< ଏଷ୍ଟର 2 >

1 ଏହିସବୁ ଘଟଣା ଉତ୍ତାରେ ଅକ୍ଷଶ୍ୱେରଶ ରାଜାଙ୍କ କ୍ରୋଧ ଶାନ୍ତ ହୁଅନ୍ତେ, ସେ ବଷ୍ଟୀକୁ ଓ ତାହାର କାର୍ଯ୍ୟ ଓ ତାହା ପ୍ରତିକୂଳରେ ପ୍ରଦତ୍ତ ଆଜ୍ଞା ସ୍ମରଣ କଲେ।
ఈ విషయాలు జరిగి అహష్వేరోషు రాజు కోపం చల్లారిన తరవాత అతడు వష్తిని గురించీ ఆమె చేసిన పని గురించీ ఆలోచించాడు. ఆమెకు వ్యతిరేకంగా తాను చేసిన తీర్పును గురించి కూడా ఆలోచించాడు.
2 ତେଣୁ ରାଜାଙ୍କ ସେବାକାରୀ ଭୃତ୍ୟମାନେ ତାହାଙ୍କୁ କହିଲେ, “ମହାରାଜାଙ୍କ ପାଇଁ ସୁନ୍ଦରୀ ଯୁବତୀ କନ୍ୟାଗଣର ଅନ୍ଵେଷଣ କରାଯାଉ।
రాజు కొలువులో ఉండే యువకులు ఇలా అన్నారు. “రాజు కోసం అందమైన కన్యలను వెదకాలి.
3 ଆଉ, ମହାରାଜା ଆପଣା ରାଜ୍ୟର ସମସ୍ତ ପ୍ରଦେଶରେ କର୍ମଚାରୀଗଣ ନିଯୁକ୍ତ କରନ୍ତୁ; ସେମାନେ ସେହି ସବୁ ସୁନ୍ଦରୀ ଯୁବତୀ କନ୍ୟାଗଣକୁ ଶୂଶନ୍‍ ରାଜଧାନୀରେ ଏକତ୍ର କରି ଅନ୍ତଃପୁରରେ ସ୍ତ୍ରୀମାନଙ୍କ ରକ୍ଷକ ରାଜନପୁଂସକ ହେଗୟର ହସ୍ତରେ ସମର୍ପଣ କରନ୍ତୁ; ପୁଣି, ସେମାନଙ୍କ ଅଙ୍ଗରାଗାର୍ଥକ ଦ୍ରବ୍ୟ ସେମାନଙ୍କୁ ଦତ୍ତ ହେଉ,
లావణ్యవతులైన కన్యలను సమకూర్చడం కోసం రాజు తన పరిపాలన కింద ఉన్న సంస్థానాలన్నిటిలో అధికారులను నియమించాలి. అలా తీసుకు వచ్చిన కన్యలను షూషను రాజభవనంలోని రాణివాసం పర్యవేక్షకుడు హేగే ఆధీనంలో ఉంచాలి. అతడు వారికి సౌందర్య సాధనాలను ఇవ్వాలి.
4 ତହିଁ ଉତ୍ତାରେ ଯେଉଁ କନ୍ୟା ମହାରାଜାଙ୍କର ତୁଷ୍ଟିକାରିଣୀ ହେବ, ସେ ବଷ୍ଟୀ ବଦଳେ ରାଣୀ ହେବ;” ଏହି କଥାରେ ରାଜାଙ୍କ ସନ୍ତୋଷ ହୁଅନ୍ତେ, ସେ ସେପରି କଲେ।
ఆ కన్యల్లో ఎవరు రాజుకు నచ్చుతారో ఆమె వష్తికి బదులుగా రాణి అవుతుంది.” ఈ మాట రాజుకు నచ్చింది. అతడు అ విధంగా చేశాడు.
