< ଏଫିସୀୟ 5 >

1 ଅତଏବ ପ୍ରିୟ ସନ୍ତାନମାନଙ୍କ ପରି ଈଶ୍ବରଙ୍କ ଅନୁକାରୀ ହୁଅ;
Choncho, monga ana okondedwa, tsatirani chitsanzo cha Mulungu.
2 ଖ୍ରୀଷ୍ଟ ଯେପରି ତୁମ୍ଭମାନଙ୍କୁ ପ୍ରେମ କଲେ, ପୁଣି, ଆମ୍ଭମାନଙ୍କ ନିମନ୍ତେ ଈଶ୍ବରଙ୍କ ଉଦ୍ଦେଶ୍ୟରେ ସୁଗନ୍ଧି ନୈବେଦ୍ୟ ଓ ବଳି ସ୍ୱରୂପେ ଆପଣାକୁ ଉତ୍ସର୍ଗ କଲେ, ସେହିପରି ପ୍ରେମରେ ଆଚରଣ କର।
Muzikondana monga Khristu anakonda ife nadzipereka yekha chifukwa cha ife monga chopereka cha fungo lokoma ndi nsembe kwa Mulungu.
3 କିନ୍ତୁ ବ୍ୟଭିଚାର, ସମସ୍ତ ପ୍ରକାର ଅଶୁଚିତା କିମ୍ବା ଲୋଭ, ଏହିସବୁ ତୁମ୍ଭମାନଙ୍କ ମଧ୍ୟରେ ସ୍ଥାନ ନ ପାଉ; ତାହା ସାଧୁମାନଙ୍କ ପକ୍ଷରେ ଅନୁଚିତ;
Koma pakati panu pasamveke nʼpangʼono pomwe zadama, kapena za mtundu wina uliwonse wa chodetsa, kapena za umbombo, chifukwa izi ndi zosayenera kwa anthu oyera a Mulungu.
4 ପୁଣି, ଯାହା ଯାହା ଅନୁପଯୁକ୍ତ, ଏପରି କୁତ୍ସିତ ବ୍ୟବହାର ବା ଅସାର କଥା ବା ହାସ୍ୟପରିହାସ ତୁମ୍ଭମାନଙ୍କ ମଧ୍ୟରେ ଦେଖା ନ ଯାଉ, ବରଂ ସମସ୍ତ ବିଷୟ ନିମନ୍ତେ ଧନ୍ୟବାଦ ଦିଅ।
Musamatukwane, kuyankhula zopusa kapena kunena nthabwala zopanda pake, zomwe ndi zosayenera, koma mʼmalo mwake muziyamika.
5 କାରଣ ତୁମ୍ଭେମାନେ ନିଶ୍ଚିତରୂପେ ଜାଣ ଯେ, କୌଣସି ବ୍ୟଭିଚାରୀ ବା ଅଶୁଦ୍ଧାଚାରୀ ବ୍ୟକ୍ତି ବା ଲୋଭୀ ସେ ତ ପ୍ରତିମାପୂଜକ, ଏମାନଙ୍କର, ଖ୍ରୀଷ୍ଟ ଓ ଈଶ୍ବରଙ୍କର ରାଜ୍ୟରେ ଅଧିକାର ନାହିଁ।
Dziwani ichi, palibe wadama, wochita zonyansa kapena waumbombo, munthu wotero ali ngati wopembedza mafano, amenewa alibe malo mu ufumu wa Khristu ndi Mulungu.
6 କେହି ତୁମ୍ଭମାନଙ୍କୁ ଅସାର କଥାରେ ନ ଭୁଲାଉ, କାରଣ ଏହି ସମସ୍ତ କୁକର୍ମ ହେତୁ ଅନାଜ୍ଞାବହ ସନ୍ତାନମାନଙ୍କ ଉପରେ ଈଶ୍ବରଙ୍କ କ୍ରୋଧ ବର୍ତ୍ତେ।
Musalole wina akunamizeni ndi mawu opanda pake, pakuti chifukwa cha zinthu ngati izi mkwiyo wa Mulungu ukubwera pa amene samvera.
7 ଅତଏବ ତୁମ୍ଭେମାନେ ସେମାନଙ୍କର ସହଭାଗୀ ହୁଅ ନାହିଁ;
Nʼchifukwa chake musamayanjane nawo anthu otere.
