< ଏଫିସୀୟ 3 >
1 ଏଥିନିମନ୍ତେ ମୁଁ ପାଉଲ, ଅଣଯିହୁଦୀ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କ ସକାଶେ ଖ୍ରୀଷ୍ଟ ଯୀଶୁଙ୍କର ବନ୍ଦୀ
Kwa sababu hii, mimi Paulo, mfungwa wa Kristo Yesu kwa ajili yenu ninyi watu wa Mataifa:
2 ତୁମ୍ଭମାନଙ୍କ ନିମନ୍ତେ ପ୍ରଦତ୍ତ ଈଶ୍ବରଙ୍କ ଅନୁଗ୍ରହ ସମ୍ବନ୍ଧୀୟ ସେବକ କାର୍ଯ୍ୟ ବିଷୟରେ ତୁମ୍ଭେମାନେ ତ ଶୁଣିଥିବ,
Kwa hakika mmekwisha kusikia kuhusu ile huduma ya neema ya Mungu niliyopewa kwa ajili yenu,
3 ଅର୍ଥାତ୍ ପ୍ରତ୍ୟାଦେଶ ଦ୍ୱାରା ସେହି ନିଗୂଢ଼ତତ୍ତ୍ୱ ମୋତେ ଜ୍ଞାତ କରାଗଲା, ଯେପରି ମୁଁ ପୂର୍ବେ ସଂକ୍ଷିପ୍ତ ଭାବରେ ଲେଖିଅଛି।
yaani, ile siri iliodhihirishwa kwangu kwa njia ya ufunuo, kama nilivyotangulia kuandika kwa kifupi.
4 ତାହା ପଢ଼ି ଖ୍ରୀଷ୍ଟଙ୍କ ନିଗୂଢ଼ତତ୍ତ୍ୱରେ ମୋହର ଜ୍ଞାନର ପରିଚୟ ପାଇ ପାର;
Kwa kusoma haya, basi mtaweza kuelewa ufahamu wangu katika siri ya Kristo.
5 ସେହି ନିଗୂଢ଼ତତ୍ତ୍ୱ ଏବେ ଆତ୍ମାଙ୍କ ଦ୍ୱାରା ତାହାଙ୍କ ପବିତ୍ର ପ୍ରେରିତ ଓ ଭାବବାଦୀମାନଙ୍କ ନିକଟରେ ଯେପରି ପ୍ରକାଶିତ ହୋଇଅଛି, ପୂର୍ବ କାଳର ମନୁଷ୍ୟ ସନ୍ତାନମାନଙ୍କ ନିକଟରେ ପ୍ରକାଶିତ ହୋଇ ନ ଥିଲା,
Siri hii haikudhihirishwa kwa wanadamu katika vizazi vingine kama vile sasa ilivyodhihirishwa na Roho kwa mitume na manabii watakatifu wa Mungu.
6 ଅର୍ଥାତ୍ ସୁସମାଚାର ଦ୍ୱାରା ଖ୍ରୀଷ୍ଟ ଯୀଶୁଙ୍କଠାରେ ଅଣଯିହୁଦୀମାନେ ମଧ୍ୟ ଅଂଶାଧିକାରୀ, ଏକ ଶରୀରର ଅଙ୍ଗପ୍ରତ୍ୟଙ୍ଗ ଓ ପ୍ରତିଜ୍ଞାର ସହଭାଗୀ ଅଟନ୍ତି;
Siri hii ni kwamba, kwa njia ya Injili, watu wa Mataifa ni warithi pamoja na Israeli, viungo vya mwili mmoja na washiriki pamoja wa ahadi katika Kristo Yesu.
7 ଈଶ୍ବରଙ୍କ କାର୍ଯ୍ୟସାଧକ ଶକ୍ତି ଅନୁସାରେ ମୋତେ ପ୍ରଦତ୍ତ ତାହାଙ୍କ ଅନୁଗ୍ରହର ଦାନ ପ୍ରମାଣେ ସେହି ସୁସମାଚାରର ମୁଁ ଜଣେ ସେବକ ହେଲି।
Nimekuwa mtumishi wa Injili hii kwa kipawa cha neema ya Mungu niliyopewa kwa nguvu yake itendayo kazi.
