< ଏଷ୍ଟର 8 >

1 ସେହି ଦିନ ଅକ୍ଷଶ୍ୱେରଶ ରାଜା ଏଷ୍ଟର ରାଣୀଙ୍କୁ ଯିହୁଦୀୟ ଲୋକମାନଙ୍କର ଶତ୍ରୁ ହାମନ୍‍ର ଗୃହାଦି ଦେଲା, ଆଉ ମର୍ଦ୍ଦଖୟ ରାଜାଙ୍କ ସାକ୍ଷାତରେ ଉପସ୍ଥିତ ହେଲେ; କାରଣ ମର୍ଦ୍ଦଖୟ ଆପଣାର କଅଣ ହୁଏ, ଏହା ଏଷ୍ଟର ଜଣାଇଥିଲେ।
لەو ڕۆژە ئەحەشوێرۆشی پاشا سامانی هامانی دوژمنی جولەکەکانی دایە ئەستێری شاژن. مۆردەخای هاتە بەردەم پاشا، چونکە ئەستێر پێی گوتبوو کە خزمی ئەوە.
2 ଏଥିରେ ରାଜା ହାମନ୍‍ଠାରୁ ଯେଉଁ ଅଙ୍ଗୁରୀୟ ନେଇଥିଲେ, ତାହା କାଢ଼ି ମର୍ଦ୍ଦଖୟଙ୍କୁ ଦେଲେ, ପୁଣି ଏଷ୍ଟର ହାମନ୍‍ର ଗୃହ ଉପରେ ମର୍ଦ୍ଦଖୟଙ୍କୁ ନିଯୁକ୍ତ କଲେ।
هەروەها پاشا ئەنگوستیلەکەی لە دەستی خۆی داکەند کە لە هامانی سەندبووەوە و دایە مۆردەخای. ئەستێریش مۆردەخای کردە بریکاری سامانەکەی هامان.
3 ଏଷ୍ଟର ରାଜାଙ୍କ ନିକଟରେ ପୁନର୍ବାର ନିବେଦନ କଲେ, ପୁଣି ଯିହୁଦୀୟମାନଙ୍କ ପ୍ରତିକୂଳରେ ଅଗାଗୀୟ ହାମନ୍‍ର କୃତ ଅମଙ୍ଗଳ ଓ ତାହାର କଳ୍ପିତ କଳ୍ପନା ନିବାରଣାର୍ଥେ ତାହାର ଚରଣରେ ପଡ଼ି ରୋଦନ କରି ପ୍ରାର୍ଥନା କଲେ।
ئەستێر جارێکی دیکە لەگەڵ پاشا قسەی کرد. خۆی خستە بەر پێیەکانی و گریا و لێی پاڕایەوە بۆ ئەوەی پیلانەکەی هامانی ئەگاگی هەڵبوەشێنێتەوە کە لە دژی جولەکەکان دایڕشتبوو.
4 ତହିଁରେ ରାଜା ଏଷ୍ଟର ଆଡ଼େ ସୁବର୍ଣ୍ଣ ଦଣ୍ଡ ବିସ୍ତାର କରନ୍ତେ, ଏଷ୍ଟର ଉଠି ରାଜା ଛାମୁରେ ଠିଆ ହୋଇ କହିଲେ, ଯେବେ ମହାରାଜ ସନ୍ତୁଷ୍ଟ ହୁଅନ୍ତି, ଯେବେ ମୁଁ ମହାରାଜାଙ୍କ ଦୃଷ୍ଟିରେ ଅନୁଗ୍ରହ ପାଇଅଛି,
ئینجا پاشا داردەستە زێڕینەکەی بۆ ئەستێر درێژکرد، ئەستێر هەستا و لەبەردەم پاشا ڕاوەستا.
5 ପୁଣି, “ଏହି କର୍ମ ମହାରାଜାଙ୍କ ଦୃଷ୍ଟିରେ ଯଥାର୍ଥ ବୋଧ ହୁଏ, ଆଉ ମୁଁ ମହାରାଜାଙ୍କର ତୁଷ୍ଟିକାରିଣୀ ଅଟେ, ତେବେ ମହାରାଜାଙ୍କର ସମୁଦାୟ ପ୍ରଦେଶସ୍ଥ ଯିହୁଦୀୟମାନଙ୍କୁ ବିନାଶ କରିବା ପାଇଁ ଅଗାଗୀୟ ହମ୍ମଦାଥାର ପୁତ୍ର ହାମନ୍‍ ଯେସକଳ ପତ୍ର ଲେଖିବାକୁ ପରାମର୍ଶ ଦେଇଥିଲେ, ତାହା ଅନ୍ୟଥା କରିବାକୁ ଲେଖାଯାଉ;
گوتی: «ئەی پاشا، ئەگەر تۆ ڕازی بیت، ئەگەر منت بە دڵە و دەبینیت کە داواکارییەکەم ڕەوایە، ئەگەر من لەلای تۆ پەسەندم، تکایە داوای نووسینی فەرمانێک بکە بۆ هەڵوەشاندنەوەی ئەو پیلانەی هامانی کوڕی هەمەداسای ئەگاگی دایڕشتبوو. ئەو نامەی نووسیبوو بۆ ئەوەی جولەکەکان لە هەموو هەرێمەکانی پاشا لەناوببردرێن.
