< ଏଫିସୀୟ 1 >
1 ପାଉଲ, ଈଶ୍ବରଙ୍କ ଇଚ୍ଛାରେ ଖ୍ରୀଷ୍ଟ ଯୀଶୁଙ୍କ ଜଣେ ପ୍ରେରିତ, ଏଫିସ ସହରରେ ଥିବା ସାଧୁ ଓ ଖ୍ରୀଷ୍ଟ ଯୀଶୁଙ୍କଠାରେ ଥିବା ବିଶ୍ୱାସୀମାନଙ୍କ ନିକଟକୁ ଲେଖୁଅଛି।
Павло, з волі Божої апостол Христа Ісуса. Святим в Ефесі та віруючим у Христа Ісуса.
2 ଆମ୍ଭମାନଙ୍କ ପିତା ଈଶ୍ବର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ।
Благодать вам і мир від Бога, нашого Отця, і від Господа Ісуса Христа.
3 ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଈଶ୍ବର ଓ ପିତା ଧନ୍ୟ ହେଉନ୍ତୁ, ସେ ଖ୍ରୀଷ୍ଟଙ୍କଠାରେ ଆମ୍ଭମାନଙ୍କୁ ସମସ୍ତ ଆତ୍ମିକ ଆଶୀର୍ବାଦ ଦ୍ୱାରା ସ୍ୱର୍ଗରେ ଆଶୀର୍ବାଦ କରିଅଛନ୍ତି,
Благословенний Бог і Отець нашого Господа Ісуса Христа, Який у Христі благословив нас усяким духовним благословенням у небесних сферах.
4 ଅର୍ଥାତ୍ ଆମ୍ଭେମାନେ ଯେପରି ତାହାଙ୍କ ସାକ୍ଷାତରେ ପବିତ୍ର ଓ ଅନିନ୍ଦନୀୟ ହେଉ, ଏଥିପାଇଁ ସେ ଜଗତର ପତ୍ତନ ପୂର୍ବେ ତାହାଙ୍କଠାରେ ଆମ୍ଭମାନଙ୍କୁ ମନୋନୀତ କଲେ;
Адже Бог обрав нас у Ньому ще до створення світу, щоб ми були святими й непорочними перед Ним у любові.
5 ପୁଣି, ଈଶ୍ବର ଆମ୍ଭମାନଙ୍କୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଆପଣା ନିମନ୍ତେ ପୁତ୍ର କରିବାକୁ ଆପଣା ସ୍ୱଚ୍ଛନ୍ଦ ଇଚ୍ଛାନୁସାରେ ଆମ୍ଭମାନଙ୍କୁ ପ୍ରେମରେ ପୂର୍ବରୁ ନିରୂପଣ କଲେ;
Він призначив нас заздалегідь для того, щоб усиновити Собі через Ісуса Христа, згідно з уподобанням Його волі,
6 ଏହା ତାହାଙ୍କ ଅନୁଗ୍ରହର ଗୌରବର ପ୍ରଶଂସା ନିମନ୍ତେ ହୋଇଅଛି; ସେହି ଅନୁଗ୍ରହ ସେ ପ୍ରିୟତମଙ୍କ ଦ୍ୱାରା ଆମ୍ଭମାନଙ୍କୁ ଦାନ କରିଅଛନ୍ତି।
на похвалу слави Своєї благодаті, яку подарував нам у Своєму улюбленому Сині.
7 ଈଶ୍ବରଙ୍କ ଅନୁଗ୍ରହ ଅନୁସାରେ ଆମ୍ଭେମାନେ ସେହି ପ୍ରିୟତମଙ୍କଠାରେ ଖ୍ରୀଷ୍ଟ ଯୀଶୁଙ୍କ ରକ୍ତ ଦ୍ୱାରା ମୁକ୍ତି, ଅର୍ଥାତ୍ ଅପରାଧ ସବୁର କ୍ଷମା ପ୍ରାପ୍ତ ହୋଇଅଛୁ।
У Ньому ми маємо відкуплення через Його кров, прощення гріхів згідно з багатством Його благодаті.
