< ଏଫିସୀୟ 4 >

1 ଅତଏବ ପ୍ରଭୁଙ୍କ ହେତୁ ବନ୍ଦୀ ଯେ ମୁଁ, ତୁମ୍ଭମାନଙ୍କୁ ଅନୁରୋଧ କରୁଅଛି, ତୁମ୍ଭେମାନେ ଯେଉଁ ଆହ୍ୱାନରେ ଅାହୂତ ହୋଇଅଛ, ସେଥିର ଯୋଗ୍ୟ ଆଚରଣ କର,
Bu nedenle, Rab'bin uğruna tutuklu olan ben, aldığınız çağrıya yaraşır biçimde yaşamanızı rica ederim.
2 ଅର୍ଥାତ୍‍ ସର୍ବପ୍ରକାର ନମ୍ରତା, ମୃଦୁତା, ଦୀର୍ଘ ସହିଷ୍ଣୁତା ଓ ପ୍ରେମରେ ପରସ୍ପର ପ୍ରତି ସହନଶୀଳ ହୁଅ;
Her bakımdan alçakgönüllü, yumuşak huylu, sabırlı olun. Birbirinize sevgiyle, hoşgörüyle davranın.
3 ଶାନ୍ତିରୂପ ବନ୍ଧନରେ ବାନ୍ଧି ହୋଇ ଆତ୍ମାଙ୍କ ଐକ୍ୟ ରକ୍ଷା କରିବା ନିମନ୍ତେ ଯତ୍ନବାନ ହୁଅ।
Ruh'un birliğini esenlik bağıyla korumaya gayret edin.
4 ଏକ ଶରୀର ଓ ଏକ ଆତ୍ମା, ଯେଉଁ ରୂପେ ତୁମ୍ଭେମାନେ ତୁମ୍ଭମାନଙ୍କ ଆହ୍ୱାନର ଏକ ଭରସାରେ ମଧ୍ୟ ଆହୂତ ହୋଇଅଛ;
Çağrınızdan doğan tek bir umuda çağrıldığınız gibi, beden bir, Ruh bir, Rab bir, iman bir, vaftiz bir, her şeyden üstün, her şeyle ve her şeyde olan herkesin Tanrısı ve Babası birdir.
5 ଏକ ପ୍ରଭୁ, ଏକ ବିଶ୍ୱାସ, ଏକ ବାପ୍ତିସ୍ମ, ସମସ୍ତଙ୍କ ଏକ ଈଶ୍ବର ଓ ପିତା;
6 ସେ ସମସ୍ତଙ୍କ ଉପରେ, ସମସ୍ତଙ୍କ ମଧ୍ୟରେ ଏବଂ ସମସ୍ତଙ୍କ ଅନ୍ତରରେ ଅଛନ୍ତି।
7 କିନ୍ତୁ ଖ୍ରୀଷ୍ଟଙ୍କ ଦାନର ପରିମାଣ ଅନୁସାରେ ଆମ୍ଭମାନଙ୍କ ପ୍ରତ୍ୟେକକୁ ଅନୁଗ୍ରହ ଦିଆଯାଇଅଛି।
Ama lütuf her birimize Mesih'in armağanı ölçüsünde bağışlandı.
8 ଏଥିନିମନ୍ତେ ଉକ୍ତ ଅଛି, “ସେ ଊର୍ଦ୍ଧ୍ୱକୁ ଆରୋହଣ କରି, ବନ୍ଦୀମାନଙ୍କୁ ବନ୍ଦୀ କରି ନେଇଗଲେ, ଆଉ ମନୁଷ୍ୟମାନଙ୍କୁ ନାନା ବରଦାନ ଦେଲେ।”
Bunun için Kutsal Yazı şöyle der: “Yükseğe çıktı ve tutsakları peşine taktı, İnsanlara armağanlar verdi.”
9 (ସେ ଆରୋହଣ କଲେ ବୋଲି କହିବାର ଅର୍ଥ କଅଣ? ନା, ସେ ମଧ୍ୟ ନୀଚସ୍ଥ ପୃଥିବୀକୁ ଅବତରଣ କରିଥିଲେ।
Şimdi bu “çıktı” sözcüğü, Mesih önce aşağılara, yeryüzüne indi demek değil de nedir?