6 ଯେହେତୁ ମୋʼ ଲୋକଙ୍କ ପ୍ରତି ଯେଉଁ ଅମଙ୍ଗଳ ଘଟିବ, ତାହା ଦେଖି ମୁଁ କିପରି ସହି ପାରିବି? ପୁଣି, ଆପଣା କୁଟୁମ୍ବମାନଙ୍କ ବିନାଶ ଦେଖି କିପରି ସହି ପାରିବି?”
ئەوسا چۆن دەتوانم تەماشای ئەو کارەساتە بکەم کە تووشی نەتەوەکەم دەبێت؟ چۆن دەتوانم تەماشای لەناوچوونی ڕەگەزەکەم بکەم؟»
7 ଏଥିରେ ଅକ୍ଷଶ୍ୱେରଶ ରାଜା ଏଷ୍ଟର ରାଣୀଙ୍କୁ ଓ ଯିହୁଦୀୟ ମର୍ଦ୍ଦଖୟଙ୍କୁ କହିଲେ, “ଦେଖ, ମୁଁ ଏଷ୍ଟରଙ୍କୁ ହାମନ୍‍ର ଗୃହ ଦେଲି, ଲୋକମାନେ ହାମନ୍‍କୁ ଫାଶୀକାଠରେ ଫାଶୀ ଦେଇଅଛନ୍ତି, କାରଣ ସେ ଯିହୁଦୀୟମାନଙ୍କ ଉପରେ ହସ୍ତକ୍ଷେପ କରିଥିଲେ।
ئەحەشوێرۆش پاشا وەڵامی شاژنە ئەستێر و مۆردەخای جولەکەی دایەوە: «لەبەر ئەوەی هامان دەستدرێژی کردە سەر جولەکە، سامانەکەی ئەوم دایە ئەستێر، لە داریان دا.
8 ମଧ୍ୟ ତୁମ୍ଭେମାନେ ରାଜା ନାମରେ ଯିହୁଦୀୟମାନଙ୍କ ନିକଟକୁ ଆପଣା ଆପଣା ଇଚ୍ଛାନୁସାରେ ପତ୍ର ଲେଖ ଓ ତାହା ରାଜାଙ୍କ ଅଙ୍ଗୁରୀୟରେ ମୋହରାଙ୍କିତ କର; କାରଣ ରାଜାଙ୍କ ନାମରେ ଲିଖିତ ଓ ରାଜାଙ୍କ ଅଙ୍ଗୁରୀୟରେ ମୋହରାଙ୍କିତ ପତ୍ର କେହି ଅନ୍ୟଥା କରି ନ ପାରେ।”
ئێوەش ئەوەی پێتان باشە بە ناوی پاشاوە بۆ جولەکەکانی بنووسن، بە ئەنگوستیلەکەی پاشا مۆری بکەن، چونکە ئەو نووسینەی بە ناوی پاشاوە دەنووسرێت و بە ئەنگوستیلەکەی مۆر بکرێت هەڵناوەشێنرێتەوە.»
