< ଉପଦେଶକ 9 >
1 ମୁଁ ଏହିସବୁ ବିଷୟରେ ମନୋନିବେଶ କରି ଅନୁସନ୍ଧାନ କଲି; ଧାର୍ମିକ ଓ ଜ୍ଞାନୀ, ଆଉ ସେମାନଙ୍କ କାର୍ଯ୍ୟ ପରମେଶ୍ୱରଙ୍କ ହସ୍ତଗତ; ଏହା ପ୍ରେମ କି ଘୃଣା, ତାହା ମନୁଷ୍ୟ ଜାଣେ ନାହିଁ; ସବୁ ସେମାନଙ୍କ ସମ୍ମୁଖରେ ଥାଏ।
Яко праведнии и мудрии и делания их в руце Божией, и любве же и ненависти несть ведяй человек: вся пред лицем их, суета во всех.
2 ସବୁ ବିଷୟ ସମସ୍ତଙ୍କ ପ୍ରତି ସମାନ ଘଟେ; ଧାର୍ମିକ ଓ ଦୁଷ୍ଟ, ସୁଶୀଳ, ପୁଣି ଶୁଚି ଓ ଅଶୁଚି; ଯଜ୍ଞକାରୀ ଓ ଅଯଜ୍ଞକାରୀ, ସମସ୍ତଙ୍କ ପ୍ରତି ଏକ ଘଟଣା ହୁଏ; ସୁଶୀଳ ଯେପରି, ପାପୀ ସେପରି; ପୁଣି, ଶପଥକାରୀ ଯେପରି, ଶପଥ ଭୟକାରୀ ସେପରି।
Случай един праведному и нечестивому, благому и злому, и чистому и нечистому, и жрущему и не жрущему: якоже благий, тако согрешаяй, якоже кленыйся, тако бояйся клятвы.
3 ସୂର୍ଯ୍ୟ ତଳେ ଯେତେ କାର୍ଯ୍ୟ କରାଯାଏ, ତହିଁ ମଧ୍ୟରେ ଦୁଃଖର ବିଷୟ ଏହି ଯେ, ସମସ୍ତଙ୍କ ପ୍ରତି ସମାନ ଘଟଣା ହୁଏ; ଆହୁରି ମଧ୍ୟ ମନୁଷ୍ୟ-ସନ୍ତାନଗଣର ହୃଦୟ ଦୁଷ୍ଟତାରେ ପରିପୂର୍ଣ୍ଣ ଓ ବଞ୍ଚିଥିବା ପର୍ଯ୍ୟନ୍ତ ସେମାନଙ୍କ ହୃଦୟରେ ପାଗଳାମି ଥାଏ, ପୁଣି ତହିଁ ଉତ୍ତାରେ ସେମାନେ ମୃତମାନଙ୍କ ନିକଟକୁ ଯାଆନ୍ତି।
Сие лукаво во всяцем сотворенем под солнцем, яко случай един всем: и сердце сынов человеческих исполнися лукавствия, и прелесть в сердцах их и в животе их, и по сих к мертвым.
4 କାରଣ ଯେଉଁ ଲୋକ ଜୀବିତ ଲୋକସମୂହ ମଧ୍ୟରେ ମିଶ୍ରିତ, ତାହାର ଭରସା ଥାଏ; ଯେହେତୁ ମୃତ ସିଂହ ଅପେକ୍ଷା ଜୀବିତ କୁକ୍କୁର ଭଲ।
Понеже кто есть, иже приобщается ко всем живым? Есть надежда, яко пес живый, той благ паче льва мертва.
5 ଜୀବିତ ଲୋକେ ମରିବେ ବୋଲି ଜାଣନ୍ତି; ମାତ୍ର ମୃତ ଲୋକମାନେ କିଛି ଜାଣନ୍ତି ନାହିଁ, କିଅବା ସେମାନେ ଆଉ କୌଣସି ଫଳ ପାଆନ୍ତି ନାହିଁ; କାରଣ ସେମାନଙ୍କ ବିଷୟକ ସ୍ମରଣ ବିସ୍ମୃତ ହୁଏ।
Понеже живии разумеют, яко умрут, мертвии же не суть ведущии ничтоже: и ктому несть им мзды, яко забвена есть память их,
6 ଯେପରି ସେମାନଙ୍କର ପ୍ରେମ, ସେପରି ସେମାନଙ୍କର ଘୃଣା ଓ ଈର୍ଷା ନଷ୍ଟ ହୁଏ; କିଅବା ସୂର୍ଯ୍ୟ ତଳେ ଯାହା କିଛି କରାଯାଏ, ତହିଁରେ ଅନନ୍ତକାଳ ସେମାନଙ୍କର କୌଣସି ଅଂଶ ନ ଥାଏ।
и любовь их и ненависть их и рвение их уже погибе, и части несть им ктому во веки во всяцем творении под солнцем.
