< ଏଫିସୀୟ 6 >

1 ହେ ସନ୍ତାନମାନେ, ପ୍ରଭୁଙ୍କ ସକାଶେ ଆପଣା ଆପଣା ପିତାମାତାଙ୍କର ଆଜ୍ଞାବହ ହୁଅ;
Filii, obedite parentibus vestris in Domino: hoc enim iustum est.
2 କାରଣ ତାହା ଯଥାର୍ଥ। “ଆପଣା ପିତାମାତାଙ୍କୁ ସମାଦର କର, (ଏହା ପ୍ରତିଜ୍ଞାଯୁକ୍ତ ଗୋଟିଏ ପ୍ରଧାନ ଆଜ୍ଞା),”
Honora patrem tuum, et matrem tuam. Quod est mandatum primum in promissione:
3 ଯେପରି ତୁମ୍ଭର ମଙ୍ଗଳ ହେବ, ଆଉ ତୁମ୍ଭେ ପୃଥିବୀରେ ଦୀର୍ଘାୟୁ ହେବ।
ut bene sit tibi, et sis longævus super terram.
4 ପୁଣି, ହେ ପିତାମାନେ, ଆପଣା ଆପଣା ପିଲାମାନଙ୍କୁ ବିରକ୍ତ କର ନାହିଁ, ମାତ୍ର ସେମାନଙ୍କୁ ପ୍ରଭୁଙ୍କ ଶିକ୍ଷା ଓ ଚେତନା ଦ୍ୱାରା ପ୍ରତିପାଳନ କର।
Et vos patres nolite ad iracundiam provocare filios vestros: sed educate illos in disciplina, et correptione Domini.
5 ହେ ଦାସମାନେ, ତୁମ୍ଭେମାନେ ଯେପରି ଖ୍ରୀଷ୍ଟଙ୍କର ଆଜ୍ଞାବହ ଅଟ, ସେହିପରି ଭୟ ଓ କମ୍ପ ସହ ହୃଦୟର ସରଳତାରେ ତୁମ୍ଭମାନଙ୍କ ଜାଗତିକ କର୍ତ୍ତାମାନଙ୍କର ଆଜ୍ଞାବହ ହୁଅ;
Servi obedite dominis carnalibus cum timore, et tremore, in simplicitate cordis vestri, sicut Christo:
6 ମନୁଷ୍ୟକୁ ସନ୍ତୁଷ୍ଟ କଲା ପରି ଦୃଷ୍ଟି ଆଗରେ ତାହା କର ନାହିଁ, କିନ୍ତୁ ଖ୍ରୀଷ୍ଟଙ୍କ ଦାସ ପରି ଅନ୍ତର ସହ ଈଶ୍ବରଙ୍କ ଇଚ୍ଛା ସାଧନ କର।
non ad oculum servientes, quasi hominibus placentes, sed ut servi Christi, facientes voluntatem Dei ex animo,
7 ସ୍ୱାଧୀନ କି ପରାଧୀନ, ଯେ କେହି ସତ୍କର୍ମ କରେ, ସେ ଯେ ପ୍ରଭୁଙ୍କଠାରୁ ସେଥିର ପୁରସ୍କାର ପାଇବ,
cum bona voluntate servientes, sicut Domino, et non hominibus:
8 ଏହା ଜାଣି ମନୁଷ୍ୟର ସେବା କଲା ପରି ନୁହେଁ, ମାତ୍ର ପ୍ରଭୁଙ୍କ ସେବା କଲା ପରି ସ୍ୱଚ୍ଛନ୍ଦରେ ସେବା କର।
scientes quoniam unusquisque quodcumque fecerit bonum, hoc recipiet a Domino, sive servus, sive liber.
9 ଆଉ ହେ କର୍ତ୍ତାମାନେ, ସେହିପରି ଭାବେ ସେମାନଙ୍କ ପ୍ରତି ବ୍ୟବହାର କର, ତର୍ଜନଗର୍ଜନ କରିବାରୁ ନିବୃତ୍ତ ହୁଅ; ସମସ୍ତଙ୍କର ପ୍ରଭୁ ଯେ ସ୍ୱର୍ଗରେ ଅଛନ୍ତି; ପୁଣି ତାହାଙ୍କ ନିକଟରେ କୌଣସି ମୁଖାପେକ୍ଷା ନାହିଁ, ଏହା ଜାଣ।
Et vos domini eadem facite illis, remittentes minas: scientes quia et illorum, et vester Dominus est in cælis: et personarum acceptio non est apud eum.