8 କାରଣ ତୁମ୍ଭେମାନେ ପୂର୍ବେ ଅନ୍ଧକାର ସ୍ୱରୂପ ଥିଲ, କିନ୍ତୁ ଏବେ ପ୍ରଭୁଙ୍କ ସହଭାଗିତାରେ ଆଲୋକ ସ୍ୱରୂପ ହୋଇଅଛ; ଆଲୋକର ସନ୍ତାନମାନଙ୍କ ପରି ଆଚରଣ କର,
Pajatu inu nthawi ina munali mdima, koma tsopano ndinu kuwunika mwa Ambuye. Mukhale ngati ana akuwunika
9 (କାରଣ ସମସ୍ତ ପ୍ରକାର ଉତ୍ତମତା, ଧାର୍ମିକତା ଓ ସତ୍ୟ ଆଲୋକର ଫଳ ସ୍ୱରୂପ),
(pakuti pamene pali kuwunika pamapezekaponso zabwino zonse, chilungamo ndi choonadi).
10 ପ୍ରଭୁଙ୍କର କଣ ସନ୍ତୋଷଜନକ, ତାହା ଅନୁସନ୍ଧାନ କର;
Inu mufufuze chimene chimakondweretsa Ambuye.
11 ଅନ୍ଧକାରର ନିଷ୍ଫଳ କର୍ମସବୁର ସହଭାଗୀ ହୁଅ ନାହିଁ, ବରଂ ସେସବୁର ଦୋଷ ହିଁ ଦେଖାଇଦିଅ;
Musayanjane nazo ntchito zosapindulitsa za mdima, koma mʼmalo mwake muzitsutse.
12 କାରଣ ସେମାନେ ଯାହାସବୁ ଗୁପ୍ତରେ କରନ୍ତି, ସେହିସବୁ କଥା କହିବା ସୁଦ୍ଧା ଲଜ୍ଜାଜନକ,
Pakuti ndi zochititsa manyazi ngakhale kutchula zomwe zimachitika mseri.
13 କିନ୍ତୁ ସମସ୍ତ ବିଷୟର ଦୋଷ ଆଲୋକ ଦ୍ୱାରା ଦେଖାଇ ଦିଆଯାଏ, ଯେଉଁ ସବୁ ପ୍ରକାଶିତ ହୁଏ, ତାହା ଆଲୋକ।
Koma kuwala kumawunikira zinthu, ndipo chilichonse chimaonekera poyera. Choncho chilichonse choonekera poyera chimasandukanso kuwala.
14 ଏଣୁ ପବିତ୍ର ଶାସ୍ତ୍ରରେ ଉକ୍ତ ଅଛି, “ହେ ନିଦ୍ରିତ ଜାଗ, ମୃତମାନଙ୍କ ମଧ୍ୟରୁ ଉଠ, ପୁଣି, ଖ୍ରୀଷ୍ଟ ତୁମ୍ଭକୁ ଆଲୋକ ପ୍ରଦାନ କରିବେ।”
Nʼchifukwa chake Malemba akuti, “Dzuka, wamtulo iwe, uka kwa akufa, ndipo Khristu adzakuwalira.”
15 ଅତଏବ ଅଜ୍ଞାନ ପରି ନ ହୋଇ ଜ୍ଞାନୀ ପରି ନିଜ ନିଜ ଆଚରଣ ସମ୍ବନ୍ଧରେ ବିଶେଷ ସାବଧାନ ହୁଅ,
Samalani makhalidwe anu, musakhale ngati opanda nzeru koma ngati anzeru.
16 ପୁଣି, ସୁଯୋଗର ସତ୍ ବ୍ୟବହାର କର, କାରଣ କାଳ ମନ୍ଦ ଅଟେ।
Gwiritsani ntchito mpata uliwonse, chifukwa masiku ano ndi oyipa.
17 ଏଣୁ ନିର୍ବୋଧ ନ ହୋଇ ପ୍ରଭୁଙ୍କର କଣ ଇଚ୍ଛା ତାହା ବୁଝ।
Choncho musakhale opusa, koma mudziwe zimene Ambuye akufuna kuti muchite.
