୁଇ ଜଣ ଭଲ, କାରଣ ସେମାନେ ଆପଣା ଆପଣା ପରିଶ୍ରମର ଉତ୍ତମ ଫଳ ପ୍ରାପ୍ତ ହୁଅନ୍ତି।
Kukhala awiri nʼkwabwino kuposa kukhala wekha, chifukwa ntchito ya anthu awiri ili ndi phindu:
10 ସେମାନେ ପଡ଼ିଲେ, ଜଣେ ଆପଣା ସଙ୍ଗୀକୁ ଉଠାଇବ; ମାତ୍ର ଯେ ପଡ଼ିବା ବେଳେ ଏକାକୀ ଥାଏ ଓ ଯାହାକୁ ଉଠାଇବା ପାଇଁ ଅନ୍ୟ ନ ଥାଏ, ସେ ସନ୍ତାପର ପାତ୍ର।
Ngati winayo agwa, mnzakeyo adzamudzutsa. Koma tsoka kwa munthu amene agwa ndipo alibe wina woti amudzutse!
11 ଆହୁରି, ଦୁଇ ଜଣ ଏକତ୍ର ଶୟନ କଲେ ଉଷ୍ଣ ହୁଅନ୍ତି; ମାତ୍ର ଜଣେ କିପରି ଏକାକୀ ଉଷ୍ଣ ହୋଇପାରେ?
Komanso ngati anthu awiri agona malo amodzi, adzafunditsana. Koma nanga mmodzi angadzifunditse yekha?
12 ଯେବେ କେହି ଏକାକୀ ଥିବା ଲୋକକୁ ପରାସ୍ତ କରେ, ତେବେ ଦୁଇ ଜଣ ତାହାର ପ୍ରତିବାଧା କରିବେ; ପୁଣି, ତ୍ରିଗୁଣ ରଜ୍ଜୁ ଶୀଘ୍ର ଛିଣ୍ଡିଯାଏ ନାହିଁ।
Munthu mmodzi angathe kugonjetsedwa, koma anthu awiri akhoza kudziteteza. Chingwe cha maulusi atatu sichidukirapo.
13 ଯେଉଁ ବୃଦ୍ଧ ଓ ନିର୍ବୋଧ ରାଜା ଆଉ କୌଣସି ପରାମର୍ଶ ଗ୍ରହଣ କରିବାକୁ ଜାଣେ ନାହିଁ, ତାହା ଅପେକ୍ଷା ଦରିଦ୍ର ଓ ଜ୍ଞାନବାନ ଯୁବା ଲୋକ ଭଲ।
Wachinyamata wosauka koma wanzeru aposa mfumu yokalamba koma yopusa imene simvanso malangizo.
14 କାରଣ ସେ ରାଜା ହେବା ପାଇଁ କାରାଗାରରୁ ବାହାର ହୋଇ ଆସିଲା; ଆହୁରି, ସେ ତାହାର ରାଜ୍ୟରେ ଦରିଦ୍ର ହୋଇ ଜନ୍ମିଥିଲା।
Wachinyamatayo angathe kuchokera ku ndende ndi kudzakhala mfumu, kapena angathe kubadwa wosauka mʼdziko la mfumuyo.
15 ମୁଁ ସୂର୍ଯ୍ୟ ତଳେ ଗମନକାରୀ ସମସ୍ତ ପ୍ରାଣୀକୁ ଦେଖିଲି ଯେ, ସେମାନେ ସେହି ଯୁବାର, ଯେଉଁ ଦ୍ୱିତୀୟ ବ୍ୟକ୍ତି ଏହାର ସ୍ଥାନରେ ଉଠିଲା, ତାହାର ସଙ୍ଗୀ।
Ndipo ndinaona kuti iwo onse amene anakhala ndi moyo ndi kuyenda pansi pano anatsatira wachinyamatayo, amene anatenga malo a mfumu.
16 ସେ ଯେଉଁମାନଙ୍କର ଅଧ୍ୟକ୍ଷ ହେଲା, ସେହି ଲୋକମାନେ ଅସଂଖ୍ୟ; ତଥାପି ଉତ୍ତରକାଳୀନ ଲୋକମାନେ ତାହାଠାରେ ଆନନ୍ଦ କରିବେ ନାହିଁ। ନିଶ୍ଚୟ ଏହା ହିଁ ଅସାର ଓ ବାୟୁର ପଶ୍ଚାଦ୍ଧାବନମାତ୍ର।
Mfumu ikhoza kulamulira anthu osawerengeka, komabe itamwalira, palibe amene adzayamikire zomwe mfumuyo inachita. Izinso ndi zopandapake, nʼkungozivuta chabe.

< ଉପଦେଶକ 4 >