< ଏଷ୍ଟର 5 >

1 ଏଉତ୍ତାରୁ ତୃତୀୟ ଦିନ ଏଷ୍ଟର ରାଜକୀୟ ବସ୍ତ୍ର ପିନ୍ଧି ରାଜଗୃହର ଭିତର ପ୍ରାଙ୍ଗଣରେ ରାଜଗୃହ ସମ୍ମୁଖରେ ଠିଆ ହେଲେ; ସେହି ସମୟରେ ରାଜା ରାଜଗୃହରେ ଗୃହଦ୍ୱାର ସମ୍ମୁଖରେ ରାଜସିଂହାସନ ଉପରେ ଉପବିଷ୍ଟ ଥିଲେ।
لە سێیەمین ڕۆژ ئەستێر جلوبەرگی شاهانەی لەبەرکرد و لە دیوانەکەی ناوەوەی کۆشکی پاشا بەرامبەر دیوەخانی پاشا ڕاوەستا، پاشاش لە دیوەخانەکە لە بەرامبەر دەروازەکە لەسەر تەختەکەی دانیشتبوو.
2 ଏଥିରେ ରାଜା ଏଷ୍ଟର ରାଣୀଙ୍କୁ ପ୍ରାଙ୍ଗଣରେ ଠିଆ ହେବାର ଦେଖିଲେ, ପୁଣି ଏଷ୍ଟର ରାଜାଙ୍କ ଦୃଷ୍ଟିରେ ଅନୁଗ୍ରହ ପାଇବାରୁ ରାଜା ଏଷ୍ଟର ପ୍ରତି ଆପଣା ହସ୍ତସ୍ଥିତ ସୁବର୍ଣ୍ଣ ଦଣ୍ଡ ବଢ଼ାଇଲେ; ତେଣୁ ଏଷ୍ଟର ନିକଟକୁ ଆସି ରାଜଦଣ୍ଡର ଅଗ୍ରଭାଗ ଛୁଇଁଲେ।
کاتێک پاشا ئەستێری شاژنی بینی لە دیوانەکەدا ڕاوەستاوە، دڵی پێی خۆشبوو و داردەستە زێڕینەکەی دەستی بۆ ئەستێر درێژکرد. ئەستێریش چووە پێشەوە و دەستی لەسەری داردەستەکە دا.
3 ପୁଣି, ରାଜା ତାହାଙ୍କୁ ପଚାରିଲେ, “ଆଗୋ ଏଷ୍ଟର ରାଣୀ, ତୁମ୍ଭର କି ବାଞ୍ଛା ଓ କି ପ୍ରାର୍ଥନା? ଅର୍ଦ୍ଧେକ ରାଜ୍ୟ ପର୍ଯ୍ୟନ୍ତ ହେଲେ ହେଁ ତାହା ତୁମ୍ଭକୁ ଦତ୍ତ ହେବ।”
ئینجا پاشا پێی گوت: «شاژنە ئەستێر، چیتە و داواکاریت چییە؟ هەتا داوای نیوەی شانشینەکەش بکەیت پێت دەدرێت.»
4 ଏଷ୍ଟର ଉତ୍ତର କଲେ, “ଯେବେ ମହାରାଜାଙ୍କ ଦୃଷ୍ଟିରେ ଭଲ ଦିଶେ, ତେବେ ମୁଁ ଆପଣଙ୍କ ପାଇଁ ଯେଉଁ ଭୋଜ ପ୍ରସ୍ତୁତ କରିଅଛି, ମହାରାଜ ଓ ହାମନ୍‍ ଆଜି ସେହି ଭୋଜକୁ ଆଗମନ କରନ୍ତୁ।”
ئەستێر گوتی: «ئەگەر پاشا پێی خۆشە، با ئەمڕۆ پاشا لەگەڵ هامان بێنە ئەو خوانەی کە بۆم ئامادە کردووی.»
5 ଏଥିରେ ରାଜା କହିଲେ, “ଏଷ୍ଟରଙ୍କ କଥାନୁସାରେ ଶୀଘ୍ର କର୍ମ କରିବା ପାଇଁ ହାମନ୍‍କୁ କୁହ;” ଏଥିଉତ୍ତାରେ ରାଜା ଓ ହାମନ୍‍ ଏଷ୍ଟରଙ୍କ ପ୍ରସ୍ତୁତ ଭୋଜକୁ ଆସିଲେ।
پاشاش گوتی: «بە پەلە هامان بهێنن بۆ ئەوەی داواکەی ئەستێر جێبەجێ بکات.» ئینجا پاشا و هامان چوون بۆ ئەو خوانەی کە ئەستێر ئامادەی کردبوو.
