< ଏଷ୍ଟର 9 >
1 ଏଥିମଧ୍ୟରେ ଅଦର ନାମକ ଦ୍ୱାଦଶ ମାସର ତ୍ରୟୋଦଶ ଦିନରେ ରାଜାଜ୍ଞା ଓ ନିୟମର କାର୍ଯ୍ୟକାରୀ ସମୟ ନିକଟ ହେଲା; ଅର୍ଥାତ୍, ଯେଉଁ ଦିନ ଯିହୁଦୀୟମାନଙ୍କ ଶତ୍ରୁଗଣ ସେମାନଙ୍କ ଉପରେ କର୍ତ୍ତୃତ୍ୱ କରିବାକୁ ଅପେକ୍ଷା କରିଥିଲେ, ସେହି ଦିନ ଏପରି ବିପରୀତ ଘଟଣା ହେଲା ଯେ, ଯିହୁଦୀୟମାନେ ଆପଣା ଘୃଣାକାରୀମାନଙ୍କ ଉପରେ କର୍ତ୍ତୃତ୍ୱ କଲେ।
E no mês duodécimo, que é o mês de Adar, no dia treze do mesmo mês em que chegou a palavra do rei e a sua ordem para a executar, no dia em que os inimigos dos judeus esperavam assenhorear-se deles, sucedeu o contrário, porque os judeus foram os que se assenhorearam dos seus aborrecedores.
2 ସେତେବେଳେ ଯିହୁଦୀୟମାନେ ଆପଣାମାନଙ୍କ ହିଂସାଚେଷ୍ଟାକାରୀଗଣ ଉପରେ ହସ୍ତକ୍ଷେପ କରିବାକୁ ଅକ୍ଷଶ୍ୱେରଶ ରାଜାଙ୍କ ଯାବତୀୟ ପ୍ରଦେଶରେ ଆପଣା ଆପଣା ନଗରରେ ଏକତ୍ରିତ ହେଲେ, ପୁଣି ସେମାନଙ୍କ ସମ୍ମୁଖରେ କେହି ଠିଆ ହୋଇ ପାରିଲେ ନାହିଁ, କାରଣ ସମୁଦାୟ ଲୋକ ସେମାନଙ୍କ ସକାଶୁ ଭୀତ ହୋଇଥିଲେ।
Porque os judeus nas suas cidades, em todas as províncias do rei Assuero, se ajuntaram para pôr as mãos naqueles que procuravam o seu mal: e nenhum parou diante deles; porque o seu terror caiu sobre todos aqueles povos.
3 ଆଉ, ପ୍ରଦେଶାଧିପତି ଓ କ୍ଷିତିପାଳ ଓ ଶାସନକର୍ତ୍ତା ଓ ରାଜ-କର୍ମକାରୀମାନେ ଯିହୁଦୀୟମାନଙ୍କର ସାହାଯ୍ୟ କଲେ, କାରଣ ମର୍ଦ୍ଦଖୟ ସକାଶେ ସେମାନେ ଭୟଭୀତ ହୋଇଥିଲେ।
E todos os maiorais das províncias, e os sátrapas, e os governadores, e os que faziam a obra do rei, exaltavam os judeus porque tinha caído sobre eles o temor de mardoqueu.
4 ଯେହେତୁ ମର୍ଦ୍ଦଖୟ ରାଜଗୃହ ମଧ୍ୟରେ ମହାନ ଥିଲେ ଓ ତାହାର ଯଶ ସର୍ବ ପ୍ରଦେଶରେ ବ୍ୟାପ୍ତ ହେଲା; କାରଣ ସେହି ମର୍ଦ୍ଦଖୟ ଅଧିକ ଶକ୍ତିଶାଳୀ ହେଲେ।
Porque mardoqueu era grande na casa do rei, e a sua fama saía por todas as províncias; porque o homem mardoqueu se ia engrandecendo.
