< ଉପଦେଶକ 6 >

1 ସୂର୍ଯ୍ୟ ତଳେ ମୁଁ ଏକ ଦୁଃଖର ବିଷୟ ଦେଖିଅଛି, ଆଉ ତାହା ମନୁଷ୍ୟମାନଙ୍କ ପକ୍ଷରେ ଭାରୀ;
יש רעה אשר ראיתי תחת השמש ורבה היא על האדם׃
2 ପରମେଶ୍ୱର କାହାକୁ କାହାକୁ ଏତେ ଧନ, ସମ୍ପତ୍ତି ଓ ସମ୍ଭ୍ରମ ଦିଅନ୍ତି ଯେ, ତାହାର ମନୋବାଞ୍ଛା ପୂର୍ଣ୍ଣ କରିବାକୁ କୌଣସି ବିଷୟର ଅଭାବ ନ ଥାଏ, ତଥାପି ତାହା ଭୋଗ କରିବା ପାଇଁ ପରମେଶ୍ୱର ତାହାକୁ କ୍ଷମତା ଦିଅନ୍ତି ନାହିଁ, ମାତ୍ର ଅନ୍ୟ ଲୋକ ତାହା ଭୋଗ କରେ; ଏହା ଅସାର ଓ ମନ୍ଦ ବ୍ୟାଧି ସ୍ୱରୂପ।
איש אשר יתן לו האלהים עשר ונכסים וכבוד ואיננו חסר לנפשו מכל אשר יתאוה ולא ישליטנו האלהים לאכל ממנו כי איש נכרי יאכלנו זה הבל וחלי רע הוא׃
3 ଯଦି କୌଣସି ମନୁଷ୍ୟ ଶହେ ସନ୍ତାନ ଜାତ କରି ଅନେକ ବର୍ଷ ବଞ୍ଚି ଦୀର୍ଘଜୀବୀ ହୁଏ, ମାତ୍ର ତାହାର ପ୍ରାଣ ଯଦି ସୁଖରେ ତୃପ୍ତ ନ ହୁଏ, ଆହୁରି ଯଦି ତାହାକୁ କବର ଦିଆ ନ ଯାଏ, ତେବେ ମୁଁ କହେ, ସେହି ଲୋକ ଅପେକ୍ଷା ଜନ୍ମ ହେବା ସମୟରେ ମୃତ୍ୟୁବରଣ କରିଥିବା ଶିଶୁଟି ଉତ୍ତମ ଅଟେ;
אם יוליד איש מאה ושנים רבות יחיה ורב שיהיו ימי שניו ונפשו לא תשבע מן הטובה וגם קבורה לא היתה לו אמרתי טוב ממנו הנפל׃
4 କାରଣ ଏହି ମୃତ ଜାତ ଶିଶୁ ବାଷ୍ପ ତୁଲ୍ୟ ଆସେ ଓ ଅନ୍ଧକାରରେ ଯାଏ, ଆଉ ତାହାର ନାମ ଅନ୍ଧକାରରେ ଆଚ୍ଛନ୍ନ ହୁଏ;
כי בהבל בא ובחשך ילך ובחשך שמו יכסה׃
5 ଆହୁରି, ଏହି ଶିଶୁ ସୂର୍ଯ୍ୟ ଦେଖି ନାହିଁ କି ଜାଣି ନାହିଁ; ତଥାପି ଏହି ମୃତ ଜାତ ଶିଶୁ ସେ ଲୋକ ଅପେକ୍ଷା ଅଧିକ ବିଶ୍ରାମ ପାଏ;
גם שמש לא ראה ולא ידע נחת לזה מזה׃
6 ପୁଣି, ସେ ମନୁଷ୍ୟ କୌଣସି ମଙ୍ଗଳ ଭୋଗ ନ କରି ଦୁଇଗୁଣ ସହସ୍ର ବର୍ଷ ବଞ୍ଚିଲେ ହେଁ ସମସ୍ତେ କି ଏକ ସ୍ଥାନକୁ ନ ଯାʼନ୍ତି?
ואלו חיה אלף שנים פעמים וטובה לא ראה הלא אל מקום אחד הכל הולך׃
7 ମନୁଷ୍ୟର ସମସ୍ତ ପରିଶ୍ରମ ତାହାର ମୁଖ ନିମନ୍ତେ, ତଥାପି ଭୋଜନର ଆକାଂକ୍ଷା ପୂର୍ଣ୍ଣ ହୁଏ ନାହିଁ।
כל עמל האדם לפיהו וגם הנפש לא תמלא׃
8 ଏଣୁ ମୂର୍ଖ ଅପେକ୍ଷା ଜ୍ଞାନୀର କି ଲାଭ? ଆଉ, ଜୀବିତମାନଙ୍କ ସାକ୍ଷାତରେ ଚଳିବାକୁ ଜାଣେ ଯେଉଁ ଦରିଦ୍ର ଲୋକ, ତାହାର ଅବା କି ଲାଭ?
כי מה יותר לחכם מן הכסיל מה לעני יודע להלך נגד החיים׃
9 ମନର ଲାଳସା ଅପେକ୍ଷା ସାକ୍ଷାତ ଭୋଗ ଭଲ; ଏହା ହିଁ ଅସାର ଓ ବାୟୁର ପଶ୍ଚାଦ୍ଧାବନମାତ୍ର।
טוב מראה עינים מהלך נפש גם זה הבל ורעות רוח׃
10 ଯାହା ହୋଇଅଛି, ଅନେକ କାଳ ହେଲା ତହିଁର ନାମ ଦିଆଯାଇଥିଲା, ଆଉ ସେ ମର୍ତ୍ତ୍ୟ ବୋଲି ଜଣା; ପୁଣି, ସେ ଆପଣା ଅପେକ୍ଷା ପରାକ୍ରାନ୍ତ ସଙ୍ଗେ ବିରୋଧ କରି ନ ପାରେ।
מה שהיה כבר נקרא שמו ונודע אשר הוא אדם ולא יוכל לדין עם שהתקיף ממנו׃
11 ଅସାରତାବର୍ଦ୍ଧକ ଅନେକ କଥା ଅଛି, ତହିଁରେ ମନୁଷ୍ୟର କି ଲାଭ?
כי יש דברים הרבה מרבים הבל מה יתר לאדם׃
12 କାରଣ ମନୁଷ୍ୟ ଛାୟା ତୁଲ୍ୟ ଆପଣାର ଯେଉଁ ଅସାର ଜୀବନର ଦିନସବୁ କ୍ଷେପଣ କରେ, ସେହି ଜୀବନ କାଳରେ ତାହାର ମଙ୍ଗଳ କଅଣ, ଏହା କିଏ ଜାଣେ? ଆଉ, ମନୁଷ୍ୟର ମରଣାନ୍ତେ ସୂର୍ଯ୍ୟ ତଳେ ଯାହା ଘଟିବ, ଏହା କିଏ ତାହାକୁ ଜଣାଇ ପାରେ?
כי מי יודע מה טוב לאדם בחיים מספר ימי חיי הבלו ויעשם כצל אשר מי יגיד לאדם מה יהיה אחריו תחת השמש׃

< ଉପଦେଶକ 6 >