< ଏଫିସୀୟ 1 >
1 ପାଉଲ, ଈଶ୍ବରଙ୍କ ଇଚ୍ଛାରେ ଖ୍ରୀଷ୍ଟ ଯୀଶୁଙ୍କ ଜଣେ ପ୍ରେରିତ, ଏଫିସ ସହରରେ ଥିବା ସାଧୁ ଓ ଖ୍ରୀଷ୍ଟ ଯୀଶୁଙ୍କଠାରେ ଥିବା ବିଶ୍ୱାସୀମାନଙ୍କ ନିକଟକୁ ଲେଖୁଅଛି।
Paulo, mtume wa Kristo Yesu, kwa mapenzi ya Mungu: Kwa watakatifu walioko Efeso, walio waaminifu katika Kristo Yesu:
2 ଆମ୍ଭମାନଙ୍କ ପିତା ଈଶ୍ବର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ।
Neema na amani itokayo kwa Mungu Baba yetu na kwa Bwana wetu Yesu Kristo iwe nanyi.
3 ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଈଶ୍ବର ଓ ପିତା ଧନ୍ୟ ହେଉନ୍ତୁ, ସେ ଖ୍ରୀଷ୍ଟଙ୍କଠାରେ ଆମ୍ଭମାନଙ୍କୁ ସମସ୍ତ ଆତ୍ମିକ ଆଶୀର୍ବାଦ ଦ୍ୱାରା ସ୍ୱର୍ଗରେ ଆଶୀର୍ବାଦ କରିଅଛନ୍ତି,
Ahimidiwe Mungu na Baba wa Bwana wetu Yesu Kristo, aliyetubariki sisi kwa baraka zote za rohoni, katika ulimwengu wa roho ndani ya Kristo.
4 ଅର୍ଥାତ୍ ଆମ୍ଭେମାନେ ଯେପରି ତାହାଙ୍କ ସାକ୍ଷାତରେ ପବିତ୍ର ଓ ଅନିନ୍ଦନୀୟ ହେଉ, ଏଥିପାଇଁ ସେ ଜଗତର ପତ୍ତନ ପୂର୍ବେ ତାହାଙ୍କଠାରେ ଆମ୍ଭମାନଙ୍କୁ ମନୋନୀତ କଲେ;
Kwa maana alituchagua katika yeye kabla ya kuumbwa ulimwengu ili tuwe watakatifu na bila lawama mbele zake. Kwa upendo
5 ପୁଣି, ଈଶ୍ବର ଆମ୍ଭମାନଙ୍କୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଆପଣା ନିମନ୍ତେ ପୁତ୍ର କରିବାକୁ ଆପଣା ସ୍ୱଚ୍ଛନ୍ଦ ଇଚ୍ଛାନୁସାରେ ଆମ୍ଭମାନଙ୍କୁ ପ୍ରେମରେ ପୂର୍ବରୁ ନିରୂପଣ କଲେ;
alitangulia kutuchagua tuwe wanawe kwa njia ya Yesu Kristo kwa furaha yake na mapenzi yake mwenyewe.
6 ଏହା ତାହାଙ୍କ ଅନୁଗ୍ରହର ଗୌରବର ପ୍ରଶଂସା ନିମନ୍ତେ ହୋଇଅଛି; ସେହି ଅନୁଗ୍ରହ ସେ ପ୍ରିୟତମଙ୍କ ଦ୍ୱାରା ଆମ୍ଭମାନଙ୍କୁ ଦାନ କରିଅଛନ୍ତି।
Kwa hiyo tunamsifu Mungu kwa huruma zake kuu alizotumiminia sisi katika Mwanawe Mpendwa.
7 ଈଶ୍ବରଙ୍କ ଅନୁଗ୍ରହ ଅନୁସାରେ ଆମ୍ଭେମାନେ ସେହି ପ୍ରିୟତମଙ୍କଠାରେ ଖ୍ରୀଷ୍ଟ ଯୀଶୁଙ୍କ ରକ୍ତ ଦ୍ୱାରା ମୁକ୍ତି, ଅର୍ଥାତ୍ ଅପରାଧ ସବୁର କ୍ଷମା ପ୍ରାପ୍ତ ହୋଇଅଛୁ।
Ndani yake tunao ukombozi kwa njia ya damu yake, yaani, msamaha wa dhambi, sawasawa na wingi wa neema yake
8 ସେହି ଅନୁଗ୍ରହ ସେ ସମସ୍ତ ପ୍ରକାର ଜ୍ଞାନ ଓ ବୁଦ୍ଧି ଦେଇ ଆମ୍ଭମାନଙ୍କ ପ୍ରତି ପ୍ରଚୁର କରିଅଛନ୍ତି।
aliyotumiminia kwa wingi, kwa hekima yote na maarifa yote.