5 ପୁଣି, ଯିହୁଦୀୟମାନେ ଆପଣାମାନଙ୍କ ସମସ୍ତ ଶତ୍ରୁଙ୍କୁ ଖଡ୍ଗାଘାତ ଓ ସଂହାର ଓ ବିନାଶ କଲେ; ସେମାନେ ଆପଣାମାନଙ୍କ ଘୃଣାକାରୀଗଣ ପ୍ରତି ଯାହା ଇଚ୍ଛା, ତାହା କଲେ।
Feriram pois os judeus a todos os seus inimigos, às cutiladas da espada, e da matança e da destruição: e fizeram dos seus aborrecedores o que quizeram.
6 ଏହିରୂପେ ଯିହୁଦୀୟମାନେ ଶୂଶନ୍ ରାଜଧାନୀରେ ପାଞ୍ଚ ଶତ ଲୋକଙ୍କୁ ବଧ ଓ ବିନାଶ କଲେ।
E na fortaleza de Susan mataram e destruiram os judeus quinhentos homens;
7 ପୁଣି, ପର୍ଶନ୍ଦାଥ ଓ ଦଲ୍ଫୋନ ଓ ଅସ୍ପାଥ
Como também a Parsandatha, e a Dalphon, e a Aspatha,
8 ଓ ପୋରାଥ ଓ ଅଦଲୀୟ ଓ ଅରିଦାଥ
E a Poratha, e a Adalia, e a Aridatha,
9 ଓ ପର୍ମସ୍ତ ଓ ଅରୀଷୟ ଓ ଅରୀଦୟ ଓ ବୟିଷାଥ,
E a Pharmasta, e a Arisai, e a Aridai, e a Vaizatha:
10 ଯିହୁଦୀୟମାନଙ୍କର ଶତ୍ରୁ ହମ୍ମଦାଥାର ପୁତ୍ର ହାମନ୍ର ଏହି ଦଶ ପୁତ୍ରଙ୍କୁ ସେମାନେ ବଧ କଲେ, ମାତ୍ର ଲୁଟ କରିବାକୁ ସେମାନେ ହସ୍ତକ୍ଷେପ କଲେ ନାହିଁ।
Os dez filhos de Haman, filho de Hammedatha, o inimigo dos judeus, mataram, porém ao despojo não estenderam a sua mão.
11 ଯେଉଁମାନେ ଶୂଶନ୍ ରାଜଧାନୀରେ ହତ ହେଲେ, ସେମାନଙ୍କର ସଂଖ୍ୟା ସେହି ଦିନରେ ରାଜା ଛାମୁକୁ ଆସନ୍ତେ,
No mesmo dia veio perante o rei o número dos mortos na fortaleza de Susan.
12 ରାଜା ଏଷ୍ଟର ରାଣୀଙ୍କୁ କହିଲେ, “ଯିହୁଦୀୟମାନେ ଶୂଶନ୍ ରାଜଧାନୀରେ ପାଞ୍ଚ ଶତ ଲୋକ ଓ ହାମନ୍ର ଦଶ ପୁତ୍ରଙ୍କୁ ବଧ ଓ ବିନାଶ କରିଅଛନ୍ତି; ତେବେ ସେମାନେ ରାଜାଙ୍କ ଅବଶିଷ୍ଟ ପ୍ରଦେଶ ସକଳରେ କଅଣ କରି ନ ଥିବେ! ଏବେ ତୁମ୍ଭର ନିବେଦନ କଅଣ? ତାହା ତୁମ୍ଭକୁ ଦତ୍ତ ହେବ ଓ ତୁମ୍ଭର ଆଉ ପ୍ରାର୍ଥନା କଅଣ? ତାହା ସିଦ୍ଧ ହେବ।”
E disse o rei à rainha Esther: Na fortaleza de Susan mataram e destruiram os judeus quinhentos homens, e os dez filhos de Haman; nas mais províncias do rei que fariam? qual é pois a tua petição, e dar-se-te-á; ou qual é ainda o teu requerimento? e far-se-á.