5 ସେହି ସମୟରେ ମର୍ଦ୍ଦଖୟ ନାମେ ଜଣେ ଯିହୁଦୀୟ ଲୋକ ଶୂଶନ୍‍ ରାଜଧାନୀରେ ଥିଲେ, ସେ ବିନ୍ୟାମୀନ ବଂଶୀୟ ଯାୟୀରର ପୁତ୍ର, ଶିମୀୟିର ପୌତ୍ର, କୀଶ୍‍ର ପ୍ରପୌତ୍ର।
షూషను కోటలో బెన్యామీను గోత్రం వాడైన కీషుకు పుట్టిన షిమీ కొడుకు, యాయీరు వంశికుడు అయిన మొర్దెకై అనే ఒక యూదుడుండేవాడు.
6 ଯେଉଁ ଲୋକମାନେ ଯିହୁଦାର ରାଜା ଯିକନୀୟ ସହିତ ବାବିଲର ରାଜା ନବୂଖଦ୍‍ନିତ୍ସର ଦ୍ୱାରା ନିର୍ବାସିତ ହୋଇଥିଲେ, ସେମାନଙ୍କ ସହିତ (କୀଶ୍‍) ଯିରୂଶାଲମଠାରୁ ନିର୍ବାସିତ ହୋଇଥିଲେ।
బబులోను రాజు నెబుకద్నెజరు యూదా రాజైన యెకొన్యాను బందీగా కొనిపోయినప్పుడు ఇతడు యెకోన్యాతో బాటు యెరూషలేము నుండి చెరకు వచ్చిన వాడు.
7 ମର୍ଦ୍ଦଖୟ ଆପଣା ପିତୃବ୍ୟର କନ୍ୟା ହଦସାକୁ, ଅର୍ଥାତ୍‍, ଏଷ୍ଟରଙ୍କୁ ପ୍ରତିପାଳନ କଲେ; କାରଣ ତାହାର ପିତା କି ମାତା ନ ଥିଲେ, ସେହି କନ୍ୟା ପରମସୁନ୍ଦରୀ ଓ ସୁବଦନା ଥିଲେ; ତାହାର ପିତାମାତା ମଲା ଉତ୍ତାରେ ମର୍ଦ୍ଦଖୟ ତାହାଙ୍କୁ ନିଜ କନ୍ୟା ରୂପେ ଗ୍ରହଣ କରିଥିଲେ।
అతడు తన బాబాయి కూతురు ఎస్తేరు అనే మారు పేరు గల హదస్సా అనే అమ్మాయిని చేరదీసి పెంచుకున్నాడు. ఆమెకు తల్లిదండ్రులు లేరు. ఆమె సౌందర్యవతి. చూడ చక్కని ముఖవర్చస్సు గలది. ఆమె తలిదండ్రులు చనిపోయాక మొర్దెకై ఆమెను తన సొంత కూతురుగా చూసుకోసాగాడు.
8 ଏଉତ୍ତାରୁ ରାଜାଙ୍କ ସେହି ବାକ୍ୟ ଓ ଆଜ୍ଞା ପ୍ରଚାରିତ ହୁଅନ୍ତେ, ଶୂଶନ୍‍ ରାଜଧାନୀରେ ହେଗୟ ନିକଟରେ ଅନେକ କନ୍ୟା ସଂଗୃହୀତ ହେବା ବେଳେ ଏଷ୍ଟର ହିଁ ରାଜପୁରୀକୁ ସ୍ତ୍ରୀରକ୍ଷକ ହେଗୟ ନିକଟକୁ ନିଆଗଲା।
రాజ శాసనం, ఆజ్ఞ ప్రకటించడం అయిన తరువాత చాలామంది కన్యలను తెచ్చి షూషను కోటలో ఉంచారు. వారినందరినీ హేగే పర్యవేక్షణలో ఉంచారు. ఎస్తేరును కూడా అంతఃపురానికి తెచ్చి స్త్రీల సంరక్షణ చూసుకునే హేగే వశంలో ఉంచారు.
