< ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 10 >

1 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଫାରୋ ନିକଟକୁ ଯାଅ; କାରଣ ଆମ୍ଭେ ଯେପରି ଲୋକମାନଙ୍କ ମଧ୍ୟରେ ଏହି ସକଳ ଚିହ୍ନ ଦର୍ଶାଇବା,
Jehovah said to Moses, "Go in to Pharaoh, for I have hardened his heart, and the heart of his servants, that I may show these my signs in the midst of them,
2 ପୁଣି, ଆମ୍ଭେ ମିସରୀୟମାନଙ୍କ ପ୍ରତି ଯାହା ଯାହା କରିଅଛୁ ଓ ସେମାନଙ୍କ ମଧ୍ୟରେ ଆପଣାର ଚିହ୍ନ ସ୍ୱରୂପେ ଯେଉଁ ଯେଉଁ କର୍ମ କରିଅଛୁ, ସେସବୁର ବୃତ୍ତାନ୍ତ ତୁମ୍ଭେ ଯେପରି ଆପଣା ପୁତ୍ର ଓ ପୌତ୍ରର କର୍ଣ୍ଣଗୋଚରରେ କହିବ, ପୁଣି, ଆମ୍ଭେ ଯେ ସଦାପ୍ରଭୁ ଏହା ଜ୍ଞାତ ହେବ, ଏନିମନ୍ତେ ଆମ୍ଭେ ଫାରୋ ଓ ତାହାର ଦାସଗଣର ହୃଦୟ କଠିନ କଲୁ।”
and that you may tell in the hearing of your son, and of your son's son, what things I have done to Egypt, and my signs which I have done among them; that you may know that I am Jehovah."
3 ସେତେବେଳେ ମୋଶା ଓ ହାରୋଣ ଫାରୋଙ୍କ ନିକଟକୁ ଯାଇ କହିଲେ, “ଏବ୍ରୀୟମାନଙ୍କ ସଦାପ୍ରଭୁ ପରମେଶ୍ୱର କହନ୍ତି, ‘ତୁମ୍ଭେ ଆମ୍ଭ ସାକ୍ଷାତରେ ନମ୍ର ହେବାକୁ କେତେ କାଳ ନାସ୍ତି କରିବ? ଆମ୍ଭର ସେବା କରିବା ନିମନ୍ତେ ଆମ୍ଭ ଲୋକମାନଙ୍କୁ ଯିବାକୁ ଦିଅ।
Moses and Aaron went in to Pharaoh, and said to him, "This is what Jehovah, the God of the Hebrews, says: 'How long will you refuse to humble yourself before me? Let my people go, that they may serve me.
4 ମାତ୍ର ଯଦି ମୋହର ଲୋକମାନଙ୍କୁ ଯିବାକୁ ଦେବା ପାଇଁ ମନା କର, ତେବେ ଦେଖ, ଆମ୍ଭେ ଆସନ୍ତାକାଲି ତୁମ୍ଭ ଅଞ୍ଚଳକୁ ପଙ୍ଗପାଳ ଆଣିବା।
Or else, if you refuse to let my people go, look, tomorrow I will bring locusts into your country,
5 ସେମାନେ ଭୂମିର ମୁଖ ଏପରି ଆଚ୍ଛନ୍ନ କରିବେ ଯେ, କେହି ତାହା ଦେଖି ପାରିବ ନାହିଁ; ପୁଣି, ଶିଳା ବୃଷ୍ଟିରୁ ରକ୍ଷିତ ଓ ଅବଶିଷ୍ଟ ଯାହା କିଛି ତୁମ୍ଭମାନଙ୍କର ଅଛି, ତାହା ସେମାନେ ଖାଇବେ, ପୁଣି, ତୁମ୍ଭମାନଙ୍କର କ୍ଷେତ୍ରୋତ୍ପନ୍ନ ସମସ୍ତ ବୃକ୍ଷ ଖାଇବେ।
and they shall cover the surface of the earth, so that one won't be able to see the earth. They shall eat the residue of that which has escaped, which remains to you from the hail, and shall eat every tree which grows for you out of the field.
