< ଏଷ୍ଟର 5 >
1 ଏଉତ୍ତାରୁ ତୃତୀୟ ଦିନ ଏଷ୍ଟର ରାଜକୀୟ ବସ୍ତ୍ର ପିନ୍ଧି ରାଜଗୃହର ଭିତର ପ୍ରାଙ୍ଗଣରେ ରାଜଗୃହ ସମ୍ମୁଖରେ ଠିଆ ହେଲେ; ସେହି ସମୟରେ ରାଜା ରାଜଗୃହରେ ଗୃହଦ୍ୱାର ସମ୍ମୁଖରେ ରାଜସିଂହାସନ ଉପରେ ଉପବିଷ୍ଟ ଥିଲେ।
第三日,以斯帖穿上朝服,进王宫的内院,对殿站立。王在殿里坐在宝座上,对着殿门。
2 ଏଥିରେ ରାଜା ଏଷ୍ଟର ରାଣୀଙ୍କୁ ପ୍ରାଙ୍ଗଣରେ ଠିଆ ହେବାର ଦେଖିଲେ, ପୁଣି ଏଷ୍ଟର ରାଜାଙ୍କ ଦୃଷ୍ଟିରେ ଅନୁଗ୍ରହ ପାଇବାରୁ ରାଜା ଏଷ୍ଟର ପ୍ରତି ଆପଣା ହସ୍ତସ୍ଥିତ ସୁବର୍ଣ୍ଣ ଦଣ୍ଡ ବଢ଼ାଇଲେ; ତେଣୁ ଏଷ୍ଟର ନିକଟକୁ ଆସି ରାଜଦଣ୍ଡର ଅଗ୍ରଭାଗ ଛୁଇଁଲେ।
王见王后以斯帖站在院内,就施恩于她,向她伸出手中的金杖;以斯帖便向前摸杖头。
3 ପୁଣି, ରାଜା ତାହାଙ୍କୁ ପଚାରିଲେ, “ଆଗୋ ଏଷ୍ଟର ରାଣୀ, ତୁମ୍ଭର କି ବାଞ୍ଛା ଓ କି ପ୍ରାର୍ଥନା? ଅର୍ଦ୍ଧେକ ରାଜ୍ୟ ପର୍ଯ୍ୟନ୍ତ ହେଲେ ହେଁ ତାହା ତୁମ୍ଭକୁ ଦତ୍ତ ହେବ।”
王对她说:“王后以斯帖啊,你要什么?你求什么,就是国的一半也必赐给你。”
4 ଏଷ୍ଟର ଉତ୍ତର କଲେ, “ଯେବେ ମହାରାଜାଙ୍କ ଦୃଷ୍ଟିରେ ଭଲ ଦିଶେ, ତେବେ ମୁଁ ଆପଣଙ୍କ ପାଇଁ ଯେଉଁ ଭୋଜ ପ୍ରସ୍ତୁତ କରିଅଛି, ମହାରାଜ ଓ ହାମନ୍ ଆଜି ସେହି ଭୋଜକୁ ଆଗମନ କରନ୍ତୁ।”
以斯帖说:“王若以为美,就请王带着哈曼今日赴我所预备的筵席。”
5 ଏଥିରେ ରାଜା କହିଲେ, “ଏଷ୍ଟରଙ୍କ କଥାନୁସାରେ ଶୀଘ୍ର କର୍ମ କରିବା ପାଇଁ ହାମନ୍କୁ କୁହ;” ଏଥିଉତ୍ତାରେ ରାଜା ଓ ହାମନ୍ ଏଷ୍ଟରଙ୍କ ପ୍ରସ୍ତୁତ ଭୋଜକୁ ଆସିଲେ।
王说:“叫哈曼速速照以斯帖的话去行。”于是王带着哈曼赴以斯帖所预备的筵席。
6 ଏଥିରେ ରାଜା ଭୋଜରେ ଦ୍ରାକ୍ଷାରସ ପାନ କରିବା ବେଳେ ଏଷ୍ଟରଙ୍କୁ କହିଲେ, ତୁମ୍ଭର ନିବେଦନ କଅଣ? “ତାହା ତୁମ୍ଭକୁ ଦତ୍ତ ହେବ; ପୁଣି, ତୁମ୍ଭର ପ୍ରାର୍ଥନା କଅଣ? ଅର୍ଦ୍ଧେକ ରାଜ୍ୟ ପର୍ଯ୍ୟନ୍ତ ହେଲେ ହେଁ ତାହା ସିଦ୍ଧ ହେବ।”
在酒席筵前,王又问以斯帖说:“你要什么,我必赐给你;你求什么,就是国的一半也必为你成就。”
7 ତହିଁରେ ଏଷ୍ଟର ଉତ୍ତର ଦେଲେ, “ମୋହର ନିବେଦନ ଓ ପ୍ରାର୍ଥନା ଏହି;
以斯帖回答说:“我有所要,我有所求。
8 ମୁଁ ଯେବେ ମହାରାଜାଙ୍କ ଦୃଷ୍ଟିରେ ଅନୁଗ୍ରହ ପାଇଅଛି, ପୁଣି ମୋହର ନିବେଦନୀୟ ବିଷୟ ଦେବାକୁ ଓ ପ୍ରାର୍ଥନା ସିଦ୍ଧ କରିବାକୁ ଯେବେ ମହାରାଜ ତୁଷ୍ଟ ହୁଅନ୍ତି, ତେବେ ମୁଁ ଯେଉଁ ଭୋଜ ଆପଣମାନଙ୍କ ନିମନ୍ତେ ପ୍ରସ୍ତୁତ କରିବି, ତହିଁକି ମହାରାଜ ଓ ହାମନ୍ ଆସନ୍ତୁ, ମୁଁ କାଲି ମହାରାଜାଙ୍କ ଆଜ୍ଞାନୁସାରେ କହିବି।”
