< ଉପଦେଶକ 5 >
1 ତୁମ୍ଭେ ପରମେଶ୍ୱରଙ୍କ ଗୃହକୁ ଯିବା ବେଳେ ସାବଧାନରେ ଆପଣା ଚରଣ ରଖ; କାରଣ ମୂର୍ଖମାନଙ୍କର ବଳି ଉତ୍ସର୍ଗ କରିବା ଅପେକ୍ଷା ଶ୍ରବଣାର୍ଥେ ନିକଟବର୍ତ୍ତୀ ହେବାର ଉତ୍ତମ; ଯେଣୁ ସେମାନେ ମନ୍ଦ କର୍ମ କରନ୍ତି ବୋଲି ଜାଣନ୍ତି ନାହିଁ।
你到 神的殿要谨慎脚步;因为近前听,胜过愚昧人献祭,他们本不知道所做的是恶。
2 ତୁମ୍ଭେ ଆପଣା ମୁଖରେ ଅବିବେକୀ ହୁଅ ନାହିଁ ଓ ପରମେଶ୍ୱରଙ୍କ ସାକ୍ଷାତରେ କୌଣସି କଥା କହିବା ପାଇଁ ତୁମ୍ଭର ଚିତ୍ତ ଚଞ୍ଚଳ ନ ହେଉ; କାରଣ ପରମେଶ୍ୱର ସ୍ୱର୍ଗରେ ଅଛନ୍ତି ଓ ତୁମ୍ଭେ ପୃଥିବୀରେ ଅଛ; ଏହେତୁ ତୁମ୍ଭେ କଥା କହିବା ପୁର୍ବରୁ ଭଲ ଭାବରେ ଚିନ୍ତା କର।
你在 神面前不可冒失开口,也不可心急发言;因为 神在天上,你在地下,所以你的言语要寡少。
3 କାରଣ କାର୍ଯ୍ୟର ବାହୁଲ୍ୟରେ ସ୍ୱପ୍ନ ହୁଏ; ପୁଣି ବାକ୍ୟର ବାହୁଲ୍ୟରେ ମୂର୍ଖର ରବ ହୁଏ।
事务多,就令人做梦;言语多,就显出愚昧。
4 ତୁମ୍ଭେ ପରମେଶ୍ୱରଙ୍କ ନିକଟରେ ମାନତ କଲେ, ତାହା ପରିଶୋଧ କରିବାକୁ ବିଳମ୍ବ କର ନାହିଁ; କାରଣ ମୂର୍ଖମାନଙ୍କଠାରେ ତାହାଙ୍କର ସନ୍ତୋଷ ନାହିଁ; ତୁମ୍ଭେ ଯାହା ମାନତ କର, ତାହା ପରିଶୋଧ କର।
你向 神许愿,偿还不可迟延,因他不喜悦愚昧人,所以你许的愿应当偿还。
5 ମାନତ କରି ପରିଶୋଧ ନ କରିବା ଅପେକ୍ଷା ତୁମ୍ଭର ମାନତ ନ କରିବାର ଭଲ।
你许愿不还,不如不许。
6 ତୁମ୍ଭ ଶରୀରକୁ ପାପ କରାଇବା ପାଇଁ ତୁମ୍ଭ ମୁଖକୁ ଦିଅ ନାହିଁ; କିଅବା ଏହା ଭୁଲବଶତଃ ହେଲା ବୋଲି ଦୂତ ସାକ୍ଷାତରେ କୁହ ନାହିଁ; କାହିଁକି ପରମେଶ୍ୱର ତୁମ୍ଭ ରବରେ କ୍ରୁଦ୍ଧ ହୋଇ ତୁମ୍ଭ ହସ୍ତର କାର୍ଯ୍ୟ ବିନାଶ କରିବେ?
不可任你的口使肉体犯罪,也不可在祭司面前说是错许了。为何使 神因你的声音发怒,败坏你手所做的呢?