13 ତହୁଁ ଏଷ୍ଟର କହିଲେ, “ଯେବେ ମହାରାଜ ସନ୍ତୁଷ୍ଟ ହୁଅନ୍ତି, ତେବେ ଆଜିର ଆଜ୍ଞା ପ୍ରମାଣେ କାଲି ହିଁ କରିବାର ଅନୁମତି ଶୂଶନ୍ସ୍ଥ ଯିହୁଦୀୟମାନଙ୍କ ପ୍ରତି ଦତ୍ତ ହେଉ, ଆଉ ହାମନ୍ର ଦଶ ପୁତ୍ର ଫାଶୀକାଠରେ ଟଙ୍ଗା ଯାଉନ୍ତୁ।”
Então disse Esther: Se bem parecer ao rei, conceda-se também amanhã aos judeus que se acham em Susan que façam conforme ao mandado de hoje: e enforquem os dez filhos de Haman numa forca.
14 ଏଥିରେ “ସେପରି କରାଯିବାକୁ” ରାଜା ଆଜ୍ଞା ଦେଲେ ପୁଣି, ସେହି ଆଜ୍ଞା ଶୂଶନ୍ରେ ପ୍ରଚାରିତ ହେଲା; ତହିଁରେ ଲୋକମାନେ ହାମନ୍ର ଦଶ ପୁତ୍ରଙ୍କୁ ଫାଶୀକାଠରେ ଟଙ୍ଗାଇଲେ।
Então disse o rei que assim se fizesse; e deu-se um edito em Susan, e enforcaram os dez filhos de Haman.
15 ଆଉ, ଶୂଶନ୍ସ୍ଥ ଯିହୁଦୀୟମାନେ ଅଦର ମାସର ଚତୁର୍ଦ୍ଦଶ ଦିନରେ ମଧ୍ୟ ଏକତ୍ରିତ ହୋଇ ଶୂଶନ୍ରେ ତିନି ଶତ ଲୋକଙ୍କୁ ବଧ କଲେ, ମାତ୍ର ଲୁଟ କରିବା ପାଇଁ ହସ୍ତକ୍ଷେପ କଲେ ନାହିଁ।
E ajuntaram-se os judeus que se achavam em Susan também no dia quatorze do mês de Adar, e mataram em Susan a trezentos homens: porém ao despojo não estenderam a sua mão.
16 ଏଥିମଧ୍ୟରେ ରାଜାଙ୍କ ନାନା ପ୍ରଦେଶ ନିବାସୀ ଅନ୍ୟ ସକଳ ଯିହୁଦୀୟ ଲୋକମାନେ ଏକତ୍ରିତ ହୋଇ ଆପଣା ଆପଣା ପ୍ରାଣ ନିମନ୍ତେ ଠିଆ ହେଲେ; ପୁଣି, ଆପଣାମାନଙ୍କ ଶତ୍ରୁଗଣଠାରୁ ବିଶ୍ରାମ ପାଇ ଘୃଣାକାରୀମାନଙ୍କର ପଞ୍ଚସ୍ତରି ସହସ୍ର ଲୋକଙ୍କୁ ବଧ କଲେ, ମାତ୍ର ଲୁଟ କରିବା ପାଇଁ ହସ୍ତକ୍ଷେପ କଲେ ନାହିଁ।
Também os demais judeus que se achavam nas províncias do rei se ajuntaram para se porém em defesa da sua vida, e tiveram repouso dos seus inimigos; e mataram dos seus aborrecedores setenta e cinco mil; porém ao despojo não estenderam a sua mão.
17 ଏହି ସମସ୍ତ ଅଦର ମାସର ତ୍ରୟୋଦଶ ଦିନରେ ହେଲା; ପୁଣି, ସେହି ମାସର ଚତୁର୍ଦ୍ଦଶ ଦିନରେ ସେମାନେ ବିଶ୍ରାମ କରି ତାହା ଭୋଜନପାନ ଓ ଆନନ୍ଦ କରିବାର ଦିନ କଲେ।
Sucedeu isto no dia treze do mês de Adar: e repousaram no dia quatorze do mesmo, e fizeram daquele dia dia de banquetes e de alegria.
