< ଏଷ୍ଟର 3 >

1 ଏହି ସକଳ ଘଟଣା ଉତ୍ତାରେ ଅକ୍ଷଶ୍ୱେରଶ ରାଜା ଅଗାଗୀୟ ହମ୍ମଦାଥାର ପୁତ୍ର ହାମନ୍‍କୁ ଉନ୍ନତ କରି ଉଚ୍ଚପଦାନ୍ୱିତ କଲେ, ଆଉ ତାହାଙ୍କ ସଙ୍ଗୀ ସମସ୍ତ ଅଧିପତିର ଆସନ ଅପେକ୍ଷା ତାହାଙ୍କୁ ଶ୍ରେଷ୍ଠ ଆସନ ଦେଲେ।
post haec rex Asuerus exaltavit Aman filium Amadathi qui erat de stirpe Agag et posuit solium eius super omnes principes quos habebat
2 ତହିଁରେ ରାଜାଙ୍କ ଯେତେ ଦାସ ରାଜଦ୍ୱାରରେ ଥିଲେ, ସେସମସ୍ତେ ନତ ହୋଇ ହାମନ୍‍କୁ ପ୍ରଣାମ କଲେ; କାରଣ ରାଜା ତାହା ବିଷୟରେ ସେରୂପ ଆଜ୍ଞା ଦେଇଥିଲେ; ମାତ୍ର ମର୍ଦ୍ଦଖୟ ନତ ହେଲେ ନାହିଁ କିଅବା ତାହାଙ୍କୁ ପ୍ରଣାମ କଲେ ନାହିଁ।
cunctique servi regis qui in foribus palatii versabantur flectebant genu et adorabant Aman sic enim eis praeceperat imperator solus Mardocheus non flectebat genu neque adorabat eum
3 ଏଣୁ ରାଜଦ୍ୱାରବର୍ତ୍ତୀ ରାଜାଙ୍କ ଦାସଗଣ ମର୍ଦ୍ଦଖୟଙ୍କୁ କହିଲେ, “ତୁମ୍ଭେ କାହିଁକି ରାଜାଜ୍ଞା ଲଙ୍ଘନ କରୁଅଛ?”
cui dixerunt regis pueri qui ad fores palatii praesidebant cur praeter ceteros non observas mandata regis
4 ଏହିରୂପେ ସେମାନେ ପ୍ରତିଦିନ ତାହାଙ୍କୁ କହିଲେ, ତଥାପି ସେ ସେମାନଙ୍କର କଥା ମାନିଲେ ନାହିଁ; ଏଣୁ ଏହି ମର୍ଦ୍ଦଖୟର କଥା ରହିବ କି ନାହିଁ, ଏହା ଜାଣିବା ଇଚ୍ଛାରେ ସେମାନେ ହାମନ୍‍କୁ ତାହା ଜଣାଇଲେ; କାରଣ ମର୍ଦ୍ଦଖୟ ଯେ ଯିହୁଦୀୟ ଲୋକ, ଏହା ସେ ସେମାନଙ୍କୁ କହିଥିଲେ।
cumque hoc crebrius dicerent et ille nollet audire nuntiaverunt Aman scire cupientes utrum perseveraret in sententia dixerat enim eis se esse Iudaeum
5 ଯେତେବେଳେ ହାମନ୍‍ ଦେଖିଲେ ଯେ, ମର୍ଦ୍ଦଖୟ ନତ ହେଲେ ନାହିଁ କିଅବା ତାହାଙ୍କୁ ପ୍ରଣାମ କଲେ ନାହିଁ, ସେତେବେଳେ ସେ କ୍ରୋଧରେ ପରିପୂର୍ଣ୍ଣ ହେଲେ।
quod cum audisset Aman et experimento probasset quod Mardocheus non sibi flecteret genu nec se adoraret iratus est valde
6 ମାତ୍ର ସେ କେବଳ ମର୍ଦ୍ଦଖୟ ଉପରେ ହସ୍ତକ୍ଷେପ କରିବାକୁ ଲଘୁ ଜ୍ଞାନ କଲେ; କାରଣ ସେମାନେ ତାହାଙ୍କୁ ମର୍ଦ୍ଦଖୟର ବଂଶୀୟ ଲୋକଙ୍କ କଥା ଜଣାଇଥିଲେ, ତେଣୁ ହାମନ୍‍ ଅକ୍ଷଶ୍ୱେରଶର ସମୁଦାୟ ରାଜ୍ୟରେ ସମସ୍ତ ଯିହୁଦୀୟଙ୍କୁ, ଅର୍ଥାତ୍‍, ମର୍ଦ୍ଦଖୟର ଲୋକଙ୍କୁ ବିନାଶ କରିବାକୁ ଚେଷ୍ଟା କଲେ,
