< ଏଫିସୀୟ 3 >
1 ଏଥିନିମନ୍ତେ ମୁଁ ପାଉଲ, ଅଣଯିହୁଦୀ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କ ସକାଶେ ଖ୍ରୀଷ୍ଟ ଯୀଶୁଙ୍କର ବନ୍ଦୀ
Τούτου χάριν ἐγὼ Παῦλος ὁ δέσμιος τοῦ Χριστοῦ Ἰησοῦ ὑπὲρ ὑμῶν τῶν ἐθνῶν·
2 ତୁମ୍ଭମାନଙ୍କ ନିମନ୍ତେ ପ୍ରଦତ୍ତ ଈଶ୍ବରଙ୍କ ଅନୁଗ୍ରହ ସମ୍ବନ୍ଧୀୟ ସେବକ କାର୍ଯ୍ୟ ବିଷୟରେ ତୁମ୍ଭେମାନେ ତ ଶୁଣିଥିବ,
εἴ γε ἠκούσατε τὴν οἰκονομίαν τῆς χάριτος τοῦ θεοῦ τῆς δοθείσης μοι εἰς ὑμᾶς
3 ଅର୍ଥାତ୍ ପ୍ରତ୍ୟାଦେଶ ଦ୍ୱାରା ସେହି ନିଗୂଢ଼ତତ୍ତ୍ୱ ମୋତେ ଜ୍ଞାତ କରାଗଲା, ଯେପରି ମୁଁ ପୂର୍ବେ ସଂକ୍ଷିପ୍ତ ଭାବରେ ଲେଖିଅଛି।
ὅτι κατὰ ἀποκάλυψιν (ἐγνωρίσθη *N(k)O*) μοι τὸ μυστήριον καθὼς προέγραψα ἐν ὀλίγῳ,
4 ତାହା ପଢ଼ି ଖ୍ରୀଷ୍ଟଙ୍କ ନିଗୂଢ଼ତତ୍ତ୍ୱରେ ମୋହର ଜ୍ଞାନର ପରିଚୟ ପାଇ ପାର;
πρὸς ὃ δύνασθε ἀναγινώσκοντες νοῆσαι τὴν σύνεσίν μου ἐν τῷ μυστηρίῳ τοῦ Χριστοῦ,
5 ସେହି ନିଗୂଢ଼ତତ୍ତ୍ୱ ଏବେ ଆତ୍ମାଙ୍କ ଦ୍ୱାରା ତାହାଙ୍କ ପବିତ୍ର ପ୍ରେରିତ ଓ ଭାବବାଦୀମାନଙ୍କ ନିକଟରେ ଯେପରି ପ୍ରକାଶିତ ହୋଇଅଛି, ପୂର୍ବ କାଳର ମନୁଷ୍ୟ ସନ୍ତାନମାନଙ୍କ ନିକଟରେ ପ୍ରକାଶିତ ହୋଇ ନ ଥିଲା,
ὃ (ἐν *k*) ἑτέραις γενεαῖς οὐκ ἐγνωρίσθη τοῖς υἱοῖς τῶν ἀνθρώπων ὡς νῦν ἀπεκαλύφθη τοῖς ἁγίοις ἀποστόλοις αὐτοῦ καὶ προφήταις ἐν πνεύματι,
6 ଅର୍ଥାତ୍ ସୁସମାଚାର ଦ୍ୱାରା ଖ୍ରୀଷ୍ଟ ଯୀଶୁଙ୍କଠାରେ ଅଣଯିହୁଦୀମାନେ ମଧ୍ୟ ଅଂଶାଧିକାରୀ, ଏକ ଶରୀରର ଅଙ୍ଗପ୍ରତ୍ୟଙ୍ଗ ଓ ପ୍ରତିଜ୍ଞାର ସହଭାଗୀ ଅଟନ୍ତି;
εἶναι τὰ ἔθνη συγκληρονόμα καὶ σύσσωμα καὶ συμμέτοχα τῆς ἐπαγγελίας (αὐτοῦ *k*) ἐν (τῷ *k*) Χριστῷ (Ἰησοῦ *NO*) διὰ τοῦ εὐαγγελίου,
7 ଈଶ୍ବରଙ୍କ କାର୍ଯ୍ୟସାଧକ ଶକ୍ତି ଅନୁସାରେ ମୋତେ ପ୍ରଦତ୍ତ ତାହାଙ୍କ ଅନୁଗ୍ରହର ଦାନ ପ୍ରମାଣେ ସେହି ସୁସମାଚାରର ମୁଁ ଜଣେ ସେବକ ହେଲି।
οὗ (ἐγενήθην *N(k)O*) διάκονος κατὰ τὴν δωρεὰν τῆς χάριτος τοῦ θεοῦ (τῆς δοθείσης *N(k)O*) μοι κατὰ τὴν ἐνέργειαν τῆς δυνάμεως αὐτοῦ.
