< ଏଷ୍ଟର 8 >
1 ସେହି ଦିନ ଅକ୍ଷଶ୍ୱେରଶ ରାଜା ଏଷ୍ଟର ରାଣୀଙ୍କୁ ଯିହୁଦୀୟ ଲୋକମାନଙ୍କର ଶତ୍ରୁ ହାମନ୍ର ଗୃହାଦି ଦେଲା, ଆଉ ମର୍ଦ୍ଦଖୟ ରାଜାଙ୍କ ସାକ୍ଷାତରେ ଉପସ୍ଥିତ ହେଲେ; କାରଣ ମର୍ଦ୍ଦଖୟ ଆପଣାର କଅଣ ହୁଏ, ଏହା ଏଷ୍ଟର ଜଣାଇଥିଲେ।
[Later] on that same day, King Xerxes declared that everything that Haman, the enemy of the Jews, owned, would now belong to Queen Esther. Esther told the king that Mordecai was her cousin. [When] the king [heard that, he sent a message to tell] Mordecai to come in.
2 ଏଥିରେ ରାଜା ହାମନ୍ଠାରୁ ଯେଉଁ ଅଙ୍ଗୁରୀୟ ନେଇଥିଲେ, ତାହା କାଢ଼ି ମର୍ଦ୍ଦଖୟଙ୍କୁ ଦେଲେ, ପୁଣି ଏଷ୍ଟର ହାମନ୍ର ଗୃହ ଉପରେ ମର୍ଦ୍ଦଖୟଙ୍କୁ ନିଯୁକ୍ତ କଲେ।
When Mordecai came in, the king took off the ring that had his official seal on it, the ring that he had [previously] given to Haman, and gave it to Mordecai, [to indicate that Mordecai was now his most important official]. And Esther appointed Mordecai to be in charge of everything that had belonged to Haman.
3 ଏଷ୍ଟର ରାଜାଙ୍କ ନିକଟରେ ପୁନର୍ବାର ନିବେଦନ କଲେ, ପୁଣି ଯିହୁଦୀୟମାନଙ୍କ ପ୍ରତିକୂଳରେ ଅଗାଗୀୟ ହାମନ୍ର କୃତ ଅମଙ୍ଗଳ ଓ ତାହାର କଳ୍ପିତ କଳ୍ପନା ନିବାରଣାର୍ଥେ ତାହାର ଚରଣରେ ପଡ଼ି ରୋଦନ କରି ପ୍ରାର୍ଥନା କଲେ।
Esther again [came to] talk to the king. She prostrated herself at his feet, crying. She [wanted to] plead for him to stop what Haman had planned, to kill all the Jews.
4 ତହିଁରେ ରାଜା ଏଷ୍ଟର ଆଡ଼େ ସୁବର୍ଣ୍ଣ ଦଣ୍ଡ ବିସ୍ତାର କରନ୍ତେ, ଏଷ୍ଟର ଉଠି ରାଜା ଛାମୁରେ ଠିଆ ହୋଇ କହିଲେ, ଯେବେ ମହାରାଜ ସନ୍ତୁଷ୍ଟ ହୁଅନ୍ତି, ଯେବେ ମୁଁ ମହାରାଜାଙ୍କ ଦୃଷ୍ଟିରେ ଅନୁଗ୍ରହ ପାଇଅଛି,
The king held out his gold scepter/staff toward Esther, so Esther arose and stood in front of him.