8 ସେହି ଅନୁଗ୍ରହ ସେ ସମସ୍ତ ପ୍ରକାର ଜ୍ଞାନ ଓ ବୁଦ୍ଧି ଦେଇ ଆମ୍ଭମାନଙ୍କ ପ୍ରତି ପ୍ରଚୁର କରିଅଛନ୍ତି।
Він надмірно примножив її між нами в усякій мудрості та розумінні,
9 ପୂର୍ବରୁ ସଙ୍କଳ୍ପ କରିଥିବା ଆପଣା ମଙ୍ଗଳମୟ ଇଚ୍ଛାନୁସାରେ ସେ ଆମ୍ଭମାନଙ୍କୁ ଆପଣା ଇଚ୍ଛାର ନିଗୂଢ଼ତତ୍ତ୍ୱ ଜ୍ଞାତ କରାଇଅଛନ୍ତି,
відкривши нам таємницю Своєї волі, яку Він замислив у Христі, відповідно до Свого волевиявлення,
10 ଯେପରି କାଳର ପୂର୍ଣ୍ଣତା ସମ୍ବନ୍ଧୀୟ ତାହାଙ୍କ ସଙ୍କଳ୍ପାନୁସାରେ ସ୍ୱର୍ଗରେ କି ମର୍ତ୍ତ୍ୟରେ ଥିବା ସମସ୍ତ ବିଷୟ ସେ ଆପଣା ନିମନ୍ତେ ଖ୍ରୀଷ୍ଟଙ୍କଠାରେ ଏକୀଭୂତ କରିବେ।
щоб здійснити [її] при сповненні часів і об’єднати в Ньому, у Христі, усе, що на небі та на землі.
11 ତାହାଙ୍କଠାରେ ମଧ୍ୟ ଆମ୍ଭେ ବିଶ୍ୱାସୀମାନେ ଅଧିକାର ସ୍ୱରୂପ ହୋଇଅଛୁ, ଯେଣୁ ଯେଉଁ ଈଶ୍ବର ଆପଣା ଇଚ୍ଛାର ସଙ୍କଳ୍ପାନୁସାରେ ସମସ୍ତ ବିଷୟ ସାଧନ କରନ୍ତି, ତାହାଙ୍କ ଅଭିପ୍ରାୟ ଅନୁସାରେ ଆମ୍ଭେ ବିଶ୍ୱାସୀମାନେ ପୂର୍ବରୁ ନିରୂପିତ ହେଲୁ,
У Ньому ми стали обраними спадкоємцями, призначеними заздалегідь згідно з планом Того, Хто здійснює все за наміром Своєї волі,
12 ଆମ୍ଭେମାନେ ଖ୍ରୀଷ୍ଟଙ୍କଠାରେ ପୂର୍ବରୁ ଭରସା କରିଥିଲୁ, ତାହା ଯେପରି ଈଶ୍ବରଙ୍କ ଗୌରବର ପ୍ରଶଂସାର କାରଣ ହେଉ।
щоб ми – ті, які перші мали надію на Христа, – були на похвалу Його слави.
13 ତାହାଙ୍କ ଦ୍ୱାରା ତୁମ୍ଭେମାନେ ସୁଦ୍ଧା ସତ୍ୟ ବାକ୍ୟ, ଅର୍ଥାତ୍ ତୁମ୍ଭମାନଙ୍କ ପରିତ୍ରାଣର ସୁସମାଚାର ଶୁଣି ବିଶ୍ୱାସ କରି ପ୍ରତିଜ୍ଞାତ ପବିତ୍ର ଆତ୍ମାଙ୍କ ଦ୍ୱାରା ମଧ୍ୟ ମୁଦ୍ରାଙ୍କିତ ହୋଇଅଛ;
У Ньому й ви, почувши Слово істини – Добру Звістку вашого спасіння – та повіривши в Нього, були запечатані обіцяним Святим Духом,
14 ଈଶ୍ବରଙ୍କ ଗୌରବର ପ୍ରଶଂସା ନିମନ୍ତେ ତାହାଙ୍କ ନିଜସ୍ୱ ମୁକ୍ତି ଉଦ୍ଦେଶ୍ୟରେ ସେ ଆମ୍ଭମାନଙ୍କ ଅଧିକାରର ବଇନାସ୍ୱରୂପ।
Який є завдатком нашої спадщини для викуплення того, що належить [Богові], на похвалу Його слави.