7 ତୁମ୍ଭେ ଆପଣା ମାର୍ଗରେ ଯାଅ, ଆନନ୍ଦରେ ଆପଣା ଆହାର ଭୋଜନ କର ଓ ହୃଷ୍ଟଚିତ୍ତରେ ଆପଣା ଦ୍ରାକ୍ଷାରସ ପାନ କର; କାରଣ ପରମେଶ୍ୱର ତୁମ୍ଭର କାର୍ଯ୍ୟ ଗ୍ରହଣ କରି ସାରିଲେଣି।
Прииди, яждь в веселии хлеб твой и пий во блазе сердцы вино твое, яко уже угодна Богу творения твоя.
8 ତୁମ୍ଭର ବସ୍ତ୍ର ସର୍ବଦା ଶୁଭ୍ର ଥାଉ ଓ ତୁମ୍ଭ ମସ୍ତକରେ ତୈଳର ଅଭାବ ନ ହେଉ।
Во всяко время да будут ризы твоя белы, и елей на главе твоей да не оскудеет.
9 ସୂର୍ଯ୍ୟ ତଳେ ପରମେଶ୍ୱର ତୁମ୍ଭକୁ ଅସାର ଆୟୁଷର ଯେତେ ଦିନ ଦେଇଅଛନ୍ତି, ତୁମ୍ଭର ସେହି ଅସାର ଆୟୁଷର ସମସ୍ତ ଦିନ ଆପଣା ପ୍ରିୟତମା ଭାର୍ଯ୍ୟା ସଙ୍ଗେ ଆନନ୍ଦରେ ବାସ କର; କାରଣ ଜୀବନ ମଧ୍ୟରେ ଓ ସୂର୍ଯ୍ୟ ତଳେ ତୁମ୍ଭେ ଯେଉଁ ପରିଶ୍ରମ କରୁଅଛ, ସେହି ପରିଶ୍ରମ ମଧ୍ୟରେ ଏହା ହିଁ ତୁମ୍ଭର ଅଂଶ।
И виждь житие с женою, юже возлюбил еси, во вся дни живота юности твоея, данныя ти под солнцем, вся дни суетствия твоего: яко сие часть твоя в животе твоем и в труде твоем, имже ты трудишися под солнцем.
10 ତୁମ୍ଭ ହସ୍ତ ଯେକୌଣସି କାର୍ଯ୍ୟ କରିବାକୁ ପାଏ, ତାହା ଆପଣା ଶକ୍ତିରେ କର; କାରଣ ତୁମ୍ଭେ ଯେଉଁ ସ୍ଥାନକୁ ଯାଉଅଛ, ସେହି କବରରେ କୌଣସି କାର୍ଯ୍ୟ, କି କଳ୍ପନା, କି ବିଦ୍ୟା, କି ଜ୍ଞାନ ନାହିଁ। (Sheol )
Вся, елика аще обрящет рука твоя сотворити, якоже сила твоя, сотвори: зане несть сотворение и помышление и разум и мудрость во аде, аможе ты идеши тамо. (Sheol )
11 ମୁଁ ଫେରି ସୂର୍ଯ୍ୟ ତଳେ ଦେଖିଲି ଯେ, ଦ୍ରୁତଗାମୀମାନଙ୍କୁ ବାଜି, କି ବୀରମାନଙ୍କୁ ଜୟ, ଅବା ଜ୍ଞାନୀମାନଙ୍କୁ ଅନ୍ନ, କିଅବା ବୁଦ୍ଧିମାନ ଲୋକମାନଙ୍କୁ ଧନ, ଅଥବା ପଣ୍ଡିତମାନଙ୍କୁ ଅନୁଗ୍ରହପ୍ରାପ୍ତ ହୁଏ ନାହିଁ, ମାତ୍ର ସମସ୍ତଙ୍କ ପ୍ରତି ସମୟ ଓ ଆକସ୍ମିକ ଘଟଣା ଘଟେ।
Обратихся и видех под солнцем, яко ни легким течение, ниже сильным брань, ниже самому мудрому хлеб, ниже разумным богатство, ниже ведущым благодать: яко время и случай случится всем сим.