9 ତେଣୁ ତୃତୀୟ ମାସର, ଅର୍ଥାତ୍‍, ସୀବନ ମାସର ତେଇଶ ଦିନରେ ରାଜାଙ୍କ ଲେଖକମାନେ ଆହୂତ ହୁଅନ୍ତେ, ମର୍ଦ୍ଦଖୟର ସକଳ ଆଜ୍ଞାନୁସାରେ ଯିହୁଦୀୟମାନଙ୍କ ନିକଟକୁ ଓ ହିନ୍ଦୁସ୍ଥାନଠାରୁ କୂଶ ଦେଶ ପର୍ଯ୍ୟନ୍ତ ଏକ ଶହ ସତାଇଶ ପ୍ରଦେଶାନ୍ତର୍ଗତ ପ୍ରତ୍ୟେକ ପ୍ରଦେଶର ଅକ୍ଷରାନୁସାରେ କ୍ଷିତିପାଳ ଓ ଶାସନକର୍ତ୍ତା ଓ ପ୍ରଦେଶାଧିପତିମାନଙ୍କ ନିକଟକୁ, ପୁଣି ପ୍ରତ୍ୟେକ ଗୋଷ୍ଠୀକୁ ସେମାନଙ୍କ ଭାଷାନୁସାରେ, ଆଉ ଯିହୁଦୀୟ ଲୋକମାନଙ୍କ ନିକଟକୁ ସେମାନଙ୍କ ଅକ୍ଷର ଓ ଭାଷାନୁସାରେ ପତ୍ର ଲିଖିତ ହେଲା।
لەو کاتە، لە بیست و سێی سێ، واتە مانگی سیڤان، خامەی نهێنییەکانی پاشا بانگ کران. هەموو ئەو شتانەی کە مۆردەخای فەرمانی پێ کردن بۆ جولەکە و میر و پارێزگار و سەرکردەکانی هەرێمەکان نووسییان، سەد و بیست و حەوت هەرێم بوون، لە هیندستانەوە هەتا کوش، بۆ هەر هەرێمێک بە زمان و ڕێنووسی خۆی، بۆ جولەکەکانیش بە زمان و ڕێنووسی خۆیان.
10 ପୁଣି, ସେ ରାଜା ଅକ୍ଷଶ୍ୱେରଶ ନାମରେ ଲେଖି ଓ ରାଜାଙ୍କ ଅଙ୍ଗୁରୀୟରେ ମୋହରାଙ୍କିତ କରି ଅଶ୍ୱଶାଳା-ଜାତ ରାଜକୀୟ ଅଶ୍ୱବାହନାରୂଢ଼ ଦ୍ରୁତଗାମୀ ଦୂତଗଣ ହସ୍ତରେ ପତ୍ର ପଠାଇଲା।
مۆردەخای ئەو نامانەی بە ناوی ئەحەشوێرۆش پاشاوە نووسی و بە ئەنگوستیلەکەی پاشا مۆری کردن، بە پەیامبەرەکاندا ناردی، کە سواری ئەسپە تیژڕەوە ڕەسەنەکانی پاشا ببوون.
11 ତଦ୍ଦ୍ୱାରା ଅକ୍ଷଶ୍ୱେରଶ ରାଜାଙ୍କ ସବୁ ପ୍ରଦେଶରେ ଏକ ଦିନରେ, ଅର୍ଥାତ୍‍, ଅଦର ନାମକ ଦ୍ୱାଦଶ ମାସର ତ୍ରୟୋଦଶ ଦିନରେ
ئەو فەرمانەی پاشا مافی ئەوەی بە جولەکەکانی هەموو شارێک دابوو کۆببنەوە بۆ ئەوەی بەرگری لە خۆیان بکەن و هەر هێزێکی چەکدار لە هەر نەتەوە و هەرێمێک بێت هێرشیان بکاتە سەر لەناوی ببەن، بیانکوژن و قڕیان بکەن، بە ژن و منداڵەکانیشیانەوە، ئەوەی هەشیانە تاڵانی بکەن.
12 ପ୍ରତ୍ୟେକ ନଗରର ସବୁ ଯିହୁଦୀୟଙ୍କୁ ଏକତ୍ରିତ ହୋଇ ଆପଣା ଆପଣା ପ୍ରାଣରକ୍ଷାର୍ଥେ ଠିଆ ହେବାକୁ, ପୁଣି ଯେଉଁ ଗୋଷ୍ଠୀ ଓ ପ୍ରଦେଶ ସେମାନଙ୍କର ବିପକ୍ଷତା କରିବେ, ସେମାନଙ୍କ ସାମର୍ଥ୍ୟ ଓ ସେମାନଙ୍କ ବାଳକ ଓ ସ୍ତ୍ରୀସକଳକୁ ସଂହାର ଓ ବଧ ଓ ବିନାଶ କରିବାକୁ, ପୁଣି ସେମାନଙ୍କର ସମସ୍ତ ଦ୍ରବ୍ୟ ଲୁଟିବାକୁ ରାଜା ଅନୁମତି ଦେଲେ।
ئەو ڕۆژە لەناو هەموو هەرێمەکانی ئەحەشوێرۆشی پاشا دیاریکراوە، لە سێزدەی دوازدە، واتە لە مانگی ئادار.
