< ଏଷ୍ଟର 4 >

1 ମର୍ଦ୍ଦଖୟ ଏହିସବୁ ବିଷୟ ଗୋଚର ହୁଅନ୍ତେ, ଆପଣା ବସ୍ତ୍ର ଚିରିଲେ ଓ ଅଖା ପିନ୍ଧି ଓ ଭସ୍ମ ଲେପନ କରି ନଗର ମଧ୍ୟକୁ ଯାଇ ଉଚ୍ଚ ଓ ବିଳାପ ସ୍ୱରରେ ରୋଦନ କଲେ।
וּמׇרְדֳּכַי יָדַע אֶת־כׇּל־אֲשֶׁר נַעֲשָׂה וַיִּקְרַע מׇרְדֳּכַי אֶת־בְּגָדָיו וַיִּלְבַּשׁ שַׂק וָאֵפֶר וַיֵּצֵא בְּתוֹךְ הָעִיר וַיִּזְעַק זְעָקָה גְדוֹלָה וּמָרָֽה׃
2 ପୁଣି, ସେ ରାଜଦ୍ୱାରର ସମ୍ମୁଖ ପର୍ଯ୍ୟନ୍ତ ଗଲେ, କାରଣ ଅଖା ପିନ୍ଧି କାହାକୁ ରାଜଦ୍ୱାରରେ ପ୍ରବେଶ କରିବାର ଅନୁମତି ନ ଥିଲା।
וַיָּבוֹא עַד לִפְנֵי שַֽׁעַר־הַמֶּלֶךְ כִּי אֵין לָבוֹא אֶל־שַׁעַר הַמֶּלֶךְ בִּלְבוּשׁ שָֽׂק׃
3 ଆଉ, ପ୍ରତ୍ୟେକ ପ୍ରଦେଶର ଯେଉଁ ଯେଉଁ ସ୍ଥାନକୁ ଏହି ରାଜାଜ୍ଞା ଓ ନିୟମପତ୍ର ପହଞ୍ଚିଲା, ସେହି ସକଳ ସ୍ଥାନର ଯିହୁଦୀୟମାନଙ୍କ ମଧ୍ୟରେ ମହାଶୋକ ଓ ଉପବାସ ଓ କ୍ରନ୍ଦନ ଓ ବିଳାପ ହେଲା, ପୁଣି ଅନେକେ ଅଖା ଓ ଭସ୍ମରେ ଶୟନ କଲେ।
וּבְכׇל־מְדִינָה וּמְדִינָה מְקוֹם אֲשֶׁר דְּבַר־הַמֶּלֶךְ וְדָתוֹ מַגִּיעַ אֵבֶל גָּדוֹל לַיְּהוּדִים וְצוֹם וּבְכִי וּמִסְפֵּד שַׂק וָאֵפֶר יֻצַּע לָֽרַבִּֽים׃
4 ଏଣୁ ଏଷ୍ଟରଙ୍କ ଦାସୀଗଣ ଓ ନପୁଂସକମାନେ ଆସି ଏହି କଥା ତାହାଙ୍କୁ ଜଣାଇଲେ; ତେଣୁ ରାଣୀ ଅତିଶୟ ଶୋକ କଲେ; ପୁଣି, ମର୍ଦ୍ଦଖୟଠାରୁ ଅଖା କାଢ଼ି ତାହାଙ୍କୁ ପିନ୍ଧାଇବା ପାଇଁ ବସ୍ତ୍ର ପଠାଇଲେ, ମାତ୍ର ସେ ତାହା ଗ୍ରହଣ କଲେ ନାହିଁ।
(ותבואינה) [וַתָּבוֹאנָה] נַעֲרוֹת אֶסְתֵּר וְסָרִיסֶיהָ וַיַּגִּידוּ לָהּ וַתִּתְחַלְחַל הַמַּלְכָּה מְאֹד וַתִּשְׁלַח בְּגָדִים לְהַלְבִּישׁ אֶֽת־מׇרְדֳּכַי וּלְהָסִיר שַׂקּוֹ מֵעָלָיו וְלֹא קִבֵּֽל׃
