< ଏଫିସୀୟ 1 >

1 ପାଉଲ, ଈଶ୍ବରଙ୍କ ଇଚ୍ଛାରେ ଖ୍ରୀଷ୍ଟ ଯୀଶୁଙ୍କ ଜଣେ ପ୍ରେରିତ, ଏଫିସ ସହରରେ ଥିବା ସାଧୁ ଓ ଖ୍ରୀଷ୍ଟ ଯୀଶୁଙ୍କଠାରେ ଥିବା ବିଶ୍ୱାସୀମାନଙ୍କ ନିକଟକୁ ଲେଖୁଅଛି।
Nene Pauli, mtumi wa Kilisitu Yesu kwa maganu ga Chapanga. Nikuvayandikila nyenye vandu va Chapanga va ku Efeso, mwemwisadika kuwungana na Kilisitu.
2 ଆମ୍ଭମାନଙ୍କ ପିତା ଈଶ୍ବର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ।
Tikuvaganila uteke na ubwina kuhuma kwa Chapanga Dadi witu na Bambu witu Yesu Kilisitu.
3 ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଈଶ୍ବର ଓ ପିତା ଧନ୍ୟ ହେଉନ୍ତୁ, ସେ ଖ୍ରୀଷ୍ଟଙ୍କଠାରେ ଆମ୍ଭମାନଙ୍କୁ ସମସ୍ତ ଆତ୍ମିକ ଆଶୀର୍ବାଦ ଦ୍ୱାରା ସ୍ୱର୍ଗରେ ଆଶୀର୍ବାଦ କରିଅଛନ୍ତି,
Chapanga alumbiwa na Dadi wa Bambu witu Yesu Kilisitu! Muni, mweatipelili mota ndalindali za chimpungu kuhuma kunani kwa Chapanga mu njila ya Mpungu Msopi.
4 ଅର୍ଥାତ୍‍ ଆମ୍ଭେମାନେ ଯେପରି ତାହାଙ୍କ ସାକ୍ଷାତରେ ପବିତ୍ର ଓ ଅନିନ୍ଦନୀୟ ହେଉ, ଏଥିପାଇଁ ସେ ଜଗତର ପତ୍ତନ ପୂର୍ବେ ତାହାଙ୍କଠାରେ ଆମ୍ଭମାନଙ୍କୁ ମନୋନୀତ କଲେ;
Hati kwakona kuwumbwa mulima, Chapanga atihagwili tete tivya vandu vaki mukuwungana na Kilisitu muni tivya vamsopi na changali kubuda. Ndava ya uganu waki.
5 ପୁଣି, ଈଶ୍ବର ଆମ୍ଭମାନଙ୍କୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଆପଣା ନିମନ୍ତେ ପୁତ୍ର କରିବାକୁ ଆପଣା ସ୍ୱଚ୍ଛନ୍ଦ ଇଚ୍ଛାନୁସାରେ ଆମ୍ଭମାନଙ୍କୁ ପ୍ରେମରେ ପୂର୍ବରୁ ନିରୂପଣ କଲେ;
Chapanga amali kutihagula muni tivya tavana vaki mu njila ya Yesu Kilisitu, ndi cheganili na kugana kwaki mwene.
6 ଏହା ତାହାଙ୍କ ଅନୁଗ୍ରହର ଗୌରବର ପ୍ରଶଂସା ନିମନ୍ତେ ହୋଇଅଛି; ସେହି ଅନୁଗ୍ରହ ସେ ପ୍ରିୟତମଙ୍କ ଦ୍ୱାରା ଆମ୍ଭମାନଙ୍କୁ ଦାନ କରିଅଛନ୍ତି।
Hinu, timulumba Chapanga ndava ya ubwina waki ukulu, ndava atipeli Mwana waki mweamuganili!
