< ଉପଦେଶକ 4 >

1 ଏଥିଉତ୍ତାରେ ମୁଁ ଫେରି ସୂର୍ଯ୍ୟ ତଳେ କୃତ ଅତ୍ୟାଚାର ସବୁ ଦେଖିଲି; ଆଉ ଦେଖ, ଅତ୍ୟାଚାରପ୍ରାପ୍ତ ଲୋକମାନଙ୍କର ଅଶ୍ରୁପାତ ହୁଏ, ଓ ସେମାନଙ୍କର ସାନ୍ତ୍ୱନାକାରୀ କେହି ନାହିଁ; ପୁଣି, ସେମାନଙ୍କ ଉପଦ୍ରବକାରୀମାନଙ୍କ ପକ୍ଷରେ ପରାକ୍ରମ ଅଛି, ମାତ୍ର ଉପଦ୍ରବପ୍ରାପ୍ତ ଲୋକମାନଙ୍କର ସାନ୍ତ୍ୱନାକାରୀ କେହି ନାହିଁ।
verti me ad alia et vidi calumnias quae sub sole geruntur et lacrimas innocentum et consolatorem neminem nec posse resistere eorum violentiae cunctorum auxilio destitutos
2 ଏହେତୁ ମୁଁ ବର୍ତ୍ତମାନ ଜୀବିତ ଲୋକମାନଙ୍କ ଅପେକ୍ଷା ଏଥି ପୂର୍ବରୁ ମୃତମାନଙ୍କର ଅଧିକ ପ୍ରଶଂସା କଲି;
et laudavi magis mortuos quam viventes
3 ମାତ୍ର ଯେଉଁ ଲୋକ ଆଜି ପର୍ଯ୍ୟନ୍ତ ଜନ୍ମି ନାହିଁ ଓ ସୂର୍ଯ୍ୟ ତଳେ କୃତ ମନ୍ଦ କର୍ମ ଦେଖି ନାହିଁ, ତାହାକୁ ମୁଁ ସେହି ଉଭୟଙ୍କ ଅପେକ୍ଷା ଅଧିକ ଉତ୍ତମ ଜ୍ଞାନ କଲି।
et feliciorem utroque iudicavi qui necdum natus est nec vidit mala quae sub sole fiunt
4 ତହୁଁ ମୁଁ ସମସ୍ତ ପରିଶ୍ରମ ଓ ପ୍ରତ୍ୟେକ ଦକ୍ଷ କାର୍ଯ୍ୟ ଦେଖିଲି ଯେ, ତହିଁ ସକାଶୁ ମନୁଷ୍ୟ ଆପଣା ପ୍ରତିବାସୀର ଈର୍ଷାପାତ୍ର ହୁଏ। ଏହା ହିଁ ଅସାର ଓ ବାୟୁର ପଶ୍ଚାଦ୍ଧାବନମାତ୍ର।
rursum contemplatus omnes labores hominum et industrias animadverti patere invidiae proximi et in hoc ergo vanitas et cura superflua est
5 ମୂର୍ଖ ଆପଣା ହସ୍ତ ଏକତ୍ର ମୁଠା କରି ଆପଣା ମାଂସ ଭୋଜନ କରେ।
stultus conplicat manus suas et comedit carnes suas dicens
6 ପରିଶ୍ରମ ଓ ବାୟୁର ପଶ୍ଚାଦ୍ଧାବନ ସହିତ ଦୁଇ ମୁଠି ଅପେକ୍ଷା ଶାନ୍ତି ସହିତ ଏକ ମୁଠି ଭଲ।
melior est pugillus cum requie quam plena utraque manus cum labore et adflictione animi
7 ତେବେ ମୁଁ ଫେରି ସୂର୍ଯ୍ୟ ତଳେ ଅସାରତା ଦେଖିଲି।
considerans repperi et aliam vanitatem sub sole
8 କୌଣସି ଲୋକ ଏକାକୀ ଥାଏ ଓ ତାହାର ଦ୍ୱିତୀୟ କେହି ନାହିଁ; କିଅବା ତାହାର ପୁତ୍ର କି ଭ୍ରାତା ନାହିଁ; ତଥାପି ତାହାର ସମସ୍ତ ପରିଶ୍ରମର ସୀମା ନାହିଁ, ଅଥବା ଧନରେ ତାହାର ଚକ୍ଷୁ ତୃପ୍ତ ନୁହେଁ। ସେ କହେ, ତେବେ ମୁଁ କାହା ପାଇଁ ପରିଶ୍ରମ କରୁଅଛି ଓ ଆପଣା ପ୍ରାଣକୁ ମଙ୍ଗଳରୁ ବଞ୍ଚିତ କରିଅଛି? ଏହା ହିଁ ଅସାର ଓ ଅତ୍ୟନ୍ତ କ୍ଲେଶଜନକ।
