< ଏଷ୍ଟର 7 >

1 ଏହିରୂପେ ଏଷ୍ଟର ରାଣୀ ସହିତ ରାଜା ଓ ହାମନ୍‍ ଭୋଜନ କରିବାକୁ ଉପସ୍ଥିତ ହେଲେ।
त्यसैले राजा र हामान रानी एस्तरसित भोजन गर्न गए ।
2 ରାଜା ସେହି ଦ୍ୱିତୀୟ ଦିନ ଦ୍ରାକ୍ଷାରସ ପାନ କରିବା ବେଳେ ଏଷ୍ଟରଙ୍କୁ ପୁନର୍ବାର କହିଲେ, “ଆଗୋ ଏଷ୍ଟର ରାଣୀ, ତୁମ୍ଭର ନିବେଦନ କଅଣ? ତାହା ତୁମ୍ଭକୁ ଦତ୍ତ ହେବ ଓ ତୁମ୍ଭର ପ୍ରାର୍ଥନା କଅଣ? ତାହା ଅର୍ଦ୍ଧେକ ରାଜ୍ୟ ପର୍ଯ୍ୟନ୍ତ ହେଲେ ହେଁ ସିଦ୍ଧ କରାଯିବ।”
यो दोस्रो दिनमा, तिनीहरूले दाखमद्य बाँड्‍दै गर्दा राजाले एस्तरलाई सोधे, “रानी एस्तर, तिम्री बिन्ती के हो? तिमीलाई त्‍यो दिइनेछ । तिम्रो अनुरोध के हो? आधा राज्यसम्म पनि तिमीलाई दिइनेछ ।”
3 ତେଣୁ ଏଷ୍ଟର ରାଣୀ ଉତ୍ତର ଦେଇ କହିଲେ, “ହେ ମହାରାଜ, ମୁଁ ଯେବେ ଆପଣଙ୍କ ଦୃଷ୍ଟିରେ ଅନୁଗ୍ରହ ପାଇଅଛି, ଆଉ, ଯେବେ ମହାରାଜ ସନ୍ତୁଷ୍ଟ ହୁଅନ୍ତି, ତେବେ ମୋହର ନିବେଦନାନୁସାରେ ମୋʼ ପ୍ରାଣ ଓ ମୋʼ ପ୍ରାର୍ଥନାନୁସାରେ ମୋʼ ଲୋକମାନେ ମୋତେ ଦିଆଯାଉନ୍ତୁ।
तर रानी एस्तरले जवाफ दिइन्, “हे महाराज, मैले हजुरको नजरमा निगाह पाएकी छु र हजुरलाई खुसी लाग्छ भने, मेरो जीवन मलाई नै दिइयोस् । मेरो बिन्ती यही नै हो, र मेरो जातिको लागि पनि यसै गरियोस् भनी म बिन्ती गर्छु ।
4 କାରଣ ଆମ୍ଭେମାନେ, ମୁଁ ଓ ମୋହର ଲୋକମାନେ ସଂହାରିତ ଓ ହତ ଓ ବିନଷ୍ଟ ହେବା ନିମନ୍ତେ ବିକ୍ରୀତ ହୋଇଅଛୁ। ଯଦି ଆମ୍ଭେମାନେ କେବଳ ଦାସ ଓ ଦାସୀ ହେବା ପାଇଁ ବିକ୍ରୀତ ହୋଇଥାʼନ୍ତୁ, ତେବେ ଶତ୍ରୁ ମହାରାଜାଙ୍କର ଏହି କ୍ଷତି ପରିଶୋଧ କରି ନ ପାରିଲେ ହେଁ ମୁଁ ନୀରବ ହୋଇ ରହନ୍ତି।”
किनकि म र मेरो मानिसहरू नाश पारिन, मारिन र नामेट पारिन बेचिएका छौँ । हामी दास-दासीको रूपमा मात्र दासत्वमा बेचिएका भए म चुप रहन्थेँ किनकि त्यस्तो दुःखले मात्र त महाराजालाई बाधा दिनु न्यासङ्गत हुँदैन ।”
5 ଏଥିରେ ଅକ୍ଷଶ୍ୱେରଶ ରାଜା ଏଷ୍ଟର ରାଣୀଙ୍କୁ କହିଲେ, “ଯେ ଏପରି କର୍ମ କରିବାକୁ ମନରେ ସାହସ ବାନ୍ଧିଅଛି, ସେ କିଏ? ଓ ସେ କେଉଁଠାରେ ଅଛି?”
तब राजा अहासूरसले रानी एस्तरलाई सोधे, “त्यो को हो? यस्तो कुरा गर्न आफ्नो हृदय भरेर बस्‍ने त्यो व्यक्ति कहाँ छ?
