< ଏଷ୍ଟର 4 >
1 ମର୍ଦ୍ଦଖୟ ଏହିସବୁ ବିଷୟ ଗୋଚର ହୁଅନ୍ତେ, ଆପଣା ବସ୍ତ୍ର ଚିରିଲେ ଓ ଅଖା ପିନ୍ଧି ଓ ଭସ୍ମ ଲେପନ କରି ନଗର ମଧ୍ୟକୁ ଯାଇ ଉଚ୍ଚ ଓ ବିଳାପ ସ୍ୱରରେ ରୋଦନ କଲେ।
When Mordecai learned of all that had happened, he tore his clothes, put on sackcloth and ashes, and went out into the middle of the city, wailing loudly and bitterly.
2 ପୁଣି, ସେ ରାଜଦ୍ୱାରର ସମ୍ମୁଖ ପର୍ଯ୍ୟନ୍ତ ଗଲେ, କାରଣ ଅଖା ପିନ୍ଧି କାହାକୁ ରାଜଦ୍ୱାରରେ ପ୍ରବେଶ କରିବାର ଅନୁମତି ନ ଥିଲା।
But he went only as far as the king’s gate, because the law prohibited anyone wearing sackcloth from entering that gate.
3 ଆଉ, ପ୍ରତ୍ୟେକ ପ୍ରଦେଶର ଯେଉଁ ଯେଉଁ ସ୍ଥାନକୁ ଏହି ରାଜାଜ୍ଞା ଓ ନିୟମପତ୍ର ପହଞ୍ଚିଲା, ସେହି ସକଳ ସ୍ଥାନର ଯିହୁଦୀୟମାନଙ୍କ ମଧ୍ୟରେ ମହାଶୋକ ଓ ଉପବାସ ଓ କ୍ରନ୍ଦନ ଓ ବିଳାପ ହେଲା, ପୁଣି ଅନେକେ ଅଖା ଓ ଭସ୍ମରେ ଶୟନ କଲେ।
In every province to which the king’s command and edict came, there was great mourning among the Jews. They fasted, wept, and lamented, and many lay in sackcloth and ashes.
4 ଏଣୁ ଏଷ୍ଟରଙ୍କ ଦାସୀଗଣ ଓ ନପୁଂସକମାନେ ଆସି ଏହି କଥା ତାହାଙ୍କୁ ଜଣାଇଲେ; ତେଣୁ ରାଣୀ ଅତିଶୟ ଶୋକ କଲେ; ପୁଣି, ମର୍ଦ୍ଦଖୟଠାରୁ ଅଖା କାଢ଼ି ତାହାଙ୍କୁ ପିନ୍ଧାଇବା ପାଇଁ ବସ୍ତ୍ର ପଠାଇଲେ, ମାତ୍ର ସେ ତାହା ଗ୍ରହଣ କଲେ ନାହିଁ।
When Esther’s maidens and eunuchs came and told her about Mordecai, the queen was overcome with distress. She sent clothes for Mordecai to wear instead of his sackcloth, but he would not accept them.
5 ଏଥିରେ ରାଜାଙ୍କ ଦ୍ୱାରା ଏଷ୍ଟରଙ୍କ ସେବାରେ ନିଯୁକ୍ତ ହଥକ୍ ନାମକ ରାଜନପୁଂସକକୁ ଏଷ୍ଟର ଡାକି, କʼଣ ହେଲା ଓ କାହିଁକି ତାହା ହେଲା, ଏହା ଜାଣିବା ନିମନ୍ତେ ମର୍ଦ୍ଦଖୟ ନିକଟକୁ ଯିବା ପାଇଁ ତାହାଙ୍କୁ ଆଜ୍ଞା ଦେଲେ।
Then Esther summoned Hathach, one of the king’s eunuchs appointed to her, and she dispatched him to Mordecai to learn what was troubling him and why.