9 ଏଥିରେ ଏହି ଯୁବତୀ ହେଗୟର ତୁଷ୍ଟିଜନକ ହୋଇ ତାହାଠାରୁ ଅନୁଗ୍ରହ ପାଇଲା; ଏଣୁ ସେ ଶୀଘ୍ର ଅଙ୍ଗରାଗାର୍ଥକ ଦ୍ରବ୍ୟାଦିର ଯେ ଯେ ଅଂଶ ତାହାଙ୍କୁ ଦେବାର ହୁଅଇ, ତାହା ଓ ରାଜଗୃହରୁ ମନୋନୀତା ସାତ ଦାସୀ ତାହାଙ୍କୁ ଦେଲା; ଆଉ, ସେ ତାହାଙ୍କୁ ତାହାର ଦାସୀଗଣ ସହିତ ଅନ୍ତଃପୁରର ସର୍ବୋତ୍ତମ ସ୍ଥାନରେ ବାସ କରାଇଲା।
ఆ యువతి అంటే అతనికి చాలా ఇష్టం కలిగింది. అందువలన అతడు ఆమె పైన దయ చూపించాడు. అతడు ఆమెకు సౌందర్య సాధనాలను, భోజనపదార్ధాలను ఏర్పరచాడు. రాజుగారి దివాణంలో నుంచి ఏడుగురు ఆడపిల్లలను ఆమెకు చెలికత్తెలుగా ఏర్పాటు చేశాడు. ఆమెను, ఆమె చెలికత్తెలను రాణివాసంలో అతి శ్రేష్ఠమైన స్థలం లో ఉంచాడు.
10 ମାତ୍ର ଏଷ୍ଟର ଆପଣା ବଂଶ କି କୁଟୁମ୍ବର ପରିଚୟ କାହାକୁ ଦେଲେ ନାହିଁ, କାରଣ ମର୍ଦ୍ଦଖୟ ତାହା ନ ଜଣାଇବାକୁ ତାହାଙ୍କୁ ଆଜ୍ଞା କରିଥିଲେ।
౧౦తన బంధువులెవరో తన జాతి ఏమిటో ఆమె ఎవరికీ చెప్పలేదు. ఎందుకంటే అలా తెలపవద్దని మొర్దెకై ఆమెకు ఆజ్ఞాపించాడు.
11 ଏଥିଉତ୍ତାରେ ଏଷ୍ଟର କିପରି ଅଛି ଓ ତାହା ପ୍ରତି କʼଣ କରାଯିବ, ଏହା ଜାଣିବା ପାଇଁ ମର୍ଦ୍ଦଖୟ ପ୍ରତିଦିନ ଅନ୍ତଃପୁରର ପ୍ରାଙ୍ଗଣ ସମ୍ମୁଖରେ ଯାତାୟାତ କଲେ।
౧౧ఎస్తేరు యోగక్షేమాలు కనుక్కోవడానికీ ఆమెకేమి జరుగుతున్నదో తెలుసుకుంటూ ఉండడానికీ మొర్దెకై అంతఃపురం ఆవరణం బయట అనుదినం తిరుగులాడుతూ ఉండేవాడు.
12 ପୁଣି, ଦ୍ୱାଦଶ ମାସ ପର୍ଯ୍ୟନ୍ତ ସ୍ତ୍ରୀଲୋକଙ୍କ ନିୟମିତ ସେବା ପାଇଲା ଉତ୍ତାରେ ଅକ୍ଷଶ୍ୱେରଶ ରାଜା ନିକଟକୁ ଏକ ଏକ କନ୍ୟାର ଯିବାର ପାଳି ଉପସ୍ଥିତ ହେଲା; କାରଣ ସେମାନଙ୍କ ଅଙ୍ଗସଂସ୍କାରରେ ଏତେ ଦିନ ଲାଗିଲା, ଅର୍ଥାତ୍‍, ଛଅ ମାସ ଗନ୍ଧରସର ତୈଳ ଓ ଛଅ ମାସ ସୁଗନ୍ଧି ଓ ସ୍ତ୍ରୀଲୋକଙ୍କ ଅଙ୍ଗରାଗାର୍ଥକ ଦ୍ରବ୍ୟ ସେବନ କରିବାକୁ ହେଲା;
౧౨ఆరు నెలల పాటు గోపరస తైలంతో, ఆరు నెలల పాటు వివిధ సుగంధ ద్రవ్యాలతో, మొత్తం పన్నెండు నెలలు సౌందర్య పోషణ ప్రక్రియ పూర్తి చేసుకోవాలి అనేది ఆ స్త్రీలకు నియమించిన విధి. అప్పుడు రాజు దగ్గరికి పోయే వంతు ఒక్కొక్క అమ్మాయికీ వస్తుంది.
