< ଏଷ୍ଟର 10 >

1 ସେହି ଅକ୍ଷଶ୍ୱେରଶ ରାଜା ଦେଶ ଓ ସମୁଦ୍ରସ୍ଥ ଉପଦ୍ୱୀପସମୂହରେ କର ବସାଇଲେ।
ئەحەشوێرۆشی پاشا سەرانەی بەسەر شانشینەکە و دوورگەکانی دەریاشدا سەپاند.
2 ପୁଣି, ତାହାର ପରାକ୍ରମ ଓ ପ୍ରଭାବର ସବୁ କଥା, ଆଉ ରାଜା ମର୍ଦ୍ଦଖୟଙ୍କୁ ଯେଉଁ ମହତ୍ତ୍ୱ ଦେଇ ଉଚ୍ଚପଦରେ ନିଯୁକ୍ତ କଲେ, ତହିଁର ସମ୍ପୂର୍ଣ୍ଣ ବିବରଣ କି ମାଦୀୟା ଓ ପାରସ୍ୟ ଦେଶର ରାଜାମାନଙ୍କ ଇତିହାସ ପୁସ୍ତକରେ ଲିଖିତ ନାହିଁ?
هەموو کاری دەسەڵاتەکەی و تواناکەی، هەروەها هەموو کاروبارەکانی و گەورەیی مۆردەخای کە پاشا پایەی بەرز کردەوە، لە پەڕتووکی کاروباری ڕۆژانەی پاشاکانی مادی و فارس تۆمار کراون.
3 କାରଣ ଯିହୁଦୀୟ ମର୍ଦ୍ଦଖୟ ଅକ୍ଷଶ୍ୱେରଶ ରାଜାଙ୍କ ପ୍ରଧାନମନ୍ତ୍ରୀ ହୋଇ ଯିହୁଦୀୟ ଲୋକମାନଙ୍କ ମଧ୍ୟରେ ମହାନ ଓ ଆପଣା ଭ୍ରାତୃସମୂହ ମଧ୍ୟରେ ପ୍ରିୟପାତ୍ର ଓ ଆପଣା ଲୋକଙ୍କର ମଙ୍ଗଳାନ୍ୱେଷୀ, ପୁଣି ଆପଣା ସମସ୍ତ ବଂଶ ପ୍ରତି ଶାନ୍ତିବାଦୀ ଥିଲେ।
مۆردەخای جولەکە لەدوای ئەحەشوێرۆشی پاشاوە بە پلەی دووەم دەهات، لەنێو جولەکەکانیش گەورە بوو، لەلای برا جولەکەکانی زۆر ڕێزدار بوو، چونکە داوای چاکەی بۆ نەتەوەکەی دەکرد و بەرگری لە بەرژەوەندییە گشتییەکانیان دەکرد.

< ଏଷ୍ଟର 10 >