6 ତହିଁରେ ହଥକ୍ ରାଜଦ୍ୱାର ସମ୍ମୁଖସ୍ଥ ନଗରର ଛକବନ୍ଦି ସ୍ଥାନରେ ମର୍ଦ୍ଦଖୟ ନିକଟକୁ ଗଲେ।
So Hathach went out to Mordecai in the city square in front of the king’s gate,
7 ପୁଣି, ମର୍ଦ୍ଦଖୟ ଆପଣା ପ୍ରତି ଯାହା ଯାହା ଘଟିଥିଲା ଓ ଯିହୁଦୀୟମାନଙ୍କୁ ବିନାଶ କରିବା ନିମନ୍ତେ ହାମନ୍ ରାଜଭଣ୍ଡାରରେ ଠିକ୍ ଯେତେ ମୁଦ୍ରା ଦେବାକୁ ପ୍ରତିଜ୍ଞା କରିଥିଲେ, ତାହା ତାହାଙ୍କୁ କହିଲେ।
and Mordecai told him all that had happened to him, including the exact amount of money that Haman had promised to pay into the royal treasury in order to destroy the Jews.
8 ଆହୁରି ମଧ୍ୟ, “ସେମାନଙ୍କ ବିନାଶାର୍ଥେ ଯେଉଁ ଆଜ୍ଞାପତ୍ର ଶୂଶନ୍ରେ ଦତ୍ତ ହୋଇଥିଲା, ତହିଁର ଏକ ପ୍ରତିଲିପି ଏଷ୍ଟରଙ୍କୁ ଦେଖାଇ ଜ୍ଞାତ କରାଇବାକୁ ଦେଲେ; ଆଉ, ଏଷ୍ଟର ଯେପରି ଆପଣା ଲୋକଙ୍କ ପାଇଁ ରାଜାଙ୍କ ଛାମୁରେ ପ୍ରବେଶ କରି ତାଙ୍କ ନିକଟରେ ନିବେଦନ ଓ ଅନୁରୋଧ କରିବେ,” ଏପରି ଆଦେଶ କରିବାକୁ କହିଲେ।
Mordecai also gave Hathach a copy of the written decree issued in Susa for the destruction of the Jews, to show and explain to Esther, urging her to approach the king, implore his favor, and plead before him for her people.
9 ତହୁଁ ହଥକ୍ ଆସି ମର୍ଦ୍ଦଖୟର କଥା ଏଷ୍ଟରଙ୍କୁ ଜଣାଇଲେ।
So Hathach went back and relayed Mordecai’s response to Esther.
10 ଏଉତ୍ତାରୁ ଏଷ୍ଟର ହଥକ୍କୁ ଏହି କଥା କହି ମର୍ଦ୍ଦଖୟ ନିକଟକୁ ଯିବା ପାଇଁ ଆଜ୍ଞା କଲେ, ଯଥା,
Then Esther spoke to Hathach and instructed him to tell Mordecai,
11 “ବିନା ଡାକରାରେ ପୁରୁଷ କି ସ୍ତ୍ରୀ ଯେକେହି ଭିତର ପ୍ରାଙ୍ଗଣକୁ ରାଜାଙ୍କ ନିକଟକୁ ଯାଏ, ତାହାର ପ୍ରାଣଦଣ୍ଡ ହେବାର ଏକମାତ୍ର ଆଜ୍ଞା ଅଛି, କେବଳ ଯାହା ପ୍ରତି ରାଜା ସ୍ୱର୍ଣ୍ଣମୟ ରାଜଦଣ୍ଡ ବଢ଼ାନ୍ତି, ସେହି ବଞ୍ଚେ, ଏହା ରାଜାଙ୍କର ସବୁ ଦାସ ଓ ରାଜାଙ୍କର ସବୁ ପ୍ରଦେଶସ୍ଥ ଲୋକ ଜାଣନ୍ତି; ମାତ୍ର ଆଜକୁ ତିରିଶ ଦିନ ହେଲା ମୁଁ ରାଜାଙ୍କ ନିକଟକୁ ଯିବା ପାଇଁ ଡାକରା ପାଇ ନାହିଁ।”
“All the royal officials and the people of the king’s provinces know that one law applies to every man or woman who approaches the king in the inner court without being summoned—that he be put to death. Only if the king extends the gold scepter may that person live. But I have not been summoned to appear before the king for the past thirty days.”
