< ଏଫିସୀୟ 5 >
1 ଅତଏବ ପ୍ରିୟ ସନ୍ତାନମାନଙ୍କ ପରି ଈଶ୍ବରଙ୍କ ଅନୁକାରୀ ହୁଅ;
Estu do imitantoj de Dio, kiel infanoj amataj;
2 ଖ୍ରୀଷ୍ଟ ଯେପରି ତୁମ୍ଭମାନଙ୍କୁ ପ୍ରେମ କଲେ, ପୁଣି, ଆମ୍ଭମାନଙ୍କ ନିମନ୍ତେ ଈଶ୍ବରଙ୍କ ଉଦ୍ଦେଶ୍ୟରେ ସୁଗନ୍ଧି ନୈବେଦ୍ୟ ଓ ବଳି ସ୍ୱରୂପେ ଆପଣାକୁ ଉତ୍ସର୍ଗ କଲେ, ସେହିପରି ପ୍ରେମରେ ଆଚରଣ କର।
kaj iradu en amo, kiel Kristo nin amis kaj sin donis pro ni, donaĵon kaj oferaĵon al Dio por agrabla odoraĵo.
3 କିନ୍ତୁ ବ୍ୟଭିଚାର, ସମସ୍ତ ପ୍ରକାର ଅଶୁଚିତା କିମ୍ବା ଲୋଭ, ଏହିସବୁ ତୁମ୍ଭମାନଙ୍କ ମଧ୍ୟରେ ସ୍ଥାନ ନ ପାଉ; ତାହା ସାଧୁମାନଙ୍କ ପକ୍ଷରେ ଅନୁଚିତ;
Sed malĉasteco kaj ĉia malpureco kaj avideco ne eĉ estu nomataj inter vi, kiel decas por sanktuloj;
4 ପୁଣି, ଯାହା ଯାହା ଅନୁପଯୁକ୍ତ, ଏପରି କୁତ୍ସିତ ବ୍ୟବହାର ବା ଅସାର କଥା ବା ହାସ୍ୟପରିହାସ ତୁମ୍ଭମାନଙ୍କ ମଧ୍ୟରେ ଦେଖା ନ ଯାଉ, ବରଂ ସମସ୍ତ ବିଷୟ ନିମନ୍ତେ ଧନ୍ୟବାଦ ଦିଅ।
nek ia hontindaĵo, nek sensenca parolado, nek tro libera babilado, kiuj ne konvenas; sed prefere dankesprimo.
5 କାରଣ ତୁମ୍ଭେମାନେ ନିଶ୍ଚିତରୂପେ ଜାଣ ଯେ, କୌଣସି ବ୍ୟଭିଚାରୀ ବା ଅଶୁଦ୍ଧାଚାରୀ ବ୍ୟକ୍ତି ବା ଲୋଭୀ ସେ ତ ପ୍ରତିମାପୂଜକ, ଏମାନଙ୍କର, ଖ୍ରୀଷ୍ଟ ଓ ଈଶ୍ବରଙ୍କର ରାଜ୍ୟରେ ଅଧିକାର ନାହିଁ।
Ĉar vi ja scias, ke ĉiu malĉastulo kaj malpurulo kaj avidulo, kiu estas idolano, havas nenian heredon en la regno de Kristo kaj Dio.
6 କେହି ତୁମ୍ଭମାନଙ୍କୁ ଅସାର କଥାରେ ନ ଭୁଲାଉ, କାରଣ ଏହି ସମସ୍ତ କୁକର୍ମ ହେତୁ ଅନାଜ୍ଞାବହ ସନ୍ତାନମାନଙ୍କ ଉପରେ ଈଶ୍ବରଙ୍କ କ୍ରୋଧ ବର୍ତ୍ତେ।
Neniu vin trompu per vantaj vortoj; ĉar pro tiuj aferoj venas sur la infanojn de malobeo la kolero de Dio.
