< ଏଷ୍ଟର 1 >
1 ଅକ୍ଷଶ୍ୱେରଶ ହିନ୍ଦୁସ୍ଥାନଠାରୁ କୂଶ ଦେଶ ପର୍ଯ୍ୟନ୍ତ ଏକ ଶତ ସତାଇଶ ପ୍ରଦେଶ ଉପରେ ରାଜ୍ୟ କଲେ।
在薛西斯為王時,發生了這樣的事:──這薛西斯當時管轄的版圖,自印度至雇士,共計一百二十七省──
2 ଏହି ଅକ୍ଷଶ୍ୱେରଶ ରାଜା ଶୂଶନ୍ ରାଜଧାନୀରେ ଆପଣା ରାଜସିଂହାସନରେ ଉପବିଷ୍ଟ ହେଲା ଉତ୍ତାରେ,
他在穌撒禁城登極後,
3 ଆପଣା ରାଜତ୍ଵର ତୃତୀୟ ବର୍ଷରେ ଆପଣା ସକଳ ଅଧିପତି ଓ ଦାସମାନଙ୍କ ପାଇଁ ଭୋଜ ପ୍ରସ୍ତୁତ କଲେ; ତହିଁରେ ପାରସ୍ୟ ଓ ମାଦୀୟା ଦେଶର ବିକ୍ରମୀ ଲୋକମାନେ ପୁଣି କୁଳୀନ ଓ ପ୍ରଦେଶାଧିପତିମାନେ ତାହାର ସାକ୍ଷାତରେ ଉପସ୍ଥିତ ହେଲେ।
第三年設宴款待所有的公卿朝臣,波斯與瑪待的將官,各省的賢達與總督,
4 ସେ ଆପଣା ପ୍ରତାପାନ୍ୱିତ ରାଜ୍ୟର ଧନ ଓ ଆପଣା ମହତ୍ତ୍ୱର ଶୋଭାର ଉତ୍କୃଷ୍ଟତା ଅନେକ ଦିନ, ଅର୍ଥାତ୍, ଏକ ଶତ ଅଶୀ ଦିନ ପର୍ଯ୍ୟନ୍ତ ପ୍ରଦର୍ଶନ କଲେ।
一連一百八十天,天天誇耀他帝國的豪華富裕,和他赫赫堂皇的榮耀。
5 ତହୁଁ ଏସବୁ ଦିନ ଗତ ହୁଅନ୍ତେ, ରାଜା ଶୂଶନ୍ ରାଜଧାନୀରେ ଉପସ୍ଥିତ ବଡ଼ ଓ ସାନ ସମସ୍ତ ଲୋକଙ୍କ ପାଇଁ ରାଜପୁରୀସ୍ଥ ଉଦ୍ୟାନର ପ୍ରାଙ୍ଗଣରେ ସାତ ଦିନ ପର୍ଯ୍ୟନ୍ତ ଭୋଜ କଲେ।
這些日子過了以後,王又在官內的御苑裏,一連七天,歡宴穌撒禁城的全體人民,不分尊卑,都來參加。
6 ସେଠାରେ କାର୍ପାସନିର୍ମିତ, ଶୁକ୍ଳ, ହରିତ୍ ଓ ନୀଳ ବସ୍ତ୍ରର ଚନ୍ଦ୍ରାତପ ଥିଲା, ତାହା ଶୁକ୍ଳ ଓ ଧୂମ୍ରବର୍ଣ୍ଣ ରଜ୍ଜୁ ଦ୍ୱାରା ରୌପ୍ୟମୟ କଡ଼ାରେ ମର୍ମର ସ୍ତମ୍ଭରେ ବନ୍ଧା ଥିଲା, ପୁଣି ରକ୍ତ ଓ ଶୁକ୍ଳ ଓ ପୀତ ଓ କୃଷ୍ଣବର୍ଣ୍ଣ ମର୍ମର ପ୍ରସ୍ତର ନିର୍ମିତ ଚଟାଣ ଉପରେ ସ୍ୱର୍ଣ୍ଣ ଓ ରୌପ୍ୟମୟ ଆସନ ଥିଲା।
庭院各處裝飾著白色和紫紅色的壁氈,繫著純白色和朱紅色的彩帶,懸在白大理石柱的銀環子上;在碧玉、白玉、珍珠和寶石舖砌的地面上,陳設了金銀的床榻。