8 ସମସ୍ତ ସାଧୁଙ୍କ ମଧ୍ୟରେ କ୍ଷୁଦ୍ରତମ ଯେ ମୁଁ, ମୋତେ ଅଣଯିହୁଦୀମାନଙ୍କ ନିକଟରେ ବୋଧର ଅଗମ୍ୟ ଖ୍ରୀଷ୍ଟଙ୍କ ନିଧିର ସୁସମାଚାର ପ୍ରଚାର କରିବା ପାଇଁ,
ἐμοὶ τῷ ἐλαχιστοτέρῳ πάντων (τῶν *k*) ἁγίων ἐδόθη ἡ χάρις αὕτη, (ἐν *k*) τοῖς ἔθνεσιν εὐαγγελίσασθαι (τὸ *N(k)O*) ἀνεξιχνίαστον (πλοῦτος *N(k)O*) τοῦ Χριστοῦ
9 ପୁଣି, ସର୍ବସୃଷ୍ଟିକର୍ତ୍ତା ଈଶ୍ବରଙ୍କଠାରେ ପ୍ରାଚୀନକାଳରୁ ଗୁପ୍ତ ହୋଇ ରହିଥିବା ନିଗୂଢ଼ତତ୍ତ୍ୱ ସମ୍ବନ୍ଧରେ ତାହାଙ୍କ ସଂକଳ୍ପ କଅଣ, ତାହା ଆଲୋକରେ ପ୍ରକାଶ କରିବା ପାଇଁ ଅନୁଗ୍ରହ ପ୍ରଦତ୍ତ ହୋଇଅଛି, (aiōn )
καὶ φωτίσαι πάντας τίς ἡ (οἰκονομία *N(K)O*) τοῦ μυστηρίου τοῦ ἀποκεκρυμμένου ἀπὸ τῶν αἰώνων ἐν τῷ θεῷ τῷ τὰ πάντα κτίσαντι (διὰ Ἰησοῦ Χριστοῦ, *K*) (aiōn )
10 ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କଠାରେ ଈଶ୍ବର ଯେଉଁ ଚିରନ୍ତନ ସଂକଳ୍ପ କରିଥିଲେ,
ἵνα γνωρισθῇ νῦν ταῖς ἀρχαῖς καὶ ταῖς ἐξουσίαις ἐν τοῖς ἐπουρανίοις διὰ τῆς ἐκκλησίας ἡ πολυποίκιλος σοφία τοῦ θεοῦ
11 ତଦନୁସାରେ ମଣ୍ଡଳୀ ଦ୍ୱାରା ଯେପରି ତାହାଙ୍କର ବହୁବିଧ ଜ୍ଞାନ, ସ୍ୱର୍ଗରେ କର୍ତ୍ତାପଣ ଓ ଅଧିକାରପ୍ରାପ୍ତ ବ୍ୟକ୍ତିମାନଙ୍କୁ ଜ୍ଞାତ କରାଯାଏ; (aiōn )
κατὰ πρόθεσιν τῶν αἰώνων, ἣν ἐποίησεν ἐν (τῷ *no*) Χριστῷ Ἰησοῦ τῷ κυρίῳ ἡμῶν, (aiōn )
12 ସେହି ପ୍ରଭୁଙ୍କଠାରେ ବିଶ୍ୱାସ କରିବା ଦ୍ୱାରା ଆମ୍ଭେମାନେ ତାହାଙ୍କଠାରେ ସାହସ ପୁଣି, ଈଶ୍ବରଙ୍କ ନିକଟକୁ ନିର୍ଭୟରେ ଯିବା ପାଇଁ ପଥ ପାଇଅଛୁ।
ἐν ᾧ ἔχομεν τὴν παρρησίαν καὶ (τὴν *k*) προσαγωγὴν ἐν πεποιθήσει διὰ τῆς πίστεως αὐτοῦ.
13 ଅତଏବ ମୁଁ ଅନୁରୋଧ କରେ ଯେ, ତୁମ୍ଭମାନଙ୍କ ନିମନ୍ତେ ମୋହର ଯେଉଁ କ୍ଲେଶ ଭୋଗ, ସେଥିସକାଶେ ହତାଶ ହୁଅ ନାହିଁ, ତାହା ତ ତୁମ୍ଭମାନଙ୍କ ଗୌରବ।
διὸ αἰτοῦμαι μὴ ἐγκακεῖν ἐν ταῖς θλίψεσίν μου ὑπὲρ ὑμῶν, ἥτις ἐστὶν δόξα ὑμῶν.
