< ଉପଦେଶକ 8 >
1 ଜ୍ଞାନବାନର ତୁଲ୍ୟ କିଏ ଅଛି? ଓ କିଏ ବିଷୟର ଭାବାର୍ଥ ଜାଣେ? ମନୁଷ୍ୟର ଜ୍ଞାନ ତାହାର ମୁଖ ପ୍ରସନ୍ନ କରେ ଓ ତାହାର ମୁଖର କାଠିନ୍ୟ ପରିବର୍ତ୍ତିତ ହୁଏ।
কে জ্ঞানী লোকের মতো? যা ঘটে কে তার অর্থ বুঝতে পারে? জ্ঞান মানুষের মুখ উজ্জ্বল করে এবং তার মুখের কঠিনতা পরিবর্তন করে।
2 ତୁମ୍ଭେ ରାଜାଜ୍ଞା ପାଳନ କର, ମୁଁ ଏହା ପରାମର୍ଶ ଦିଏ ଓ ପରମେଶ୍ୱରଙ୍କ ସାକ୍ଷାତରେ ଶପଥ କରିବା ସକାଶୁ ତାହା କର।
আমার উপদেশ এই যে, তুমি তোমার রাজার আদেশ পালন করো, কেননা ঈশ্বরের সামনে তুমি এই শপথ করেছ।
3 ତାଙ୍କ ଛାମୁରୁ ବାହାରି ଯିବାକୁ ଚଞ୍ଚଳ ହୁଅ ନାହିଁ; କୌଣସି ମନ୍ଦ ବିଷୟର ସପକ୍ଷରେ ଠିଆ ହୁଅ ନାହିଁ; କାରଣ ଯାହା ତାଙ୍କର ଇଚ୍ଛା, ସେ ତାହା କରନ୍ତି।
তাড়াতাড়ি রাজার উপস্থিতি থেকে চলে যেয়ো না। মন্দ কিছুর সঙ্গে যুক্ত হোয়ো না, কারণ তিনি তাঁর ইচ্ছামতো কাজ করেন।
4 ଯେହେତୁ ରାଜାଙ୍କ ବାକ୍ୟ ପରାକ୍ରମବିଶିଷ୍ଟ; ପୁଣି, ତୁମ୍ଭେ କଅଣ କରୁଅଛ, ଏହା ତାଙ୍କୁ କିଏ କହିପାରେ?
রাজার কথাই যখন সবচেয়ে বড়ো তখন কে তাঁকে বলবে, “আপনি কী করছেন?”
5 ଯେ ଆଜ୍ଞା ପାଳନ କରେ, ସେ କୌଣସି ମନ୍ଦ ବିଷୟ ଜାଣିବ ନାହିଁ; ପୁଣି ଜ୍ଞାନୀର ମନ ସମୟ ଓ ବିଚାର ଜାଣେ;
যে তাঁর আদেশ পালন করে তার কোনো ক্ষতি হবে না, আর জ্ঞানবানের হৃদয় উপযুক্ত সময় ও কাজের নিয়ম জানে।
6 କାରଣ ପ୍ରତ୍ୟେକ ଅଭିପ୍ରାୟ ପାଇଁ ସମୟ ଓ ବିଚାର ଅଛି; ଯେହେତୁ ମନୁଷ୍ୟର ଦୁଃଖ ତାହା ପକ୍ଷରେ ଅତିଶୟ;
কারণ প্রত্যেক ব্যাপারের জন্য উপযুক্ত সময় ও কাজের নিয়ম আছে, যদিও মানুষের দৈন্য তার জন্য অতিমাত্র।
7 କାରଣ କଅଣ ଘଟିବ, ତାହା ସେ ଜାଣେ ନାହିଁ ଓ କିପ୍ରକାରେ ତାହା ଘଟିବ, ଏହା କିଏ ତାହାକୁ ଜଣାଇ ପାରେ?
যেহেতু কেউ ভবিষ্যৎ জানে না, তাকে কে বলতে পারবে যে কী ঘটবে?
