< ଉପଦେଶକ 7 >
1 ବହୁମୂଲ୍ୟ ତୈଳ ଅପେକ୍ଷା ଉତ୍ତମ ନାମ ଭଲ ଓ ଜନ୍ମ ଦିନ ଅପେକ୍ଷା ମରଣ ଦିନ ଭଲ।
Afadhali sifa nzuri kuliko manukato safi, nayo siku ya kufa kuliko ya kuzaliwa.
2 ଭୋଜଗୃହକୁ ଯିବାଠାରୁ ବିଳାପ ଗୃହକୁ ଯିବାର ଭଲ; କାରଣ ତାହା ସମୁଦାୟ ମନୁଷ୍ୟର ଶେଷ ଗତି ଓ ଜୀବିତ ଲୋକ ତହିଁରେ ମନୋଯୋଗ କରିବ।
Afadhali kwenda kwenye nyumba ya msiba kuliko kwenda kwenye nyumba ya karamu, kwa kuwa kifo ni hatima ya kila mwanadamu, imewapasa walio hai kuliweka hili mioyoni mwao.
3 ହାସ୍ୟଠାରୁ ଖେଦ ଭଲ; କାରଣ ମୁଖର ବିଷଣ୍ଣତା ଦ୍ୱାରା ହୃଦୟ ପ୍ରସନ୍ନ ହୁଏ।
Huzuni ni afadhali kuliko kicheko, kwa sababu uso wenye huzuni wafaa kwa moyo.
4 ଜ୍ଞାନୀମାନଙ୍କ ହୃଦୟ ବିଳାପ ଗୃହରେ ଥାଏ, ମାତ୍ର ମୂର୍ଖମାନଙ୍କ ହୃଦୟ ଆନନ୍ଦ ଗୃହରେ ଥାଏ।
Moyo wa wenye hekima uko katika nyumba ya msiba, lakini moyo wa wapumbavu uko katika nyumba ya anasa.
5 ମୂର୍ଖମାନଙ୍କର ଗୀତ ଶୁଣିବା ଅପେକ୍ଷା ଜ୍ଞାନୀମାନଙ୍କର ଭର୍ତ୍ସନା ଶୁଣିବାର ଭଲ।
Afadhali kusikia karipio la mtu mwenye hekima, kuliko kusikiliza wimbo wa wapumbavu.
6 କାରଣ ହାଣ୍ଡି ତଳେ କଣ୍ଟାର ଚଡ଼ଚଡ଼ ଶବ୍ଦ ଯେପରି, ମୂର୍ଖର ହାସ୍ୟ ସେପରି; ଏହା ହିଁ ଅସାର।
Kama ilivyo kuvunjika kwa miiba chini ya sufuria, ndivyo kilivyo kicheko cha wapumbavu. Hili nalo pia ni ubatili.
7 ନିଶ୍ଚୟ ଅନ୍ୟାୟ ଧନଗ୍ରହଣ ଜ୍ଞାନୀ ଲୋକକୁ ନିର୍ବୋଧ କରେ ଓ ଲାଞ୍ଚ ବୁଦ୍ଧି ନଷ୍ଟ କରେ।
Dhuluma humfanya mtu mwenye hekima kuwa mpumbavu, nayo rushwa huuharibu moyo.
8 କାର୍ଯ୍ୟର ଆରମ୍ଭ ଅପେକ୍ଷା ତହିଁର ସମାପ୍ତି ଭଲ; ପୁଣି, ଆତ୍ମାରେ ଗର୍ବୀ ହେବା ଅପେକ୍ଷା ଆତ୍ମାରେ ଧୀର ହେବା ଭଲ।
Mwisho wa jambo ni bora kuliko mwanzo wake, uvumilivu ni bora kuliko kiburi.
9 କ୍ରୋଧ କରିବା ପାଇଁ ଆପଣା ଆତ୍ମାରେ ଚଞ୍ଚଳ ହୁଅ ନାହିଁ; କାରଣ ମୂର୍ଖମାନଙ୍କ ହୃଦୟରେ କ୍ରୋଧ ଅବସ୍ଥାନ କରେ।
Usiwe mwepesi kukasirika rohoni mwako, kwa kuwa hasira hukaa kifuani mwa wapumbavu.