7 ଈଶ୍ବରଙ୍କ ଅନୁଗ୍ରହ ଅନୁସାରେ ଆମ୍ଭେମାନେ ସେହି ପ୍ରିୟତମଙ୍କଠାରେ ଖ୍ରୀଷ୍ଟ ଯୀଶୁଙ୍କ ରକ୍ତ ଦ୍ୱାରା ମୁକ୍ତି, ଅର୍ଥାତ୍‍ ଅପରାଧ ସବୁର କ୍ଷମା ପ୍ରାପ୍ତ ହୋଇଅଛୁ।
Mukuwungana na Kilisitu ndi tigombolewi kwa ngasi yaki na tilekekiswi kumbudila Chapanga. Ndi chauvi ukulu wa ubwina wa Chapanga,
8 ସେହି ଅନୁଗ୍ରହ ସେ ସମସ୍ତ ପ୍ରକାର ଜ୍ଞାନ ଓ ବୁଦ୍ଧି ଦେଇ ଆମ୍ଭମାନଙ୍କ ପ୍ରତି ପ୍ରଚୁର କରିଅଛନ୍ତି।
weatipeli tete kwa chipimu chivaha neju muluhala lwaki lwoha na umanya.
9 ପୂର୍ବରୁ ସଙ୍କଳ୍ପ କରିଥିବା ଆପଣା ମଙ୍ଗଳମୟ ଇଚ୍ଛାନୁସାରେ ସେ ଆମ୍ଭମାନଙ୍କୁ ଆପଣା ଇଚ୍ଛାର ନିଗୂଢ଼ତତ୍ତ୍ୱ ଜ୍ଞାତ କରାଇଅଛନ୍ତି,
Chapanga ahengili chila cheaganili kukita. Na atigubukulili mpangu waki wa mfiyu, weamwili kuutimilisa mu njila ya Mwana waki Yesu Kilisitu.
10 ଯେପରି କାଳର ପୂର୍ଣ୍ଣତା ସମ୍ବନ୍ଧୀୟ ତାହାଙ୍କ ସଙ୍କଳ୍ପାନୁସାରେ ସ୍ୱର୍ଗରେ କି ମର୍ତ୍ତ୍ୟରେ ଥିବା ସମସ୍ତ ବିଷୟ ସେ ଆପଣା ନିମନ୍ତେ ଖ୍ରୀଷ୍ଟଙ୍କଠାରେ ଏକୀଭୂତ କରିବେ।
Mpangu wenuwo ndi ngaatimalisi mulukumbi chakaka ndi viumbi vyoha kuvileta pamonga, kila chindu chechivii kunani kwa Chapanga na pamulima, muulongosi wa Kilisitu.
11 ତାହାଙ୍କଠାରେ ମଧ୍ୟ ଆମ୍ଭେ ବିଶ୍ୱାସୀମାନେ ଅଧିକାର ସ୍ୱରୂପ ହୋଇଅଛୁ, ଯେଣୁ ଯେଉଁ ଈଶ୍ବର ଆପଣା ଇଚ୍ଛାର ସଙ୍କଳ୍ପାନୁସାରେ ସମସ୍ତ ବିଷୟ ସାଧନ କରନ୍ତି, ତାହାଙ୍କ ଅଭିପ୍ରାୟ ଅନୁସାରେ ଆମ୍ଭେ ବିଶ୍ୱାସୀମାନେ ପୂର୍ବରୁ ନିରୂପିତ ହେଲୁ,
Chapanga ahengili kila chindu kulandana na maganu gaki. Mwene atihagwili mu njila ya kuwungana na Kilisitu. Muni tivya vandu vaki, lijambu leahamwili kutumbula kulikita.
12 ଆମ୍ଭେମାନେ ଖ୍ରୀଷ୍ଟଙ୍କଠାରେ ପୂର୍ବରୁ ଭରସା କରିଥିଲୁ, ତାହା ଯେପରି ଈଶ୍ବରଙ୍କ ଗୌରବର ପ୍ରଶଂସାର କାରଣ ହେଉ।
Hinu, ndi tete vetilongolili kumsadika Kilisitu yikutigana kuulumba ukulu wa Chapanga!