7 ଆଉ, ସେମାନେ ନାନା ପ୍ରକାର ସୁବର୍ଣ୍ଣ ପାତ୍ରରେ ପାନଦ୍ରବ୍ୟ ଓ ରାଜାଙ୍କ ଉଦାରତାନୁସାରେ ପ୍ରଚୁର ରାଜକୀୟ ଦ୍ରାକ୍ଷାରସ ଦେଲେ।
進飲的器皿,都是金銀製的,大小俱全;御釀豐美,以示王家的厚贈。
8 ଯଦ୍ୟପି ପାନ କରିବା ବିଧିଗତ ଥିଲା; କିନ୍ତୁ କାହାରି ପାଇଁ ପାନ କରିବା ବାଧ୍ୟତାମୂଳକ କରାଯାଇ ନ ଥିଲା; କାରଣ ପ୍ରତ୍ୟେକ ଜଣକୁ ଆପଣା ଆପଣା ଇଚ୍ଛାନୁସାରେ ପାନ କରିବାର ଅନୁମତି ଦେବା ପାଇଁ ରାଜା ଆପଣାର ଗୃହାଧ୍ୟକ୍ଷ ସମସ୍ତଙ୍କୁ ଆଜ୍ଞା ଦେଇଥିଲେ।
飲酒隨意,無須強勸,因為王已命宮內侍役,應隨各人所好,善加招待。
9 ମଧ୍ୟ ରାଣୀ ବଷ୍ଟୀ ଅକ୍ଷଶ୍ୱେରଶର ରାଜଗୃହରେ ସ୍ତ୍ରୀମାନଙ୍କ ପାଇଁ ଭୋଜ ପ୍ରସ୍ତୁତ କଲେ।
同時瓦市提皇后,在薛西斯王的後宮,也擺設盛宴,款待婦女。
10 ସପ୍ତମ ଦିନରେ ରାଜା ଦ୍ରାକ୍ଷାରସରେ ହୃଷ୍ଟଚିତ୍ତ ହୋଇ ମହୂମନ୍, ବିସ୍ଥା, ହର୍ବୋଣା, ବିଗ୍ଥା ଓ ଅବଗଥ, ସେଥର ଓ କର୍କସ, ଅକ୍ଷଶ୍ୱେରଶ ରାଜାଙ୍କ ଛାମୁସ୍ଥ ଏହି ସାତ ସେବାକାରୀ ନପୁଂସକଙ୍କୁ ଆଜ୍ଞା ଦେଲେ,
至第七日,君王一時酒酣耳熱,就命默胡曼、彼次達、哈波納、彼革達、阿巴革達、則塔爾和加爾加斯,──七個侍從薛西斯王的宦官──
11 ତୁମ୍ଭେମାନେ ଲୋକମାନଙ୍କୁ ଓ ଅଧିପତିଗଣଙ୍କୁ ବଷ୍ଟୀ ରାଣୀର ସୌନ୍ଦର୍ଯ୍ୟ ଦେଖାଇବା ପାଇଁ ତାହାଙ୍କୁ ରାଜମୁକୁଟରେ ଭୂଷିତା କରି ରାଜାଙ୍କ ଛାମୁକୁ ଆଣ, ଯେଣୁ ସେ ପରମସୁନ୍ଦରୀ ଥିଲେ।
去召瓦市提王后,叫她頭戴后冠,到君王跟前來,讓眾百姓與朝臣瞻仰她的美麗,因為她的容貌,嬌媚可愛。
12 ମାତ୍ର ବଷ୍ଟୀ ରାଣୀ ନପୁଂସକମାନଙ୍କ ଦ୍ୱାରା ରାଜାଙ୍କ କଥିତ ଆଜ୍ଞାରେ ଆସିବାକୁ ଅସମ୍ମତା ହେଲା; ଏଣୁ ରାଜା ଅତିଶୟ କ୍ରୋଧ କଲେ ଓ ତାଙ୍କ ଅନ୍ତରରେ କ୍ରୋଧ ପ୍ରଜ୍ୱଳିତ ହେଲା।
但是瓦市提王后拒絕前來,不肯遵行宦官傳來的王命。於是君王勃然大怒,五內如焚,