et pro nihilo duxit in unum Mardocheum mittere manus suas audierat enim quod esset gentis iudaeae magisque voluit omnem Iudaeorum qui erant in regno Asueri perdere nationem
7 ଆଉ, ସେହି ବିଷୟରେ ଅକ୍ଷଶ୍ୱେରଶ ରାଜାଙ୍କ ରାଜତ୍ଵର ଦ୍ୱାଦଶ ବର୍ଷର ନୀସନ୍‍ ନାମକ ପ୍ରଥମ ମାସରେ ହାମନ୍‍ର ସାକ୍ଷାତରେ ଅଦର ନାମକ ଦ୍ୱାଦଶ ମାସ ପର୍ଯ୍ୟନ୍ତ (କ୍ରମାଗତ) ସେମାନେ ପ୍ରତିଦିନ ଓ ପ୍ରତି ମାସ “ପୂର,” ଅର୍ଥାତ୍‍, ଗୁଲିବାଣ୍ଟ କଲେ।
mense primo cuius vocabulum est nisan anno duodecimo regni Asueri missa est sors in urnam quae hebraice dicitur phur coram Aman quo die et quo mense gens Iudaeorum deberet interfici et exivit mensis duodecimus qui vocatur adar
8 ଏଥିଉତ୍ତାରେ ହାମନ୍‍ ଅକ୍ଷଶ୍ୱେରଶ ରାଜାଙ୍କୁ କହିଲେ, “ଆପଣଙ୍କ ରାଜ୍ୟର ସମସ୍ତ ପ୍ରଦେଶସ୍ଥ ଲୋକଙ୍କ ମଧ୍ୟରେ ଛିନ୍ନଭିନ୍ନ ଓ ପୃଥକୀକୃତ ଏକ ଦେଶୀୟ ଲୋକ ଅଛନ୍ତି; ଅନ୍ୟ ସକଳ ଲୋକଙ୍କର ବ୍ୟବସ୍ଥାଠାରୁ ସେମାନଙ୍କ ବ୍ୟବସ୍ଥା ଭିନ୍ନ, ମଧ୍ୟ ସେମାନେ ମହାରାଜାଙ୍କ ବ୍ୟବସ୍ଥା ମାନନ୍ତି ନାହିଁ; ଏଣୁ ସେମାନଙ୍କ ବ୍ୟବହାର ସହ୍ୟ କରିବା ମହାରାଜାଙ୍କର ଉଚିତ ନୁହେଁ।
dixitque Aman regi Asuero est populus per omnes provincias regni tui dispersus et a se mutuo separatus novis utens legibus et caerimoniis insuper et regis scita contemnens et optime nosti quod non expediat regno tuo ut insolescat per licentiam
9 ମହାରାଜା ସନ୍ତୁଷ୍ଟ ହେଲେ ସେମାନଙ୍କୁ ବିନାଶ କରିବା ପାଇଁ ପତ୍ର ଲେଖାଯାଉ, ତହିଁରେ ମୁଁ ରାଜକାର୍ଯ୍ୟରେ ନିଯୁକ୍ତ ଲୋକଙ୍କ ହସ୍ତରେ ରାଜଭଣ୍ଡାରକୁ ଆଣିବା ପାଇଁ ଦଶ ହଜାର ତାଳନ୍ତ ରୂପା ଦେବି।”
si tibi placet decerne ut pereat et decem milia talentorum adpendam arcariis gazae tuae
10 ଏଥିରେ ରାଜା ଆପଣା ହସ୍ତରୁ ସନ୍ତକ-ଅଙ୍ଗୁରୀୟ କାଢ଼ି ଯିହୁଦୀୟମାନଙ୍କର ଶତ୍ରୁ ଅଗାଗୀୟ ହମ୍ମଦାଥାର ପୁତ୍ର ହାମନ୍‍କୁ ଦେଲେ।
tulit ergo rex anulum quo utebatur de manu sua et dedit eum Aman filio Amadathi de progenie Agag hosti Iudaeorum
11 “ପୁଣି, ରାଜା ହାମନ୍‍କୁ କହିଲେ, ସେହି ରୂପା ଓ ସେହି ଦେଶୀୟ ଲୋକ ତୁମ୍ଭକୁ ଦିଆଗଲା, ସେମାନଙ୍କ ପ୍ରତି ଯାହା ତୁମ୍ଭର ଇଚ୍ଛା, ତାହା କର।”