13 ତାହାଙ୍କ ଦ୍ୱାରା ତୁମ୍ଭେମାନେ ସୁଦ୍ଧା ସତ୍ୟ ବାକ୍ୟ, ଅର୍ଥାତ୍‍ ତୁମ୍ଭମାନଙ୍କ ପରିତ୍ରାଣର ସୁସମାଚାର ଶୁଣି ବିଶ୍ୱାସ କରି ପ୍ରତିଜ୍ଞାତ ପବିତ୍ର ଆତ୍ମାଙ୍କ ଦ୍ୱାରା ମଧ୍ୟ ମୁଦ୍ରାଙ୍କିତ ହୋଇଅଛ;
Mewa na nyenye mwemuyuwini ujumbi wa chakaka ndi Lilovi la Bwina lelileta usangula winu. Mwamsadiki Kilisitu, na Chapanga avikili, ulangisu weulangisa kuvya nyenye ndi vaki, kwa kuvapela Mpungu Msopi mweavalagazili.
14 ଈଶ୍ବରଙ୍କ ଗୌରବର ପ୍ରଶଂସା ନିମନ୍ତେ ତାହାଙ୍କ ନିଜସ୍ୱ ମୁକ୍ତି ଉଦ୍ଦେଶ୍ୟରେ ସେ ଆମ୍ଭମାନଙ୍କ ଅଧିକାରର ବଇନାସ୍ୱରୂପ।
Mpungu msopi mwenuyo ndi ulangisu wa kulangisa kuvya chakaka yati tipokela. Lijambu lenilo likutilangisa kuvya yati akutigombola tavoha vetivii vaki. Tiulumba ukulu waki.
15 ଏହି କାରଣରୁ ପ୍ରଭୁ ଯୀଶୁଙ୍କଠାରେ ତୁମ୍ଭମାନଙ୍କର ଯେଉଁ ବିଶ୍ୱାସ ଓ ସମସ୍ତ ସାଧୁଙ୍କ ପ୍ରତି ଯେଉଁ ପ୍ରେମ,
Ndava yeniyo, kutumbula panakayuwini ndava ya sadika yinu kwa Bambu Yesu, na uganu winu kwa vandu va Chapanga,
16 ସେଥିର ସମ୍ବାଦ ପାଇ ମୁଁ ମଧ୍ୟ ମୋହର ପ୍ରାର୍ଥନାରେ ତୁମ୍ଭମାନଙ୍କ ନିମନ୍ତେ ଧନ୍ୟବାଦ ଦେବାରୁ କ୍ଷାନ୍ତ ହେଉ ନାହିଁ।
katu nilekili lepi kumsengusa Chapanga ndava yinu. Nikuvaluwula penikumuyupa Chapanga.
17 ଯେପରି ଆମ୍ଭମାନଙ୍କର ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ଈଶ୍ବର, ଗୌରବମୟ ପିତା, ତାହାଙ୍କ ସମ୍ବନ୍ଧୀୟ ସମ୍ପୂର୍ଣ୍ଣ ଜ୍ଞାନ ଓ ପ୍ରତ୍ୟାଦେଶର ଆତ୍ମା ପ୍ରଦାନ କରନ୍ତି;
Niyendelela kumuyupa Chapanga muni Chapanga wa Bambu witu Yesu Kilisitu, Dadi wa ukulu, avapela Mpungu waki wa luhala na kuvagubukulila muuhotala kuumanya.