5 ଏଥିରେ ରାଜାଙ୍କ ଦ୍ୱାରା ଏଷ୍ଟରଙ୍କ ସେବାରେ ନିଯୁକ୍ତ ହଥକ୍‍ ନାମକ ରାଜନପୁଂସକକୁ ଏଷ୍ଟର ଡାକି, କʼଣ ହେଲା ଓ କାହିଁକି ତାହା ହେଲା, ଏହା ଜାଣିବା ନିମନ୍ତେ ମର୍ଦ୍ଦଖୟ ନିକଟକୁ ଯିବା ପାଇଁ ତାହାଙ୍କୁ ଆଜ୍ଞା ଦେଲେ।
וַתִּקְרָא אֶסְתֵּר לַהֲתָךְ מִסָּרִיסֵי הַמֶּלֶךְ אֲשֶׁר הֶעֱמִיד לְפָנֶיהָ וַתְּצַוֵּהוּ עַֽל־מׇרְדֳּכָי לָדַעַת מַה־זֶּה וְעַל־מַה־זֶּֽה׃
6 ତହିଁରେ ହଥକ୍‍ ରାଜଦ୍ୱାର ସମ୍ମୁଖସ୍ଥ ନଗରର ଛକବନ୍ଦି ସ୍ଥାନରେ ମର୍ଦ୍ଦଖୟ ନିକଟକୁ ଗଲେ।
וַיֵּצֵא הֲתָךְ אֶֽל־מׇרְדֳּכָי אֶל־רְחוֹב הָעִיר אֲשֶׁר לִפְנֵי שַֽׁעַר־הַמֶּֽלֶךְ׃
7 ପୁଣି, ମର୍ଦ୍ଦଖୟ ଆପଣା ପ୍ରତି ଯାହା ଯାହା ଘଟିଥିଲା ଓ ଯିହୁଦୀୟମାନଙ୍କୁ ବିନାଶ କରିବା ନିମନ୍ତେ ହାମନ୍‍ ରାଜଭଣ୍ଡାରରେ ଠିକ୍ ଯେତେ ମୁଦ୍ରା ଦେବାକୁ ପ୍ରତିଜ୍ଞା କରିଥିଲେ, ତାହା ତାହାଙ୍କୁ କହିଲେ।
וַיַּגֶּד־לוֹ מׇרְדֳּכַי אֵת כׇּל־אֲשֶׁר קָרָהוּ וְאֵת ׀ פָּרָשַׁת הַכֶּסֶף אֲשֶׁר אָמַר הָמָן לִשְׁקוֹל עַל־גִּנְזֵי הַמֶּלֶךְ (ביהודיים) [בַּיְּהוּדִים] לְאַבְּדָֽם׃
8 ଆହୁରି ମଧ୍ୟ, “ସେମାନଙ୍କ ବିନାଶାର୍ଥେ ଯେଉଁ ଆଜ୍ଞାପତ୍ର ଶୂଶନ୍‍ରେ ଦତ୍ତ ହୋଇଥିଲା, ତହିଁର ଏକ ପ୍ରତିଲିପି ଏଷ୍ଟରଙ୍କୁ ଦେଖାଇ ଜ୍ଞାତ କରାଇବାକୁ ଦେଲେ; ଆଉ, ଏଷ୍ଟର ଯେପରି ଆପଣା ଲୋକଙ୍କ ପାଇଁ ରାଜାଙ୍କ ଛାମୁରେ ପ୍ରବେଶ କରି ତାଙ୍କ ନିକଟରେ ନିବେଦନ ଓ ଅନୁରୋଧ କରିବେ,” ଏପରି ଆଦେଶ କରିବାକୁ କହିଲେ।
וְאֶת־פַּתְשֶׁגֶן כְּתָֽב־הַדָּת אֲשֶׁר־נִתַּן בְּשׁוּשָׁן לְהַשְׁמִידָם נָתַן לוֹ לְהַרְאוֹת אֶת־אֶסְתֵּר וּלְהַגִּיד לָהּ וּלְצַוּוֹת עָלֶיהָ לָבוֹא אֶל־הַמֶּלֶךְ לְהִֽתְחַנֶּן־לוֹ וּלְבַקֵּשׁ מִלְּפָנָיו עַל־עַמָּֽהּ׃
9 ତହୁଁ ହଥକ୍‍ ଆସି ମର୍ଦ୍ଦଖୟର କଥା ଏଷ୍ଟରଙ୍କୁ ଜଣାଇଲେ।
וַיָּבוֹא הֲתָךְ וַיַּגֵּד לְאֶסְתֵּר אֵת דִּבְרֵי מׇרְדֳּכָֽי׃