10 ଯେ ଅବତରଣ କରିଥିଲେ, ସେ ଯେପରି ସମସ୍ତ ବିଷୟ ପୂର୍ଣ୍ଣ କରନ୍ତି, ଏଥିପାଇଁ ସେ ସମସ୍ତ ସ୍ୱର୍ଗର ଊର୍ଦ୍ଧ୍ୱକୁ ମଧ୍ୟ ଆରୋହଣ କଲେ।)
İnen de O'dur, her şeyi doldurmak üzere bütün göklerin çok üstüne çıkan da O'dur.
11 ସେ କାହା କାହାକୁ ପ୍ରେରିତ, କାହା କାହାକୁ ଭାବବାଦୀ, କାହା କାହାକୁ ସୁସମାଚାର ପ୍ରଚାରକ, ପୁଣି, କାହା କାହାକୁ ପାଳକ ଓ ଶିକ୍ଷକ ରୂପେ ନିଯୁକ୍ତ କରି ଦାନ କରିଅଛନ୍ତି,
Kendisi kimini elçi, kimini peygamber, kimini müjdeci, kimini önder ve öğretmen atadı.
12 ଯେପରି ସାଧୁମାନେ ସେବାକାର୍ଯ୍ୟ ନିମନ୍ତେ ସିଦ୍ଧି ଲାଭ କରନ୍ତି ଓ ଖ୍ରୀଷ୍ଟଙ୍କ ଶରୀର ନିଷ୍ଠାପ୍ରାପ୍ତ ହୁଏ,
Öyle ki, kutsallar hizmet görevini yapmak ve Mesih'in bedenini geliştirmek üzere donatılsın.
13 ଶେଷରେ ଯେପରି ଆମ୍ଭେମାନେ ସମସ୍ତେ ବିଶ୍ୱାସରେ ଓ ଈଶ୍ବରଙ୍କ ପୁତ୍ର ବିଷୟକ ଜ୍ଞାନରେ ଏକତା ପ୍ରାପ୍ତ ହେଉ, ଅର୍ଥାତ୍‍ ଖ୍ରୀଷ୍ଟଙ୍କ ପୂର୍ଣ୍ଣତାର ପରିମାଣ ଅନୁସାରେ ପୂର୍ଣ୍ଣ ବୟସ୍କ ପୁରୁଷ ହେଉ,
Sonunda hepimiz imanda ve Tanrı Oğlu'nu tanımada birliğe, yetkinliğe, Mesih doluluğundaki olgunluk düzeyine erişeceğiz.
14 ଯେପରି ଆମ୍ଭେମାନେ ଆଉ ଶିଶୁ ପରି ନ ହୋଇ ମନୁଷ୍ୟମାନଙ୍କ ପ୍ରତାରଣା ଓ ଭ୍ରାନ୍ତି ଯୁକ୍ତ କଳ୍ପନା ଅନୁସାରେ ଧୃର୍ତ୍ତତା ଦ୍ୱାରା ବିଭିନ୍ନ ଶିକ୍ଷା ରୂପ ବାୟୁରେ ଇତଃସ୍ତତଃ ଚାଳିତ ନ ହେଉ,
Böylece artık insanların kurnazlığıyla, aldatıcı düzenler kurmaktaki becerileriyle, her öğretinin rüzgarıyla çalkalanıp öteye beriye sürüklenen çocuklar olmayacağız.
15 କିନ୍ତୁ ସତ୍ୟ ଅବଲମ୍ବନ କରି ମସ୍ତକ ସ୍ୱରୂପ ଯେ ଖ୍ରୀଷ୍ଟ, ତାହାଙ୍କ ଉଦ୍ଦେଶ୍ୟରେ ସର୍ବ ବିଷୟରେ ପ୍ରେମରେ ବୃଦ୍ଧି ପାଉ;
Tersine, sevgiyle gerçeğe uyarak bedenin başı olan Mesih'e doğru her yönden büyüyeceğiz.
16 ତାହାଙ୍କଠାରୁ ସମସ୍ତ ଶରୀର ପ୍ରତ୍ୟେକ ସନ୍ଧିର ସାହାଯ୍ୟ ଦ୍ୱାରା ପୁଣି, ପ୍ରତ୍ୟେକ ଅଂଶର କାର୍ଯ୍ୟସାଧକ ଶକ୍ତି ଅନୁସାରେ ସୁଖଚିତ ଓ ସୁସଂଯୁକ୍ତ ହୋଇ ପ୍ରେମରେ ଆପଣାର ନିଷ୍ଠା ନିମନ୍ତେ ନିଜର ବୃଦ୍ଧି ସାଧନ କରୁଅଛି।
O'nun önderliğinde bütün beden, her eklemin yardımıyla kenetlenip kaynaşmış olarak her üyesinin düzenli işleyişiyle büyüyüp sevgide gelişiyor.