8 ଶ୍ୱାସବାୟୁ ଅଟକାଇ ରଖିବା ପାଇଁ ଶ୍ୱାସବାୟୁ ଉପରେ କୌଣସି ମନୁଷ୍ୟର କ୍ଷମତା ନାହିଁ; କିଅବା ମରଣ ଦିନ ଉପରେ ତାହାର କିଛି କ୍ଷମତା ନାହିଁ; ପୁଣି, ସେହି ଯୁଦ୍ଧରୁ ଛାଡ଼ ନାହିଁ; ଅଥବା ଦୁଷ୍ଟତାରେ ଆସକ୍ତ ଲୋକକୁ ଦୁଷ୍ଟତା ଉଦ୍ଧାର କରିବ ନାହିଁ।
বাতাসকে যেমন ধরে রাখবার ক্ষমতা কারও নেই, তেমনি মৃত্যুর সময়ের উপরে কারও হাত নেই। যুদ্ধের সময় যেমন কেউ ছুটি পায় না, তেমনি দুষ্টতা কাউকে ছাড়ে না যে তা অভ্যাস করে।
9 ଏହିସବୁ ମୁଁ ଦେଖିଅଛି ଓ ସୂର୍ଯ୍ୟ ତଳେ ଯେଉଁ ପ୍ରତ୍ୟେକ କାର୍ଯ୍ୟ କରାଯାଏ, ତହିଁରେ ମୁଁ ମନୋଯୋଗ କରିଅଛି; କେବେ କେବେ ଏକ ମନୁଷ୍ୟର ଅନ୍ୟ ଉପରେ ତାହାର ଅମଙ୍ଗଳ ନିମନ୍ତେ କ୍ଷମତା ଥାଏ।
সূর্যের নিচে যা কিছু করা হয় তার দিকে মনোযোগ দিয়ে আমি এসবই দেখেছি। কোনো কোনো সময়ে একজন অন্যের উপরে তার অমঙ্গলের জন্য কর্তৃত্ব করে।
10 ଆହୁରି, ମୁଁ ଦୁଷ୍ଟମାନଙ୍କୁ କବରପ୍ରାପ୍ତ ହେବା ଦେଖିଲି; ପୁଣି ଯଥାର୍ଥ କର୍ମକାରୀମାନେ ପବିତ୍ର ସ୍ଥାନକୁ ଗଲେ ଓ ନଗରରୁ ବିସ୍ମୃତ ହେଲେ; ଏହା ହିଁ ଅସାର ଦେଖିଲି।
তারপর, আমি এও দেখলাম দুষ্টদের কবর দেওয়া হল—যারা পবিত্রস্থানে যাতায়াত করত এবং যে নগরে তারা তা করত সেখানে তারা প্রশংসা পেত। এটাও অসার।
11 କୁକର୍ମ ବିରୁଦ୍ଧରେ ଦଣ୍ଡାଜ୍ଞା ଅତି ଶୀଘ୍ର ସମ୍ପାଦନ ନ ହେବାରୁ ମନୁଷ୍ୟ-ସନ୍ତାନମାନଙ୍କ ଅନ୍ତଃକରଣ କୁକର୍ମ କରିବାକୁ ସମ୍ପୂର୍ଣ୍ଣ ଆସକ୍ତ ହୁଏ।
অন্যায় কাজের শাস্তি যদি তাড়াতাড়ি দেওয়া না হয় তাহলে লোকদের হৃদয় অন্যায় করবার জন্য সম্পূর্ণভাবে প্রস্তুত হয়।
12 ଯଦ୍ୟପି ପାପୀ ଶହେ ଥର ଦୁଷ୍କର୍ମ କରି ଦୀର୍ଘଜୀବୀ ହୁଏ, ତଥାପି ମୁଁ ନିଶ୍ଚୟ ଜାଣେ ଯେ, ପରମେଶ୍ୱରଙ୍କ ଭୟକାରୀମାନେ ତାହାଙ୍କ ଛାମୁରେ ଭୀତ ହୁଅନ୍ତି ବୋଲି ସେମାନଙ୍କର ମଙ୍ଗଳ ହେବ;
যদিও দুষ্টলোক একশোটি দুষ্কর্ম করে অনেক দিন বেঁচে থাকে তবুও আমি জানি ঈশ্বরকে যারা ভয় করে তাদের মঙ্গল হবে।
13 ମାତ୍ର ଦୁଷ୍ଟର ମଙ୍ଗଳ ହେବ ନାହିଁ, କିଅବା ସେ ଆପଣା ଛାୟା ସ୍ୱରୂପ ପରମାୟୁ ବୃଦ୍ଧି କରିବ ନାହିଁ; କାରଣ ସେ ପରମେଶ୍ୱରଙ୍କ ଛାମୁରେ ଭୀତ ନୁହେଁ।
কিন্তু দুষ্টরা ঈশ্বরকে ভয় করে না বলে তাদের মঙ্গল হবে না এবং তাদের আয়ু ছায়ার মতো হবে।
