< ଏଫିସୀୟ 2 >

1 ଏହି ସଂସାରର ଭାବାନୁସାରେ ପୁଣି, ଆକାଶମଣ୍ଡଳ ରାଜ୍ୟର ଅଧିପତି,
I vás obživil mrtvé vinami a hříchy,
2 ଅର୍ଥାତ୍‍ ଯେଉଁ ଜଗତ୍‍ପତି ଏବେ ମଧ୍ୟ ଅନାଜ୍ଞାବହ ସନ୍ତାନମାନଙ୍କଠାରେ କାର୍ଯ୍ୟ ସାଧନ କରୁଅଛି, ତାହାର ଇଚ୍ଛାନୁସାରେ ତୁମ୍ଭେମାନେ ମଧ୍ୟ ପୂର୍ବରେ ଆଚରଣ କରି ଅପରାଧ ଓ ପାପରେ ମୃତ ଥିଲ; (aiōn g165)
V nichž jste někdy chodili podle obyčeje světa tohoto a podle knížete mocného v povětří, ducha toho, kterýž nyní dělá v synech zpoury. (aiōn g165)
3 ସେହି ଅନାଜ୍ଞାବହ ସନ୍ତାନମାନଙ୍କ ସହିତ ଆମ୍ଭେମାନେ ସମସ୍ତେ ମଧ୍ୟ ଏକ ସମୟରେ ଆମ୍ଭମାନଙ୍କ ଶାରୀରିକ ଅଭିଳାଷ ଅନୁସାରେ ଜୀବନଯାପନ କରି ଶାରୀରିକ ଓ ମନର କାମନା ପୂର୍ଣ୍ଣ କରୁଥିଲୁ, ପୁଣି, ଅନ୍ୟମାନଙ୍କ ପରି ସୁଦ୍ଧା ସ୍ୱଭାବତଃ କ୍ରୋଧର ପାତ୍ର ଥିଲୁ;
Mezi nimižto i my všickni žili jsme někdy v žádostech těla našeho, činivše to, což se líbilo tělu a mysli, a byli jsme z přirození synové hněvu jako i jiní.
4 ମାତ୍ର ଏପରି ଅପରାଧରେ ମୃତ ହେଲେ ହେଁ ଦୟାସାଗର ଯେ ଈଶ୍ବର, ସେ ଆମ୍ଭମାନଙ୍କୁ ଯେଉଁ ମହା ପ୍ରେମରେ ପ୍ରେମ କଲେ,
Ale Bůh, bohatý jsa v milosrdenství pro velikou lásku svou, kteroužto zamiloval nás,
5 ସେଥିସକାଶେ ଆମ୍ଭମାନଙ୍କୁ ଖ୍ରୀଷ୍ଟଙ୍କ ସହିତ ଜୀବିତ କରିଅଛନ୍ତି, ଏଣୁ ଅନୁଗ୍ରହରେ ତୁମ୍ଭେମାନେ ପରିତ୍ରାଣ ପାଇଅଛ,
Když jsme my ještě mrtví byli v hříších, obživil nás spolu s Kristem, jehož milostí jste spaseni,
6 ପୁଣି, ତାହାଙ୍କ ସହିତ ଆମ୍ଭମାନଙ୍କୁ ଉତ୍ଥାପିତ କରି ଖ୍ରୀଷ୍ଟ ଯୀଶୁଙ୍କଠାରେ ଆମ୍ଭମାନଙ୍କୁ ତାହାଙ୍କ ସହିତ ସ୍ୱର୍ଗରେ ଉପବେଶନ କରାଇଅଛନ୍ତି,
A spolu s ním vzkřísil, i posadil na nebesích v Kristu Ježíši,
7 ଯେପରି ଖ୍ରୀଷ୍ଟ ଯୀଶୁଙ୍କଠାରେ ସେ ଆମ୍ଭମାନଙ୍କ ପ୍ରତି କରୁଣା କରି ଆଗାମୀ ଯୁଗରେ ଆପଣା ଅନୁଗ୍ରହର ଅତ୍ୟଧିକ ଧନ ପ୍ରକାଶ କରନ୍ତି। (aiōn g165)
Aby ukázal v věku budoucím nepřevýšené bohatství milosti své, z dobroty své k nám v Kristu Ježíši. (aiōn g165)
8 କାରଣ ଅନୁଗ୍ରହରେ ବିଶ୍ୱାସ ଦ୍ୱାରା ତୁମ୍ଭେମାନେ ପରିତ୍ରାଣ ପାଇଅଛ; ତାହା ତୁମ୍ଭମାନଙ୍କ ନିଜଠାରୁ ହୋଇ ନାହିଁ, ତାହା ଈଶ୍ବରଙ୍କ ଦାନ,
Nebo milostí spaseni jste skrze víru, a to ne sami z sebe: darť jest to Boží,
9 କର୍ମରୁ ନୁହେଁ, ଯେପରି କେହି ଦର୍ପ ନ କରେ।
Ne z skutků, aby se někdo nechlubil.