17 ଅତଏବ ମୁଁ ପ୍ରଭୁଙ୍କ ନାମରେ ବିଶେଷ ଅନୁରୋଧ କରି କହୁଅଛି, ଅବିଶ୍ୱାସୀମାନେ ଯେପରି ଆପଣା ଆପଣା ମନର ଅସାରତାରେ ଆଚରଣ କରନ୍ତି, ତୁମ୍ଭେମାନେ ସେହିପରି ଆଚରଣ କର ନାହିଁ;
Bunun için şunu söylüyor ve Rab adına sizi uyarıyorum: Artık öteki uluslar gibi boş düşüncelerle yaşamayın.
18 ସେମାନେ ଆପଣାମାନଙ୍କଠାରେ ଥିବା ମୂର୍ଖତା ହେତୁ ଓ ନିଜ ନିଜ ହୃଦୟର ଜଡତା ହେତୁ ଆପଣା ଆପଣା ବୁଦ୍ଧିରେ ଅନ୍ଧକାରାଚ୍ଛନ୍ନ ପୁଣି, ଈଶ୍ବରଙ୍କ ଜୀବନରୁ ବିଚ୍ଛିନ୍ନ ହୋଇଅଛନ୍ତି;
Onların zihinleri karardı. Bilgisizlikleri ve yüreklerinin duygusuzluğu yüzünden Tanrı'nın yaşamına yabancılaştılar.
19 ସେମାନେ ଜଡବତ୍ ହୋଇ ଧନଲୋଭରେ ଆସକ୍ତ ହେବା ସଙ୍ଗେ ସଙ୍ଗେ ସର୍ବପ୍ରକାର ଅଶୁଚି କର୍ମ କରିବା ନିମନ୍ତେ ଆପଣା ଆପଣାକୁ କାମୁକତାରେ ସମର୍ପଣ କରିଅଛନ୍ତି।
Bütün duyarlılıklarını yitirip açgözlülükle her türlü pisliği yapmak üzere kendilerini sefahate verdiler.
20 କିନ୍ତୁ ତୁମ୍ଭେମାନେ ଖ୍ରୀଷ୍ଟଙ୍କୁ ସେପ୍ରକାରେ ଶିକ୍ଷା କରି ନାହଁ;
Ama siz Mesih'i böyle öğrenmediniz.
21 ତୁମ୍ଭେମାନେ ତ ତାହାଙ୍କ ବିଷୟ ଶୁଣିଅଛ, ପୁଣି, ଯୀଶୁଙ୍କ ସମ୍ବନ୍ଧୀୟ ସତ୍ୟ ଅନୁସାରେ ତାହାଙ୍କ ସହଭାଗିତାରେ ଥାଇ ଶିକ୍ଷିତ ହୋଇଅଛ,
Kuşkusuz İsa'nın sesini duydunuz, O'ndaki gerçeğe uygun olarak O'nun yolunda eğitildiniz.
22 ଅର୍ଥାତ୍‍ ତୁମ୍ଭେମାନେ ତୁମ୍ଭମାନଙ୍କ ପୁରାତନ ଆଚରଣ ସମ୍ବନ୍ଧରେ, ଯେଉଁ ପୁରାତନ ସ୍ୱଭାବ ପ୍ରବଞ୍ଚନାର ବିଳାସିତା ଅନୁସାରେ ଅଧିକରୁ ଅଧିକ ଭ୍ରଷ୍ଟ ହେଉଅଛି, ତାହାକୁ ପରିତ୍ୟାଗ କରିବାକୁ,
Önceki yaşayışınıza ait olup aldatıcı tutkularla yozlaşan eski yaradılışı üzerinizden sıyırıp atmayı, düşüncede ve ruhta yenilenmeyi,
23 ପୁଣି, ତୁମ୍ଭମାନଙ୍କ ମନରେ ନୂତନୀକୃତ ହୋଇ,
24 ଯେଉଁ ନୂତନ ସ୍ୱଭାବ ଈଶ୍ବରଙ୍କ ପ୍ରତିମୂର୍ତ୍ତିରେ ଧାର୍ମିକତା ଓ ସତ୍ୟର ପବିତ୍ରତାରେ ସୃଷ୍ଟ ହୋଇଅଛି, ତାହା ପରିଧାନ କରିବାକୁ ଶିକ୍ଷିତ ହୋଇଅଛ।
gerçek doğruluk ve kutsallıkta Tanrı'ya benzer yaratılan yeni yaradılışı giyinmeyi öğrendiniz.