13 ପୁଣି, ରାଜା ନିକଟକୁ ଯିବାକୁ ହେଲେ, ପ୍ରତ୍ୟେକ ଯୁବତୀ ନିମନ୍ତେ ଏହି ନିୟମ ଥିଲା ଯେ, ସେ କୌଣସି ଦ୍ରବ୍ୟ ମାଗିଲେ, ଅନ୍ତଃପୁରରୁ ରାଜଗୃହକୁ ଯିବା ସମୟରେ ସଙ୍ଗେ ନେବା ନିମନ୍ତେ ତାହା ତାକୁ ଦିଆଯାଉଥିଲା।
౧౩రాణివాసం నుండి రాజు మందిరానికి వెళ్ళే సమయం వచ్చినప్పుడు ఒక్కొక్క అమ్మాయికి ఆమె ఏది కోరుకుంటే అది ఇస్తారు.
14 ସେ ସନ୍ଧ୍ୟାକାଳରେ ଯାଇ ପ୍ରଭାତରେ ଉପପତ୍ନୀଗଣର ରକ୍ଷକ ରାଜନପୁଂସକ ଶାଶ୍‍ଗସର ନିକଟକୁ ଦ୍ୱିତୀୟ ଅନ୍ତଃପୁରକୁ ଫେରି ଆସିଲେ; ରାଜା ତାହା ପ୍ରତି ତୁଷ୍ଟ ହୋଇ ଯେପର୍ଯ୍ୟନ୍ତ ତାହାର ନାମ ଧରି ନ ଡକାଇଲେ, ସେ ରାଜା ନିକଟକୁ ପୁନର୍ବାର ଯିବ ନାହିଁ।
౧౪సాయంత్రం వేళ ఆమె లోపలికి వెళ్లి మరునాడు ఉదయం రెండవ రాణివాసానికి తిరిగి వచ్చేది. అదంతా రాజు ఉంపుడుగత్తెల బాగోగులు చూసే షయష్గజు అనే రాజోద్యోగి పర్యవేక్షణలో ఉండేది. రాజుకు ఆమె బాగా నచ్చి అతడు ఆమెను పిలిపించుకుంటే తప్ప ఆమె రాజు దగ్గరికి ఇక వెళ్లకూడదు.
15 ଏଉତ୍ତାରୁ ମର୍ଦ୍ଦଖୟ ଆପଣା ପିତୃବ୍ୟ ଅବୀହୟିଲର ଯେଉଁ ଏଷ୍ଟର ନାମ୍ନୀ କନ୍ୟାକୁ ନିଜ କନ୍ୟା ରୂପେ ଗ୍ରହଣ କରିଥିଲେ, ରାଜା ନିକଟକୁ ତାହାର ଯିବାର ପାଳି ପଡ଼ନ୍ତେ, ସ୍ତ୍ରୀମାନଙ୍କ ରକ୍ଷକ ରାଜନପୁଂସକ ହେଗୟ ଯାହା ଯାହା ନିରୂପଣ କରିଥିଲେ, ତାହା ଛଡ଼ା ସେ ଆଉ କିଛି ମାଗିଲା ନାହିଁ; ତଥାପି ଯେଉଁମାନେ ଏଷ୍ଟର ପ୍ରତି ଦୃଷ୍ଟି କଲେ, ସେସମସ୍ତେ ତାହାଙ୍କୁ ଅନୁଗ୍ରହ କଲେ।
౧౫మొర్దెకై తన స్వంత కూతురుగా చూసుకుంటున్న అతని బాబాయి అబీహాయిలు కూతురు అయిన ఎస్తేరుకు రాజు దగ్గరికి వెళ్ళడానికి వంతు వచ్చింది. స్త్రీల పర్యవేక్షకుడైన రాజోద్యోగి హేగే నిర్ణయించిన అలంకారం తప్ప ఆమె మరి ఏమీ కోరలేదు. ఎస్తేరును చూసిన వారందరికీ ఆమె అంటే ఇష్టం కలిగింది.