10 କାରଣ ଆମ୍ଭେମାନେ ତାହାଙ୍କ ରଚନା, ଯେ ସମସ୍ତ ସତ୍କର୍ମ ଆମ୍ଭେମାନେ କରିବୁ ବୋଲି ଈଶ୍ବର ପୂର୍ବରୁ ପ୍ରସ୍ତୁତ କରିଥିଲେ, ଆଚରଣରେ ସେହିସବୁ ସାଧନ କରିବା ନିମନ୍ତେ ଖ୍ରୀଷ୍ଟ ଯୀଶୁଙ୍କଠାରେ ସୃଷ୍ଟ।
Jsme zajisté jeho dílo, jsouce stvořeni v Kristu Ježíši k skutkům dobrým, kteréž Bůh připravil, abychom v nich chodili.
11 ଅତଏବ ତୁମ୍ଭେମାନେ ପୂର୍ବରେ ଯେତେବେଳେ ଶରୀର ସମ୍ବନ୍ଧରେ ଅଣଯିହୁଦୀ ଥିଲ ଓ ଶାରୀରିକ ଭାବେ ହସ୍ତକୃତ ସୁନ୍ନତ ଲୋକମାନଙ୍କ ଦ୍ୱାରା ଅସୁନ୍ନତ ବୋଲି ଖ୍ୟାତ ହେଉଥିଲ,
Protož pamatujte, že vy byli někdy pohané podle těla, kteříž jste slouli neobřízka od těch, kteříž slouli obřízka na těle, kteráž se působí rukama,
12 ସେତେବେଳେ ତୁମ୍ଭେମାନେ ଯେ ଖ୍ରୀଷ୍ଟଙ୍କଠାରୁ ପୃଥକ୍, ପ୍ରତିଜ୍ଞାଯୁକ୍ତ ନିୟମରେ ନିରଂଶ, ଇସ୍ରାଏଲର ପ୍ରଜାସତ୍ତ୍ବ ରହିତ, ପୁଣି ଜଗତରେ ଭରସାହୀନ ଓ ଈଶ୍ବରବିହୀନ ଥିଲ, ତାହା ସ୍ମରଣ କର।
A že jste byli za onoho času bez Krista, odcizeni od společnosti Izraele, a cizí od úmluv zaslíbení, naděje nemající, a bez Boha na světě.
13 କିନ୍ତୁ ପୂର୍ବେ ତୁମ୍ଭେମାନେ ଦୂରରେ ଥିଲ ଯେ, ଏବେ ଖ୍ରୀଷ୍ଟ ଯୀଶୁଙ୍କଠାରେ ତାହାଙ୍କ ରକ୍ତ ଦ୍ୱାରା ନିକଟସ୍ଥ ହୋଇଅଛ।
Ale nyní v Kristu Ježíši vy, kteříž jste někdy byli dalecí, blízcí učiněni jste skrze krev Kristovu.