13 ଏଥିଉତ୍ତାରେ ରାଜା ସମୟ ଓ କାଳର ବିଦ୍ୱାନ୍ବର୍ଗଙ୍କୁ ପଚାରିଲେ, (କାରଣ ବ୍ୟବସ୍ଥା ଓ ରାଜନୀତିଜ୍ଞମାନଙ୍କୁ ଏରୂପ ପଚାରିବାର ରାଜାଙ୍କ ରୀତି ଥିଲା;
遂與通達時務的朝臣商議說:──因為當時君王要辦一事,必與精通法律民情的朝臣商議;
14 ଆଉ, [ଏହି ସମୟରେ] କର୍ଶନା, ଶେଥର, ଅଦ୍ମାଥା, ତର୍ଶୀଶ, ମେରସ୍, ମେର୍ସନା ଓ ମମୁଖନ୍ ରାଜାଙ୍କ ନିକଟବର୍ତ୍ତୀ ଥିଲେ; ଏହି ସାତ ଜଣ ପାରସ୍ୟ ଓ ମାଦୀୟା ଦେଶର ଅଧିପତି, ରାଜାଙ୍କ ମୁଖଦର୍ଶନକାରୀ, ପୁଣି ରାଜ୍ୟର ଶ୍ରେଷ୍ଠ ସ୍ଥାନରେ ଉପବିଷ୍ଟ ଥିଲେ)
那時在王身傍有加爾舍納、舍塔爾、阿德瑪達、塔爾史士、默勒斯、瑪色納、默慕干,七位波斯和瑪待的公卿;他們常在君王左右,分居國家的高位──「
15 (ରାଜା ପଚାରିଲେ) “ବଷ୍ଟୀ ରାଣୀ ନପୁଂସକମାନଙ୍କ ଦ୍ୱାରା ପ୍ରେରିତ ଅକ୍ଷଶ୍ୱେରଶ ରାଜାଙ୍କ ଆଜ୍ଞା ନ ମାନିବାରୁ ବ୍ୟବସ୍ଥାନୁସାରେ ଆମ୍ଭେମାନେ ତାହାଙ୍କୁ କଅଣ କରିବା?”
按法律應如何處置瓦市提王后呢﹖因為沒有覆行宦官傳下的王命。」
16 ଏଥିରେ ମମୁଖନ୍ ରାଜାଙ୍କ ଓ ଅଧିପତିଗଣଙ୍କ ସାକ୍ଷାତରେ ଉତ୍ତର ଦେଲା, “ବଷ୍ଟୀ ରାଣୀ କେବଳ ମହାରାଜାଙ୍କ ପ୍ରତି ନୁହେଁ, ମାତ୍ର ଅକ୍ଷଶ୍ୱେରଶ ରାଜାଙ୍କ ଅଧୀନ ସମସ୍ତ ପ୍ରଦେଶର ଯାବତୀୟ ଅଧିପତି ଓ ଯାବତୀୟ ଲୋକଙ୍କ ପ୍ରତି ଅନୁଚିତ କର୍ମ କରିଅଛନ୍ତି।
默慕干在君王及公卿前建議說:「瓦市提王后不但得罪了君王,並且還得罪了薛西斯王各省的諸候與人民,
17 କାରଣ ରାଣୀଙ୍କ ଏହି କର୍ମର କଥା ସକଳ ସ୍ତ୍ରୀଲୋକଙ୍କ ମଧ୍ୟରେ ବ୍ୟାପି ଯିବ, ‘ଆଉ ଅକ୍ଷଶ୍ୱେରଶ ରାଜା ବଷ୍ଟୀ ରାଣୀଙ୍କୁ ଆପଣା ନିକଟକୁ ଆଣିବାକୁ ଆଜ୍ଞା ଦେଲେ, ମାତ୍ର ସେ ଆସିଲେ ନାହିଁ;’ ଏହି ସମ୍ବାଦ ପାଇଲେ ସେମାନଙ୍କ ସାକ୍ଷାତରେ ସେମାନଙ୍କ ସ୍ୱାମୀମାନେ ତୁଚ୍ଛନୀୟ ହେବେ।
因為王后的這種行為,一傳到所有的婦女耳中,她們必將效尤,輕視自己的丈夫,而且說:薛西斯王命人召瓦市提王后到他跟前,她卻沒有來;