18 ସେଥିରେ ତୁମ୍ଭମାନଙ୍କ ଆନ୍ତରିକ ଚକ୍ଷୁ ପ୍ରସନ୍ନ ହୁଅନ୍ତେ ତାହାଙ୍କ ଆହ୍ୱାନର ଭରସା କଅଣ, ସାଧୁମାନଙ୍କ ମଧ୍ୟରେ ତାହାଙ୍କ ଅଧିକାରର ଗୌରବରୂପ ଧନ କଅଣ,
Nikumuyupa Chapanga ayigubukula mitima yinu yihotola kulola lumuli lwaki, muni muhotola kumanya huvalila yila yeavakemelili na ukulu uvaha na njombi zeavavikili vandu vaki.
19 ପୁଣି, ବିଶ୍ୱାସୀ ଯେ ଆମ୍ଭେମାନେ, ତାହାଙ୍କ ଶକ୍ତିର କାର୍ଯ୍ୟସାଧକ ପରାକ୍ରମ ଅନୁସାରେ ଆମ୍ଭମାନଙ୍କ ପ୍ରତି ତାହାଙ୍କ ଶକ୍ତିର ଅତ୍ୟଧିକ ମହତ୍ତ୍ୱ କଅଣ, ଏହିସବୁ ଜାଣି ପାର;
Na kumanya namuna makakala chegihenga lihengu mugati yitu tete vetisadiki chegavili gavaha. Uhotola wenuo uhenga lihengu mugati yitu, ndi makakala gavaha neju,
20 ସେହି ଶକ୍ତି ଯେ ଖ୍ରୀଷ୍ଟଙ୍କଠାରେ ସାଧନ କରି ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇ ସମସ୍ତ ଆଧିପତ୍ୟ, କର୍ତ୍ତାପଣ, ଶକ୍ତି, ପ୍ରଭୁତ୍ୱ ପୁଣି, ଇହକାଳ ଓ ମଧ୍ୟ ପରକାଳରେ ଯେତେ ନାମ ଖ୍ୟାତ,
geamyukisi nagu Kilisitu kuhuma kwavevafwili, akamtamika muchiwoko chaki cha kulyelela kunani kwa Chapanga.
21 ସେ ସମସ୍ତଙ୍କ ଉପରେ ତାହାଙ୍କୁ ଉନ୍ନତ କରାଇ ସ୍ୱର୍ଗରେ ଆପଣା ଦକ୍ଷିଣ ପାର୍ଶ୍ୱରେ ଉପବେଶନ କରାଇଲେ, (aiōn g165)
Hinu, kwenuko, Kilisitu ndi chilongosi mkulu wa vachilongosi voha va kunani kwa Chapanga, na uhotola woha na makakala na vankosi voha na vachilongosi. Kila liina leliluwuliwa pamulima uwu, nambu mewa pamulima weubwela. (aiōn g165)
22 ଆଉ ସମସ୍ତ ବିଷୟ ତାହାଙ୍କ ପାଦ ତଳେ ବଶୀଭୂତ କରି ରଖି ତାହାଙ୍କୁ ସର୍ବ ବିଷୟର ମସ୍ତକରୂପେ ମଣ୍ଡଳୀକୁ ଦାନ କଲେ;
Chapanga amupeli Kilisitu kulongosa vindu vyoha na akamvika kuvya mutu wa msambi wa vandu vevakumsadika Kilisitu muni avya mkulu wa vindu vyoha.
23 ସେହି ମଣ୍ଡଳୀ ଖ୍ରୀଷ୍ଟଙ୍କ ଶରୀର ସ୍ୱରୂପ, ଅର୍ଥାତ୍‍ ଯେ ସମସ୍ତ ବିଷୟକୁ ସର୍ବତୋଭାବେ ପୂର୍ଣ୍ଣ କରନ୍ତି, ତାହାଙ୍କ ପୂର୍ଣ୍ଣତା।
Vandu vevakumsadika Kilisitu ndi higa ya Kilisitu, na utimilifu waki ndi mwene mweitimilisa vindu vyoha kila pandu.

< ଏଫିସୀୟ 1 >