7 କାରଣ ସ୍ୱପ୍ନ ଓ ଅସାରତାର ବାହୁଲ୍ୟ ଓ ବହୁ ବାକ୍ୟ ଦ୍ୱାରା ଏହିପରି ଘଟେ; ମାତ୍ର ତୁମ୍ଭେ ପରମେଶ୍ୱରଙ୍କୁ ଭୟ କର।
多梦和多言,其中多有虚幻,你只要敬畏 神。
8 ଯେବେ ତୁମ୍ଭେ କୌଣସି ପ୍ରଦେଶରେ ଦରିଦ୍ର ପ୍ରତି ଉପଦ୍ରବ, ଅତ୍ୟାଚାରପୂର୍ବକ ବିଚାର ଓ ନ୍ୟାୟ ଅନ୍ୟଥା ହେବାର ଦେଖ, ତେବେ ସେ ବିଷୟରେ ଚମତ୍କୃତ ହୁଅ ନାହିଁ; କାରଣ ଉଚ୍ଚ ଅପେକ୍ଷା ଜଣେ ଉଚ୍ଚତର ଦେଖନ୍ତି; ପୁଣି, ସେମାନଙ୍କ ଅପେକ୍ଷା ଉଚ୍ଚତର ଅଛନ୍ତି।
你若在一省之中见穷人受欺压,并夺去公义公平的事,不要因此诧异;因有一位高过居高位的鉴察,在他们以上还有更高的。
9 ଆହୁରି, ପୃଥିବୀର ଫଳ ସମସ୍ତଙ୍କ ନିମନ୍ତେ; କ୍ଷେତ୍ର ଦ୍ୱାରା ରାଜା ଆପେ ସେବିତ ହୁଅନ୍ତି।
况且地的益处归众人,就是君王也受田地的供应。
10 ଯେଉଁ ଲୋକ ରୂପା ଭଲ ପାଏ, ସେ ରୂପାରେ ତୃପ୍ତ ହେବ ନାହିଁ; କିଅବା ଯେଉଁ ଲୋକ ପ୍ରଚୁରତା ଭଲ ପାଏ, ସେ ଆୟବୃଦ୍ଧିରେ ତୃପ୍ତ ହେବ ନାହିଁ; ଏହା ହିଁ ଅସାର।
贪爱银子的,不因得银子知足;贪爱丰富的,也不因得利益知足。这也是虚空。
11 ସମ୍ପତ୍ତି ବୃଦ୍ଧି ପାଇଲେ, ତହିଁର ଭୋକ୍ତାମାନେ ବୃଦ୍ଧି ପାଆନ୍ତି; ଏଣୁ ଆପଣା ଚକ୍ଷୁରେ ଦେଖିବା ଛଡ଼ା ତହିଁର ଅଧିକାରୀର କି ଲାଭ?
货物增添,吃的人也增添,物主得什么益处呢?不过眼看而已!
12 ଶ୍ରମଜୀବୀ ଲୋକ ଅଳ୍ପ ବା ବହୁତ ଖାଇଲେ ହେଁ ତାହାର ନିଦ୍ରା ସୁଖକର ହୁଏ; ମାତ୍ର ଧନବାନର ପୂର୍ଣ୍ଣତା ତାହାକୁ ନିଦ୍ରା ଯିବାକୁ ଦେବ ନାହିଁ।
劳碌的人不拘吃多吃少,睡得香甜;富足人的丰满却不容他睡觉。
13 ଧନ ଅଧିକାରୀ ଦ୍ୱାରା ଆପଣା ଅମଙ୍ଗଳ ନିମନ୍ତେ ଧନ ରକ୍ଷିତ ହୁଏ, ଏହି ଏକ ବ୍ୟାଧି ସ୍ୱରୂପ ଅନିଷ୍ଟ ମୁଁ ସୂର୍ଯ୍ୟ ତଳେ ଦେଖିଅଛି;
我见日光之下有一宗大祸患,就是财主积存资财,反害自己。
14 ଆଉ, ଦୁର୍ଘଟଣା ଦ୍ୱାରା ସେହି ସବୁ ଧନ କ୍ଷୟ ପାଏ; ପୁଣି, ସେ ପୁତ୍ର ଜାତ କଲେ, ତାହା ହସ୍ତରେ କିଛି ନ ଥାଏ।