6 ଏଷ୍ଟର କହିଲେ, “ଏହି ଦୁଷ୍ଟ ହାମନ୍‍ ଜଣେ ବିପକ୍ଷ ଓ ଶତ୍ରୁ ଅଟେ;” ତହିଁରେ ରାଜା ଓ ରାଣୀଙ୍କ ସାକ୍ଷାତରେ ହାମନ୍‍ ଭୀତ ହେଲେ।
एस्तरले जवाई दिइन्, “त्यो विरोधी, शत्रु यही दुष्‍ट हामान हो ।” तब हामान राजा र रानीको सामु डरले थरथर काँपे ।
7 ଆଉ, ରାଜା କ୍ରୋଧରେ ଦ୍ରାକ୍ଷାରସ-ପାନଶାଳାରୁ ଉଠି ରାଜଗୃହର ଉଦ୍ୟାନକୁ ଗଲା; ତହିଁରେ ରାଜା ଦ୍ୱାରା ଆପଣାର ଅମଙ୍ଗଳ ନିଶ୍ଚିତ ହୋଇଅଛି, ଏହା ଜାଣି ହାମନ୍‍ ଏଷ୍ଟର ରାଣୀ ନିକଟରେ ଆପଣା ପ୍ରାଣ ମାଗିବାକୁ ଠିଆ ହେଲେ।
राजा भोजमा दाखमद्य पिइरहेको अवस्थाबाट रिसले चुर भएर उठे, र राजमहलको बगैँचामा गए, तर हामानचाहिं रानी एस्तरबाट आफ्नो जीवनको भिग माग्‍न त्यहीँ बसे । राजाले तिनको विरुद्धमा विपत्ती ल्याउँदै थिए भनी तिनले देखे ।
8 ତେବେ ରାଜା ରାଜଗୃହର ଉଦ୍ୟାନରୁ ଦ୍ରାକ୍ଷାରସ-ପାନଶାଳାକୁ ଲେଉଟି ଆସିଲେ; ସେତେବେଳେ ଏଷ୍ଟର ଯେଉଁ ଆସନରେ ବସିଥିଲେ, ହାମନ୍‍ ତହିଁ ଉପରେ ପଡ଼ିଥିଲେ; ତେଣୁ ରାଜା କହିଲେ, “ଏ କʼଣ ଗୃହ ମଧ୍ୟରେ ମୋʼ ସାକ୍ଷାତରେ ରାଣୀଙ୍କୁ ବଳାତ୍କାର କରିବ? ଏହି କଥା ରାଜା ମୁଖରୁ ବାହାରିବା ମାତ୍ର ଲୋକମାନେ ହାମନ୍‍ର ମୁଖ ଢାଙ୍କି ପକାଇଲେ।”
तब राजमहलको बगैँचाबाट दाखमद्य बाँडिएको कोठामा राजा फर्केर आए । हामानचाहिं भर्खरै एस्तर बसिरहेको सोफाको छेउमा पसारो परेका थिए । राजाले भने, “के मेरै उपस्थिति मेरै घरमा त्यसले रानीलाई बलात्‍कार गर्न खोज्‍छ?” राजाको मुखबाट यो वाक्य बाहिर निस्कनेबित्तिकै अधिकारीहरूले हामानको अनुहार छोपे ।
9 ଏଥିଉତ୍ତାରେ ରାଜାଙ୍କ ସାକ୍ଷାତରେ ଉପସ୍ଥିତ ହର୍ବୋଣା ନାମକ ଏକ ନପୁଂସକ ରାଜାକୁ କହିଲେ, “ଦେଖନ୍ତୁ, ମହାରାଜାଙ୍କ ପକ୍ଷରେ ହିତଜନକ ସମ୍ବାଦଦାୟୀ ମର୍ଦ୍ଦଖୟ ନିମନ୍ତେ ହାମନ୍‍ ପଚାଶ ହାତ ଉଚ୍ଚ ଫାଶୀକାଠ ପ୍ରସ୍ତୁତ କରିଅଛି, ତାହା ହାମନ୍‍ର ଗୃହରେ ସ୍ଥାପିତ ହୋଇଅଛି,” ରାଜା କହିଲେ, “ତହିଁ ଉପରେ ଏହାକୁ ଫାଶୀ ଦିଅ।”
तब राजाको सेवा गर्ने एक जना अधिकारी हर्बोनाले भने, “हामानको घरको छेउमा पच्‍चिस मिटर लामो एउटा फाँसीको काठ खडा छ । महाराजाको ज्यान जोगाइदन बोल्ने मोर्दकैको निम्ति त्यसले त्‍यो तयार पारेको हो ।” राजाले भने, “त्यसलाई त्‍यसैमा झुण्ड्याओ ।”
10 ଏଥିରେ ହାମନ୍‍ ମର୍ଦ୍ଦଖୟ ନିମନ୍ତେ ଯେଉଁ ଫାଶୀକାଠ ପ୍ରସ୍ତୁତ କରିଥିଲେ, ତହିଁ ଉପରେ ସେମାନେ ହାମନ୍‍କୁ ଫାଶୀ ଦେଲେ; ତହିଁରେ ରାଜାଙ୍କ କ୍ରୋଧ ଶାନ୍ତ ହେଲା।
त्यसैले तिनीहरूले हामानले मोर्दकै को निम्ति तयार पारेको फाँसीको काठमा उसैलाई झुण्ड्याए । तब राजाको रिस मर्‍यो ।

< ଏଷ୍ଟର 7 >