10 ଏଉତ୍ତାରୁ ଏଷ୍ଟର ହଥକ୍‍କୁ ଏହି କଥା କହି ମର୍ଦ୍ଦଖୟ ନିକଟକୁ ଯିବା ପାଇଁ ଆଜ୍ଞା କଲେ, ଯଥା,
וַתֹּאמֶר אֶסְתֵּר לַהֲתָךְ וַתְּצַוֵּהוּ אֶֽל־מׇרְדֳּכָֽי׃
11 “ବିନା ଡାକରାରେ ପୁରୁଷ କି ସ୍ତ୍ରୀ ଯେକେହି ଭିତର ପ୍ରାଙ୍ଗଣକୁ ରାଜାଙ୍କ ନିକଟକୁ ଯାଏ, ତାହାର ପ୍ରାଣଦଣ୍ଡ ହେବାର ଏକମାତ୍ର ଆଜ୍ଞା ଅଛି, କେବଳ ଯାହା ପ୍ରତି ରାଜା ସ୍ୱର୍ଣ୍ଣମୟ ରାଜଦଣ୍ଡ ବଢ଼ାନ୍ତି, ସେହି ବଞ୍ଚେ, ଏହା ରାଜାଙ୍କର ସବୁ ଦାସ ଓ ରାଜାଙ୍କର ସବୁ ପ୍ରଦେଶସ୍ଥ ଲୋକ ଜାଣନ୍ତି; ମାତ୍ର ଆଜକୁ ତିରିଶ ଦିନ ହେଲା ମୁଁ ରାଜାଙ୍କ ନିକଟକୁ ଯିବା ପାଇଁ ଡାକରା ପାଇ ନାହିଁ।”
כׇּל־עַבְדֵי הַמֶּלֶךְ וְעַם־מְדִינוֹת הַמֶּלֶךְ יֹֽדְעִים אֲשֶׁר כׇּל־אִישׁ וְאִשָּׁה אֲשֶׁר יָבֽוֹא־אֶל־הַמֶּלֶךְ אֶל־הֶחָצֵר הַפְּנִימִית אֲשֶׁר לֹֽא־יִקָּרֵא אַחַת דָּתוֹ לְהָמִית לְבַד מֵאֲשֶׁר יֽוֹשִׁיט־לוֹ הַמֶּלֶךְ אֶת־שַׁרְבִיט הַזָּהָב וְחָיָה וַאֲנִי לֹא נִקְרֵאתִי לָבוֹא אֶל־הַמֶּלֶךְ זֶה שְׁלוֹשִׁים יֽוֹם׃
12 ସେମାନେ ଏଷ୍ଟରଙ୍କ ଏହି କଥା ମର୍ଦ୍ଦଖୟଙ୍କୁ କହିଲେ।
וַיַּגִּידוּ לְמׇרְדֳּכָי אֵת דִּבְרֵי אֶסְתֵּֽר׃
13 ତେଣୁ ମର୍ଦ୍ଦଖୟ ଏଷ୍ଟରଙ୍କୁ ଏହି ପ୍ରତ୍ୟୁତ୍ତର ଦେବାକୁ ସେମାନଙ୍କୁ କହିଲେ, “ସବୁ ଯିହୁଦୀୟମାନଙ୍କ ମଧ୍ୟରୁ କେବଳ ତୁମ୍ଭେ ରାଜଗୃହରେ ଥିବାରୁ ଯେ ରକ୍ଷା ପାଇବ, ଏହା ମନରେ ଭାବ ନାହିଁ।
וַיֹּאמֶר מׇרְדֳּכַי לְהָשִׁיב אֶל־אֶסְתֵּר אַל־תְּדַמִּי בְנַפְשֵׁךְ לְהִמָּלֵט בֵּית־הַמֶּלֶךְ מִכׇּל־הַיְּהוּדִֽים׃
14 ଯେବେ ତୁମ୍ଭେ ଏହି ସମୟରେ ସର୍ବତୋଭାବେ ନୀରବ ହୋଇ ରୁହ, ତେବେ ଅନ୍ୟ କୌଣସି ସ୍ଥାନରୁ ଯିହୁଦୀୟମାନଙ୍କର ଉପକାର ଓ ଉଦ୍ଧାର ଉତ୍ପନ୍ନ ହେବ, ମାତ୍ର ତୁମ୍ଭେ ଓ ତୁମ୍ଭ ପିତୃବଂଶ ବିନଷ୍ଟ ହେବ; କିଏ ଜାଣେ, ତୁମ୍ଭେ ଏପରି ସମୟ ନିମନ୍ତେ ରାଜ୍ୟ ପାଇଅଛ?”