5 ପୁଣି, “ଏହି କର୍ମ ମହାରାଜାଙ୍କ ଦୃଷ୍ଟିରେ ଯଥାର୍ଥ ବୋଧ ହୁଏ, ଆଉ ମୁଁ ମହାରାଜାଙ୍କର ତୁଷ୍ଟିକାରିଣୀ ଅଟେ, ତେବେ ମହାରାଜାଙ୍କର ସମୁଦାୟ ପ୍ରଦେଶସ୍ଥ ଯିହୁଦୀୟମାନଙ୍କୁ ବିନାଶ କରିବା ପାଇଁ ଅଗାଗୀୟ ହମ୍ମଦାଥାର ପୁତ୍ର ହାମନ୍ ଯେସକଳ ପତ୍ର ଲେଖିବାକୁ ପରାମର୍ଶ ଦେଇଥିଲେ, ତାହା ଅନ୍ୟଥା କରିବାକୁ ଲେଖାଯାଉ;
She said, “Your majesty, if you are pleased with me, and if you think that it is the right thing to do, make a new law to cancel what Haman decreed, that all the Jews in all the provinces in your empire should be killed.
6 ଯେହେତୁ ମୋʼ ଲୋକଙ୍କ ପ୍ରତି ଯେଉଁ ଅମଙ୍ଗଳ ଘଟିବ, ତାହା ଦେଖି ମୁଁ କିପରି ସହି ପାରିବି? ପୁଣି, ଆପଣା କୁଟୁମ୍ବମାନଙ୍କ ବିନାଶ ଦେଖି କିପରି ସହି ପାରିବି?”
I cannot bear seeing all my family and [all the rest of] my people killed.”
7 ଏଥିରେ ଅକ୍ଷଶ୍ୱେରଶ ରାଜା ଏଷ୍ଟର ରାଣୀଙ୍କୁ ଓ ଯିହୁଦୀୟ ମର୍ଦ୍ଦଖୟଙ୍କୁ କହିଲେ, “ଦେଖ, ମୁଁ ଏଷ୍ଟରଙ୍କୁ ହାମନ୍ର ଗୃହ ଦେଲି, ଲୋକମାନେ ହାମନ୍କୁ ଫାଶୀକାଠରେ ଫାଶୀ ଦେଇଅଛନ୍ତି, କାରଣ ସେ ଯିହୁଦୀୟମାନଙ୍କ ଉପରେ ହସ୍ତକ୍ଷେପ କରିଥିଲେ।
King Xerxes replied to Queen Esther and Mordecai, “Because Haman tried to get rid of all the Jews, I have given to Esther everything that belonged to Haman, and I have ordered [my soldiers] to hang Haman.
8 ମଧ୍ୟ ତୁମ୍ଭେମାନେ ରାଜା ନାମରେ ଯିହୁଦୀୟମାନଙ୍କ ନିକଟକୁ ଆପଣା ଆପଣା ଇଚ୍ଛାନୁସାରେ ପତ୍ର ଲେଖ ଓ ତାହା ରାଜାଙ୍କ ଅଙ୍ଗୁରୀୟରେ ମୋହରାଙ୍କିତ କର; କାରଣ ରାଜାଙ୍କ ନାମରେ ଲିଖିତ ଓ ରାଜାଙ୍କ ଅଙ୍ଗୁରୀୟରେ ମୋହରାଙ୍କିତ ପତ୍ର କେହି ଅନ୍ୟଥା କରି ନ ପାରେ।”
So now I am also permitting you to write other letters, to [save] your people. You may put my name [on the letters], and use my ring to seal them because no letter that has my name on it and which is sealed with my ring can ever be changed.”
