< ଏଷ୍ଟର 1 >

1 ଅକ୍ଷଶ୍ୱେରଶ ହିନ୍ଦୁସ୍ଥାନଠାରୁ କୂଶ ଦେଶ ପର୍ଯ୍ୟନ୍ତ ଏକ ଶତ ସତାଇଶ ପ୍ରଦେଶ ଉପରେ ରାଜ୍ୟ କଲେ।
in diebus Asueri qui regnavit ab India usque Aethiopiam super centum viginti septem provincias
2 ଏହି ଅକ୍ଷଶ୍ୱେରଶ ରାଜା ଶୂଶନ୍‍ ରାଜଧାନୀରେ ଆପଣା ରାଜସିଂହାସନରେ ଉପବିଷ୍ଟ ହେଲା ଉତ୍ତାରେ,
quando sedit in solio regni sui Susa civitas regni eius exordium fuit
3 ଆପଣା ରାଜତ୍ଵର ତୃତୀୟ ବର୍ଷରେ ଆପଣା ସକଳ ଅଧିପତି ଓ ଦାସମାନଙ୍କ ପାଇଁ ଭୋଜ ପ୍ରସ୍ତୁତ କଲେ; ତହିଁରେ ପାରସ୍ୟ ଓ ମାଦୀୟା ଦେଶର ବିକ୍ରମୀ ଲୋକମାନେ ପୁଣି କୁଳୀନ ଓ ପ୍ରଦେଶାଧିପତିମାନେ ତାହାର ସାକ୍ଷାତରେ ଉପସ୍ଥିତ ହେଲେ।
tertio igitur anno imperii sui fecit grande convivium cunctis principibus et pueris suis fortissimis Persarum et Medorum inclitis et praefectis provinciarum coram se
4 ସେ ଆପଣା ପ୍ରତାପାନ୍ୱିତ ରାଜ୍ୟର ଧନ ଓ ଆପଣା ମହତ୍ତ୍ୱର ଶୋଭାର ଉତ୍କୃଷ୍ଟତା ଅନେକ ଦିନ, ଅର୍ଥାତ୍‍, ଏକ ଶତ ଅଶୀ ଦିନ ପର୍ଯ୍ୟନ୍ତ ପ୍ରଦର୍ଶନ କଲେ।
ut ostenderet divitias gloriae regni sui ac magnitudinem atque iactantiam potentiae suae multo tempore centum videlicet et octoginta diebus
5 ତହୁଁ ଏସବୁ ଦିନ ଗତ ହୁଅନ୍ତେ, ରାଜା ଶୂଶନ୍‍ ରାଜଧାନୀରେ ଉପସ୍ଥିତ ବଡ଼ ଓ ସାନ ସମସ୍ତ ଲୋକଙ୍କ ପାଇଁ ରାଜପୁରୀସ୍ଥ ଉଦ୍ୟାନର ପ୍ରାଙ୍ଗଣରେ ସାତ ଦିନ ପର୍ଯ୍ୟନ୍ତ ଭୋଜ କଲେ।
cumque implerentur dies convivii invitavit omnem populum qui inventus est Susis a maximo usque ad minimum et septem diebus iussit convivium praeparari in vestibulo horti et nemoris quod regio cultu et manu consitum erat
6 ସେଠାରେ କାର୍ପାସନିର୍ମିତ, ଶୁକ୍ଳ, ହରିତ୍‍ ଓ ନୀଳ ବସ୍ତ୍ରର ଚନ୍ଦ୍ରାତପ ଥିଲା, ତାହା ଶୁକ୍ଳ ଓ ଧୂମ୍ରବର୍ଣ୍ଣ ରଜ୍ଜୁ ଦ୍ୱାରା ରୌପ୍ୟମୟ କଡ଼ାରେ ମର୍ମର ସ୍ତମ୍ଭରେ ବନ୍ଧା ଥିଲା, ପୁଣି ରକ୍ତ ଓ ଶୁକ୍ଳ ଓ ପୀତ ଓ କୃଷ୍ଣବର୍ଣ୍ଣ ମର୍ମର ପ୍ରସ୍ତର ନିର୍ମିତ ଚଟାଣ ଉପରେ ସ୍ୱର୍ଣ୍ଣ ଓ ରୌପ୍ୟମୟ ଆସନ ଥିଲା।
et pendebant ex omni parte tentoria aerii coloris et carpasini et hyacinthini sustentata funibus byssinis atque purpureis qui eburneis circulis inserti erant et columnis marmoreis fulciebantur lectuli quoque aurei et argentei super pavimentum zmaragdino et pario stratum lapide dispositi erant quod mira varietate pictura decorabat