כִּי אִם־הַחֲרֵשׁ תַּחֲרִישִׁי בָּעֵת הַזֹּאת רֶוַח וְהַצָּלָה יַעֲמוֹד לַיְּהוּדִים מִמָּקוֹם אַחֵר וְאַתְּ וּבֵית־אָבִיךְ תֹּאבֵדוּ וּמִי יוֹדֵעַ אִם־לְעֵת כָּזֹאת הִגַּעַתְּ לַמַּלְכֽוּת׃
15 ଏଥିରେ ଏଷ୍ଟର ମର୍ଦ୍ଦଖୟଙ୍କୁ ଏହି ପ୍ରତ୍ୟୁତ୍ତର ଦେବାକୁ ସେମାନଙ୍କୁ କହିଲେ,
וַתֹּאמֶר אֶסְתֵּר לְהָשִׁיב אֶֽל־מׇרְדֳּכָֽי׃
16 “ତୁମ୍ଭେ ଯାଇ ଶୂଶନ୍‍ରେ ଉପସ୍ଥିତ ସମସ୍ତ ଯିହୁଦୀୟ ଲୋକଙ୍କୁ ଏକତ୍ର କରି ମୋʼ ନିମନ୍ତେ ଉପବାସ କର, ପୁଣି ତିନି ଦିନ ଯାଏ ଦିନରେ କିଅବା ରାତ୍ରିରେ କିଛି ଭୋଜନ କର ନାହିଁ ଓ କିଛି ପାନ କର ନାହିଁ; ମଧ୍ୟ ମୁଁ ଓ ମୋହର ଦାସୀଗଣ ତଦ୍ରୂପ ଉପବାସ କରିବୁ; ତହୁଁ ବ୍ୟବସ୍ଥାନୁଯାୟୀ ନୋହିଲେ ହେଁ ମୁଁ ରାଜାଙ୍କ ନିକଟକୁ ଯିବି; ତହିଁରେ ମୁଁ ବିନଷ୍ଟ ହେଲେ ବିନଷ୍ଟ ହେବି।”
לֵךְ כְּנוֹס אֶת־כׇּל־הַיְּהוּדִים הַֽנִּמְצְאִים בְּשׁוּשָׁן וְצוּמוּ עָלַי וְאַל־תֹּאכְלוּ וְאַל־תִּשְׁתּוּ שְׁלֹשֶׁת יָמִים לַיְלָה וָיוֹם גַּם־אֲנִי וְנַעֲרֹתַי אָצוּם כֵּן וּבְכֵן אָבוֹא אֶל־הַמֶּלֶךְ אֲשֶׁר לֹֽא־כַדָּת וְכַאֲשֶׁר אָבַדְתִּי אָבָֽדְתִּי׃
17 ତେଣୁ ମର୍ଦ୍ଦଖୟ ଚାଲିଯାଇ ଏଷ୍ଟରଙ୍କ ସମସ୍ତ ଆଜ୍ଞାନୁସାରେ କର୍ମ କଲେ।
וַֽיַּעֲבֹר מׇרְדֳּכָי וַיַּעַשׂ כְּכֹל אֲשֶׁר־צִוְּתָה עָלָיו אֶסְתֵּֽר׃

< ଏଷ୍ଟର 4 >