< ଉପଦେଶକ 7 >

1 ବହୁମୂଲ୍ୟ ତୈଳ ଅପେକ୍ଷା ଉତ୍ତମ ନାମ ଭଲ ଓ ଜନ୍ମ ଦିନ ଅପେକ୍ଷା ମରଣ ଦିନ ଭଲ।
A good name is better than precious ointments, and a day of death is better than a day of birth.
2 ଭୋଜଗୃହକୁ ଯିବାଠାରୁ ବିଳାପ ଗୃହକୁ ଯିବାର ଭଲ; କାରଣ ତାହା ସମୁଦାୟ ମନୁଷ୍ୟର ଶେଷ ଗତି ଓ ଜୀବିତ ଲୋକ ତହିଁରେ ମନୋଯୋଗ କରିବ।
It is better to go to a house of mourning, than to a house of feasting. For in the former, we are admonished about the end of all things, so that the living consider what may be in the future.
3 ହାସ୍ୟଠାରୁ ଖେଦ ଭଲ; କାରଣ ମୁଖର ବିଷଣ୍ଣତା ଦ୍ୱାରା ହୃଦୟ ପ୍ରସନ୍ନ ହୁଏ।
Anger is better than laughter. For through the sadness of the countenance, the soul of one who offends may be corrected.
4 ଜ୍ଞାନୀମାନଙ୍କ ହୃଦୟ ବିଳାପ ଗୃହରେ ଥାଏ, ମାତ୍ର ମୂର୍ଖମାନଙ୍କ ହୃଦୟ ଆନନ୍ଦ ଗୃହରେ ଥାଏ।
The heart of the wise is a place of mourning, and the heart of the foolish is a place of rejoicing.
5 ମୂର୍ଖମାନଙ୍କର ଗୀତ ଶୁଣିବା ଅପେକ୍ଷା ଜ୍ଞାନୀମାନଙ୍କର ଭର୍ତ୍ସନା ଶୁଣିବାର ଭଲ।
It is better to be corrected by a wise man, than to be deceived by the false praise of the foolish.
6 କାରଣ ହାଣ୍ଡି ତଳେ କଣ୍ଟାର ଚଡ଼ଚଡ଼ ଶବ୍ଦ ଯେପରି, ମୂର୍ଖର ହାସ୍ୟ ସେପରି; ଏହା ହିଁ ଅସାର।
For, like the crackling of thorns burning under a pot, so is the laughter of the foolish. But this, too, is emptiness.
7 ନିଶ୍ଚୟ ଅନ୍ୟାୟ ଧନଗ୍ରହଣ ଜ୍ଞାନୀ ଲୋକକୁ ନିର୍ବୋଧ କରେ ଓ ଲାଞ୍ଚ ବୁଦ୍ଧି ନଷ୍ଟ କରେ।
A false accusation troubles the wise man and saps the strength of his heart.
8 କାର୍ଯ୍ୟର ଆରମ୍ଭ ଅପେକ୍ଷା ତହିଁର ସମାପ୍ତି ଭଲ; ପୁଣି, ଆତ୍ମାରେ ଗର୍ବୀ ହେବା ଅପେକ୍ଷା ଆତ୍ମାରେ ଧୀର ହେବା ଭଲ।
The end of a speech is better than the beginning. Patience is better than arrogance.
9 କ୍ରୋଧ କରିବା ପାଇଁ ଆପଣା ଆତ୍ମାରେ ଚଞ୍ଚଳ ହୁଅ ନାହିଁ; କାରଣ ମୂର୍ଖମାନଙ୍କ ହୃଦୟରେ କ୍ରୋଧ ଅବସ୍ଥାନ କରେ।
Do not be quickly moved to anger. For anger resides in the sinews of the foolish.
10 “ବର୍ତ୍ତମାନ କାଳ ଅପେକ୍ଷା ପୂର୍ବ କାଳ ଭଲ ଥିବାର କାରଣ କଅଣ,” ଏହା ନ କୁହ, କାରଣ ତୁମ୍ଭେ ଏ ବିଷୟ ଜ୍ଞାନରେ ପ୍ରଶ୍ନ କରୁ ନାହଁ।
You should not say: “What do you think is the reason that the former times were better than they are now?” For this type of question is foolish.
11 ଜ୍ଞାନ ପୈତୃକ ଅଧିକାରର ତୁଲ୍ୟ ଉତ୍ତମ; ଆହୁରି, ସୂର୍ଯ୍ୟଦର୍ଶୀ ଲୋକମାନଙ୍କ ପ୍ରତି ତାହା ଅଧିକ ଶ୍ରେଷ୍ଠ।
Wisdom with riches is more useful and more advantageous, for those who see the sun.