10 ଶେଷ କଥା ଏହି, ପ୍ରଭୁଙ୍କଠାରୁ ଶକ୍ତି ପ୍ରାପ୍ତ ହୋଇ ତାହାଙ୍କ ପରାକ୍ରମରେ ବଳବାନ ହୁଅ।
De cetero fratres confortamini in Domino, et in potentia virtutis eius.
11 ତୁମ୍ଭେମାନେ ଯେପରି ଶୟତାନର ସମସ୍ତ ଚାତୁରି ବିରୁଦ୍ଧରେ ଦଣ୍ଡାୟମାନ ହୋଇପାର, ଏଥିନିମନ୍ତେ ଈଶ୍ବରଦତ୍ତ ସମସ୍ତ ସଜ୍ଜାରେ ଆପଣା ଆପଣାକୁ ସୁସଜ୍ଜିତ କର।
Induite vos armaturam Dei, ut possitis stare adversus insidias diaboli.
12 କାରଣ ଆମ୍ଭମାନଙ୍କ ଯୁଦ୍ଧ ମର୍ତ୍ତ୍ୟ ବିରୁଦ୍ଧରେ ନୁହେଁ, କିନ୍ତୁ ଆଧିପତ୍ୟ ଓ କର୍ତ୍ତାପଣ ବିରୁଦ୍ଧରେ, ଏହି ଅନ୍ଧକାରର ଜଗତ୍ପତିମାନଙ୍କ ବିରୁଦ୍ଧରେ ପୁଣି, ଆକାଶମଣ୍ଡଳର ଦୁଷ୍ଟାତ୍ମାମାନଙ୍କ ବିରୁଦ୍ଧରେ; (aiōn g165)
Quoniam non est nobis colluctatio adversus carnem et sanguinem: sed adversus principes, et potestates, adversus mundi rectores tenebrarum harum, contra spiritualia nequitiæ, in cælestibus. (aiōn g165)
13 ଏଣୁ ତୁମ୍ଭେମାନେ ଯେପରି ଦୁର୍ଦ୍ଦିନରେ ପ୍ରତିରୋଧ କରି ସର୍ବଜୟୀ ହୋଇ ଅଟଳ ରହିପାର, ଏଥିନିମନ୍ତେ ଈଶ୍ବରଦତ୍ତ ସମସ୍ତ ସଜ୍ଜା ଗ୍ରହଣ କର।
Propterea accipite armaturam Dei, ut possitis resistere in die malo, et in omnibus perfeci stare.
14 ଅତଏବ ସତ୍ୟରୂପ କଟିବନ୍ଧନୀରେ କଟି ବାନ୍ଧି ଧାର୍ମିକତା ରୂପ ଊରସ୍ତ୍ରାଣ ପରିଧାନ କର,
State ergo succincti lumbos vestros in veritate, et induti loricam iustitiæ,
15 ଶାନ୍ତିଦାୟକ ସୁସମାଚାର ନିମନ୍ତେ ସୁସଜ୍ଜିତ ପାଦୁକା ପାଦରେ ପିନ୍ଧି ଅଟଳ ହୋଇ ରହିଥାଅ;
et calceati pedes in præparatione Evangelii pacis:
16 ଏବଂ ସେଥି ସଙ୍ଗେ ସଙ୍ଗେ, ଯଦ୍ବାରା ପାପାତ୍ମାର ଅଗ୍ନିବାଣ ସବୁ ନିର୍ବାଣ କରିବାକୁ ସମର୍ଥ ହୁଅ, ସେହି ବିଶ୍ୱାସରୂପ ଢ଼ାଲ ଧର।
in omnibus sumentes scutum fidei, in quo possitis omnia tela nequissimi ignea extinguere:
17 ପୁଣି, ପରିତ୍ରାଣ ରୂପ ଶିରସ୍ତ୍ରାଣ ପରିଧାନ କର ଓ ଆତ୍ମାଙ୍କ ଖ‌ଡ୍ଗ, ଅର୍ଥାତ୍‍ ଈଶ୍ବରଙ୍କ ବାକ୍ୟ ଧାରଣ କର;
et galeam salutis assumite: et gladium spiritus (quod est verbum Dei)