16 ରାଜାଙ୍କ ରାଜତ୍ଵର ସପ୍ତମ ବର୍ଷର ଦଶମ ମାସରେ, ଅର୍ଥାତ୍‍, ଟେବେତ୍‍ ମାସରେ, ଏଷ୍ଟର ରାଜଗୃହକୁ ଅକ୍ଷଶ୍ୱେରଶ ରାଜା ନିକଟକୁ ନିଆଗଲା।
౧౬ఆ విధంగా అహష్వేరోషు రాజు పరిపాలనలో ఏడో సంవత్సరం టెబేతు అనే పదో నెలలో ఎస్తేరు రాజ మందిరంలో అతని దగ్గరికి పోయింది.
17 ତହିଁରେ ରାଜା ଅନ୍ୟ ସକଳ ସ୍ତ୍ରୀଠାରୁ ଏଷ୍ଟରଙ୍କୁ ଅଧିକ ପ୍ରେମ କଲେ, ପୁଣି ଅନ୍ୟ ସକଳ ଯୁବତୀଠାରୁ ସେ ରାଜାଙ୍କ ଦୃଷ୍ଟିରେ ଅଧିକ ଅନୁଗ୍ରହ ଓ ଦୟା ପାଇଲା; ଏଣୁ ସେ ତାହାର ମସ୍ତକରେ ରାଜମୁକୁଟ ଦେଇ ବଷ୍ଟୀ ବଦଳେ ତାକୁ ରାଣୀ କଲେ।
౧౭స్త్రీలందరికంటే రాజు ఎస్తేరును ఎక్కువగా ప్రేమించాడు. కన్యలందరి కంటే అతనికి ఎస్తేరు అంటే ఇష్టం, ఆకాంక్ష కలిగాయి. అతడు రాజ్యకిరీటాన్ని ఆమె తల మీద ఉంచి ఆమెను వష్తికి బదులుగా రాణిగా నియమించాడు.
18 ଏଥିଉତ୍ତାରେ ରାଜା ଆପଣା ସମସ୍ତ ଅଧିପତି ଓ ଦାସମାନଙ୍କ ପାଇଁ ଏଷ୍ଟରଙ୍କ ଭୋଜ ବୋଲି ମହାଭୋଜ ପ୍ରସ୍ତୁତ କଲେ ଓ ସବୁ ପ୍ରଦେଶର କର-ମୋଚନ କଲେ ଓ ରାଜାଙ୍କ ଉଦାରତାନୁସାରେ ଦାନ କଲେ।
౧౮అప్పుడు రాజు తన అధికారులందరికి, సేవకులందరికి ఎస్తేరు విషయమై గొప్పవిందు చేయించాడు. సంస్థానాలన్నిటిలో సెలవు ప్రకటించి రాజు స్థితికి తగినట్టుగా బహుమతులు ఇప్పించాడు.
19 କନ୍ୟାମାନେ ଦ୍ୱିତୀୟ ଥର ସଂଗୃହୀତା ହେବା ସମୟରେ, ମର୍ଦ୍ଦଖୟ ରାଜଦ୍ୱାରରେ ବସିଲେ।
౧౯రెండవసారి కన్యలను సమకూర్చినప్పుడు మొర్దెకై రాజు భవనం ద్వారం దగ్గర కూర్చుని ఉన్నాడు.