12 କାରଣ ଧନ ଯେପରି ଆଶ୍ରୟ ସ୍ୱରୂପ, ଜ୍ଞାନ ହିଁ ସେପରି ଆଶ୍ରୟ ସ୍ୱରୂପ ଅଟେ; ମାତ୍ର ବିଦ୍ୟାର ଶ୍ରେଷ୍ଠତା ଏହି ଯେ, ଜ୍ଞାନ ଆପଣା ଅଧିକାରୀର ଜୀବନ ରକ୍ଷା କରେ।
For as wisdom protects, so also does money protect. But learning and wisdom have this much more: that they grant life to one who possesses them.
13 ପରମେଶ୍ୱରଙ୍କର କାର୍ଯ୍ୟ ବିବେଚନା କର; କାରଣ ସେ ଯାହା ବଙ୍କା କରିଅଛନ୍ତି, କିଏ ତାହା ସଳଖ କରିପାରେ?
Consider the works of God, that no one is able to correct whomever he has despised.
14 ସୁଖ ସମୟରେ ଆନନ୍ଦିତ ହୁଅ ଓ ଦୁଃଖ ସମୟରେ ବିବେଚନା କର; ମନୁଷ୍ୟକୁ ଭବିଷ୍ୟତରେ ଯାହା ଘଟିବ, ତାହା ଯେପରି ସେ ଜାଣି ନ ପାରେ, ଏଥିପାଇଁ ପରମେଶ୍ୱର ସୁଖ ଓ ଦୁଃଖକୁ ପାଖେ ପାଖେ ରଖିଅଛନ୍ତି।
In good times, enjoy good things, but beware of an evil time. For just as God has established the one, so also the other, in order that man may not find any just complaint against him.
15 ମୁଁ ଆପଣା ଅସାରତା ସମୟରେ ଏହିସବୁ ଦେଖିଅଛି; ଧାର୍ମିକ ଲୋକ କେବେ କେବେ ଆପଣା ଧାର୍ମିକତାରେ ବିନଷ୍ଟ ହୁଏ, ପୁଣି ଦୁଷ୍ଟ ଲୋକ ଆପଣା ଦୁଷ୍କ୍ରିୟାରେ ଦୀର୍ଘଜୀବୀ ହୁଏ।
I also saw this, in the days of my vanity: a just man perishing in his justice, and an impious man living a long time in his malice.
16 ଅତିରିକ୍ତ ଧାର୍ମିକ ହୁଅ ନାହିଁ; କିଅବା ଆପଣାକୁ ଅତି ଜ୍ଞାନୀ ଦେଖାଅ ନାହିଁ; କାହିଁକି ତୁମ୍ଭେ ଆପଣାକୁ ବିନାଶ କରିବ?
Do not try to be overly just, and do not try to be more wise than is necessary, lest you become stupid.
17 ତୁମ୍ଭେ ଅତି ଦୁଷ୍ଟ ହୁଅ ନାହିଁ, କିଅବା ନିର୍ବୋଧ ହୁଅ ନାହିଁ; ଆପଣା କାଳ ପୂର୍ବରେ କାହିଁକି ମରିବ?
Do not act with great impiety, and do not choose to be foolish, lest you die before your time.
18 ଏହା ଧରି ରଖିବାର, ମଧ୍ୟ ତାହାଠାରୁ ହସ୍ତ କାଢ଼ି ନ ନେବାର ତୁମ୍ଭର ଉତ୍ତମ; କାରଣ ଯେ ପରମେଶ୍ୱରଙ୍କୁ ଭୟ କରେ, ସେ ଏହିସବୁରୁ ଉତ୍ତୀର୍ଣ୍ଣ ହେବ।
It is good for you to support a just man. Furthermore, you should not withdraw your hand from him, for whoever fears God, neglects nothing.
19 ଜ୍ଞାନବାନ ଲୋକ ପ୍ରତି ନଗରସ୍ଥ ଦଶ ଶାସନକର୍ତ୍ତା ଅପେକ୍ଷା ଜ୍ଞାନ ଅଧିକ ବଳ ସ୍ୱରୂପ ଅଟେ।
Wisdom has strengthened the wise more than ten princes of a city.
20 ପାପ ନ କରି ସତ୍କର୍ମ କରେ, ଏପରି ଜଣେ ଧାର୍ମିକ ନିଶ୍ଚୟ ପୃଥିବୀରେ ନାହିଁ।
But there is no just man on earth, who does good and does not sin.
21 ମଧ୍ୟ ଯେତେ କଥା କୁହାଯାଏ, ସେହି ସବୁରେ ମନୋଯୋଗ କର ନାହିଁ; କଲେ କେଜାଣି ତୁମ୍ଭ ଦାସ ତୁମ୍ଭକୁ ଅଭିଶାପ ଦେବାର ତୁମ୍ଭେ ଶୁଣିବ;
So then, do not attach your heart to every word that is spoken, lest perhaps you may hear your servant speaking ill of you.