14 ଏଥିନିମନ୍ତେ ଯେଉଁ ପିତାଙ୍କଠାରୁ ସ୍ୱର୍ଗ ଓ ପୃଥିବୀସ୍ଥ ପ୍ରତ୍ୟେକ ପିତୃକୁଳ ନାମ ପ୍ରାପ୍ତ ହୁଏ,
Τούτου χάριν κάμπτω τὰ γόνατά μου πρὸς τὸν πατέρα (τοῦ κυρίου ἡμῶν Ἰησοῦ Χριστοῦ, *K*)
15 ତାହାଙ୍କ ଛାମୁରେ ମୁଁ ଆଣ୍ଠୁପାତି ପ୍ରାର୍ଥନା କରୁଅଛି,
ἐξ οὗ πᾶσα πατριὰ ἐν οὐρανοῖς καὶ ἐπὶ γῆς ὀνομάζεται,
16 ଯେପରି ସେ ଆପଣା ଗୌରବରୂପ ଧନ ଅନୁସାରେ ଆପଣା ଈଶ୍ବରଙ୍କ ଆତ୍ମାଙ୍କ ଦ୍ୱାରା ତୁମ୍ଭମାନଙ୍କୁ ଆନ୍ତରିକ ପୁରୁଷରେ ଶକ୍ତି ପ୍ରାପ୍ତ ହୋଇ ବଳବାନ ହେବାକୁ ଦିଅନ୍ତି,
ἵνα (δῷ *N(k)O*) ὑμῖν κατὰ (τὸ πλοῦτος *N(k)O*) τῆς δόξης αὐτοῦ δυνάμει κραταιωθῆναι διὰ τοῦ πνεύματος αὐτοῦ εἰς τὸν ἔσω ἄνθρωπον,
17 ପୁଣି, ବିଶ୍ୱାସ ଦ୍ୱାରା ଖ୍ରୀଷ୍ଟ ତୁମ୍ଭମାନଙ୍କ ହୃଦୟରେ ବାସ କରନ୍ତି,
κατοικῆσαι τὸν Χριστὸν διὰ τῆς πίστεως ἐν ταῖς καρδίαις ὑμῶν ἐν ἀγάπῃ ἐρριζωμένοι καὶ τεθεμελιωμένοι,
18 ଯେପରି ତୁମ୍ଭେମାନେ ପ୍ରେମରେ ବଦ୍ଧମୂଳ ଓ ଦୃଢ ରୂପେ ସ୍ଥାପିତ ହୋଇ ବୋଧର ଅଗମ୍ୟ ଯେ ଖ୍ରୀଷ୍ଟଙ୍କ ପ୍ରେମ, ତାହା ଜ୍ଞାତ ହୁଅ ଏବଂ ସମସ୍ତ ସାଧୁଙ୍କ ସହିତ ସେଥିର ଦୈର୍ଘ୍ୟ ଓ ପ୍ରସ୍ଥ, ଉଚ୍ଚତା ଓ ଗଭୀରତା ବୁଝିବାକୁ ଶକ୍ତି ପ୍ରାପ୍ତ ହୁଅ,
ἵνα ἐξισχύσητε καταλαβέσθαι σὺν πᾶσιν τοῖς ἁγίοις τί τὸ πλάτος καὶ μῆκος καὶ ὕψος καὶ βάθος,
19 ଆଉ ସେହି ପ୍ରକାରେ ଈଶ୍ବରଙ୍କ ସମସ୍ତ ପୂର୍ଣ୍ଣତାରେ ପରିପୂର୍ଣ୍ଣ ହୁଅ।
γνῶναί τε τὴν ὑπερβάλλουσαν τῆς γνώσεως ἀγάπην τοῦ Χριστοῦ, ἵνα πληρωθῆτε εἰς πᾶν τὸ πλήρωμα τοῦ θεοῦ.
20 ଯେଉଁ ଈଶ୍ବର ଅାମ୍ଭମାନଙ୍କ ଅନ୍ତରରେ କାର୍ଯ୍ୟ ସାଧନ କରୁଥିବା ଆପଣା ଶକ୍ତି ଅନୁସାରେ ଆମ୍ଭମାନଙ୍କ ମାଗିବା ବା ଭାବିବାଠାରୁ ଅତ୍ୟଧିକ ପରିମାଣରେ ସାଧନ କରିପାରନ୍ତି,
Τῷ δὲ δυναμένῳ ὑπὲρ πάντα ποιῆσαι ὑπερεκπερισσοῦ ὑπερεκπερισσοῦ ὑπερεκπερισσοῦ ὧν αἰτούμεθα ἢ νοοῦμεν κατὰ τὴν δύναμιν τὴν ἐνεργουμένην ἐν ἡμῖν,
21 ଯୁଗେ ଯୁଗେ ପୁରୁଷାନୁକ୍ରମରେ ମଣ୍ଡଳୀ ଓ ଖ୍ରୀଷ୍ଟ ଯୀଶୁଙ୍କ ଦ୍ୱାରା ତାହାଙ୍କର ଗୌରବ ହେଉ। ଆମେନ୍। (aiōn )
αὐτῷ ἡ δόξα ἐν τῇ ἐκκλησίᾳ (καὶ *no*) ἐν Χριστῷ Ἰησοῦ εἰς πάσας τὰς γενεὰς τοῦ αἰῶνος τῶν αἰώνων, ἀμήν. (aiōn )