18 ଆଉ, ପାରସ୍ୟ ଓ ମାଦୀୟାର ଯେଉଁ କୁଳୀନା ସ୍ତ୍ରୀଗଣ ରାଣୀଙ୍କ ଏହି କର୍ମର ସମାଚାର ଆଜି ଶୁଣିଅଛନ୍ତି, ସେମାନେ ରାଜାଙ୍କ ସମସ୍ତ ଅଧିପତିଙ୍କୁ ଏହିରୂପେ କହିବେ, ତହିଁରୁ ଅତିଶୟ ନିନ୍ଦା ଓ କ୍ରୋଧ ଉତ୍ପନ୍ନ ହେବ।
今日凡聽到王后這種舉動的波斯與瑪待的公主貴婦,也必說同樣的話,對一切王家公卿,也照樣輕視忿怒。
19 ଏନିମନ୍ତେ ଯେବେ ମହାରାଜା ସନ୍ତୁଷ୍ଟ ହୁଅନ୍ତି, ତେବେ ବଷ୍ଟୀ ଅକ୍ଷଶ୍ୱେରଶ ରାଜା ନିକଟକୁ ଆଉ ନ ଆସିବାକୁ ରାଜାଜ୍ଞା ଶ୍ରୀଛାମୁରୁ ପ୍ରକାଶିତ ହେଉ; ପୁଣି, ଏହା ଅନ୍ୟଥା ନୋହିବା ପାଇଁ ପାରସିକ ଓ ମାଦୀୟ ବ୍ୟବସ୍ଥା ମଧ୍ୟରେ ଲିଖିତ ହେଉ; ପୁଣି, ମହାରାଜା ତାହାର ରାଣୀପଦ ଅନ୍ୟକୁ ଦିଅନ୍ତୁ ଯେ ତାହା ଅପେକ୍ଷା ଅଧିକ ଉତ୍ତମ ଅଟନ୍ତି।
陛下如果贊成,可下一道上諭,附於波斯與瑪待的法典內,成為法律,禁止瓦市提后今後朝見薛西斯王;至於她的后位,王可賜與另一位比她賢淑的國妃。
20 ଆହୁରି, ରାଜ୍ୟ ବୃହତ, ଏଣୁ ରାଜ୍ୟର ସବୁ ସ୍ଥାନରେ ଏହି ରାଜାଜ୍ଞା ପ୍ରକାଶିତ ହେଲେ, ସ୍ୱାମୀ କ୍ଷୁଦ୍ର ହେଉ କି ମହାନ ହେଉ, ସମସ୍ତ ଭାର୍ଯ୍ୟାମାନେ ଆପଣା ଆପଣା ସ୍ୱାମୀମାନଙ୍କୁ ମର୍ଯ୍ୟାଦା କରିବେ।”
當君王下的這道命令,傳遍整個版圖廣闊的國土時,全國的婦女,不拘尊卑,對自己的丈夫必表示尊敬。」
21 ଏହି କଥାରେ ରାଜା ଓ ଅଧିପତିଗଣ ସନ୍ତୁଷ୍ଟ ହୁଅନ୍ତେ, ରାଜା ମମୁଖନ୍ର ପରାମର୍ଶନୁସାରେ କର୍ମ କଲେ।
對這建議,君王和公卿都表示贊成;王就依照默慕干的建議施行,
22 ତହୁଁ ସେ ପ୍ରତ୍ୟେକ ପ୍ରଦେଶର ଅକ୍ଷରାନୁସାରେ ଓ ପ୍ରତ୍ୟେକ ଗୋଷ୍ଠୀର ଭାଷାନୁସାରେ ରାଜାଙ୍କ ଅଧୀନ ପ୍ରତ୍ୟେକ ପ୍ରଦେଶକୁ ଏହିରୂପେ ପତ୍ର ପଠାଇଲେ, ପ୍ରତ୍ୟେକ ପୁରୁଷ ଆପଣା ଆପଣା ଗୃହରେ କର୍ତ୍ତୃତ୍ୱ କରୁ ଓ ସ୍ୱଗୋଷ୍ଠୀୟ ଭାଷାନୁସାରେ ତାହା ପ୍ରଚାର କରୁ।
向全國各省,傳遞文告,依各省的文字和各民族的語言,敕令天下所有的丈夫,應為一家之主,可隨意發號施令。