9 ପୂର୍ବରୁ ସଙ୍କଳ୍ପ କରିଥିବା ଆପଣା ମଙ୍ଗଳମୟ ଇଚ୍ଛାନୁସାରେ ସେ ଆମ୍ଭମାନଙ୍କୁ ଆପଣା ଇଚ୍ଛାର ନିଗୂଢ଼ତତ୍ତ୍ୱ ଜ୍ଞାତ କରାଇଅଛନ୍ତି,
Naye alitujulisha siri ya mapenzi yake sawasawa na uradhi wa mapenzi yake, ambayo alikusudia katika Kristo,
10 ଯେପରି କାଳର ପୂର୍ଣ୍ଣତା ସମ୍ବନ୍ଧୀୟ ତାହାଙ୍କ ସଙ୍କଳ୍ପାନୁସାରେ ସ୍ୱର୍ଗରେ କି ମର୍ତ୍ତ୍ୟରେ ଥିବା ସମସ୍ତ ବିଷୟ ସେ ଆପଣା ନିମନ୍ତେ ଖ୍ରୀଷ୍ଟଙ୍କଠାରେ ଏକୀଭୂତ କରିବେ।
ili yapate kutimizwa wakati mkamilifu utakapowadia, yaani, kuvitia vitu vyote vya mbinguni na vya duniani pamoja, chini ya kiongozi mmoja, ndiye Kristo.
11 ତାହାଙ୍କଠାରେ ମଧ୍ୟ ଆମ୍ଭେ ବିଶ୍ୱାସୀମାନେ ଅଧିକାର ସ୍ୱରୂପ ହୋଇଅଛୁ, ଯେଣୁ ଯେଉଁ ଈଶ୍ବର ଆପଣା ଇଚ୍ଛାର ସଙ୍କଳ୍ପାନୁସାରେ ସମସ୍ତ ବିଷୟ ସାଧନ କରନ୍ତି, ତାହାଙ୍କ ଅଭିପ୍ରାୟ ଅନୁସାରେ ଆମ୍ଭେ ବିଶ୍ୱାସୀମାନେ ପୂର୍ବରୁ ନିରୂପିତ ହେଲୁ,
Katika Kristo sisi nasi tumepata urithi, tukisha kuchaguliwa sawasawa na kusudi la Mungu, yeye ambaye hufanya mambo yote kulingana na kusudi la mapenzi yake,
12 ଆମ୍ଭେମାନେ ଖ୍ରୀଷ୍ଟଙ୍କଠାରେ ପୂର୍ବରୁ ଭରସା କରିଥିଲୁ, ତାହା ଯେପରି ଈଶ୍ବରଙ୍କ ଗୌରବର ପ୍ରଶଂସାର କାରଣ ହେଉ।
ili kwamba, sisi tuliokuwa wa kwanza kuweka tumaini katika Kristo, tupate kuishi kwa sifa ya utukufu wake.
13 ତାହାଙ୍କ ଦ୍ୱାରା ତୁମ୍ଭେମାନେ ସୁଦ୍ଧା ସତ୍ୟ ବାକ୍ୟ, ଅର୍ଥାତ୍ ତୁମ୍ଭମାନଙ୍କ ପରିତ୍ରାଣର ସୁସମାଚାର ଶୁଣି ବିଶ୍ୱାସ କରି ପ୍ରତିଜ୍ଞାତ ପବିତ୍ର ଆତ୍ମାଙ୍କ ଦ୍ୱାରା ମଧ୍ୟ ମୁଦ୍ରାଙ୍କିତ ହୋଇଅଛ;
Ninyi pia mliingia ndani ya Kristo mliposikia Neno la kweli, Injili ya wokovu wenu. Mkiisha kuamini, ndani yake mlitiwa muhuri, yaani, Roho Mtakatifu mliyeahidiwa,
14 ଈଶ୍ବରଙ୍କ ଗୌରବର ପ୍ରଶଂସା ନିମନ୍ତେ ତାହାଙ୍କ ନିଜସ୍ୱ ମୁକ୍ତି ଉଦ୍ଦେଶ୍ୟରେ ସେ ଆମ୍ଭମାନଙ୍କ ଅଧିକାରର ବଇନାସ୍ୱରୂପ।
yeye ambaye ni amana yetu akituhakikishia urithi wetu hadi ukombozi wa wale walio milki ya Mungu kwa sifa ya utukufu wake.
15 ଏହି କାରଣରୁ ପ୍ରଭୁ ଯୀଶୁଙ୍କଠାରେ ତୁମ୍ଭମାନଙ୍କର ଯେଉଁ ବିଶ୍ୱାସ ଓ ସମସ୍ତ ସାଧୁଙ୍କ ପ୍ରତି ଯେଉଁ ପ୍ରେମ,
Kwa sababu hii, tangu niliposikia juu ya imani yenu katika Bwana Yesu na upendo wenu kwa watakatifu wote,
16 ସେଥିର ସମ୍ବାଦ ପାଇ ମୁଁ ମଧ୍ୟ ମୋହର ପ୍ରାର୍ଥନାରେ ତୁମ୍ଭମାନଙ୍କ ନିମନ୍ତେ ଧନ୍ୟବାଦ ଦେବାରୁ କ୍ଷାନ୍ତ ହେଉ ନାହିଁ।
sijaacha kumshukuru Mungu kwa ajili yenu, nikiwakumbuka katika maombi yangu.