18 ମାତ୍ର ଶୂଶନ୍ସ୍ଥ ଯିହୁଦୀୟମାନେ ସେହି ମାସର ତ୍ରୟୋଦଶ ଓ ଚତୁର୍ଦ୍ଦଶ ଦିନରେ ଏକତ୍ରିତ ହେଲେ ଓ ସେହି ମାସର ପଞ୍ଚଦଶ ଦିନରେ ବିଶ୍ରାମ କରି ତାହା ଭୋଜନପାନର ଓ ଆନନ୍ଦର ଦିନ କଲେ।
Também os judeus, que se achavam em Susan se ajuntaram nos dias treze e quatorze do mesmo: e repousaram no dia quinze do mesmo, e fizeram daquele dia dia de banquetes e de alegria.
19 ଏନିମନ୍ତେ ଗ୍ରାମସ୍ଥ, ଅର୍ଥାତ୍, ପ୍ରାଚୀରହୀନ ନଗର ନିବାସୀ ଯିହୁଦୀୟମାନେ ଅଦର ମାସର ଚତୁର୍ଦ୍ଦଶ ଦିନକୁ ଆନନ୍ଦ ଓ ଭୋଜନପାନ ଓ ମଙ୍ଗଳର, ପୁଣି ପରସ୍ପର ଅଂଶ ପଠାଇବାର ଦିନ କରି ମାନନ୍ତି।
Os judeus porém das aldeias, que habitavam nas vilas, fizeram do dia quatorze do mês de Adar dia de alegria e de banquetes, e dia de folguedo, e de mandarem presentes uns aos outros.
20 ଏଥିଉତ୍ତାରେ ମର୍ଦ୍ଦଖୟ ଏହିସବୁ ବିଷୟ ଲେଖିଲେ ଓ ଅକ୍ଷଶ୍ୱେରଶ ରାଜାଙ୍କ ନିକଟସ୍ଥ ଓ ଦୂରସ୍ଥ ସକଳ ପ୍ରଦେଶରେ ଥିବା ସମସ୍ତ ଯିହୁଦୀୟମାନଙ୍କ ନିକଟକୁ ପତ୍ର ପଠାଇଲେ।
E mardoqueu escreveu estas coisas, e enviou cartas a todos os judeus que se achavam em todas as províncias do rei Assuero, aos de perto, e aos de longe,
21 ଆଉ, ଯେଉଁ ଦୁଇ ଦିନ ଯିହୁଦୀୟମାନେ ଆପଣାମାନଙ୍କ ଶତ୍ରୁଗଣଠାରୁ ବିଶ୍ରାମ ପାଇଲେ, ପୁଣି ଯେଉଁ ମାସରେ ସେମାନଙ୍କର ଦୁଃଖ ସୁଖରେ ଓ ଶୋକ ମଙ୍ଗଳ ଦିନରେ ପରିଣତ ହେଲା,
Ordenando-lhes que guardassem o dia quatorze do mês de Adar, e o dia quinze do mesmo, todos os anos,
22 ପ୍ରତି ବର୍ଷ ସେହି ମାସର ସେହି ଦୁଇ ଦିନ, ଅର୍ଥାତ୍, ଅଦର ମାସର ଚତୁର୍ଦ୍ଦଶ ଓ ପଞ୍ଚଦଶ ଦିନକୁ ସେମାନେ ଯେପରି ଭୋଜନପାନ ଓ ଆନନ୍ଦର ଓ ପରସ୍ପର ଅଂଶ ଓ ଦରିଦ୍ରମାନଙ୍କ ନିକଟକୁ ଦାନ ପ୍ରେରଣ କରିବାର ଦିନ କରି ମାନିବେ, ଏହି ଆଜ୍ଞା ଦେଲେ।
Conforme aos dias em que os judeus tiveram repouso dos seus inimigos; e ao mês que se lhes mudou de tristeza em alegria, e de luto em dia de folguedo; para que os fizessem dias de banquetes e de alegria, e de mandarem presentes uns aos outros, e aos pobres dádivas.