6 ଏଥିରେ ରାଜା ଭୋଜରେ ଦ୍ରାକ୍ଷାରସ ପାନ କରିବା ବେଳେ ଏଷ୍ଟରଙ୍କୁ କହିଲେ, ତୁମ୍ଭର ନିବେଦନ କଅଣ? “ତାହା ତୁମ୍ଭକୁ ଦତ୍ତ ହେବ; ପୁଣି, ତୁମ୍ଭର ପ୍ରାର୍ଥନା କଅଣ? ଅର୍ଦ୍ଧେକ ରାଜ୍ୟ ପର୍ଯ୍ୟନ୍ତ ହେଲେ ହେଁ ତାହା ସିଦ୍ଧ ହେବ।”
پاشا لە کاتی شەراب خواردنەوە بە ئەستێری گوت: «بابەتەکەت چییە؟ پێت دەدرێت. داواکارییەکەت چییە؟ تەنانەت داوای نیوەی شانشینەکەش بکەیت، پێت دەدرێت.»
7 ତହିଁରେ ଏଷ୍ଟର ଉତ୍ତର ଦେଲେ, “ମୋହର ନିବେଦନ ଓ ପ୍ରାର୍ଥନା ଏହି;
ئەستێر وەڵامی دایەوە و گوتی: «بابەتەکەم و داواکارییەکەم ئەمەیە:
8 ମୁଁ ଯେବେ ମହାରାଜାଙ୍କ ଦୃଷ୍ଟିରେ ଅନୁଗ୍ରହ ପାଇଅଛି, ପୁଣି ମୋହର ନିବେଦନୀୟ ବିଷୟ ଦେବାକୁ ଓ ପ୍ରାର୍ଥନା ସିଦ୍ଧ କରିବାକୁ ଯେବେ ମହାରାଜ ତୁଷ୍ଟ ହୁଅନ୍ତି, ତେବେ ମୁଁ ଯେଉଁ ଭୋଜ ଆପଣମାନଙ୍କ ନିମନ୍ତେ ପ୍ରସ୍ତୁତ କରିବି, ତହିଁକି ମହାରାଜ ଓ ହାମନ୍‍ ଆସନ୍ତୁ, ମୁଁ କାଲି ମହାରାଜାଙ୍କ ଆଜ୍ଞାନୁସାରେ କହିବି।”
ئەگەر پاشا لێم ڕازی بێت و پێی خۆش بێت بابەتەکەم و داواکارییەکەم بۆ جێبەجێ بکات، با سبەینێ پاشا لەگەڵ هامان بێتە ئەو خوانەی کە بۆیان ئامادە دەکەم، ئەو کاتە وەڵامی پرسیارەکەی پاشا دەدەمەوە.»
9 ତହିଁରେ ସେହି ଦିନ ହାମନ୍‍ ଆନନ୍ଦିତ ଓ ହୃଷ୍ଟଚିତ୍ତ ହୋଇ ବାହାରକୁ ଗଲା; ମାତ୍ର ହାମନ୍‍ ରାଜଦ୍ୱାରରେ ଆପଣା ସମ୍ମୁଖରେ ମର୍ଦ୍ଦଖୟଙ୍କୁ ଉଠି ଠିଆ ନ ହେବାର କିଅବା ପ୍ରଣାମ ନ କରିବାର ଦେଖି ସେ ମର୍ଦ୍ଦଖୟ ବିରୁଦ୍ଧରେ କ୍ରୋଧରେ ପରିପୂର୍ଣ୍ଣ ହେଲେ।
ئەو ڕۆژە هامان بە شادی و دڵخۆشییەوە چووە دەرەوە. بەڵام کاتێک هامان لە دەروازەی پاشا مۆردەخای بینی لەبەری هەڵنەستا و خۆی تێکنەدا، زۆر ڕقی لە مۆردەخای هەستا.