17 ଯେପରି ଆମ୍ଭମାନଙ୍କର ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ଈଶ୍ବର, ଗୌରବମୟ ପିତା, ତାହାଙ୍କ ସମ୍ବନ୍ଧୀୟ ସମ୍ପୂର୍ଣ୍ଣ ଜ୍ଞାନ ଓ ପ୍ରତ୍ୟାଦେଶର ଆତ୍ମା ପ୍ରଦାନ କରନ୍ତି;
Nazidi kumwomba Mungu wa Bwana wetu Yesu Kristo, Baba wa utukufu, awajalieni ninyi roho ya hekima na ya ufunuo, ili mpate kumjua zaidi.
18 ସେଥିରେ ତୁମ୍ଭମାନଙ୍କ ଆନ୍ତରିକ ଚକ୍ଷୁ ପ୍ରସନ୍ନ ହୁଅନ୍ତେ ତାହାଙ୍କ ଆହ୍ୱାନର ଭରସା କଅଣ, ସାଧୁମାନଙ୍କ ମଧ୍ୟରେ ତାହାଙ୍କ ଅଧିକାରର ଗୌରବରୂପ ଧନ କଅଣ,
Ninaomba pia kwamba macho ya mioyo yenu yatiwe nuru ili mpate kujua tumaini mliloitiwa, utajiri wa urithi wa utukufu wake kwa watakatifu
19 ପୁଣି, ବିଶ୍ୱାସୀ ଯେ ଆମ୍ଭେମାନେ, ତାହାଙ୍କ ଶକ୍ତିର କାର୍ଯ୍ୟସାଧକ ପରାକ୍ରମ ଅନୁସାରେ ଆମ୍ଭମାନଙ୍କ ପ୍ରତି ତାହାଙ୍କ ଶକ୍ତିର ଅତ୍ୟଧିକ ମହତ୍ତ୍ୱ କଅଣ, ଏହିସବୁ ଜାଣି ପାର;
na uweza wake mkuu usiolinganishwa kwa ajili yetu sisi tuaminio. Uweza huo unaofanya kazi ndani yetu, ni sawa na ile nguvu kuu mno
20 ସେହି ଶକ୍ତି ଯେ ଖ୍ରୀଷ୍ଟଙ୍କଠାରେ ସାଧନ କରି ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇ ସମସ୍ତ ଆଧିପତ୍ୟ, କର୍ତ୍ତାପଣ, ଶକ୍ତି, ପ୍ରଭୁତ୍ୱ ପୁଣି, ଇହକାଳ ଓ ମଧ୍ୟ ପରକାଳରେ ଯେତେ ନାମ ଖ୍ୟାତ,
aliyoitumia katika Kristo alipomfufua kutoka kwa wafu, na akamketisha mkono wake wa kuume huko mbinguni,
21 ସେ ସମସ୍ତଙ୍କ ଉପରେ ତାହାଙ୍କୁ ଉନ୍ନତ କରାଇ ସ୍ୱର୍ଗରେ ଆପଣା ଦକ୍ଷିଣ ପାର୍ଶ୍ୱରେ ଉପବେଶନ କରାଇଲେ, (aiōn )
juu sana kuliko falme zote na mamlaka, enzi na milki, na juu ya kila jina litajwalo, si katika ulimwengu huu tu, bali katika ule ujao pia. (aiōn )
22 ଆଉ ସମସ୍ତ ବିଷୟ ତାହାଙ୍କ ପାଦ ତଳେ ବଶୀଭୂତ କରି ରଖି ତାହାଙ୍କୁ ସର୍ବ ବିଷୟର ମସ୍ତକରୂପେ ମଣ୍ଡଳୀକୁ ଦାନ କଲେ;
Naye Mungu ameweka vitu vyote viwe chini ya miguu yake na amemfanya yeye awe kichwa cha vitu vyote kwa ajili ya Kanisa,
23 ସେହି ମଣ୍ଡଳୀ ଖ୍ରୀଷ୍ଟଙ୍କ ଶରୀର ସ୍ୱରୂପ, ଅର୍ଥାତ୍ ଯେ ସମସ୍ତ ବିଷୟକୁ ସର୍ବତୋଭାବେ ପୂର୍ଣ୍ଣ କରନ୍ତି, ତାହାଙ୍କ ପୂର୍ଣ୍ଣତା।
ambalo ndilo mwili wake, ukamilifu wake yeye aliye yote katika yote.