9 ତେଣୁ ତୃତୀୟ ମାସର, ଅର୍ଥାତ୍, ସୀବନ ମାସର ତେଇଶ ଦିନରେ ରାଜାଙ୍କ ଲେଖକମାନେ ଆହୂତ ହୁଅନ୍ତେ, ମର୍ଦ୍ଦଖୟର ସକଳ ଆଜ୍ଞାନୁସାରେ ଯିହୁଦୀୟମାନଙ୍କ ନିକଟକୁ ଓ ହିନ୍ଦୁସ୍ଥାନଠାରୁ କୂଶ ଦେଶ ପର୍ଯ୍ୟନ୍ତ ଏକ ଶହ ସତାଇଶ ପ୍ରଦେଶାନ୍ତର୍ଗତ ପ୍ରତ୍ୟେକ ପ୍ରଦେଶର ଅକ୍ଷରାନୁସାରେ କ୍ଷିତିପାଳ ଓ ଶାସନକର୍ତ୍ତା ଓ ପ୍ରଦେଶାଧିପତିମାନଙ୍କ ନିକଟକୁ, ପୁଣି ପ୍ରତ୍ୟେକ ଗୋଷ୍ଠୀକୁ ସେମାନଙ୍କ ଭାଷାନୁସାରେ, ଆଉ ଯିହୁଦୀୟ ଲୋକମାନଙ୍କ ନିକଟକୁ ସେମାନଙ୍କ ଅକ୍ଷର ଓ ଭାଷାନୁସାରେ ପତ୍ର ଲିଖିତ ହେଲା।
Then the king summoned his secretaries, on June 25th, and [Mordecai told them to] write letters to the Jews and to all the governors and other officials in all of the 127 provinces, which extended from India [in the east] to Ethiopia [in the west]. They wrote these letters in all the languages that the people in each area spoke. They also wrote letters to the Jewish people, in their language.
10 ପୁଣି, ସେ ରାଜା ଅକ୍ଷଶ୍ୱେରଶ ନାମରେ ଲେଖି ଓ ରାଜାଙ୍କ ଅଙ୍ଗୁରୀୟରେ ମୋହରାଙ୍କିତ କରି ଅଶ୍ୱଶାଳା-ଜାତ ରାଜକୀୟ ଅଶ୍ୱବାହନାରୂଢ଼ ଦ୍ରୁତଗାମୀ ଦୂତଗଣ ହସ୍ତରେ ପତ୍ର ପଠାଇଲା।
They wrote in those letters that the Jews in every city were permitted by the king to gather together to protect themselves. They also were permitted to kill any group of soldiers who attacked them. They were also permitted to kill the women and children of those who attacked them, and to take the possessions of the people whom they killed.
11 ତଦ୍ଦ୍ୱାରା ଅକ୍ଷଶ୍ୱେରଶ ରାଜାଙ୍କ ସବୁ ପ୍ରଦେଶରେ ଏକ ଦିନରେ, ଅର୍ଥାତ୍, ଅଦର ନାମକ ଦ୍ୱାଦଶ ମାସର ତ୍ରୟୋଦଶ ଦିନରେ
12 ପ୍ରତ୍ୟେକ ନଗରର ସବୁ ଯିହୁଦୀୟଙ୍କୁ ଏକତ୍ରିତ ହୋଇ ଆପଣା ଆପଣା ପ୍ରାଣରକ୍ଷାର୍ଥେ ଠିଆ ହେବାକୁ, ପୁଣି ଯେଉଁ ଗୋଷ୍ଠୀ ଓ ପ୍ରଦେଶ ସେମାନଙ୍କର ବିପକ୍ଷତା କରିବେ, ସେମାନଙ୍କ ସାମର୍ଥ୍ୟ ଓ ସେମାନଙ୍କ ବାଳକ ଓ ସ୍ତ୍ରୀସକଳକୁ ସଂହାର ଓ ବଧ ଓ ବିନାଶ କରିବାକୁ, ପୁଣି ସେମାନଙ୍କର ସମସ୍ତ ଦ୍ରବ୍ୟ ଲୁଟିବାକୁ ରାଜା ଅନୁମତି ଦେଲେ।
[All this was to be done] on March 7th of the following year. Mordecai signed the king’s name on the letters, and sealed them with the seal that was on the king’s ring. Then he gave them to messengers, who rode on fast horses that had been raised especially for the king.