7 ଆଉ, ସେମାନେ ନାନା ପ୍ରକାର ସୁବର୍ଣ୍ଣ ପାତ୍ରରେ ପାନଦ୍ରବ୍ୟ ଓ ରାଜାଙ୍କ ଉଦାରତାନୁସାରେ ପ୍ରଚୁର ରାଜକୀୟ ଦ୍ରାକ୍ଷାରସ ଦେଲେ।
bibebant autem qui invitati erant aureis poculis et aliis atque aliis vasis cibi inferebantur vinum quoque ut magnificentia regia dignum erat abundans et praecipuum ponebatur
8 ଯଦ୍ୟପି ପାନ କରିବା ବିଧିଗତ ଥିଲା; କିନ୍ତୁ କାହାରି ପାଇଁ ପାନ କରିବା ବାଧ୍ୟତାମୂଳକ କରାଯାଇ ନ ଥିଲା; କାରଣ ପ୍ରତ୍ୟେକ ଜଣକୁ ଆପଣା ଆପଣା ଇଚ୍ଛାନୁସାରେ ପାନ କରିବାର ଅନୁମତି ଦେବା ପାଇଁ ରାଜା ଆପଣାର ଗୃହାଧ୍ୟକ୍ଷ ସମସ୍ତଙ୍କୁ ଆଜ୍ଞା ଦେଇଥିଲେ।
nec erat qui nolentes cogeret ad bibendum sed sic rex statuerat praeponens mensis singulos de principibus suis ut sumeret unusquisque quod vellet
9 ମଧ୍ୟ ରାଣୀ ବଷ୍ଟୀ ଅକ୍ଷଶ୍ୱେରଶର ରାଜଗୃହରେ ସ୍ତ୍ରୀମାନଙ୍କ ପାଇଁ ଭୋଜ ପ୍ରସ୍ତୁତ କଲେ।
Vasthi quoque regina fecit convivium feminarum in palatio ubi rex Asuerus manere consueverat
10 ସପ୍ତମ ଦିନରେ ରାଜା ଦ୍ରାକ୍ଷାରସରେ ହୃଷ୍ଟଚିତ୍ତ ହୋଇ ମହୂମନ୍‍, ବିସ୍ଥା, ହର୍ବୋଣା, ବିଗ୍‍ଥା ଓ ଅବଗଥ, ସେଥର ଓ କର୍କସ, ଅକ୍ଷଶ୍ୱେରଶ ରାଜାଙ୍କ ଛାମୁସ୍ଥ ଏହି ସାତ ସେବାକାରୀ ନପୁଂସକଙ୍କୁ ଆଜ୍ଞା ଦେଲେ,
itaque die septimo cum rex esset hilarior et post nimiam potionem incaluisset mero praecepit Mauman et Bazatha et Arbona et Bagatha et Abgatha et Zarath et Charchas septem eunuchis qui in conspectu eius ministrabant
11 ତୁମ୍ଭେମାନେ ଲୋକମାନଙ୍କୁ ଓ ଅଧିପତିଗଣଙ୍କୁ ବଷ୍ଟୀ ରାଣୀର ସୌନ୍ଦର୍ଯ୍ୟ ଦେଖାଇବା ପାଇଁ ତାହାଙ୍କୁ ରାଜମୁକୁଟରେ ଭୂଷିତା କରି ରାଜାଙ୍କ ଛାମୁକୁ ଆଣ, ଯେଣୁ ସେ ପରମସୁନ୍ଦରୀ ଥିଲେ।
ut introducerent reginam Vasthi coram rege posito super caput eius diademate et ostenderet cunctis populis et principibus illius pulchritudinem erat enim pulchra valde
12 ମାତ୍ର ବଷ୍ଟୀ ରାଣୀ ନପୁଂସକମାନଙ୍କ ଦ୍ୱାରା ରାଜାଙ୍କ କଥିତ ଆଜ୍ଞାରେ ଆସିବାକୁ ଅସମ୍ମତା ହେଲା; ଏଣୁ ରାଜା ଅତିଶୟ କ୍ରୋଧ କଲେ ଓ ତାଙ୍କ ଅନ୍ତରରେ କ୍ରୋଧ ପ୍ରଜ୍ୱଳିତ ହେଲା।
