< ଏଷ୍ଟର 7 >
1 ଏହିରୂପେ ଏଷ୍ଟର ରାଣୀ ସହିତ ରାଜା ଓ ହାମନ୍ ଭୋଜନ କରିବାକୁ ଉପସ୍ଥିତ ହେଲେ।
A tak přišel král i Aman, aby hodovali s Ester královnou.
2 ରାଜା ସେହି ଦ୍ୱିତୀୟ ଦିନ ଦ୍ରାକ୍ଷାରସ ପାନ କରିବା ବେଳେ ଏଷ୍ଟରଙ୍କୁ ପୁନର୍ବାର କହିଲେ, “ଆଗୋ ଏଷ୍ଟର ରାଣୀ, ତୁମ୍ଭର ନିବେଦନ କଅଣ? ତାହା ତୁମ୍ଭକୁ ଦତ୍ତ ହେବ ଓ ତୁମ୍ଭର ପ୍ରାର୍ଥନା କଅଣ? ତାହା ଅର୍ଦ୍ଧେକ ରାଜ୍ୟ ପର୍ଯ୍ୟନ୍ତ ହେଲେ ହେଁ ସିଦ୍ଧ କରାଯିବ।”
I řekl král k Ester opět druhého dne, napiv se vína: Jaká jest žádost tvá, Ester královno? A budeť dáno. Aneb jaká jest prosba tvá? Až do polovice království staneť se.
3 ତେଣୁ ଏଷ୍ଟର ରାଣୀ ଉତ୍ତର ଦେଇ କହିଲେ, “ହେ ମହାରାଜ, ମୁଁ ଯେବେ ଆପଣଙ୍କ ଦୃଷ୍ଟିରେ ଅନୁଗ୍ରହ ପାଇଅଛି, ଆଉ, ଯେବେ ମହାରାଜ ସନ୍ତୁଷ୍ଟ ହୁଅନ୍ତି, ତେବେ ମୋହର ନିବେଦନାନୁସାରେ ମୋʼ ପ୍ରାଣ ଓ ମୋʼ ପ୍ରାର୍ଥନାନୁସାରେ ମୋʼ ଲୋକମାନେ ମୋତେ ଦିଆଯାଉନ୍ତୁ।
Tedy odpověděla Ester královna a řekla: Jestliže jsem nalezla milost před očima tvýma, ó králi, a jestliže se králi za dobré vidí, nechť mi jest darován život můj k mé žádosti, a národu mému k prosbě mé.
4 କାରଣ ଆମ୍ଭେମାନେ, ମୁଁ ଓ ମୋହର ଲୋକମାନେ ସଂହାରିତ ଓ ହତ ଓ ବିନଷ୍ଟ ହେବା ନିମନ୍ତେ ବିକ୍ରୀତ ହୋଇଅଛୁ। ଯଦି ଆମ୍ଭେମାନେ କେବଳ ଦାସ ଓ ଦାସୀ ହେବା ପାଇଁ ବିକ୍ରୀତ ହୋଇଥାʼନ୍ତୁ, ତେବେ ଶତ୍ରୁ ମହାରାଜାଙ୍କର ଏହି କ୍ଷତି ପରିଶୋଧ କରି ନ ପାରିଲେ ହେଁ ମୁଁ ନୀରବ ହୋଇ ରହନ୍ତି।”
Nebo prodáni jsme, já i národ můj, abychom zbiti, pomordováni a vyhlazeni byli, ješto kdybychom za služebníky a děvky prodáni byli, mlčela bych, ač by i tak ten nepřítel nijakž nemohl nahraditi králi té škody.
5 ଏଥିରେ ଅକ୍ଷଶ୍ୱେରଶ ରାଜା ଏଷ୍ଟର ରାଣୀଙ୍କୁ କହିଲେ, “ଯେ ଏପରି କର୍ମ କରିବାକୁ ମନରେ ସାହସ ବାନ୍ଧିଅଛି, ସେ କିଏ? ଓ ସେ କେଉଁଠାରେ ଅଛି?”
Opět odpovídaje král Asverus, řekl Ester královně: I kdož jest to ten, a kde jest ten, jehož srdce tak jest naduté, aby to činil?