18 ଆଉ ଦ୍ରାକ୍ଷାରସରେ ମତ୍ତ ନ ହୁଅ, ସେଥିରୁ ତ ଅତ୍ୟାଚାର ଜନ୍ମେ, ମାତ୍ର ଆତ୍ମାରେ ପୂର୍ଣ୍ଣ ହୋଇ ଗୀତ, ସ୍ତୋତ୍ର ଓ ଆଧ୍ୟାତ୍ମିକ ସଂକୀର୍ତ୍ତନ ଦ୍ୱାରା ପରସ୍ପରକୁ ଉତ୍ସାହ ଦିଅ,
Musaledzere ndi vinyo, chifukwa adzawononga moyo wanu. Mʼmalo mwake, mudzazidwe ndi Mzimu Woyera.
19 ପୁଣି, ତୁମ୍ଭମାନଙ୍କ ହୃଦୟରେ ଈଶ୍ବରଙ୍କ ଉଦ୍ଦେଶ୍ୟରେ ଭଜନ ଓ ଗୀତ ଗାନ କର;
Muziyankhulana wina ndi mnzake mawu a Masalimo, nyimbo za Mulungu ndi nyimbo za uzimu. Muziyimbira Ambuye movomerezana ndi mitima yanu.
20 ସର୍ବଦା ସର୍ବ ବିଷୟ ନିମନ୍ତେ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ପିତା ଈଶ୍ବରଙ୍କୁ ଧନ୍ୟବାଦ ଦିଅ,
Muziyamika Mulungu Atate nthawi zonse chifukwa cha zonse, mʼdzina la Ambuye athu Yesu Khristu.
21 ଆଉ ଖ୍ରୀଷ୍ଟଙ୍କୁ ଭୟ କରି ପରସ୍ପରର ବଶୀଭୂତ ହୁଅ।
Gonjeranani wina ndi mnzake, kuonetsa kuopa Khristu.
22 ହେ ସ୍ତ୍ରୀମାନେ ତୁମ୍ଭେମାନେ ଯେପରି ପ୍ରଭୁଙ୍କର ବଶୀଭୂତା ହୁଅ, ସେହିପରି ଆପଣା ଆପଣା ସ୍ୱାମୀର ବଶୀଭୂତ ହୁଅ,
Inu akazi, muzigonjera amuna anu, monga mumagonjera kwa Ambuye.
23 କାରଣ ଖ୍ରୀଷ୍ଟ ଯେପରି ମଣ୍ଡଳୀର ମସ୍ତକ ସ୍ୱରୂପ, ସ୍ୱାମୀ ମଧ୍ୟ ସେହିପରି ସ୍ତ୍ରୀର ମସ୍ତକ ସ୍ୱରୂପ, ପୁଣି, ଖ୍ରୀଷ୍ଟ ଆପଣା ଶରୀରରୂପ ମଣ୍ଡଳୀର ତ୍ରାଣକର୍ତ୍ତା।
Pakuti mwamuna ndi mutu wa mkazi monga momwe Khristu ali mutu wa mpingo, thupi lake, limene Iyeyo ndi Mpulumutsi wake.
24 ହଁ, ମଣ୍ଡଳୀ ଯେପରି ଖ୍ରୀଷ୍ଟଙ୍କର ବଶୀଭୂତ, ସେହିପରି ସ୍ତ୍ରୀମାନେ ମଧ୍ୟ ସବୁ ବିଷୟରେ ଆପଣା ଆପଣା ସ୍ୱାମୀର ବଶୀଭୂତା ହେଉନ୍ତୁ।
Tsono monga mpingo umagonjera Khristu, momwemonso akazi akuyenera kugonjera amuna awo mu zonse.
25 ହେ ସ୍ୱାମୀମାନେ, ଖ୍ରୀଷ୍ଟ ଯେପରି ମଣ୍ଡଳୀକୁ ପ୍ରେମ କଲେ, ତୁମ୍ଭେମାନେ ମଧ୍ୟ ସେହିପରି ଆପଣା ଆପଣା ସ୍ତ୍ରୀମାନଙ୍କୁ ପ୍ରେମ କର; ଖ୍ରୀଷ୍ଟ ତ ମଣ୍ଡଳୀ ନିମନ୍ତେ ଆପଣାକୁ ଉତ୍ସର୍ଗ କଲେ,
Inu amuna, kondani akazi anu monga momwe Khristu anakondera mpingo nadzipereka yekha mʼmalo mwa mpingowo
26 ଯେପରି ବାକ୍ୟ ଓ ଜଳ ପ୍ରକ୍ଷାଳନ ଦ୍ୱାରା ସେ ମଣ୍ଡଳୀକୁ ପରିଷ୍କାର କରି ପବିତ୍ର କରନ୍ତି,
kuti awupatule ukhale oyera, atawuyeretsa powusambitsa ndi madzi omwe ndi mawu ake.