22 କାରଣ ତୁମ୍ଭ ମନ ଜାଣେ ଯେ, ତୁମ୍ଭେ ମଧ୍ୟ ଅନ୍ୟମାନଙ୍କୁ ସେହିପରି ବାରମ୍ବାର ଅଭିଶାପ ଦେଇଅଛ।
For your conscience knows that you, too, have repeatedly spoken evil of others.
23 ମୁଁ ଜ୍ଞାନ ଦ୍ୱାରା ଏହିସବୁ ପରୀକ୍ଷା କରିଅଛି। ମୁଁ କହିଲି, “ମୁଁ ଜ୍ଞାନୀ ହେବି,” ମାତ୍ର ତାହା ମୋʼ ଠାରୁ ଦୂର ଥିଲା।
I have tested everything in wisdom. I have said: “I will be wise.” And wisdom withdrew farther from me,
24 ଯାହା ଅଛି, ତାହା ଦୂରରେ ଅଛି ଓ ଅତି ଗଭୀର; ତାହା କିଏ ପାଇ ପାରେ?
so much more than it was before. Wisdom is very profound, so who shall reveal her?
25 ଜ୍ଞାନ ଓ ବିଷୟମାନର ତତ୍ତ୍ୱ ଜାଣିବାକୁ, ପୁଣି ଦୁଷ୍ଟତା ଯେ ନିର୍ବୋଧତା ଓ ମୂର୍ଖତା ଯେ ପାଗଳାମି, ଏହା ଜାଣିବାକୁ ମୁଁ ଫେରିଲି ଓ ମୋହର ମନ ତାହା ଅନୁସନ୍ଧାନ ଓ ଅନ୍ଵେଷଣ କରିବାକୁ ନିବିଷ୍ଟ ହେଲା।
I have examined all things in my soul, so that I may know, and consider, and seek out wisdom and reason, and so that I may recognize the impiety of the foolish, and the error of the imprudent.
26 ଆଉ, ମୁଁ ଦେଖୁଅଛି ଯେ, ଯେଉଁ ସ୍ତ୍ରୀର ଅନ୍ତଃକରଣ ଫାନ୍ଦ ଓ ଜାଲ ସ୍ୱରୂପ ଓ ହସ୍ତ ବନ୍ଧନ ସ୍ୱରୂପ, ସେ ମୃତ୍ୟୁୁ ଅପେକ୍ଷା ଅଧିକ ତିକ୍ତ ଅଟେ; ଯେକେହି ପରମେଶ୍ୱରଙ୍କୁ ତୁଷ୍ଟ କରେ, ସେ ତାହାଠାରୁ ରକ୍ଷା ପାଇବ; ମାତ୍ର ପାପୀ ତାହା ଦ୍ୱାରା ଧରାଯିବ।
And I have discovered a woman more bitter than death: she who is like the snare of a hunter, and whose heart is like a net, and whose hands are like chains. Whoever pleases God shall flee from her. But whoever is a sinner shall be seized by her.
27 ଉପଦେଶକ କହନ୍ତି, ଦେଖ, ମୁଁ ତତ୍ତ୍ୱ ଜାଣିବା ପାଇଁ ଏକ ବିଷୟକୁ ଆରେକ ସଙ୍ଗେ ରଖି ଏହା ପାଇଅଛି;
Behold, Ecclesiastes said, I have discovered these things, one after another, in order that I might discover the explanation
28 ମୋହର ପ୍ରାଣ ଆଜି ପର୍ଯ୍ୟନ୍ତ ଅଦ୍ୟାପି ଅନୁସନ୍ଧାନ କରୁଥାଏ, ମାତ୍ର ମୁଁ ତାହା ପାଇ ନାହିଁ; ସହସ୍ର ମଧ୍ୟରେ ମୁଁ ଏକ ପୁରୁଷ ପାଇଅଛି; ମାତ୍ର ସେହି ସମସ୍ତଙ୍କ ମଧ୍ୟରେ ମୁଁ ଏକ ସ୍ତ୍ରୀ ପାଇ ନାହିଁ।
which my soul still seeks and has not found. One man among a thousand, I have found; a woman among them all, I have not found.
29 ଦେଖ, ମୁଁ ଏତିକି ମାତ୍ର ପାଇଅଛି ଯେ, ପରମେଶ୍ୱର ମନୁଷ୍ୟକୁ ସରଳ କରି ନିର୍ମାଣ କଲେ; ମାତ୍ର ସେମାନେ ଅନେକ ଉଦ୍ଭାବନ ଅନ୍ଵେଷଣ କରିଅଛନ୍ତି।
This alone have I discovered: that God made man righteous, and yet he has adulterated himself with innumerable questions. Who is so great as the wise? And who has understood the meaning of the word?

< ଉପଦେଶକ 7 >