13 ଆଉ, ସେହି ଦିନ ଯେପରି ଯିହୁଦୀୟମାନେ ଆପଣାମାନଙ୍କ ଶତ୍ରୁଗଣଠାରୁ ପରିଶୋଧ ନେବାକୁ ପ୍ରସ୍ତୁତ ହେବେ, ଏଥିପାଇଁ ପ୍ରତ୍ୟେକ ପ୍ରଦେଶରେ ଓ ସମୁଦାୟ ଲୋକଙ୍କ ନିକଟରେ ପ୍ରଚାରିତ ହେବା ନିମନ୍ତେ ସେହି ଆଜ୍ଞାପତ୍ରର ଏକ ପ୍ରତିଲିପି ଦିଆଗଲା।
وێنەیەک لەو فەرمانە کە وەک یاسا دەرکرابوو لەنێو هەموو هەرێم و گەلەکان بڵاو کرایەوە، بۆ ئەوەی جولەکەکان ئامادە بن بۆ ئەو ڕۆژە تاکو تۆڵە لە دوژمنەکانیان بستێننەوە.
14 ତହିଁରେ ଦ୍ରୁତଗାମୀ ରାଜକୀୟ ଅଶ୍ୱାରୂଢ଼ ବାର୍ତ୍ତାବାହକମାନେ ରାଜାଜ୍ଞାରେ ତ୍ୱରିତ ପ୍ରବର୍ତ୍ତିତ ହୋଇ ଚାଲିଗଲେ; ପୁଣି, ଶୂଶନ୍‍ ରାଜଧାନୀରେ ସେହି ଆଜ୍ଞା ପ୍ରକାଶିତ ହେଲା।
پەیامبەرەکان هەروەک پاشا فەرمانی پێ کردبوون، بە سواری ئەسپی شاهانە بە پەلە و خێرا ڕۆیشتن. هەروەها فەرمانەکە لە قەڵای شوشیش دەرچوو.
15 ଏଉତ୍ତାରୁ ମର୍ଦ୍ଦଖୟ ନୀଳ ଓ ଶୁକ୍ଳବର୍ଣ୍ଣ ରାଜକୀୟ ବସ୍ତ୍ର ପିନ୍ଧି, ମସ୍ତକରେ ସୁବର୍ଣ୍ଣମୟ ବୃହତ ମୁକୁଟ ଦେଇ, ସରୁ ଓ ଧୂମ୍ରବର୍ଣ୍ଣ ଉତ୍ତରୀୟ ବସ୍ତ୍ରରେ ବସ୍ତ୍ରାନ୍ୱିତ ହୋଇ ରାଜା ଛାମୁରୁ ବାହାରକୁ ଗଲ; ତହିଁରେ ଶୂଶନ୍‍ ରାଜଧାନୀ ଆନନ୍ଦ ଓ ହର୍ଷନାଦରେ ପରିପୂର୍ଣ୍ଣ ହେଲା।
ئینجا مۆردەخای بە بەرگی شاهانەی مۆر و سپییەوە لەبەردەم پاشا هاتە دەرەوە، تاجێکی گەورەی زێڕین لەسەر ناوچەوانی بوو، کەوایەکی ئەرخەوانی لە کشمیر دروستکراویشی لەسەر شان بوو. شادی و خۆشی شاری شوشی گرتەوە.
16 ଆଉ, ଯିହୁଦୀୟମାନଙ୍କର ଦୀପ୍ତି ଓ ଆନନ୍ଦ ଓ ହର୍ଷ ଓ ସମ୍ଭ୍ରମର ଉଦୟ ହେଲା।
ڕووناکی بۆ جولەکەکان درەوشایەوە، پڕبوون لە خۆشی و شادی و هەستکردن بە ڕێز.
17 ପୁଣି, ପ୍ରତି ପ୍ରଦେଶରେ ଓ ପ୍ରତି ନଗରରେ ଯେକୌଣସି ସ୍ଥାନରେ ରାଜାଜ୍ଞା ଓ ନିୟମପତ୍ର ଉପସ୍ଥିତ ହେଲା, ସେହି ସେହି ସ୍ଥାନରେ ଯିହୁଦୀୟମାନଙ୍କର ଆନନ୍ଦ, ଆମୋଦ, ଭୋଜ ଓ ମଙ୍ଗଳର ଦିନ ହେଲା, ପୁଣି ଦେଶର ଅନେକ ଲୋକ ଯିହୁଦୀୟ ମତାବଲମ୍ବୀ ହେଲେ; ଯେହେତୁ ସେମାନେ ଯିହୁଦୀୟମାନଙ୍କ ସକାଶେ ଭୀତ ହେଲେ।
جا لە هەر هەرێم و شارێک کە فەرمانەکەی پاشا و یاساکەیان پێ دەگەیشت، دەبووە شادی و خۆشی بۆ جولەکەکان، خوانیان دەڕازاندەوە و ئاهەنگیان دەگێڕا. زۆریش لە نەتەوەکانی دیکە بوونە جولەکە، چونکە زۆر لە جولەکە دەترسان.

< ଏଷ୍ଟର 8 >