27 ଯେପରି ମଣ୍ଡଳୀ ନିଷ୍କଳଙ୍କ, ନିଖୁନ୍ତ ଓ ସମସ୍ତ ପ୍ରକାର ଦୋଷରହିତ ହୋଇ ପବିତ୍ର ଓ ଅନିନ୍ଦନୀୟ ହୁଏ, ଆଉ ଏହିପରି ଗୌରବମୟ ଅବସ୍ଥାରେ ସେ ତାହାକୁ ଆପଣା ନିକଟରେ ଉପସ୍ଥିତ କରନ୍ତି।
Anachita zimenezi kuti awupereke mpingowo kwa Iye mwini, mpingo wowala ndi waulemerero, wopanda banga kapena makwinya kapena chilema chilichonse, koma oyera ndi wangwiro.
28 ସେହିପରି ସ୍ୱାମୀମାନଙ୍କର ମଧ୍ୟ ଆପଣା ଆପଣା ସ୍ତ୍ରୀମାନଙ୍କୁ ନିଜ ନିଜ ଶରୀର ସଦୃଶ ପ୍ରେମ କରିବା ଉଚିତ୍। ଯେ ନିଜ ସ୍ତ୍ରୀକୁ ପ୍ରେମ କରେ, ସେ ଆପଣାକୁ ପ୍ରେମ କରେ;
Momwemonso, amuna akuyenera kukonda akazi awo monga matupi awo. Iye amene akonda mkazi wake adzikondanso yekha.
29 କେହି ତ ଆପଣା ଶରୀରକୁ କେବେ ଘୃଣା କରେ ନାହିଁ, ମାତ୍ର ତାହାର ଭରଣପୋଷଣ ଓ ଲାଳନପାଳନ କରେ; ଖ୍ରୀଷ୍ଟ ମଧ୍ୟ ମଣ୍ଡଳୀ ପ୍ରତି ସେହିପରି କରନ୍ତି,
Pakuti palibe amene amadana nalo thupi lake, koma amalidyetsa ndi kulisamalira bwino, monga momwe Khristu amachitira ndi mpingo wake
30 ଯେଣୁ ଆମ୍ଭେମାନେ ତାହାଙ୍କ ଶରୀରର ଅଙ୍ଗପ୍ରତ୍ୟଙ୍ଗ।
pakuti ndife ziwalo za thupi lake.
31 ଏହି କାରଣରୁ ପୁରୁଷ ପିତାମାତାଙ୍କୁ ପରିତ୍ୟାଗ କରି ନିଜ ସ୍ତ୍ରୀଠାରେ ଆସକ୍ତ ହେବ, ଆଉ ସେ ଦୁହେଁ ଏକାଙ୍ଗ ହେବେ।
“Pa chifukwa ichi, mwamuna adzasiya abambo ndi amayi ake nakaphatikana ndi mkazi wake, ndipo awiriwo adzakhala thupi limodzi.”
32 ଏହା ଗୋଟିଏ ଅତି ନିଗୂଢ଼ତତ୍ତ୍ୱ, କିନ୍ତୁ ମୁଁ ଖ୍ରୀଷ୍ଟ ଓ ମଣ୍ଡଳୀ ସମ୍ବନ୍ଧରେ ଏହା କହୁଅଛି।
Ichi ndi chinsinsi chozama, koma ine ndikunena za Khristu ndi mpingo.
33 ଯାହା ହେଉ, ତୁମ୍ଭେମାନେ ପ୍ରତ୍ୟେକେ ମଧ୍ୟ ଆପଣା ଆପଣା ସ୍ତ୍ରୀକୁ ଆତ୍ମତୁଲ୍ୟ ପ୍ରେମ କର, ଆଉ ସ୍ତ୍ରୀ ମଧ୍ୟ ଆପଣା ସ୍ୱାମୀକୁ ଆଦର କରୁ।
Chomwecho, aliyense mwa inu akuyenera kukonda mkazi wake monga adzikondera iye mwini, ndipo mkazi akuyenera kulemekeza mwamuna wake.

< ଏଫିସୀୟ 5 >