unus est et secundum non habet non filium non fratrem et tamen laborare non cessat nec satiantur oculi eius divitiis nec recogitat dicens cui laboro et fraudo animam meam bonis in hoc quoque vanitas est et adflictio pessima
9 ଏକ ଜଣରୁ ଦୁଇ ଜଣ ଭଲ, କାରଣ ସେମାନେ ଆପଣା ଆପଣା ପରିଶ୍ରମର ଉତ୍ତମ ଫଳ ପ୍ରାପ୍ତ ହୁଅନ୍ତି।
melius ergo est duos simul esse quam unum habent enim emolumentum societatis suae
10 ସେମାନେ ପଡ଼ିଲେ, ଜଣେ ଆପଣା ସଙ୍ଗୀକୁ ଉଠାଇବ; ମାତ୍ର ଯେ ପଡ଼ିବା ବେଳେ ଏକାକୀ ଥାଏ ଓ ଯାହାକୁ ଉଠାଇବା ପାଇଁ ଅନ୍ୟ ନ ଥାଏ, ସେ ସନ୍ତାପର ପାତ୍ର।
si unus ceciderit ab altero fulcietur vae soli quia cum ruerit non habet sublevantem
11 ଆହୁରି, ଦୁଇ ଜଣ ଏକତ୍ର ଶୟନ କଲେ ଉଷ୍ଣ ହୁଅନ୍ତି; ମାତ୍ର ଜଣେ କିପରି ଏକାକୀ ଉଷ୍ଣ ହୋଇପାରେ?
et si dormierint duo fovebuntur mutuo unus quomodo calefiet
12 ଯେବେ କେହି ଏକାକୀ ଥିବା ଲୋକକୁ ପରାସ୍ତ କରେ, ତେବେ ଦୁଇ ଜଣ ତାହାର ପ୍ରତିବାଧା କରିବେ; ପୁଣି, ତ୍ରିଗୁଣ ରଜ୍ଜୁ ଶୀଘ୍ର ଛିଣ୍ଡିଯାଏ ନାହିଁ।
et si quispiam praevaluerit contra unum duo resistent ei funiculus triplex difficile rumpitur
13 ଯେଉଁ ବୃଦ୍ଧ ଓ ନିର୍ବୋଧ ରାଜା ଆଉ କୌଣସି ପରାମର୍ଶ ଗ୍ରହଣ କରିବାକୁ ଜାଣେ ନାହିଁ, ତାହା ଅପେକ୍ଷା ଦରିଦ୍ର ଓ ଜ୍ଞାନବାନ ଯୁବା ଲୋକ ଭଲ।
melior est puer pauper et sapiens rege sene et stulto qui nescit providere in posterum
14 କାରଣ ସେ ରାଜା ହେବା ପାଇଁ କାରାଗାରରୁ ବାହାର ହୋଇ ଆସିଲା; ଆହୁରି, ସେ ତାହାର ରାଜ୍ୟରେ ଦରିଦ୍ର ହୋଇ ଜନ୍ମିଥିଲା।
quod et de carcere catenisque interdum quis egrediatur ad regnum et alius natus in regno inopia consumatur
15 ମୁଁ ସୂର୍ଯ୍ୟ ତଳେ ଗମନକାରୀ ସମସ୍ତ ପ୍ରାଣୀକୁ ଦେଖିଲି ଯେ, ସେମାନେ ସେହି ଯୁବାର, ଯେଉଁ ଦ୍ୱିତୀୟ ବ୍ୟକ୍ତି ଏହାର ସ୍ଥାନରେ ଉଠିଲା, ତାହାର ସଙ୍ଗୀ।
vidi cunctos viventes qui ambulant sub sole cum adulescente secundo qui consurgit pro eo
16 ସେ ଯେଉଁମାନଙ୍କର ଅଧ୍ୟକ୍ଷ ହେଲା, ସେହି ଲୋକମାନେ ଅସଂଖ୍ୟ; ତଥାପି ଉତ୍ତରକାଳୀନ ଲୋକମାନେ ତାହାଠାରେ ଆନନ୍ଦ କରିବେ ନାହିଁ। ନିଶ୍ଚୟ ଏହା ହିଁ ଅସାର ଓ ବାୟୁର ପଶ୍ଚାଦ୍ଧାବନମାତ୍ର।
infinitus numerus est populi omnium qui fuerunt ante eum et qui postea futuri sunt non laetabuntur in eo sed et hoc vanitas et adflictio spiritus

< ଉପଦେଶକ 4 >