10 ତଥାପି ହାମନ୍‍ ଆପଣା କ୍ରୋଧ ସମ୍ଭାଳି ଗୃହକୁ ଗଲା, ପୁଣି ଆପଣା ମିତ୍ରଗଣକୁ ଓ ଆପଣା ଭାର୍ଯ୍ୟା ସେରଶ୍‍କୁ ଡକାଇ ଆଣିଲେ।
بەڵام هامان خۆی گرت و گەڕایەوە ماڵەوە. هامان دۆستەکانی و زەرەشی ژنی بانگکرد،
11 ଆଉ, ହାମନ୍‍ ଆପଣା ଧନ ଓ ଐଶ୍ୱର୍ଯ୍ୟର କଥା ଓ ବହୁ ସନ୍ତାନମାନଙ୍କ କଥା ଓ ରାଜା କିପରି ତାହାର ପଦ ବୃଦ୍ଧି କରିଅଛନ୍ତି ଓ କିପରି ତାହାଙ୍କୁ ଆପଣା ଅଧିପତିମାନଙ୍କ ଓ ଦାସମାନଙ୍କ ଉପରେ ଆସନ ଦେଇଅଛନ୍ତି, ଏହିସବୁ ବିଷୟ ସେମାନଙ୍କୁ ଶୁଣାଇଲେ।
شانازی بە زۆری دەوڵەمەندی و زۆری کوڕەکانی کرد، هەروەها چۆن پاشا ڕێزی لێی ناوە و پایەی بەرزکردووەتەوە لەسەر سەرکردە و کاربەدەستەکانی دیکەی.
12 ହାମନ୍‍ ଆହୁରି କହିଲେ, “ଏଷ୍ଟର ରାଣୀ ଆପଣା ପ୍ରସ୍ତୁତ ଭୋଜକୁ ମୋʼ ବିନୁ ଆଉ କାହାକୁ ରାଜାଙ୍କ ସଙ୍ଗେ ଯିବାକୁ ଦେଇ ନାହାନ୍ତି; ପୁଣି, କାଲିକି ମୁଁ ରାଜାଙ୍କ ସଙ୍ଗେ ତାଙ୍କ ଦ୍ୱାରା ନିମନ୍ତ୍ରିତ ହୋଇଅଛି।
هەروەها هامان گوتی: «تەنانەت شاژنە ئەستێر جگە لە من کەسی دیکەی لەگەڵ پاشا بۆ ئەو خوانە داوەت نەکردووە کە ئامادەی کردووە، بۆ سبەینێ منیشی لەگەڵ پاشا داوەت کردووە.
13 ମାତ୍ର ଯେପର୍ଯ୍ୟନ୍ତ ମୁଁ ଯିହୁଦୀୟ ମର୍ଦ୍ଦଖୟଙ୍କୁ ରାଜଦ୍ୱାରରେ ବସିବାର ଦେଖୁଥିବି, ସେପର୍ଯ୍ୟନ୍ତ ଏହିସବୁରେ ମୋହର କିଛି ଫଳ ନାହିଁ।”
بەڵام ئەمانە هەموویان هیچ بەهایەکیان لەلای من نییە، هەر کاتێک مۆردەخای جولەکە دەبینم لە دەروازەی پاشادا دانیشتووە.»
14 ତେଣୁ ତାହାର ଭାର୍ଯ୍ୟା ସେରଶ୍‍ ଓ ମିତ୍ର ସମସ୍ତେ ତାହାଙ୍କୁ କହିଲେ, “ପଚାଶ ହାତ ଉଚ୍ଚ ଏକ ଫାଶୀକାଠ ପ୍ରସ୍ତୁତ କରାଯାଉ; ପୁଣି, ମର୍ଦ୍ଦଖୟଙ୍କୁ ତହିଁରେ ଫାଶୀ ଦେବା ପାଇଁ କାଲି ପ୍ରାତଃକାଳେ ରାଜାଙ୍କୁ କୁହ, ତହିଁ ଉତ୍ତାରେ ହୃଷ୍ଟ ହୋଇ ରାଜାଙ୍କ ସହିତ ଭୋଜକୁ ଯାଅ।” ଏହି କଥାରେ ହାମନ୍‍ ସନ୍ତୁଷ୍ଟ ହୋଇ ସେହିରୂପ ଫାଶୀକାଠ ପ୍ରସ୍ତୁତ କରାଇଲେ।
زەرەشی ژنی و هەموو دۆستەکانی پێیان گوت: «با دارێک بە بەرزی پەنجا باڵ ئامادە بکرێت، بەیانی بە پاشا بڵێ کە فەرمان بدات مۆردەخای لەو دارە بدرێت. پاشان بە خۆشییەوە لەگەڵ پاشا بڕۆ سەر خوانەکە.» هامان ئەو قسەیەی پێ باش بوو، فەرمانی دا دارەکە ئامادە بکرێت.

< ଏଷ୍ଟର 5 >