10 “ବର୍ତ୍ତମାନ କାଳ ଅପେକ୍ଷା ପୂର୍ବ କାଳ ଭଲ ଥିବାର କାରଣ କଅଣ,” ଏହା ନ କୁହ, କାରଣ ତୁମ୍ଭେ ଏ ବିଷୟ ଜ୍ଞାନରେ ପ୍ରଶ୍ନ କରୁ ନାହଁ।
Usiseme, “Kwa nini siku za kale zilikuwa bora kuliko siku hizi?” Kwa maana si hekima kuuliza maswali kama hayo.
11 ଜ୍ଞାନ ପୈତୃକ ଅଧିକାରର ତୁଲ୍ୟ ଉତ୍ତମ; ଆହୁରି, ସୂର୍ଯ୍ୟଦର୍ଶୀ ଲୋକମାନଙ୍କ ପ୍ରତି ତାହା ଅଧିକ ଶ୍ରେଷ୍ଠ।
Hekima, kama ulivyo urithi, ni kitu chema na huwafaidia wale walionalo jua.
12 କାରଣ ଧନ ଯେପରି ଆଶ୍ରୟ ସ୍ୱରୂପ, ଜ୍ଞାନ ହିଁ ସେପରି ଆଶ୍ରୟ ସ୍ୱରୂପ ଅଟେ; ମାତ୍ର ବିଦ୍ୟାର ଶ୍ରେଷ୍ଠତା ଏହି ଯେ, ଜ୍ଞାନ ଆପଣା ଅଧିକାରୀର ଜୀବନ ରକ୍ଷା କରେ।
Hekima ni ulinzi kama fedha ilivyo ulinzi, lakini faida ya maarifa ni hii: kwamba hekima huhifadhi maisha ya aliye nayo.
13 ପରମେଶ୍ୱରଙ୍କର କାର୍ଯ୍ୟ ବିବେଚନା କର; କାରଣ ସେ ଯାହା ବଙ୍କା କରିଅଛନ୍ତି, କିଏ ତାହା ସଳଖ କରିପାରେ?
Tafakari kile Mungu alichokitenda: Nani awezaye kunyoosha kile ambacho yeye amekipinda?
14 ସୁଖ ସମୟରେ ଆନନ୍ଦିତ ହୁଅ ଓ ଦୁଃଖ ସମୟରେ ବିବେଚନା କର; ମନୁଷ୍ୟକୁ ଭବିଷ୍ୟତରେ ଯାହା ଘଟିବ, ତାହା ଯେପରି ସେ ଜାଣି ନ ପାରେ, ଏଥିପାଇଁ ପରମେଶ୍ୱର ସୁଖ ଓ ଦୁଃଖକୁ ପାଖେ ପାଖେ ରଖିଅଛନ୍ତି।
Nyakati zikiwa nzuri, ufurahi, lakini nyakati zikiwa mbaya, tafakari: Mungu amefanya hiyo moja, naam, sanjari na hiyo nyingine. Kwa hiyo, mwanadamu hawezi kugundua kitu chochote kuhusu maisha yake ya baadaye.
15 ମୁଁ ଆପଣା ଅସାରତା ସମୟରେ ଏହିସବୁ ଦେଖିଅଛି; ଧାର୍ମିକ ଲୋକ କେବେ କେବେ ଆପଣା ଧାର୍ମିକତାରେ ବିନଷ୍ଟ ହୁଏ, ପୁଣି ଦୁଷ୍ଟ ଲୋକ ଆପଣା ଦୁଷ୍କ୍ରିୟାରେ ଦୀର୍ଘଜୀବୀ ହୁଏ।
Katika maisha haya yangu ya ubatili nimeshaona haya mawili: mtu mwadilifu akiangamia katika uadilifu wake, naye mtu mwovu akiishi maisha marefu katika uovu wake.