7 ଅତଏବ ତୁମ୍ଭେମାନେ ସେମାନଙ୍କର ସହଭାଗୀ ହୁଅ ନାହିଁ;
Ne estu do partoprenantoj kun ili;
8 କାରଣ ତୁମ୍ଭେମାନେ ପୂର୍ବେ ଅନ୍ଧକାର ସ୍ୱରୂପ ଥିଲ, କିନ୍ତୁ ଏବେ ପ୍ରଭୁଙ୍କ ସହଭାଗିତାରେ ଆଲୋକ ସ୍ୱରୂପ ହୋଇଅଛ; ଆଲୋକର ସନ୍ତାନମାନଙ୍କ ପରି ଆଚରଣ କର,
ĉar iam vi estis mallumo, sed jam vi estas lumo en la Sinjoro; iru kiel infanoj de lumo
9 (କାରଣ ସମସ୍ତ ପ୍ରକାର ଉତ୍ତମତା, ଧାର୍ମିକତା ଓ ସତ୍ୟ ଆଲୋକର ଫଳ ସ୍ୱରୂପ),
(ĉar la frukto de la lumo estas en ĉia boneco kaj justeco kaj vero),
10 ପ୍ରଭୁଙ୍କର କଣ ସନ୍ତୋଷଜନକ, ତାହା ଅନୁସନ୍ଧାନ କର;
provante, kio bone plaĉas al la Sinjoro;
11 ଅନ୍ଧକାରର ନିଷ୍ଫଳ କର୍ମସବୁର ସହଭାଗୀ ହୁଅ ନାହିଁ, ବରଂ ସେସବୁର ଦୋଷ ହିଁ ଦେଖାଇଦିଅ;
kaj ne partoprenu kun la senfruktaj faroj de mallumo, sed prefere refutu ilin;
12 କାରଣ ସେମାନେ ଯାହାସବୁ ଗୁପ୍ତରେ କରନ୍ତି, ସେହିସବୁ କଥା କହିବା ସୁଦ୍ଧା ଲଜ୍ଜାଜନକ,
ĉar estas hontinde eĉ paroli pri tio, kion ili faras sekrete.
13 କିନ୍ତୁ ସମସ୍ତ ବିଷୟର ଦୋଷ ଆଲୋକ ଦ୍ୱାରା ଦେଖାଇ ଦିଆଯାଏ, ଯେଉଁ ସବୁ ପ୍ରକାଶିତ ହୁଏ, ତାହା ଆଲୋକ।
Sed ĉio, kio estas refutata, estas elmontrata per la lumo, ĉar ĉio elmontrata estas lumo.
14 ଏଣୁ ପବିତ୍ର ଶାସ୍ତ୍ରରେ ଉକ୍ତ ଅଛି, “ହେ ନିଦ୍ରିତ ଜାଗ, ମୃତମାନଙ୍କ ମଧ୍ୟରୁ ଉଠ, ପୁଣି, ଖ୍ରୀଷ୍ଟ ତୁମ୍ଭକୁ ଆଲୋକ ପ୍ରଦାନ କରିବେ।”
Tial estas dirite: Vekiĝu, dormanto, kaj releviĝu el la mortintoj, kaj Kristo al vi lumos.
15 ଅତଏବ ଅଜ୍ଞାନ ପରି ନ ହୋଇ ଜ୍ଞାନୀ ପରି ନିଜ ନିଜ ଆଚରଣ ସମ୍ବନ୍ଧରେ ବିଶେଷ ସାବଧାନ ହୁଅ,
Zorgu do, ke vi atente iradu, ne kiel malsaĝaj, sed kiel saĝaj;
16 ପୁଣି, ସୁଯୋଗର ସତ୍ ବ୍ୟବହାର କର, କାରଣ କାଳ ମନ୍ଦ ଅଟେ।
elaĉetante la tempon, ĉar malbonaj estas la tagoj.
17 ଏଣୁ ନିର୍ବୋଧ ନ ହୋଇ ପ୍ରଭୁଙ୍କର କଣ ଇଚ୍ଛା ତାହା ବୁଝ।
Ne estu do senprudentaj, sed komprenu, kio estas la volo de la Sinjoro.