20 ଏଷ୍ଟର ମର୍ଦ୍ଦଖୟର ଆଜ୍ଞାନୁସାରେ ଆପଣା ବଂଶ ଓ କୁଟୁମ୍ବର ପରିଚୟ କାହାକୁ ହିଁ ଦେଲା ନାହିଁ; କାରଣ ଏଷ୍ଟର ମର୍ଦ୍ଦଖୟ ନିକଟରେ ପ୍ରତିପାଳିତା ହେବା ସମୟରେ ଯେପରି କରୁଥିଲେ, ସେତେବେଳେ ମଧ୍ୟ ସେପରି ତାହାର ଆଜ୍ଞା ପାଳନ କଲେ।
౨౦ఎస్తేరు మొర్దెకై పోషణలో ఉన్న కాలంలో చేసినట్టే ఇప్పుడు కూడా అతని మాటకు లోబడుతూ ఉంది. అందువలన మొర్దెకై తనకు ఆజ్ఞాపించినట్టే ఎస్తేరు తన జాతి ఏమిటో తన వంశమేమిటో ఎవరికీ చెప్పలేదు.
21 ସେହି ସମୟରେ ମର୍ଦ୍ଦଖୟ ରାଜଦ୍ୱାରରେ ବସିବା ବେଳେ, ଦ୍ୱାରପାଳମାନଙ୍କ ମଧ୍ୟରେ ବିଗ୍‍ଥନ୍‍ ଓ ତେରଶ୍‍ ନାମରେ ରାଜଗୃହର ଦୁଇ ନପୁଂସକ କ୍ରୁଦ୍ଧ ହୋଇ ଅକ୍ଷଶ୍ୱେରଶ ରାଜାକୁ ବଧ କରିବାକୁ ଚେଷ୍ଟା କଲେ।
౨౧ఆ రోజుల్లో మొర్దెకై రాజ భవన ద్వారం దగ్గర కూర్చుని ఉన్న సమయంలో రాజుగారి కొలువులో ఉన్న ఇద్దరు నపుంసకులు బిగ్తాను, తెరెషు అనే ద్వారపాలకులు అహష్వేరోషు రాజుపై కోపంతో అతనిని చంపాలని కుట్ర పన్నారు.
22 ମାତ୍ର ମର୍ଦ୍ଦଖୟ ଏହା ଜାଣି ଏଷ୍ଟର ରାଣୀଙ୍କୁ ଜଣାଇଲେ; ପୁଣି, ଏଷ୍ଟର ମର୍ଦ୍ଦଖୟ ନାମ ନେଇ ରାଜାଙ୍କୁ ତାହା ଜଣାଇଲେ।
౨౨ఈ సంగతి మొర్దెకైకి తెలిసి అతడు దాన్ని ఎస్తేరురాణితో చెప్పాడు. ఎస్తేరు మొర్దెకై పేరున దాన్ని రాజుకు తెలియజేసింది.
23 ତହିଁରେ ଅନୁସନ୍ଧାନ ଦ୍ୱାରା ସେହି କଥା ପ୍ରମାଣ ହୁଅନ୍ତେ, ସେହି ଦୁଇ ଜଣ ବୃକ୍ଷରେ ଫାଶୀ ପାଇଲେ, ଆଉ ସେହି କଥା ରାଜାଙ୍କ ସାକ୍ଷାତରେ ଇତିହାସ ପୁସ୍ତକରେ ଲେଖାଗଲା।
౨౩ఈ సంగతిని గూర్చి విచారణ జరిపినప్పుడు అది నిజమని తేలింది. అందువల్ల వారిద్దరినీ ఒక చెట్టుకు ఉరి తీశారు. రాజు సమక్షంలో ఈ వివరం రాజ్య వృత్తాంత గ్రంథంలో రాశారు.

< ଏଷ୍ଟର 2 >