18 ସର୍ବ ପ୍ରକାର ପ୍ରାର୍ଥନା ଓ ନିବେଦନରେ ସର୍ବଦା ଆତ୍ମାଙ୍କ ସାହାଯ୍ୟରେ ପ୍ରାର୍ଥନା କର, ପୁଣି, ସମସ୍ତ ସାଧୁଙ୍କ ନିମନ୍ତେ ଜାଗି ରହି ପ୍ରାର୍ଥନା କର।
per omnem orationem, et obsecrationem orantes omni tempore in spiritu: et in ipso vigilantes in omni instantia, et obsecratione pro omnibus sanctis:
19 ଆଉ ମୋ ନିମନ୍ତେ ମଧ୍ୟ ପ୍ରାର୍ଥନା କର, ଯେପରି ସୁସମାଚାର ନିମନ୍ତେ ଜଞ୍ଜିରରେ ବନ୍ଧାହୋଇଥିବା ରାଜଦୂତ ସ୍ୱରୂପ ଯେ ମୁଁ, ମୋତେ ସେହି ସୁସମାଚାରର ନିଗୂଢ଼ତତ୍ତ୍ୱ ସାହସପୂର୍ବକ ଜଣାଇବାକୁ ବାକ୍ୟ ଦିଆଯିବ,
et pro me, ut detur mihi sermo in apertione oris mei cum fiducia, notum facere mysterium Evangelii:
20 ପୁଣି, ମୁଁ ଯେପରି ତତ୍ ସମ୍ବନ୍ଧରେ ଯଥୋଚିତ କଥା କହିବାକୁ ସାହସ ପ୍ରାପ୍ତ ହେବି।
pro quo legatione fungor in catena, ita ut in ipso audeam, prout oportet me, loqui.
21 ମୋହର ବିଷୟ, ଅର୍ଥାତ୍‍ ମୁଁ କିପରି ଅଛି, ଏହା ତୁମ୍ଭେମାନେ ଜାଣି ପାର, ସେଥିନିମନ୍ତେ ପ୍ରିୟ ଭ୍ରାତା ଓ ପ୍ରଭୁଙ୍କ କାର୍ଯ୍ୟରେ ବିଶ୍ୱସ୍ତ ସେବକ ଯେ ତୁଖିକ, ସେ ତୁମ୍ଭମାନଙ୍କୁ ସମସ୍ତ ବିଷୟ ଜଣାଇବେ;
Ut autem et vos sciatis quæ circa me sunt, quid agam: omnia vobis nota faciet Tychicus, charissimus frater, et fidelis minister in Domino:
22 ଏହି ଉଦ୍ଦେଶ୍ୟରେ ମୁଁ ତାହାଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇଲି, ଯେପରି ତୁମ୍ଭେମାନେ ଆମ୍ଭମାନଙ୍କ ଅବସ୍ଥା ବିଷୟ ଜାଣି ପାର ଓ ତୁମ୍ଭମାନଙ୍କ ହୃଦୟ ତାହାଙ୍କ ଦ୍ୱାରା ଉତ୍ସାହ ପ୍ରାପ୍ତ ହୁଏ।
quem misi ad vos in hoc ipsum, ut cognoscatis quæ circa nos sunt, et consoletur corda vestra.
23 ପିତା ଈଶ୍ବର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ଭାଇମାନଙ୍କ ପ୍ରତି ଶାନ୍ତି ଓ ବିଶ୍ୱାସ ସହିତ ପ୍ରେମ ବର୍ତ୍ତୁ।
Pax fratribus, et charitas cum fide a Deo Patre, et Domino Iesu Christo.
24 ଯେତେ ଲୋକ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ଚିରନ୍ତନ ପ୍ରେମରେ ପ୍ରେମ କରନ୍ତି, ଅନୁଗ୍ରହ ସେମାନଙ୍କ ସହବର୍ତ୍ତୀ ହେଉ।
Gratia cum omnibus, qui diligunt Dominum nostrum Iesum Christum in incorruptione. Amen.

< ଏଫିସୀୟ 6 >