16 ଅତିରିକ୍ତ ଧାର୍ମିକ ହୁଅ ନାହିଁ; କିଅବା ଆପଣାକୁ ଅତି ଜ୍ଞାନୀ ଦେଖାଅ ନାହିଁ; କାହିଁକି ତୁମ୍ଭେ ଆପଣାକୁ ବିନାଶ କରିବ?
Usiwe mwenye haki kupita kiasi, wala usiwe na hekima kupita kiasi: kwa nini kujiangamiza mwenyewe?
17 ତୁମ୍ଭେ ଅତି ଦୁଷ୍ଟ ହୁଅ ନାହିଁ, କିଅବା ନିର୍ବୋଧ ହୁଅ ନାହିଁ; ଆପଣା କାଳ ପୂର୍ବରେ କାହିଁକି ମରିବ?
Usiwe mwovu kupita kiasi, wala usiwe mpumbavu: kwa nini kufa kabla ya wakati wako?
18 ଏହା ଧରି ରଖିବାର, ମଧ୍ୟ ତାହାଠାରୁ ହସ୍ତ କାଢ଼ି ନ ନେବାର ତୁମ୍ଭର ଉତ୍ତମ; କାରଣ ଯେ ପରମେଶ୍ୱରଙ୍କୁ ଭୟ କରେ, ସେ ଏହିସବୁରୁ ଉତ୍ତୀର୍ଣ୍ଣ ହେବ।
Ni vyema kushika hilo moja na wala usiache hilo jingine likupite. Mtu amchaye Mungu ataepuka huko kupita kiasi.
19 ଜ୍ଞାନବାନ ଲୋକ ପ୍ରତି ନଗରସ୍ଥ ଦଶ ଶାସନକର୍ତ୍ତା ଅପେକ୍ଷା ଜ୍ଞାନ ଅଧିକ ବଳ ସ୍ୱରୂପ ଅଟେ।
Hekima humfanya yeye aliye nayo kuwa na uwezo zaidi kuliko watawala kumi katika mji.
20 ପାପ ନ କରି ସତ୍କର୍ମ କରେ, ଏପରି ଜଣେ ଧାର୍ମିକ ନିଶ୍ଚୟ ପୃଥିବୀରେ ନାହିଁ।
Hakuna mtu mwenye haki duniani ambaye hufanya mambo ya haki na kamwe asitende dhambi.
21 ମଧ୍ୟ ଯେତେ କଥା କୁହାଯାଏ, ସେହି ସବୁରେ ମନୋଯୋଗ କର ନାହିଁ; କଲେ କେଜାଣି ତୁମ୍ଭ ଦାସ ତୁମ୍ଭକୁ ଅଭିଶାପ ଦେବାର ତୁମ୍ଭେ ଶୁଣିବ;
Usitie maanani kila neno linalosemwa na watu, la sivyo, waweza kumsikia mtumishi wako akikulaani:
22 କାରଣ ତୁମ୍ଭ ମନ ଜାଣେ ଯେ, ତୁମ୍ଭେ ମଧ୍ୟ ଅନ୍ୟମାନଙ୍କୁ ସେହିପରି ବାରମ୍ବାର ଅଭିଶାପ ଦେଇଅଛ।
kwa kuwa unafahamu moyoni mwako kwamba wewe mwenyewe mara nyingi umewalaani wengine.
23 ମୁଁ ଜ୍ଞାନ ଦ୍ୱାରା ଏହିସବୁ ପରୀକ୍ଷା କରିଅଛି। ମୁଁ କହିଲି, “ମୁଁ ଜ୍ଞାନୀ ହେବି,” ମାତ୍ର ତାହା ମୋʼ ଠାରୁ ଦୂର ଥିଲା।
Yote haya niliyajaribu kwa hekima, nikasema, “Nimeamua kuwa na hekima”: lakini hii ilikuwa nje ya uwezo wangu.
24 ଯାହା ଅଛି, ତାହା ଦୂରରେ ଅଛି ଓ ଅତି ଗଭୀର; ତାହା କିଏ ପାଇ ପାରେ?