12 ସେମାନେ ଏଷ୍ଟରଙ୍କ ଏହି କଥା ମର୍ଦ୍ଦଖୟଙ୍କୁ କହିଲେ।
When Esther’s words were relayed to Mordecai,
13 ତେଣୁ ମର୍ଦ୍ଦଖୟ ଏଷ୍ଟରଙ୍କୁ ଏହି ପ୍ରତ୍ୟୁତ୍ତର ଦେବାକୁ ସେମାନଙ୍କୁ କହିଲେ, “ସବୁ ଯିହୁଦୀୟମାନଙ୍କ ମଧ୍ୟରୁ କେବଳ ତୁମ୍ଭେ ରାଜଗୃହରେ ଥିବାରୁ ଯେ ରକ୍ଷା ପାଇବ, ଏହା ମନରେ ଭାବ ନାହିଁ।
he sent back to her this reply: “Do not imagine that because you are in the king’s palace you alone will escape the fate of all the Jews.
14 ଯେବେ ତୁମ୍ଭେ ଏହି ସମୟରେ ସର୍ବତୋଭାବେ ନୀରବ ହୋଇ ରୁହ, ତେବେ ଅନ୍ୟ କୌଣସି ସ୍ଥାନରୁ ଯିହୁଦୀୟମାନଙ୍କର ଉପକାର ଓ ଉଦ୍ଧାର ଉତ୍ପନ୍ନ ହେବ, ମାତ୍ର ତୁମ୍ଭେ ଓ ତୁମ୍ଭ ପିତୃବଂଶ ବିନଷ୍ଟ ହେବ; କିଏ ଜାଣେ, ତୁମ୍ଭେ ଏପରି ସମୟ ନିମନ୍ତେ ରାଜ୍ୟ ପାଇଅଛ?”
For if you remain silent at this time, relief and deliverance for the Jews will arise from another place, but you and your father’s house will perish. And who knows if perhaps you have come to the kingdom for such a time as this?”
15 ଏଥିରେ ଏଷ୍ଟର ମର୍ଦ୍ଦଖୟଙ୍କୁ ଏହି ପ୍ରତ୍ୟୁତ୍ତର ଦେବାକୁ ସେମାନଙ୍କୁ କହିଲେ,
Then Esther sent this reply to Mordecai:
16 “ତୁମ୍ଭେ ଯାଇ ଶୂଶନ୍ରେ ଉପସ୍ଥିତ ସମସ୍ତ ଯିହୁଦୀୟ ଲୋକଙ୍କୁ ଏକତ୍ର କରି ମୋʼ ନିମନ୍ତେ ଉପବାସ କର, ପୁଣି ତିନି ଦିନ ଯାଏ ଦିନରେ କିଅବା ରାତ୍ରିରେ କିଛି ଭୋଜନ କର ନାହିଁ ଓ କିଛି ପାନ କର ନାହିଁ; ମଧ୍ୟ ମୁଁ ଓ ମୋହର ଦାସୀଗଣ ତଦ୍ରୂପ ଉପବାସ କରିବୁ; ତହୁଁ ବ୍ୟବସ୍ଥାନୁଯାୟୀ ନୋହିଲେ ହେଁ ମୁଁ ରାଜାଙ୍କ ନିକଟକୁ ଯିବି; ତହିଁରେ ମୁଁ ବିନଷ୍ଟ ହେଲେ ବିନଷ୍ଟ ହେବି।”
“Go and assemble all the Jews who can be found in Susa, and fast for me. Do not eat or drink for three days, night or day, and I and my maidens will fast as you do. After that, I will go to the king, even though it is against the law. And if I perish, I perish!”
17 ତେଣୁ ମର୍ଦ୍ଦଖୟ ଚାଲିଯାଇ ଏଷ୍ଟରଙ୍କ ସମସ୍ତ ଆଜ୍ଞାନୁସାରେ କର୍ମ କଲେ।
So Mordecai went and did all that Esther had instructed him.