15 ଏହି କାରଣରୁ ପ୍ରଭୁ ଯୀଶୁଙ୍କଠାରେ ତୁମ୍ଭମାନଙ୍କର ଯେଉଁ ବିଶ୍ୱାସ ଓ ସମସ୍ତ ସାଧୁଙ୍କ ପ୍ରତି ଯେଉଁ ପ୍ରେମ,
Тому і я, почувши про вашу віру в Господа Ісуса й про любов до всіх святих,
16 ସେଥିର ସମ୍ବାଦ ପାଇ ମୁଁ ମଧ୍ୟ ମୋହର ପ୍ରାର୍ଥନାରେ ତୁମ୍ଭମାନଙ୍କ ନିମନ୍ତେ ଧନ୍ୟବାଦ ଦେବାରୁ କ୍ଷାନ୍ତ ହେଉ ନାହିଁ।
не перестаю дякувати за вас, згадуючи [вас] у своїх молитвах,
17 ଯେପରି ଆମ୍ଭମାନଙ୍କର ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ଈଶ୍ବର, ଗୌରବମୟ ପିତା, ତାହାଙ୍କ ସମ୍ବନ୍ଧୀୟ ସମ୍ପୂର୍ଣ୍ଣ ଜ୍ଞାନ ଓ ପ୍ରତ୍ୟାଦେଶର ଆତ୍ମା ପ୍ରଦାନ କରନ୍ତି;
щоб Бог нашого Господа Ісуса Христа, Отець слави, дав вам Духа мудрості й одкровення в Його пізнанні,
18 ସେଥିରେ ତୁମ୍ଭମାନଙ୍କ ଆନ୍ତରିକ ଚକ୍ଷୁ ପ୍ରସନ୍ନ ହୁଅନ୍ତେ ତାହାଙ୍କ ଆହ୍ୱାନର ଭରସା କଅଣ, ସାଧୁମାନଙ୍କ ମଧ୍ୟରେ ତାହାଙ୍କ ଅଧିକାରର ଗୌରବରୂପ ଧନ କଅଣ,
просвітивши очі вашого серця, щоб ви зрозуміли, якою є надія вашого покликання, яким є багатство слави Його спадщини у святих
19 ପୁଣି, ବିଶ୍ୱାସୀ ଯେ ଆମ୍ଭେମାନେ, ତାହାଙ୍କ ଶକ୍ତିର କାର୍ଯ୍ୟସାଧକ ପରାକ୍ରମ ଅନୁସାରେ ଆମ୍ଭମାନଙ୍କ ପ୍ରତି ତାହାଙ୍କ ଶକ୍ତିର ଅତ୍ୟଧିକ ମହତ୍ତ୍ୱ କଅଣ, ଏହିସବୁ ଜାଣି ପାର;
і якою є безмірна велич Його сили щодо нас, віруючих, згідно з дією могутності Його сили,
20 ସେହି ଶକ୍ତି ଯେ ଖ୍ରୀଷ୍ଟଙ୍କଠାରେ ସାଧନ କରି ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇ ସମସ୍ତ ଆଧିପତ୍ୟ, କର୍ତ୍ତାପଣ, ଶକ୍ତି, ପ୍ରଭୁତ୍ୱ ପୁଣି, ଇହକାଳ ଓ ମଧ୍ୟ ପରକାଳରେ ଯେତେ ନାମ ଖ୍ୟାତ,
що Він виявив у Христі, воскресивши Його з мертвих і посадивши праворуч від Себе в небесних сферах
21 ସେ ସମସ୍ତଙ୍କ ଉପରେ ତାହାଙ୍କୁ ଉନ୍ନତ କରାଇ ସ୍ୱର୍ଗରେ ଆପଣା ଦକ୍ଷିଣ ପାର୍ଶ୍ୱରେ ଉପବେଶନ କରାଇଲେ, (aiōn )
вище від будь-якого начальства, авторитету, сили, володарювання та будь-якого даного імені, не тільки в цьому віці, але й у майбутньому. (aiōn )
22 ଆଉ ସମସ୍ତ ବିଷୟ ତାହାଙ୍କ ପାଦ ତଳେ ବଶୀଭୂତ କରି ରଖି ତାହାଙ୍କୁ ସର୍ବ ବିଷୟର ମସ୍ତକରୂପେ ମଣ୍ଡଳୀକୁ ଦାନ କଲେ;
Він усе підкорив під Його ноги та дав Його Церкві як Голову над усім,
23 ସେହି ମଣ୍ଡଳୀ ଖ୍ରୀଷ୍ଟଙ୍କ ଶରୀର ସ୍ୱରୂପ, ଅର୍ଥାତ୍ ଯେ ସମସ୍ତ ବିଷୟକୁ ସର୍ବତୋଭାବେ ପୂର୍ଣ୍ଣ କରନ୍ତି, ତାହାଙ୍କ ପୂର୍ଣ୍ଣତା।
[Церкві], яка є Його тілом, повнотою Того, Хто наповнює все в усіх.