12 କାରଣ ମନୁଷ୍ୟ ମଧ୍ୟ ଆପଣା ମୃତ୍ୟୁର ସମୟ ଜାଣେ ନାହିଁ; ଯେପରି ମତ୍ସ୍ୟଗଣ ଅଶୁଭ ଜାଲରେ ପଡ଼ନ୍ତି ଓ ଯେପରି ପକ୍ଷୀଗଣ ଫାନ୍ଦରେ ଧରାଯାଆନ୍ତି, ସେହିପରି ମନୁଷ୍ୟ-ସନ୍ତାନଗଣ ଅକସ୍ମାତ୍ ଉପସ୍ଥିତ ବିପଦ ସମୟରେ ଧରାପଡ଼ନ୍ତି।
Яко убо не разуме человек времене своего: якоже рыбы уловляемы во мрежи зле, и аки птицы уловляемы в сети: якоже сия, уловляются сынове человечестии во время лукаво, егда нападет на ня внезапу.
13 ମୁଁ ମଧ୍ୟ ସୂର୍ଯ୍ୟ ତଳେ ଏହି ପ୍ରକାର ଜ୍ଞାନ ଦେଖିଅଛି, ଆଉ ତାହା ମୋʼ ଦୃଷ୍ଟିରେ ମହତ୍ ବୋଧ ହେଲା;
И сие видех, мудрость под солнцем, и велика есть во мне:
14 ଯଥା, ଅଳ୍ପ ଲୋକବିଶିଷ୍ଟ ଏକ କ୍ଷୁଦ୍ର ନଗର ଥିଲା; ଆଉ, ଏକ ମହାରାଜା ତହିଁ ବିରୁଦ୍ଧରେ ଆସି ତାହା ବେଷ୍ଟନ କଲା ଓ ତାହା ବିରୁଦ୍ଧରେ ବଡ଼ ବଡ଼ ଦୁର୍ଗ ନିର୍ମାଣ କଲା।
град мал, и мужей в нем мало, и приидет нань царь велик и окрест обляжет его, и соделает на него остроги велия,
15 ଏପରି ସମୟରେ ତାହା ମଧ୍ୟରେ ଏକ ଦରିଦ୍ର ଜ୍ଞାନୀ ଲୋକ ଦେଖାଗଲା, ପୁଣି ସେ ଆପଣା ଜ୍ଞାନ ଦ୍ୱାରା ନଗର ରକ୍ଷା କଲା; ତଥାପି ସେହି ଦରିଦ୍ର ଲୋକକୁ କେହି ସ୍ମରଣ କଲା ନାହିଁ।
и обрящет в нем мужа нищаго мудра, и сей спасет град мудростию своею, и человек не воспомяну мужа нищаго онаго.
16 ତେବେ ମୁଁ କହିଲି, “ବଳ ଅପେକ୍ଷା ଜ୍ଞାନ ଉତ୍ତମ; ତଥାପି ଦରିଦ୍ର ଲୋକର ଜ୍ଞାନ ତୁଚ୍ଛୀକୃତ ହୁଏ ଓ ତାହାର ବାକ୍ୟ ଶୁଣାଯାଏ ନାହିଁ।”
И рех аз: блага мудрость паче силы, и мудрость нищаго уничижена, и словеса его не суть послушаема.
17 ମୂର୍ଖମାନଙ୍କ ମଧ୍ୟରେ ଶାସନକାରୀର ଚିତ୍କାର ଅପେକ୍ଷା ଶାନ୍ତରେ କଥିତ ଜ୍ଞାନୀର ବାକ୍ୟ ଅଧିକ ଶୁଣାଯାଏ।
Словеса мудрых в покои слышатся, паче клича обладающих в безумии.
18 ଯୁଦ୍ଧାସ୍ତ୍ର ଅପେକ୍ଷା ଜ୍ଞାନ ଉତ୍ତମ; ମାତ୍ର ଜଣେ ପାପୀ ବହୁ ମଙ୍ଗଳ ନାଶ କରେ।
Блага мудрость паче орудий ратных: и согрешаяй един погубит благостыню многу.