8 ସମସ୍ତ ସାଧୁଙ୍କ ମଧ୍ୟରେ କ୍ଷୁଦ୍ରତମ ଯେ ମୁଁ, ମୋତେ ଅଣଯିହୁଦୀମାନଙ୍କ ନିକଟରେ ବୋଧର ଅଗମ୍ୟ ଖ୍ରୀଷ୍ଟଙ୍କ ନିଧିର ସୁସମାଚାର ପ୍ରଚାର କରିବା ପାଇଁ,
Ingawa mimi ni mdogo kuliko aliye mdogo kabisa miongoni mwa watakatifu wote, nilipewa neema hii: ili niwahubirie watu wa Mataifa kuhusu utajiri usiopimika ulio ndani ya Kristo,
9 ପୁଣି, ସର୍ବସୃଷ୍ଟିକର୍ତ୍ତା ଈଶ୍ବରଙ୍କଠାରେ ପ୍ରାଚୀନକାଳରୁ ଗୁପ୍ତ ହୋଇ ରହିଥିବା ନିଗୂଢ଼ତତ୍ତ୍ୱ ସମ୍ବନ୍ଧରେ ତାହାଙ୍କ ସଂକଳ୍ପ କଅଣ, ତାହା ଆଲୋକରେ ପ୍ରକାଶ କରିବା ପାଇଁ ଅନୁଗ୍ରହ ପ୍ରଦତ୍ତ ହୋଇଅଛି, (aiōn )
na kuweka wazi kwa kila mtu siri hii iliyokuwa imefichwa tangu zamani katika Mungu, aliyeumba vitu vyote. (aiōn )
10 ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କଠାରେ ଈଶ୍ବର ଯେଉଁ ଚିରନ୍ତନ ସଂକଳ୍ପ କରିଥିଲେ,
Ili sasa kwa njia ya Kanisa, hekima yote ya Mungu ipate kujulikana kwa watawala na wenye mamlaka katika ulimwengu wa roho,
11 ତଦନୁସାରେ ମଣ୍ଡଳୀ ଦ୍ୱାରା ଯେପରି ତାହାଙ୍କର ବହୁବିଧ ଜ୍ଞାନ, ସ୍ୱର୍ଗରେ କର୍ତ୍ତାପଣ ଓ ଅଧିକାରପ୍ରାପ୍ତ ବ୍ୟକ୍ତିମାନଙ୍କୁ ଜ୍ଞାତ କରାଯାଏ; (aiōn )
sawasawa na kusudi lake la milele katika Kristo Yesu Bwana wetu. (aiōn )
12 ସେହି ପ୍ରଭୁଙ୍କଠାରେ ବିଶ୍ୱାସ କରିବା ଦ୍ୱାରା ଆମ୍ଭେମାନେ ତାହାଙ୍କଠାରେ ସାହସ ପୁଣି, ଈଶ୍ବରଙ୍କ ନିକଟକୁ ନିର୍ଭୟରେ ଯିବା ପାଇଁ ପଥ ପାଇଅଛୁ।
Ndani yake na kwa njia ya imani katika yeye twaweza kumkaribia Mungu kwa uhuru na kwa ujasiri.
13 ଅତଏବ ମୁଁ ଅନୁରୋଧ କରେ ଯେ, ତୁମ୍ଭମାନଙ୍କ ନିମନ୍ତେ ମୋହର ଯେଉଁ କ୍ଲେଶ ଭୋଗ, ସେଥିସକାଶେ ହତାଶ ହୁଅ ନାହିଁ, ତାହା ତ ତୁମ୍ଭମାନଙ୍କ ଗୌରବ।
Kwa hiyo, nawaomba msikate tamaa kwa sababu ya mateso yangu kwa ajili yenu, hayo ni utukufu wenu.
14 ଏଥିନିମନ୍ତେ ଯେଉଁ ପିତାଙ୍କଠାରୁ ସ୍ୱର୍ଗ ଓ ପୃଥିବୀସ୍ଥ ପ୍ରତ୍ୟେକ ପିତୃକୁଳ ନାମ ପ୍ରାପ୍ତ ହୁଏ,
Kwa sababu hii nampigia Baba magoti,
15 ତାହାଙ୍କ ଛାମୁରେ ମୁଁ ଆଣ୍ଠୁପାତି ପ୍ରାର୍ଥନା କରୁଅଛି,
ambaye ubaba wote wa kila jamaa za mbinguni na za duniani unatokana naye.