14 ପୃଥିବୀରେ ଏହି ଗୋଟିଏ ଅସାରତା ସାଧିତ ହୁଏ; କେବେ କେବେ ଧାର୍ମିକମାନଙ୍କୁ ଦୁଷ୍ଟମାନଙ୍କ କର୍ମାନୁଯାୟୀ ଫଳ ଘଟେ, ପୁଣି କେବେ କେବେ ଦୁଷ୍ଟମାନଙ୍କୁ ଧାର୍ମିକମାନଙ୍କ କର୍ମାନୁଯାୟୀ ଫଳ ଘଟେ; ମୁଁ କହିଲି, ଏହା ହିଁ ଅସାର।
পৃথিবীতে আরও একটি অসার বিষয় ঘটে দুষ্টের যা পাওনা তা ধার্মিক লোক পায় এবং ধার্মিক লোকের যা পাওনা তা দুষ্টলোক পায়। এটাও আমি বলি অসার।
15 ତହୁଁ ମୁଁ ଆନନ୍ଦର ପ୍ରଶଂସା କଲି, କାରଣ ଭୋଜନ ଓ ପାନ ଓ ଆନନ୍ଦ କରିବା ଅପେକ୍ଷା ସୂର୍ଯ୍ୟ ତଳେ ମନୁଷ୍ୟ ପ୍ରତି ଆଉ କୌଣସି ଉତ୍ତମ ବିଷୟ ନାହିଁ; ଯେଣୁ ସେ ସୂର୍ଯ୍ୟ ତଳେ ପରମେଶ୍ୱରଙ୍କ ଦତ୍ତ ତାହାର ପରମାୟୁ ମଧ୍ୟରେ ଯେଉଁ ଯେଉଁ ପରିଶ୍ରମ କରେ, ସେହି ସବୁରେ ଏହା ହିଁ ତାହାର ସହବର୍ତ୍ତୀ ହେବ।
সেইজন্য আমি জীবনে আমোদের প্রশংসা করছি, কারণ সূর্যের নিচে খাওয়াদাওয়া ও আমোদ করা ছাড়া মানুষের জন্য ভালো আর কিছুই নেই। তাহলে সূর্যের নিচে ঈশ্বরের দেওয়া মানুষের জীবনের সমস্ত দিনগুলিতে তার কাজে আনন্দই হবে তার সঙ্গী।
16 ଯେତେବେଳେ ମୁଁ ଜ୍ଞାନର ତତ୍ତ୍ୱ ଜାଣିବାକୁ ଓ ପୃଥିବୀରେ ସାଧିତ କାର୍ଯ୍ୟ ଦେଖିବାକୁ ମନୋଯୋଗ କଲି (କାରଣ ଦିବାରାତ୍ର ଯାହାର ଚକ୍ଷୁ ନିଦ୍ରା ଦେଖେ ନାହିଁ, ଏପରି ଲୋକ ମଧ୍ୟ ଅଛନ୍ତି);
প্রজ্ঞা পাবার জন্য এবং পৃথিবীতে যা হয় তা বুঝবার জন্য যখন আমি মনোযোগ দিলাম—দিনে কিংবা রাতে মানুষের ঘুম হয় না—
17 ସେତେବେଳେ ମୁଁ ପରମେଶ୍ୱରଙ୍କର ସକଳ କାର୍ଯ୍ୟ ବିଷୟ ଦେଖିଲି ଯେ, ମନୁଷ୍ୟ ସୂର୍ଯ୍ୟ ତଳେ ସାଧିତ କାର୍ଯ୍ୟର ତତ୍ତ୍ୱ ପାଇ ନ ପାରେ; କାରଣ ତାହା ଅନ୍ଵେଷଣ କରିବା ପାଇଁ ମନୁଷ୍ୟ ଯେତେ ପରିଶ୍ରମ କଲେ ହେଁ ତାହା ପାଇ ପାରିବ ନାହିଁ; ଆହୁରି, ଜ୍ଞାନୀ ଲୋକ ତାହା ଜାଣିବାକୁ ଚିନ୍ତା କଲେ ହେଁ ତହିଁର ତତ୍ତ୍ୱ ପାଇବାକୁ ସମର୍ଥ ହେବ ନାହିଁ।
তখন আমি ঈশ্বরের সমস্ত কাজ দেখলাম। সূর্যের নিচে যে কাজ হয় তা কেউ বুঝতে পারে না। যদিও তা খুঁজে পাবার জন্য তাদের প্রচেষ্টা থাকে তবুও কেউ তার অর্থ খুঁজে পায় না। এমনকি জ্ঞানবানেরা দাবি করে যে তারা জানে, কিন্তু তারা সত্যিই সম্পূর্ণ বুঝতে পারে না।