23 ତହିଁରେ ଯିହୁଦୀୟମାନେ ଯେପରି ଆରମ୍ଭ କରିଥିଲେ ଓ ମର୍ଦ୍ଦଖୟ ଯେପରି ଲେଖିଥିଲେ, ସେମାନେ ତଦ୍ରୂପ ବ୍ୟବହାର କରିବାକୁ ସମ୍ମତ ହେଲେ;
E se encarregaram os judeus de fazerem o que já tinham começado, como também o que mardoqueu lhes tinha escrito.
24 କାରଣ ସମୁଦାୟ ଯିହୁଦୀୟ-ଲୋକର ଶତ୍ରୁ ଅଗାଗୀୟ ହମ୍ମଦାଥାର ପୁତ୍ର ହାମନ୍ ସେମାନଙ୍କୁ ବିନାଶ କରିବାର ସଂକଳ୍ପ କରି ସେମାନଙ୍କୁ ଲୁପ୍ତ ଓ ବିନାଶ କରିବା ପାଇଁ ପୂର, ଅର୍ଥାତ୍, ଗୁଲିବାଣ୍ଟ କରିଥିଲେ।
Porque Haman, filho de Hammedatha, o agagita, inimigo de todos os judeus, tinha intentado destruir os judeus; e tinha lançado pur, isto é, a sorte, para os assolar e destruir.
25 ମାତ୍ର ରାଜା ଛାମୁକୁ (ଏ ବିଷୟ) ଆସନ୍ତେ, ସେ ଏହି ଆଜ୍ଞାପତ୍ର ଦେଲା, ହାମନ୍ ଯିହୁଦୀୟମାନଙ୍କ ବିରୁଦ୍ଧରେ ଯେଉଁ ଦୁଷ୍ଟ-ସଂକଳ୍ପ କରିଅଛି, ତାହା ତାହାର ନିଜ ମସ୍ତକରେ ବର୍ତ୍ତୁ, ପୁଣି ସେ ଓ ତାହାର ପୁତ୍ରମାନେ ଫାଶୀକାଠରେ ଟଙ୍ଗା ଯାଉନ୍ତୁ।
Mas, vindo isto perante o rei, mandou ele por cartas que o seu mau intento, que intentara contra os judeus, se tornasse sobre a sua cabeça; pelo que o enforcaram a ele e a seus filhos numa forca.
26 ଏନିମନ୍ତେ ପୂର ନାମାନୁସାରେ ସେହି ଦୁଇ ଦିନର ନାମ ପୂରୀମ୍ ହେଲା। ପୁଣି, ସେହି ପତ୍ରର ସକଳ କଥା ସକାଶୁ ଓ ସେ ବିଷୟରେ ଯାହା ସେମାନେ ଦେଖିଥିଲେ ଓ ସେମାନଙ୍କ ପ୍ରତି ଯାହା ଘଟିଥିଲା, ତହିଁ ସକାଶୁ ଯିହୁଦୀୟମାନେ ଆପଣାମାନଙ୍କର ଓ ଆପଣା ଆପଣା ବଂଶର ଓ ଯିହୁଦୀ-ମତାବଲମ୍ବୀଗଣର କର୍ତ୍ତବ୍ୟ ବୋଲି ଏହା ସ୍ଥିର କଲେ ଯେ,
Por isso àqueles dias chamam purim, do nome pur; pelo que também por causa de todas as palavras daquela carta, e do que viram sobre isso, e do que lhes tinha sucedido,
27 ତତ୍ସମ୍ପର୍କୀୟ ଲିଖିତ ଆଜ୍ଞା ଓ ନିରୂପିତ ସମୟାନୁସାରେ ସେମାନେ ବର୍ଷକୁ ବର୍ଷ ଏହି ଦୁଇ ଦିନ ପାଳନ କରିବେ ଓ କୌଣସି ରୂପେ ତାହା ଲୋପ କରିବେ ନାହିଁ।
Confirmaram os judeus, e tomaram sobre si, e sobre a sua semente, e sobre todos os que se achegassem a eles, que não se deixaria de guardar estes dois dias conforme ao que se escrevera deles, e segundo o seu tempo determinado, todos os anos.