16 ଯେପରି ସେ ଆପଣା ଗୌରବରୂପ ଧନ ଅନୁସାରେ ଆପଣା ଈଶ୍ବରଙ୍କ ଆତ୍ମାଙ୍କ ଦ୍ୱାରା ତୁମ୍ଭମାନଙ୍କୁ ଆନ୍ତରିକ ପୁରୁଷରେ ଶକ୍ତି ପ୍ରାପ୍ତ ହୋଇ ବଳବାନ ହେବାକୁ ଦିଅନ୍ତି,
Namwomba Mungu awaimarishe kwa kuwatia nguvu mioyo yenu kwa njia ya Roho wake kwa kadiri ya utajiri wa utukufu wake,
17 ପୁଣି, ବିଶ୍ୱାସ ଦ୍ୱାରା ଖ୍ରୀଷ୍ଟ ତୁମ୍ଭମାନଙ୍କ ହୃଦୟରେ ବାସ କରନ୍ତି,
ili kwamba, Kristo apate kukaa mioyoni mwenu kwa njia ya imani. Nami ninaomba kwamba ninyi mkiwa wenye mizizi tena imara katika msingi wa upendo,
18 ଯେପରି ତୁମ୍ଭେମାନେ ପ୍ରେମରେ ବଦ୍ଧମୂଳ ଓ ଦୃଢ ରୂପେ ସ୍ଥାପିତ ହୋଇ ବୋଧର ଅଗମ୍ୟ ଯେ ଖ୍ରୀଷ୍ଟଙ୍କ ପ୍ରେମ, ତାହା ଜ୍ଞାତ ହୁଅ ଏବଂ ସମସ୍ତ ସାଧୁଙ୍କ ସହିତ ସେଥିର ଦୈର୍ଘ୍ୟ ଓ ପ୍ରସ୍ଥ, ଉଚ୍ଚତା ଓ ଗଭୀରତା ବୁଝିବାକୁ ଶକ୍ତି ପ୍ରାପ୍ତ ହୁଅ,
mwe na uwezo wa kufahamu pamoja na watakatifu wote jinsi ulivyo upana, urefu, kimo na kina upendo wa Kristo,
19 ଆଉ ସେହି ପ୍ରକାରେ ଈଶ୍ବରଙ୍କ ସମସ୍ତ ପୂର୍ଣ୍ଣତାରେ ପରିପୂର୍ଣ୍ଣ ହୁଅ।
na kujua upendo huu unaopita fahamu, ili mpate kujazwa na kufikia kipimo cha ukamilifu wote wa Mungu.
20 ଯେଉଁ ଈଶ୍ବର ଅାମ୍ଭମାନଙ୍କ ଅନ୍ତରରେ କାର୍ଯ୍ୟ ସାଧନ କରୁଥିବା ଆପଣା ଶକ୍ତି ଅନୁସାରେ ଆମ୍ଭମାନଙ୍କ ମାଗିବା ବା ଭାବିବାଠାରୁ ଅତ୍ୟଧିକ ପରିମାଣରେ ସାଧନ କରିପାରନ୍ତି,
Basi kwa yeye awezaye kutenda mambo ya ajabu yasiyopimika kuliko yote tuyaombayo au tuyawazayo, kwa kadiri ya uweza wake ule utendao kazi ndani yetu,
21 ଯୁଗେ ଯୁଗେ ପୁରୁଷାନୁକ୍ରମରେ ମଣ୍ଡଳୀ ଓ ଖ୍ରୀଷ୍ଟ ଯୀଶୁଙ୍କ ଦ୍ୱାରା ତାହାଙ୍କର ଗୌରବ ହେଉ। ଆମେନ୍। (aiōn )
yeye atukuzwe katika kanisa na katika Kristo Yesu kwa vizazi vyote, milele na milele. Amen. (aiōn )