quae rennuit et ad regis imperium quod per eunuchos mandaverat venire contempsit unde iratus rex et nimio furore succensus
13 ଏଥିଉତ୍ତାରେ ରାଜା ସମୟ ଓ କାଳର ବିଦ୍ୱାନ୍‍ବର୍ଗଙ୍କୁ ପଚାରିଲେ, (କାରଣ ବ୍ୟବସ୍ଥା ଓ ରାଜନୀତିଜ୍ଞମାନଙ୍କୁ ଏରୂପ ପଚାରିବାର ରାଜାଙ୍କ ରୀତି ଥିଲା;
interrogavit sapientes qui ex more regio semper ei aderant et illorum faciebat cuncta consilio scientium leges ac iura maiorum
14 ଆଉ, [ଏହି ସମୟରେ] କର୍ଶନା, ଶେଥର, ଅଦ୍‍ମାଥା, ତର୍ଶୀଶ, ମେରସ୍‍, ମେର୍ସନା ଓ ମମୁଖନ୍‍ ରାଜାଙ୍କ ନିକଟବର୍ତ୍ତୀ ଥିଲେ; ଏହି ସାତ ଜଣ ପାରସ୍ୟ ଓ ମାଦୀୟା ଦେଶର ଅଧିପତି, ରାଜାଙ୍କ ମୁଖଦର୍ଶନକାରୀ, ପୁଣି ରାଜ୍ୟର ଶ୍ରେଷ୍ଠ ସ୍ଥାନରେ ଉପବିଷ୍ଟ ଥିଲେ)
erant autem primi et proximi Charsena et Sethar et Admatha et Tharsis et Mares et Marsana et Mamucha septem duces Persarum atque Medorum qui videbant faciem regis et primi post eum residere soliti erant
15 (ରାଜା ପଚାରିଲେ) “ବଷ୍ଟୀ ରାଣୀ ନପୁଂସକମାନଙ୍କ ଦ୍ୱାରା ପ୍ରେରିତ ଅକ୍ଷଶ୍ୱେରଶ ରାଜାଙ୍କ ଆଜ୍ଞା ନ ମାନିବାରୁ ବ୍ୟବସ୍ଥାନୁସାରେ ଆମ୍ଭେମାନେ ତାହାଙ୍କୁ କଅଣ କରିବା?”
cui sententiae Vasthi regina subiaceret quae Asueri regis imperium quod per eunuchos mandaverat facere noluisset
16 ଏଥିରେ ମମୁଖନ୍‍ ରାଜାଙ୍କ ଓ ଅଧିପତିଗଣଙ୍କ ସାକ୍ଷାତରେ ଉତ୍ତର ଦେଲା, “ବଷ୍ଟୀ ରାଣୀ କେବଳ ମହାରାଜାଙ୍କ ପ୍ରତି ନୁହେଁ, ମାତ୍ର ଅକ୍ଷଶ୍ୱେରଶ ରାଜାଙ୍କ ଅଧୀନ ସମସ୍ତ ପ୍ରଦେଶର ଯାବତୀୟ ଅଧିପତି ଓ ଯାବତୀୟ ଲୋକଙ୍କ ପ୍ରତି ଅନୁଚିତ କର୍ମ କରିଅଛନ୍ତି।
responditque Mamuchan audiente rege atque principibus non solum regem laesit regina Vasthi sed omnes principes et populos qui sunt in cunctis provinciis regis Asueri
17 କାରଣ ରାଣୀଙ୍କ ଏହି କର୍ମର କଥା ସକଳ ସ୍ତ୍ରୀଲୋକଙ୍କ ମଧ୍ୟରେ ବ୍ୟାପି ଯିବ, ‘ଆଉ ଅକ୍ଷଶ୍ୱେରଶ ରାଜା ବଷ୍ଟୀ ରାଣୀଙ୍କୁ ଆପଣା ନିକଟକୁ ଆଣିବାକୁ ଆଜ୍ଞା ଦେଲେ, ମାତ୍ର ସେ ଆସିଲେ ନାହିଁ;’ ଏହି ସମ୍ବାଦ ପାଇଲେ ସେମାନଙ୍କ ସାକ୍ଷାତରେ ସେମାନଙ୍କ ସ୍ୱାମୀମାନେ ତୁଚ୍ଛନୀୟ ହେବେ।
egredietur enim sermo reginae ad omnes mulieres ut contemnant viros suos et dicant rex Asuerus iussit ut regina Vasthi intraret ad eum et illa noluit