6 ଏଷ୍ଟର କହିଲେ, “ଏହି ଦୁଷ୍ଟ ହାମନ୍ ଜଣେ ବିପକ୍ଷ ଓ ଶତ୍ରୁ ଅଟେ;” ତହିଁରେ ରାଜା ଓ ରାଣୀଙ୍କ ସାକ୍ଷାତରେ ହାମନ୍ ଭୀତ ହେଲେ।
I řekla Ester: Muž protivník a nepřítel nejhorší jest Aman tento. Takž Aman zhrozil se před oblíčejem krále a královny.
7 ଆଉ, ରାଜା କ୍ରୋଧରେ ଦ୍ରାକ୍ଷାରସ-ପାନଶାଳାରୁ ଉଠି ରାଜଗୃହର ଉଦ୍ୟାନକୁ ଗଲା; ତହିଁରେ ରାଜା ଦ୍ୱାରା ଆପଣାର ଅମଙ୍ଗଳ ନିଶ୍ଚିତ ହୋଇଅଛି, ଏହା ଜାଣି ହାମନ୍ ଏଷ୍ଟର ରାଣୀ ନିକଟରେ ଆପଣା ପ୍ରାଣ ମାଗିବାକୁ ଠିଆ ହେଲେ।
Tedy král vstal v prchlivosti své od pití vína, a vyšel na zahradu při paláci. Aman pak pozůstal tu, aby prosil za život svůj Estery královny; nebo viděl, že jest o něm zle uloženo od krále.
8 ତେବେ ରାଜା ରାଜଗୃହର ଉଦ୍ୟାନରୁ ଦ୍ରାକ୍ଷାରସ-ପାନଶାଳାକୁ ଲେଉଟି ଆସିଲେ; ସେତେବେଳେ ଏଷ୍ଟର ଯେଉଁ ଆସନରେ ବସିଥିଲେ, ହାମନ୍ ତହିଁ ଉପରେ ପଡ଼ିଥିଲେ; ତେଣୁ ରାଜା କହିଲେ, “ଏ କʼଣ ଗୃହ ମଧ୍ୟରେ ମୋʼ ସାକ୍ଷାତରେ ରାଣୀଙ୍କୁ ବଳାତ୍କାର କରିବ? ଏହି କଥା ରାଜା ମୁଖରୁ ବାହାରିବା ମାତ୍ର ଲୋକମାନେ ହାମନ୍ର ମୁଖ ଢାଙ୍କି ପକାଇଲେ।”
Potom král navrátil se z zahrady palácu do domu, kdež pil víno, a Aman padl na lůžko, na kterémž seděla Ester. I řekl král: Což ještě násilé učiniti chce královně u mne v domě? A hned jakž slovo to vyšlo z úst krále, tvář Amanovu zakryli.
9 ଏଥିଉତ୍ତାରେ ରାଜାଙ୍କ ସାକ୍ଷାତରେ ଉପସ୍ଥିତ ହର୍ବୋଣା ନାମକ ଏକ ନପୁଂସକ ରାଜାକୁ କହିଲେ, “ଦେଖନ୍ତୁ, ମହାରାଜାଙ୍କ ପକ୍ଷରେ ହିତଜନକ ସମ୍ବାଦଦାୟୀ ମର୍ଦ୍ଦଖୟ ନିମନ୍ତେ ହାମନ୍ ପଚାଶ ହାତ ଉଚ୍ଚ ଫାଶୀକାଠ ପ୍ରସ୍ତୁତ କରିଅଛି, ତାହା ହାମନ୍ର ଗୃହରେ ସ୍ଥାପିତ ହୋଇଅଛି,” ରାଜା କହିଲେ, “ତହିଁ ଉପରେ ଏହାକୁ ଫାଶୀ ଦିଅ।”
Mezi tím řekl Charbona, jeden z komorníků, před králem: Aj, ještě šibenice, kterouž připravil Aman Mardocheovi, kterýž mluvil králi k dobrému, stojí při domě Amanově, zvýší padesáti loket. I řekl král: Oběstež ho na ní.
10 ଏଥିରେ ହାମନ୍ ମର୍ଦ୍ଦଖୟ ନିମନ୍ତେ ଯେଉଁ ଫାଶୀକାଠ ପ୍ରସ୍ତୁତ କରିଥିଲେ, ତହିଁ ଉପରେ ସେମାନେ ହାମନ୍କୁ ଫାଶୀ ଦେଲେ; ତହିଁରେ ରାଜାଙ୍କ କ୍ରୋଧ ଶାନ୍ତ ହେଲା।
Tedy oběsili Amana na té šibenici, kterouž byl připravil Mardocheovi. A tak prchlivost královská ukojila se.