因遭遇祸患,这些资财就消灭;那人若生了儿子,手里也一无所有。
15 ସେ ଆପଣା ମାତୃଗର୍ଭରୁ ଯେପରି ଆସିଲା, ସେପରି ଉଲଙ୍ଗ ହୋଇ ଆସିବା ପରି ଫେରିଯିବ, ଆଉ ସେ ଆପଣା ପରିଶ୍ରମ ପାଇଁ ସ୍ୱହସ୍ତରେ ଯାହା ବହି ନେଇ ପାରିବ, ଏପରି କିଛି ସଙ୍ଗେ ନେବ ନାହିଁ।
他怎样从母胎赤身而来,也必照样赤身而去;他所劳碌得来的,手中分毫不能带去。
16 ପୁଣି, ସେ ଯେପରି ଆସିଲା, ସର୍ବତୋଭାବେ ଯେ ସେପରି ଯିବ, ଏହା ହିଁ ବ୍ୟାଧି ସ୍ୱରୂପ ଅନିଷ୍ଟ; ଏଣୁ ବାୟୁ ନିମନ୍ତେ ସେ ପରିଶ୍ରମ କଲେ, ତାହାର କି ଲାଭ?
他来的情形怎样,他去的情形也怎样。这也是一宗大祸患。他为风劳碌有什么益处呢?
17 ଆହୁରି, ସେ ଯାବଜ୍ଜୀବନ ଅନ୍ଧକାରରେ ଆହାର କରେ, ପୁଣି ସେ ଅତିଶୟ ବିରକ୍ତ ହୁଏ, ଆଉ ତାହାକୁ ପୀଡ଼ା ଓ କୋପ ଘଟେ।
并且他终身在黑暗中吃喝,多有烦恼,又有病患呕气。
18 ଦେଖ, ଭୋଜନ ଓ ପାନ କରିବାର ଓ ପରମେଶ୍ୱରଙ୍କ ଦତ୍ତ ପରମାୟୁ ମଧ୍ୟରେ ମନୁଷ୍ୟ ସୂର୍ଯ୍ୟ ତଳେ ଯେଉଁ ଯେଉଁ ପରିଶ୍ରମ କରେ, ସେହି ସମସ୍ତ ପରିଶ୍ରମରେ ସୁଖଭୋଗ କରିବାର, ଏହା ହିଁ ତାହା ପକ୍ଷରେ ଉତ୍ତମ ଓ ମନୋହର ବୋଲି ମୁଁ ଦେଖିଅଛି; କାରଣ ଏହା ହିଁ ତାହାର ଅଂଶ।
我所见为善为美的,就是人在 神赐他一生的日子吃喝,享受日光之下劳碌得来的好处,因为这是他的分。
19 ଆହୁରି, ପରମେଶ୍ୱର କୌଣସି ବ୍ୟକ୍ତିଙ୍କୁ ଧନସମ୍ପତ୍ତି ଦାନ କରି ତାହା ଭୋଗ କରିବାକୁ, ଆପଣା ଅଂଶ ଗ୍ରହଣ କରିବାକୁ ଓ ଆପଣା ପରିଶ୍ରମରେ ଆନନ୍ଦ କରିବାକୁ କ୍ଷମତା ଦେଲେ, ଏହା ହିଁ ପରମେଶ୍ୱରଙ୍କ ଦାନ।
神赐人资财丰富,使他能以吃用,能取自己的分,在他劳碌中喜乐,这乃是 神的恩赐。
20 ଯେହେତୁ ସେ ଆପଣା ପରମାୟୁର ଦିନସବୁ ଅଧିକ ସ୍ମରଣ କରିବ ନାହିଁ; କାରଣ ପରମେଶ୍ୱର ତାହାର ହୃଦୟରେ ଆନନ୍ଦ ଜନ୍ମାଇ ତାହାକୁ ଉତ୍ତର ଦିଅନ୍ତି।
他不多思念自己一生的年日,因为 神应他的心使他喜乐。