18 ଆଉ ଦ୍ରାକ୍ଷାରସରେ ମତ୍ତ ନ ହୁଅ, ସେଥିରୁ ତ ଅତ୍ୟାଚାର ଜନ୍ମେ, ମାତ୍ର ଆତ୍ମାରେ ପୂର୍ଣ୍ଣ ହୋଇ ଗୀତ, ସ୍ତୋତ୍ର ଓ ଆଧ୍ୟାତ୍ମିକ ସଂକୀର୍ତ୍ତନ ଦ୍ୱାରା ପରସ୍ପରକୁ ଉତ୍ସାହ ଦିଅ,
Kaj ne ebriiĝu per vino, en kio estas diboĉo, sed pleniĝu per la Spirito;
19 ପୁଣି, ତୁମ୍ଭମାନଙ୍କ ହୃଦୟରେ ଈଶ୍ବରଙ୍କ ଉଦ୍ଦେଶ୍ୟରେ ଭଜନ ଓ ଗୀତ ଗାନ କର;
parolante unu al alia per psalmoj kaj himnoj kaj kantoj spiritaj, kantante kaj psalmante en viaj koroj al la Sinjoro,
20 ସର୍ବଦା ସର୍ବ ବିଷୟ ନିମନ୍ତେ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ପିତା ଈଶ୍ବରଙ୍କୁ ଧନ୍ୟବାଦ ଦିଅ,
dankante Dion, la Patron, ĉiam pro ĉio en la nomo de nia Sinjoro Jesuo Kristo;
21 ଆଉ ଖ୍ରୀଷ୍ଟଙ୍କୁ ଭୟ କରି ପରସ୍ପରର ବଶୀଭୂତ ହୁଅ।
submetiĝante unu al alia en la timo al Kristo.
22 ହେ ସ୍ତ୍ରୀମାନେ ତୁମ୍ଭେମାନେ ଯେପରି ପ୍ରଭୁଙ୍କର ବଶୀଭୂତା ହୁଅ, ସେହିପରି ଆପଣା ଆପଣା ସ୍ୱାମୀର ବଶୀଭୂତ ହୁଅ,
Edzinoj, submetiĝu al viaj edzoj tiel same, kiel al la Sinjoro.
23 କାରଣ ଖ୍ରୀଷ୍ଟ ଯେପରି ମଣ୍ଡଳୀର ମସ୍ତକ ସ୍ୱରୂପ, ସ୍ୱାମୀ ମଧ୍ୟ ସେହିପରି ସ୍ତ୍ରୀର ମସ୍ତକ ସ୍ୱରୂପ, ପୁଣି, ଖ୍ରୀଷ୍ଟ ଆପଣା ଶରୀରରୂପ ମଣ୍ଡଳୀର ତ୍ରାଣକର୍ତ୍ତା।
Ĉar edzo estas kapo de edzino, kiel ankaŭ Kristo estas kapo de la eklezio; kaj li estas la savanto de la korpo.
24 ହଁ, ମଣ୍ଡଳୀ ଯେପରି ଖ୍ରୀଷ୍ଟଙ୍କର ବଶୀଭୂତ, ସେହିପରି ସ୍ତ୍ରୀମାନେ ମଧ୍ୟ ସବୁ ବିଷୟରେ ଆପଣା ଆପଣା ସ୍ୱାମୀର ବଶୀଭୂତା ହେଉନ୍ତୁ।
Sed kiel la eklezio sin submetas al Kristo, tiel ankaŭ edzinoj al edzoj en ĉio.