dixitque ad eum argentum quod polliceris tuum sit de populo age quod tibi placet
12 ଏଣୁ ପ୍ରଥମ ମାସର ତ୍ରୟୋଦଶ ଦିନରେ ରାଜାଙ୍କ ଲେଖକମାନେ ଆହୂତ ହୁଅନ୍ତେ, ହାମନ୍‍ର ସମସ୍ତ ଆଜ୍ଞାନୁସାରେ ପ୍ରତ୍ୟେକ ପ୍ରଦେଶସ୍ଥ ରାଜପ୍ରତିନିଧିଗଣ ଓ ଅଧିପତିଗଣ ଓ ପ୍ରତ୍ୟେକ ଦେଶୀୟ ଲୋକଙ୍କ ଶାସନକର୍ତ୍ତାଗଣ ପ୍ରତି ପ୍ରତ୍ୟେକ ପ୍ରଦେଶର ଅକ୍ଷରାନୁସାରେ ଓ ପ୍ରତ୍ୟେକ ଦେଶୀୟ ଲୋକଙ୍କ ଭାଷାନୁସାରେ ପତ୍ର ଲିଖିତ ହେଲେ, ତାହା ଅକ୍ଷଶ୍ୱେରଶ ରାଜାଙ୍କ ନାମରେ ଲିଖିତ ଓ ରାଜାଙ୍କ ଅଙ୍ଗୁରୀୟରେ ମୁଦ୍ରାଙ୍କିତ ହେଲା।
vocatique sunt scribae regis mense primo nisan tertiadecima die eius et scriptum est ut iusserat Aman ad omnes satrapas regis et iudices provinciarum diversarumque gentium ut quaeque gens legere poterat et audire pro varietate linguarum ex nomine regis Asueri et litterae ipsius signatae anulo
13 ପୁଣି, ଏକ ଦିନରେ, ଅର୍ଥାତ୍‍, ଅଦର ନାମକ ଦ୍ୱାଦଶ ମାସର ତ୍ରୟୋଦଶ ଦିନରେ ଯୁବା, ବୃଦ୍ଧ, ଶିଶୁ ଓ ସ୍ତ୍ରୀମାନଙ୍କ ସହିତ ସବୁ ଯିହୁଦୀୟମାନଙ୍କୁ ସଂହାର, ବଧ ଓ ବିନାଶ କରିବାକୁ ଓ ସେମାନଙ୍କ ସମ୍ପତ୍ତି ଲୁଟିବାକୁ ସେହି ପତ୍ର ଧାବକଗଣଙ୍କ ଦ୍ୱାରା ରାଜାଙ୍କ ସବୁ ପ୍ରଦେଶକୁ ପ୍ରେରିତ ହେଲେ।
missae sunt per cursores regis ad universas provincias ut occiderent atque delerent omnes Iudaeos a puero usque ad senem parvulos et mulieres uno die hoc est tertiodecimo mensis duodecimi qui vocatur adar et bona eorum diriperent
14 ପୁଣି, ସେହି ଦିନ ନିମନ୍ତେ ସମସ୍ତ ଲୋକ ଯେପରି ପ୍ରସ୍ତୁତ ହୁଅନ୍ତି, ଏଥିପାଇଁ ପ୍ରତ୍ୟେକ ପ୍ରଦେଶରେ ଆଜ୍ଞା ପ୍ରଚାର କରିବାକୁ ଓ ଯାବତୀୟ ଲୋକଙ୍କୁ ଗୋଚର କରାଇବାକୁ ସେହି ଲିଖନର ପ୍ରତିଲିପି ଦିଆଗଲା।
summa autem epistularum haec fuit ut omnes provinciae scirent et pararent se ad praedictam diem
15 ଆଉ, ଧାବକଗଣ ରାଜାଜ୍ଞା ପାଇ ଶୀଘ୍ର ବାହାରିଗଲେ, ପୁଣି ସେହି ଆଜ୍ଞା ଶୂଶନ୍‍ ରାଜଧାନୀରେ ପ୍ରକାଶିତ ହେଲା, ତହୁଁ ରାଜା ଓ ହାମନ୍‍ ପାନ କରିବାକୁ ବସିଲେ, ମାତ୍ର ଶୂଶନ୍‍ ନଗର ଉଦ୍‍ବିଗ୍ନ ହେଲା।
festinabant cursores qui missi erant explere regis imperium statimque in Susis pependit edictum rege et Aman celebrante convivium et cunctis qui in urbe erant flentibus

< ଏଷ୍ଟର 3 >