13 ଆଉ, ସେହି ଦିନ ଯେପରି ଯିହୁଦୀୟମାନେ ଆପଣାମାନଙ୍କ ଶତ୍ରୁଗଣଠାରୁ ପରିଶୋଧ ନେବାକୁ ପ୍ରସ୍ତୁତ ହେବେ, ଏଥିପାଇଁ ପ୍ରତ୍ୟେକ ପ୍ରଦେଶରେ ଓ ସମୁଦାୟ ଲୋକଙ୍କ ନିକଟରେ ପ୍ରଚାରିତ ହେବା ନିମନ୍ତେ ସେହି ଆଜ୍ଞାପତ୍ରର ଏକ ପ୍ରତିଲିପି ଦିଆଗଲା।
Copies of this law were to be nailed to posts in every province and read to all the people, in order that the Jews would be ready to (get revenge on/fight against) their enemies on March 7th.
14 ତହିଁରେ ଦ୍ରୁତଗାମୀ ରାଜକୀୟ ଅଶ୍ୱାରୂଢ଼ ବାର୍ତ୍ତାବାହକମାନେ ରାଜାଜ୍ଞାରେ ତ୍ୱରିତ ପ୍ରବର୍ତ୍ତିତ ହୋଇ ଚାଲିଗଲେ; ପୁଣି, ଶୂଶନ୍ ରାଜଧାନୀରେ ସେହି ଆଜ୍ଞା ପ୍ରକାଶିତ ହେଲା।
The king commanded the men who took these letters [to all the provinces] to ride quickly on the king’s horses. And copies of the letter were also posted and read to the people in [the capital city, ] Susa.
15 ଏଉତ୍ତାରୁ ମର୍ଦ୍ଦଖୟ ନୀଳ ଓ ଶୁକ୍ଳବର୍ଣ୍ଣ ରାଜକୀୟ ବସ୍ତ୍ର ପିନ୍ଧି, ମସ୍ତକରେ ସୁବର୍ଣ୍ଣମୟ ବୃହତ ମୁକୁଟ ଦେଇ, ସରୁ ଓ ଧୂମ୍ରବର୍ଣ୍ଣ ଉତ୍ତରୀୟ ବସ୍ତ୍ରରେ ବସ୍ତ୍ରାନ୍ୱିତ ହୋଇ ରାଜା ଛାମୁରୁ ବାହାରକୁ ଗଲ; ତହିଁରେ ଶୂଶନ୍ ରାଜଧାନୀ ଆନନ୍ଦ ଓ ହର୍ଷନାଦରେ ପରିପୂର୍ଣ୍ଣ ହେଲା।
Before Mordecai left the palace, he put on the blue and white robe and a large gold crown that the king had given him. He also put on a coat made of fine purple cloth. When the people in Susa heard the new law, they all shouted and cheered.
16 ଆଉ, ଯିହୁଦୀୟମାନଙ୍କର ଦୀପ୍ତି ଓ ଆନନ୍ଦ ଓ ହର୍ଷ ଓ ସମ୍ଭ୍ରମର ଉଦୟ ହେଲା।
The Jews in Susa were very happy, and [other people] honored [them].
17 ପୁଣି, ପ୍ରତି ପ୍ରଦେଶରେ ଓ ପ୍ରତି ନଗରରେ ଯେକୌଣସି ସ୍ଥାନରେ ରାଜାଜ୍ଞା ଓ ନିୟମପତ୍ର ଉପସ୍ଥିତ ହେଲା, ସେହି ସେହି ସ୍ଥାନରେ ଯିହୁଦୀୟମାନଙ୍କର ଆନନ୍ଦ, ଆମୋଦ, ଭୋଜ ଓ ମଙ୍ଗଳର ଦିନ ହେଲା, ପୁଣି ଦେଶର ଅନେକ ଲୋକ ଯିହୁଦୀୟ ମତାବଲମ୍ବୀ ହେଲେ; ଯେହେତୁ ସେମାନେ ଯିହୁଦୀୟମାନଙ୍କ ସକାଶେ ଭୀତ ହେଲେ।
And when the new law arrived in every city and province, the Jews there celebrated and prepared feasts and were very joyful. And many men throughout the empire [were circumcised and] became Jews, because they were now afraid of [what] the Jews [would do to them if they were not Jews].