14 କାରଣ ସେ ତ ଆମ୍ଭମାନଙ୍କ ଶାନ୍ତି, ସେ ଶତ୍ରୁତାରୂପ ମଧ୍ୟବର୍ତ୍ତୀ ବିଚ୍ଛେଦ-ପ୍ରାଚୀର ଭଗ୍ନ କରି ଉଭୟକୁ ଏକ କରିଅଛନ୍ତି,
Nebo onť jest pokoj náš, kterýž učinil oboje jedno, zbořiv hradbu dělící na různo,
15 ପୁଣି, ବିଧିବିଧାନଯୁକ୍ତ ଆଜ୍ଞାମୂଳକ ବ୍ୟବସ୍ଥାକୁ ଆପଣା ଶରୀରରେ ରହିତ କରିଅଛନ୍ତି, ଯେପରି ସେ ଶାନ୍ତି ସ୍ଥାପନ କରି ଉଭୟକୁ ଆପଣାଠାରେ ଜଣେ ନୂଆ ଲୋକ ସ୍ୱରୂପେ ସୃଷ୍ଟି କରନ୍ତି,
A nepřátelství, totiž Zákon přikázání, záležející v ustanoveních, vyprázdniv skrze tělo své, aby dvoje vzdělal v samém sobě v jednoho nového člověka, tak čině pokoj,
16 ଆଉ କ୍ରୁଶ ଦ୍ୱାରା ଶତ୍ରୁତା ବିନାଶ କରି ତଦ୍ୱାରା ଉଭୟକୁ ଏକ ଶରୀର ସ୍ୱରୂପ ଗଠନ କରି ଈଶ୍ବରଙ୍କ ସହିତ ମିଳିତ କରାନ୍ତି।
A v mír uvodě oboje v jednom těle Bohu skrze kříž, vyhladiv nepřátelství skrze něj.
17 ଆଉ ତୁମ୍ଭେମାନେ ଯେ ଈଶ୍ବରଙ୍କଠାରୁ ଦୂରରେ ଥିଲ, ଉଭୟଙ୍କ ନିକଟରେ ଖ୍ରୀଷ୍ଟ ଆସି ଶାନ୍ତିର ସୁସମାଚାର ପ୍ରଚାର କଲେ;
A přišed, zvěstoval pokoj vám, dalekým i blízkým.
18 କାରଣ ତାହାଙ୍କ ଦେଇ ଆମ୍ଭେମାନେ ଉଭୟ ଏକ ଆତ୍ମାଙ୍କ ଦ୍ୱାରା ପିତାଙ୍କ ନିକଟକୁ ଯିବା ପାଇଁ ପଥ ପାଇଅଛୁ।
Neboť skrze něho obojí máme přístup v jednom Duchu k Otci.
19 ଅତଏବ ତୁମ୍ଭେମାନେ ଆଉ ବିଦେଶୀ ବା ପ୍ରବାସୀ ନୁହଁ, କିନ୍ତୁ ସାଧୁମାନଙ୍କ ସହିତ ସହନାଗରିକ ଓ ଈଶ୍ବରଙ୍କ ପରିବାରଭୁକ୍ତ ଅଟ;
Aj, již tedy nejste hosté a příchozí, ale spoluměšťané svatých a domácí Boží,
20 ତୁମ୍ଭେମାନେ ପ୍ରେରିତ ଓ ଭାବବାଦୀମାନଙ୍କର ଭିତ୍ତିମୂଳ ଉପରେ ନିର୍ମିତ ହୋଇଅଛ, ଖ୍ରୀଷ୍ଟ ଯୀଶୁ ସ୍ୱୟଂ ସେଥିର କୋଣର ପ୍ରଧାନ ପ୍ରସ୍ତର;
Vzdělaní na základ apoštolský a prorocký, kdežto jest gruntovní úhelný kámen sám Ježíš Kristus,
21 ତାହାଙ୍କଠାରେ ପ୍ରତ୍ୟେକ ଗୃହ ଏକତ୍ର ସଂଲଗ୍ନ ହୋଇ ପ୍ରଭୁଙ୍କଠାରେ ଗୋଟିଏ ପବିତ୍ର ମନ୍ଦିର ସ୍ୱରୂପେ ବୃଦ୍ଧି ପାଉଅଛି;
Na němžto všecko stavení příslušně vzdělané roste v chrám svatý v Pánu;
22 ତାହାଙ୍କଠାରେ ତୁମ୍ଭେମାନେ ମଧ୍ୟ ଈଶ୍ବରଙ୍କ ଆତ୍ମାଙ୍କ ନିବାସ ନିମନ୍ତେ ଏକତ୍ର ନିର୍ମିତ ହେଉଅଛ।
Na kterémžto i vy spolu vzděláváte se v příbytek Boží, v Duchu svatém.

< ଏଫିସୀୟ 2 >