我若在王眼前蒙恩,王若愿意赐我所要的,准我所求的,就请王带着哈曼再赴我所要预备的筵席。明日我必照王所问的说明。”
9 ତହିଁରେ ସେହି ଦିନ ହାମନ୍ ଆନନ୍ଦିତ ଓ ହୃଷ୍ଟଚିତ୍ତ ହୋଇ ବାହାରକୁ ଗଲା; ମାତ୍ର ହାମନ୍ ରାଜଦ୍ୱାରରେ ଆପଣା ସମ୍ମୁଖରେ ମର୍ଦ୍ଦଖୟଙ୍କୁ ଉଠି ଠିଆ ନ ହେବାର କିଅବା ପ୍ରଣାମ ନ କରିବାର ଦେଖି ସେ ମର୍ଦ୍ଦଖୟ ବିରୁଦ୍ଧରେ କ୍ରୋଧରେ ପରିପୂର୍ଣ୍ଣ ହେଲେ।
那日哈曼心中快乐,欢欢喜喜地出来;但见末底改在朝门不站起来,连身也不动,就满心恼怒末底改。
10 ତଥାପି ହାମନ୍ ଆପଣା କ୍ରୋଧ ସମ୍ଭାଳି ଗୃହକୁ ଗଲା, ପୁଣି ଆପଣା ମିତ୍ରଗଣକୁ ଓ ଆପଣା ଭାର୍ଯ୍ୟା ସେରଶ୍କୁ ଡକାଇ ଆଣିଲେ।
哈曼暂且忍耐回家,叫人请他朋友和他妻子细利斯来。
11 ଆଉ, ହାମନ୍ ଆପଣା ଧନ ଓ ଐଶ୍ୱର୍ଯ୍ୟର କଥା ଓ ବହୁ ସନ୍ତାନମାନଙ୍କ କଥା ଓ ରାଜା କିପରି ତାହାର ପଦ ବୃଦ୍ଧି କରିଅଛନ୍ତି ଓ କିପରି ତାହାଙ୍କୁ ଆପଣା ଅଧିପତିମାନଙ୍କ ଓ ଦାସମାନଙ୍କ ଉପରେ ଆସନ ଦେଇଅଛନ୍ତି, ଏହିସବୁ ବିଷୟ ସେମାନଙ୍କୁ ଶୁଣାଇଲେ।
哈曼将他富厚的荣耀、众多的儿女,和王抬举他使他超乎首领臣仆之上,都述说给他们听。
12 ହାମନ୍ ଆହୁରି କହିଲେ, “ଏଷ୍ଟର ରାଣୀ ଆପଣା ପ୍ରସ୍ତୁତ ଭୋଜକୁ ମୋʼ ବିନୁ ଆଉ କାହାକୁ ରାଜାଙ୍କ ସଙ୍ଗେ ଯିବାକୁ ଦେଇ ନାହାନ୍ତି; ପୁଣି, କାଲିକି ମୁଁ ରାଜାଙ୍କ ସଙ୍ଗେ ତାଙ୍କ ଦ୍ୱାରା ନିମନ୍ତ୍ରିତ ହୋଇଅଛି।
哈曼又说:“王后以斯帖预备筵席,除了我之外不许别人随王赴席。明日王后又请我随王赴席;
13 ମାତ୍ର ଯେପର୍ଯ୍ୟନ୍ତ ମୁଁ ଯିହୁଦୀୟ ମର୍ଦ୍ଦଖୟଙ୍କୁ ରାଜଦ୍ୱାରରେ ବସିବାର ଦେଖୁଥିବି, ସେପର୍ଯ୍ୟନ୍ତ ଏହିସବୁରେ ମୋହର କିଛି ଫଳ ନାହିଁ।”
只是我见犹大人末底改坐在朝门,虽有这一切荣耀,也与我无益。”
14 ତେଣୁ ତାହାର ଭାର୍ଯ୍ୟା ସେରଶ୍ ଓ ମିତ୍ର ସମସ୍ତେ ତାହାଙ୍କୁ କହିଲେ, “ପଚାଶ ହାତ ଉଚ୍ଚ ଏକ ଫାଶୀକାଠ ପ୍ରସ୍ତୁତ କରାଯାଉ; ପୁଣି, ମର୍ଦ୍ଦଖୟଙ୍କୁ ତହିଁରେ ଫାଶୀ ଦେବା ପାଇଁ କାଲି ପ୍ରାତଃକାଳେ ରାଜାଙ୍କୁ କୁହ, ତହିଁ ଉତ୍ତାରେ ହୃଷ୍ଟ ହୋଇ ରାଜାଙ୍କ ସହିତ ଭୋଜକୁ ଯାଅ।” ଏହି କଥାରେ ହାମନ୍ ସନ୍ତୁଷ୍ଟ ହୋଇ ସେହିରୂପ ଫାଶୀକାଠ ପ୍ରସ୍ତୁତ କରାଇଲେ।
他的妻细利斯和他一切的朋友对他说:“不如立一个五丈高的木架,明早求王将末底改挂在其上,然后你可以欢欢喜喜地随王赴席。”哈曼以这话为美,就叫人做了木架。