28 ଆଉ, ସମସ୍ତ ପୁରୁଷ-ପରମ୍ପରାରେ, ପ୍ରତ୍ୟେକ ବଂଶରେ ଓ ପ୍ରତ୍ୟେକ ପ୍ରଦେଶରେ ଓ ପ୍ରତ୍ୟେକ ନଗରରେ ସେହି ଦୁଇ ଦିନ ସ୍ମରଣ ଓ ପାଳନ କରାଯିବ; ପୁଣି, ଏହି ପୂରୀମ୍ ଦିନ ଯିହୁଦୀୟମାନଙ୍କ ମଧ୍ୟରୁ ଲୋପ ପାଇବ ନାହିଁ ଓ ସେମାନଙ୍କ ବଂଶ ମଧ୍ୟରୁ ସେହି ଦୁଇ ଦିନର ସ୍ମରଣ ଲୁପ୍ତ ହେବ ନାହିଁ।
E que estes dias seriam lembrados e guardados por cada geração, família, província, e cidade, e que estes dias de purim não traspassariam dentre os judeus, e que a memória deles nunca teria fim entre os de sua semente.
29 ଅବୀହୟିଲର କନ୍ୟା ଏଷ୍ଟର ରାଣୀ ଓ ଯିହୁଦୀୟ ମର୍ଦ୍ଦଖୟ ପୂରୀମ୍-ଦିନବିଷୟକ ଏହି ଦ୍ୱିତୀୟ ପତ୍ର ସ୍ଥିରକରଣାର୍ଥେ ସମ୍ପୂର୍ଣ୍ଣ କ୍ଷମତା ସହିତ ଲେଖିଲେ।
Depois disto escreveu a rainha Esther, filha de Abigail, e mardoqueu o judeu, com toda a força, para confirmarem segunda vez esta carta de purim.
30 ପୁଣି, ଯିହୁଦୀୟ ମର୍ଦ୍ଦଖୟ ଓ ଏଷ୍ଟର ରାଣୀ ଯିହୁଦୀୟମାନଙ୍କ ନିମନ୍ତେ ଉପବାସ ଓ କ୍ରନ୍ଦନ ବିଷୟକ ଯେଉଁ ଆଜ୍ଞା ଦେଇଥିଲେ ଓ ସେମାନଙ୍କର ଆପଣାମାନଙ୍କ ପାଇଁ ଓ ଆପଣାମାନଙ୍କ ବଂଶ ପାଇଁ ଯାହା ସ୍ଥିର କରିଥିଲେ,
E mandaram cartas a todos os judeus, às cento e vinte e sete províncias do reino de Assuero, com palavras de paz e fidelidade,
31 ତଦନୁସାରେ ମର୍ଦ୍ଦଖୟ ନିରୂପିତ କାଳରେ ପୂରୀମ୍ର ସେହି ଦୁଇ ଦିନର ପାଳନ ସ୍ଥିର କରିବା ନିମନ୍ତେ ଅକ୍ଷଶ୍ୱେରଶ ରାଜାଙ୍କ ଅଧୀନସ୍ଥ ଏକ ଶହ ସତାଇଶ ପ୍ରଦେଶରେ ଥିବା ସମସ୍ତ ଯିହୁଦୀୟମାନଙ୍କ ନିକଟକୁ ଶାନ୍ତି ଓ ସତ୍ୟ-ବାକ୍ୟଯୁକ୍ତ ପତ୍ର ପ୍ରେରଣ କଲେ।
Para confirmarem estes dias de purim nos seus tempos determinados, como mardoqueu, o judeu, e a rainha Esther lhes tinham estabelecido, e como eles mesmos já o tinham estabelecido sobre si e sobre a sua semente, acerca do jejum e do seu clamor.
32 ଏହିରୂପେ ଏଷ୍ଟରଙ୍କ ଆଜ୍ଞା ଦ୍ୱାରା ପୂରୀମ୍-ଦିନର ବିଧି ସ୍ଥିରୀକୃତ ହେଲା ଓ ତାହା ପୁସ୍ତକରେ ଲେଖାଗଲା।
E o mandado de Esther estabeleceu os sucessos daquele purim: e escreveu-se num livro.