Vyovyote hekima ilivyo, hekima iko mbali sana na imejificha, ni nani awezaye kuigundua?
25 ଜ୍ଞାନ ଓ ବିଷୟମାନର ତତ୍ତ୍ୱ ଜାଣିବାକୁ, ପୁଣି ଦୁଷ୍ଟତା ଯେ ନିର୍ବୋଧତା ଓ ମୂର୍ଖତା ଯେ ପାଗଳାମି, ଏହା ଜାଣିବାକୁ ମୁଁ ଫେରିଲି ଓ ମୋହର ମନ ତାହା ଅନୁସନ୍ଧାନ ଓ ଅନ୍ଵେଷଣ କରିବାକୁ ନିବିଷ୍ଟ ହେଲା।
Nikageuza fikira zangu ili kuelewa, kuchunguza na kuitafuta hekima na kusudi la mambo, na ili kuelewa ujinga wa uovu, na wazimu wa upumbavu.
26 ଆଉ, ମୁଁ ଦେଖୁଅଛି ଯେ, ଯେଉଁ ସ୍ତ୍ରୀର ଅନ୍ତଃକରଣ ଫାନ୍ଦ ଓ ଜାଲ ସ୍ୱରୂପ ଓ ହସ୍ତ ବନ୍ଧନ ସ୍ୱରୂପ, ସେ ମୃତ୍ୟୁୁ ଅପେକ୍ଷା ଅଧିକ ତିକ୍ତ ଅଟେ; ଯେକେହି ପରମେଶ୍ୱରଙ୍କୁ ତୁଷ୍ଟ କରେ, ସେ ତାହାଠାରୁ ରକ୍ଷା ପାଇବ; ମାତ୍ର ପାପୀ ତାହା ଦ୍ୱାରା ଧରାଯିବ।
Nimeona jambo lililo chungu kuliko mauti, mwanamke ambaye ni mtego, ambaye moyo wake ni wavu wa kutegea na mikono yake ni minyororo. Mtu ampendezaye Mungu atamkwepa, bali mwenye dhambi atanaswa naye.
27 ଉପଦେଶକ କହନ୍ତି, ଦେଖ, ମୁଁ ତତ୍ତ୍ୱ ଜାଣିବା ପାଇଁ ଏକ ବିଷୟକୁ ଆରେକ ସଙ୍ଗେ ରଖି ଏହା ପାଇଅଛି;
Mhubiri anasema, “Tazama, hili ndilo nililogundua: “Nimegundua kitu kimoja baada ya kingine nilipokuwa katika kusudi la mambo:
28 ମୋହର ପ୍ରାଣ ଆଜି ପର୍ଯ୍ୟନ୍ତ ଅଦ୍ୟାପି ଅନୁସନ୍ଧାନ କରୁଥାଏ, ମାତ୍ର ମୁଁ ତାହା ପାଇ ନାହିଁ; ସହସ୍ର ମଧ୍ୟରେ ମୁଁ ଏକ ପୁରୁଷ ପାଇଅଛି; ମାତ୍ର ସେହି ସମସ୍ତଙ୍କ ମଧ୍ୟରେ ମୁଁ ଏକ ସ୍ତ୍ରୀ ପାଇ ନାହିଁ।
ningali natafiti lakini sipati: nilimpata mwanaume mmoja mnyofu miongoni mwa elfu, lakini hakuna mwanamke mmoja mnyofu miongoni mwao.
29 ଦେଖ, ମୁଁ ଏତିକି ମାତ୍ର ପାଇଅଛି ଯେ, ପରମେଶ୍ୱର ମନୁଷ୍ୟକୁ ସରଳ କରି ନିର୍ମାଣ କଲେ; ମାତ୍ର ସେମାନେ ଅନେକ ଉଦ୍ଭାବନ ଅନ୍ଵେଷଣ କରିଅଛନ୍ତି।
Hili ndilo peke yake nililolipata: Mungu amemuumba mwanadamu mnyofu, lakini mwanadamu amebuni mambo mengi.”