25 ଅତଏବ ମିଥ୍ୟା ପରିତ୍ୟାଗ କରି ତୁମ୍ଭେମାନେ ପ୍ରତ୍ୟେକ ଜଣ ଆପଣା ପ୍ରତିବାସୀ ସହିତ ସତ୍ୟ ଆଳାପ କର, କାରଣ ଆମ୍ଭେମାନେ ପରସ୍ପରର ଅଙ୍ଗପ୍ରତ୍ୟଙ୍ଗ।
Bunun için yalanı üzerinizden sıyırıp atarak her biriniz komşusuna gerçeği söylesin. Çünkü hepimiz aynı bedenin üyeleriyiz.
26 କ୍ରୋଧ କର କିନ୍ତୁ ପାପ କର ନାହିଁ; ସୂର୍ଯ୍ୟ ଅସ୍ତ ନ ହେଉଣୁ କ୍ରୋଧ ପରିତ୍ୟାଗ କର, ପୁଣି, ଶୟତାନକୁ ସ୍ଥାନ ଦିଅ ନାହିଁ।
Öfkelenin, ama günah işlemeyin. Öfkenizin üzerine güneş batmasın.
27 ଚୋର ଆଉ ଚୋରି ନ କରୁ,
İblis'e de fırsat vermeyin.
28 ବରଂ ଅଭାବଗ୍ରସ୍ତ ଲୋକକୁ ଦାନ କରିବା ନିମନ୍ତେ ଯେପରି ତାହା ପାଖରେ କିଛି ଥାଇ ପାରେ, ଏଥିନିମନ୍ତେ ନିଜ ହାତରେ ଉତ୍ତମ କାର୍ଯ୍ୟ କରି ପରିଶ୍ରମ କରୁ।
Hırsızlık eden artık hırsızlık etmesin. Tersine, kendi elleriyle iyi olanı yaparak emek versin; böylece ihtiyacı olanla paylaşacak bir şeyi olsun.
29 ତୁମ୍ଭମାନଙ୍କ ମୁଖରୁ କୌଣସି କୁବାକ୍ୟ ନିର୍ଗତ ନ ହେଉ, ବରଂ ଆବଶ୍ୟକ ଅନୁସାରେ ନିଷ୍ଠାଜନକ ବାକ୍ୟ ନିର୍ଗତ ହେଉ, ଯେପରି ତାହା ଶ୍ରୋତାମାନଙ୍କ ଅନୁଗ୍ରହ ପକ୍ଷରେ ହିତଜନକ ହୁଏ।
Ağzınızdan hiç kötü söz çıkmasın. İşitenler yararlansın diye, ihtiyaca göre, başkalarının gelişmesine yarayacak olanı söyleyin.
30 ଆଉ ଈଶ୍ବରଙ୍କ ଯେଉଁ ପବିତ୍ର ଆତ୍ମାଙ୍କ ଦ୍ୱାରା ତୁମ୍ଭେମାନେ ମୁକ୍ତି ଦିବସ ନିମନ୍ତେ ମୁଦ୍ରାଙ୍କିତ ହୋଇଅଛ, ତାହାଙ୍କୁ ଦୁଃଖ ଦିଅ ନାହିଁ।
Tanrı'nın Kutsal Ruhu'nu kederlendirmeyin. Kurtuluş günü için o Ruh'la mühürlendiniz.
31 ସମସ୍ତ ପ୍ରକାର କଟୁ ଭାବ, ରାଗ, କ୍ରୋଧ, କଳହ ଓ ନିନ୍ଦା, ପୁଣି, ସମସ୍ତ ପ୍ରକାର ହିଂସା ତୁମ୍ଭମାନଙ୍କଠାରୁ ଦୂର ହେଉ;
Her kötü niyetle birlikte her türlü kin, öfke, kızgınlık, bağrışma ve iftira sizden uzak olsun.
32 ଆଉ ପରସ୍ପର ପ୍ରତି ସଦୟ ହୁଅ, କୋମଳ ହୃଦୟ ପୁଣି, ଈଶ୍ବର ଖ୍ରୀଷ୍ଟଙ୍କଠାରେ ତୁମ୍ଭମାନଙ୍କୁ ଯେପରି କ୍ଷମା କଲେ, ସେହିପରି ପରସ୍ପରକୁ କ୍ଷମା କର।
Birbirinize karşı iyi yürekli, şefkatli olun. Tanrı sizi Mesih'te bağışladığı gibi, siz de birbirinizi bağışlayın.

< ଏଫିସୀୟ 4 >