25 ହେ ସ୍ୱାମୀମାନେ, ଖ୍ରୀଷ୍ଟ ଯେପରି ମଣ୍ଡଳୀକୁ ପ୍ରେମ କଲେ, ତୁମ୍ଭେମାନେ ମଧ୍ୟ ସେହିପରି ଆପଣା ଆପଣା ସ୍ତ୍ରୀମାନଙ୍କୁ ପ୍ରେମ କର; ଖ୍ରୀଷ୍ଟ ତ ମଣ୍ଡଳୀ ନିମନ୍ତେ ଆପଣାକୁ ଉତ୍ସର୍ଗ କଲେ,
Edzoj, amu viajn edzinojn, kiel Kristo amis la eklezion kaj pro ĝi sin donis,
26 ଯେପରି ବାକ୍ୟ ଓ ଜଳ ପ୍ରକ୍ଷାଳନ ଦ୍ୱାରା ସେ ମଣ୍ଡଳୀକୁ ପରିଷ୍କାର କରି ପବିତ୍ର କରନ୍ତି,
por ke li sanktigu ĝin per akvolavo, kun la vorto,
27 ଯେପରି ମଣ୍ଡଳୀ ନିଷ୍କଳଙ୍କ, ନିଖୁନ୍ତ ଓ ସମସ୍ତ ପ୍ରକାର ଦୋଷରହିତ ହୋଇ ପବିତ୍ର ଓ ଅନିନ୍ଦନୀୟ ହୁଏ, ଆଉ ଏହିପରି ଗୌରବମୟ ଅବସ୍ଥାରେ ସେ ତାହାକୁ ଆପଣା ନିକଟରେ ଉପସ୍ଥିତ କରନ୍ତି।
por ke li starigu ĝin antaŭ si glora eklezio, ne havanta makulon, nek malglataĵon, nek ion tian, sed por ke ĝi estu sankta kaj sendifekta.
28 ସେହିପରି ସ୍ୱାମୀମାନଙ୍କର ମଧ୍ୟ ଆପଣା ଆପଣା ସ୍ତ୍ରୀମାନଙ୍କୁ ନିଜ ନିଜ ଶରୀର ସଦୃଶ ପ୍ରେମ କରିବା ଉଚିତ୍। ଯେ ନିଜ ସ୍ତ୍ରୀକୁ ପ୍ରେମ କରେ, ସେ ଆପଣାକୁ ପ୍ରେମ କରେ;
Tiel same devas edzoj ami siajn edzinojn kiel siajn proprajn korpojn. Kiu amas sian edzinon, tiu amas sin mem;
29 କେହି ତ ଆପଣା ଶରୀରକୁ କେବେ ଘୃଣା କରେ ନାହିଁ, ମାତ୍ର ତାହାର ଭରଣପୋଷଣ ଓ ଲାଳନପାଳନ କରେ; ଖ୍ରୀଷ୍ଟ ମଧ୍ୟ ମଣ୍ଡଳୀ ପ୍ରତି ସେହିପରି କରନ୍ତି,
ĉar oni neniam malamas sian propran karnon, sed nutras kaj prizorgas ĝin, kiel ankaŭ la Sinjoro la eklezion;
30 ଯେଣୁ ଆମ୍ଭେମାନେ ତାହାଙ୍କ ଶରୀରର ଅଙ୍ଗପ୍ରତ୍ୟଙ୍ଗ।
ĉar ni estas membroj de lia korpo.
31 ଏହି କାରଣରୁ ପୁରୁଷ ପିତାମାତାଙ୍କୁ ପରିତ୍ୟାଗ କରି ନିଜ ସ୍ତ୍ରୀଠାରେ ଆସକ୍ତ ହେବ, ଆଉ ସେ ଦୁହେଁ ଏକାଙ୍ଗ ହେବେ।
Tial viro forlasos sian patron kaj sian patrinon, kaj aliĝos al sia edzino, kaj ili du estos unu karno.
32 ଏହା ଗୋଟିଏ ଅତି ନିଗୂଢ଼ତତ୍ତ୍ୱ, କିନ୍ତୁ ମୁଁ ଖ୍ରୀଷ୍ଟ ଓ ମଣ୍ଡଳୀ ସମ୍ବନ୍ଧରେ ଏହା କହୁଅଛି।
Ĉi tiu mistero estas granda, sed mi parolas pri Kristo kaj la eklezio.
33 ଯାହା ହେଉ, ତୁମ୍ଭେମାନେ ପ୍ରତ୍ୟେକେ ମଧ୍ୟ ଆପଣା ଆପଣା ସ୍ତ୍ରୀକୁ ଆତ୍ମତୁଲ୍ୟ ପ୍ରେମ କର, ଆଉ ସ୍ତ୍ରୀ ମଧ୍ୟ ଆପଣା ସ୍ୱାମୀକୁ ଆଦର କରୁ।
Tamen ankaŭ ĉiu el vi individue amu sian edzinon, kiel sin mem; kaj la edzino timu sian edzon.