18 ଆଉ, ପାରସ୍ୟ ଓ ମାଦୀୟାର ଯେଉଁ କୁଳୀନା ସ୍ତ୍ରୀଗଣ ରାଣୀଙ୍କ ଏହି କର୍ମର ସମାଚାର ଆଜି ଶୁଣିଅଛନ୍ତି, ସେମାନେ ରାଜାଙ୍କ ସମସ୍ତ ଅଧିପତିଙ୍କୁ ଏହିରୂପେ କହିବେ, ତହିଁରୁ ଅତିଶୟ ନିନ୍ଦା ଓ କ୍ରୋଧ ଉତ୍ପନ୍ନ ହେବ।
atque hoc exemplo omnes principum coniuges Persarum atque Medorum parvipendent imperia maritorum unde regis iusta est indignatio
19 ଏନିମନ୍ତେ ଯେବେ ମହାରାଜା ସନ୍ତୁଷ୍ଟ ହୁଅନ୍ତି, ତେବେ ବଷ୍ଟୀ ଅକ୍ଷଶ୍ୱେରଶ ରାଜା ନିକଟକୁ ଆଉ ନ ଆସିବାକୁ ରାଜାଜ୍ଞା ଶ୍ରୀଛାମୁରୁ ପ୍ରକାଶିତ ହେଉ; ପୁଣି, ଏହା ଅନ୍ୟଥା ନୋହିବା ପାଇଁ ପାରସିକ ଓ ମାଦୀୟ ବ୍ୟବସ୍ଥା ମଧ୍ୟରେ ଲିଖିତ ହେଉ; ପୁଣି, ମହାରାଜା ତାହାର ରାଣୀପଦ ଅନ୍ୟକୁ ଦିଅନ୍ତୁ ଯେ ତାହା ଅପେକ୍ଷା ଅଧିକ ଉତ୍ତମ ଅଟନ୍ତି।
et si tibi placet egrediatur edictum a facie tua et scribatur iuxta legem Persarum atque Medorum quam praeteriri inlicitum est ut nequaquam ultra Vasthi ingrediatur ad regem sed regnum illius altera quae melior illa est accipiat
20 ଆହୁରି, ରାଜ୍ୟ ବୃହତ, ଏଣୁ ରାଜ୍ୟର ସବୁ ସ୍ଥାନରେ ଏହି ରାଜାଜ୍ଞା ପ୍ରକାଶିତ ହେଲେ, ସ୍ୱାମୀ କ୍ଷୁଦ୍ର ହେଉ କି ମହାନ ହେଉ, ସମସ୍ତ ଭାର୍ଯ୍ୟାମାନେ ଆପଣା ଆପଣା ସ୍ୱାମୀମାନଙ୍କୁ ମର୍ଯ୍ୟାଦା କରିବେ।”
et hoc in omne quod latissimum est provinciarum tuarum divulgetur imperium et cunctae uxores tam maiorum quam minorum deferant maritis suis
21 ଏହି କଥାରେ ରାଜା ଓ ଅଧିପତିଗଣ ସନ୍ତୁଷ୍ଟ ହୁଅନ୍ତେ, ରାଜା ମମୁଖନ୍‍ର ପରାମର୍ଶନୁସାରେ କର୍ମ କଲେ।
placuit consilium eius regi et principibus fecitque rex iuxta consultum Mamuchan
22 ତହୁଁ ସେ ପ୍ରତ୍ୟେକ ପ୍ରଦେଶର ଅକ୍ଷରାନୁସାରେ ଓ ପ୍ରତ୍ୟେକ ଗୋଷ୍ଠୀର ଭାଷାନୁସାରେ ରାଜାଙ୍କ ଅଧୀନ ପ୍ରତ୍ୟେକ ପ୍ରଦେଶକୁ ଏହିରୂପେ ପତ୍ର ପଠାଇଲେ, ପ୍ରତ୍ୟେକ ପୁରୁଷ ଆପଣା ଆପଣା ଗୃହରେ କର୍ତ୍ତୃତ୍ୱ କରୁ ଓ ସ୍ୱଗୋଷ୍ଠୀୟ ଭାଷାନୁସାରେ ତାହା ପ୍ରଚାର କରୁ।
et misit epistulas ad universas provincias regni sui ut quaeque gens audire et legere poterat diversis linguis et litteris esse viros principes ac maiores in domibus suis et hoc per cunctos populos divulgari

< ଏଷ୍ଟର 1 >