6 ପୁଣି, ସେମାନଙ୍କ ଦ୍ୱାରା ତୁମ୍ଭର ଗୃହ, ତୁମ୍ଭ ଦାସଗଣର ଗୃହ ଓ ସକଳ ମିସରୀୟ ଲୋକଙ୍କ ଗୃହ ପରିପୂର୍ଣ୍ଣ ହେବ; ଏ ଦେଶରେ ତୁମ୍ଭ ପୂର୍ବପୁରୁଷମାନଙ୍କ ଓ ସେମାନଙ୍କ ପୂର୍ବପୁରୁଷମାନଙ୍କ ଜନ୍ମାବଧି ଆଜି ପର୍ଯ୍ୟନ୍ତ କେବେ ଏପରି ଦେଖାଯାଇ ନାହିଁ।’” ତହୁଁ ମୋଶା ମୁଖ ଫେରାଇ ଫାରୋଙ୍କ ନିକଟରୁ ବାହାରିଗଲେ।
Your houses shall be filled, and the houses of all your servants, and the houses of all the Egyptians; as neither your fathers nor your fathers' fathers have seen, since the day that they were on the earth to this day.'" He turned, and went out from Pharaoh.
7 ଏଥିଉତ୍ତାରେ ଫାରୋଙ୍କର ଦାସଗଣ ତାଙ୍କୁ କହିଲେ, “ଏ ମନୁଷ୍ୟ କେତେ କାଳ ଆମ୍ଭମାନଙ୍କର ଫାନ୍ଦ ସ୍ୱରୂପ ହୋଇଥିବ? ଏହି ଲୋକମାନଙ୍କ ସଦାପ୍ରଭୁ ପରମେଶ୍ୱରଙ୍କ ସେବା କରିବା ପାଇଁ ଏମାନଙ୍କୁ ଯିବାକୁ ଦେଉନ୍ତୁ; ମିସର ଦେଶ ଯେ ନଷ୍ଟ ହେଲାଣି, ଏହା କି ଆପଣ ଏବେ ହେଁ ବୁଝନ୍ତି ନାହିଁ?”
Pharaoh's servants said to him, "How long will this man be a snare to us? Let the men go, that they may serve their God. Do you not yet know that Egypt is destroyed?"
8 ତେବେ ମୋଶା ଓ ହାରୋଣ ପୁନର୍ବାର ଫାରୋଙ୍କ ନିକଟକୁ ଅଣା ଯାଆନ୍ତେ, ସେ ସେମାନଙ୍କୁ କହିଲେ, “ଯାଅ, ତୁମ୍ଭମାନଙ୍କ ସଦାପ୍ରଭୁ ପରମେଶ୍ୱରଙ୍କର ସେବା କର; ମାତ୍ର କିଏ କିଏ ଯିବ?”
Moses and Aaron were brought again to Pharaoh, and he said to them, "Go, serve your God; but who are those who will go?"
9 ତହିଁରେ ମୋଶା କହିଲେ, “ଆମ୍ଭେମାନେ ଆପଣା ଆପଣା ବାଳକ ଓ ବୃଦ୍ଧ ସମସ୍ତଙ୍କୁ ସଙ୍ଗେ ଘେନି ଯିବୁ ଓ ଆପଣା ଆପଣା ପୁତ୍ରକନ୍ୟାମାନଙ୍କୁ, ପୁଣି, ଗୋମେଷାଦି ପଲ ମଧ୍ୟ ସଙ୍ଗରେ ଘେନି ଯିବୁ, ଯେହେତୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆମ୍ଭମାନଙ୍କର ଉତ୍ସବ କରିବାକୁ ହେବ।”
Moses said, "We will go with our young and with our old; with our sons and with our daughters, with our flocks and with our herds will we go; for we must hold a feast to Jehovah."
10 ତେବେ ଫାରୋ ସେମାନଙ୍କୁ କହିଲେ, “ହେଉ, ସଦାପ୍ରଭୁ ତୁମ୍ଭମାନଙ୍କର ସହବର୍ତ୍ତୀ ହୁଅନ୍ତୁ, ଆମ୍ଭେ ତ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କ ବାଳକମାନଙ୍କୁ ଯିବାକୁ ଦେବୁ; ସାବଧାନ, ଅମଙ୍ଗଳ ତୁମ୍ଭମାନଙ୍କ ସମ୍ମୁଖରେ ଅଛି।
He said to them, "Jehovah be with you if I will let you go with your dependents. See, evil is clearly before your faces.
11 ଏପରି ହେବ ନାହିଁ, ତୁମ୍ଭେମାନେ ଯେତେ ପୁରୁଷ ଅଛ, ଯାଅ, ସଦାପ୍ରଭୁଙ୍କର ସେବା କର; କାରଣ ଏହା ହିଁ ତୁମ୍ଭେମାନେ ଚାହଁ।” ଏଉତ୍ତାରେ ସେମାନେ ଫାରୋଙ୍କ ସାକ୍ଷାତରୁ ତାଡ଼ିତ ହେଲେ।
Not so. Go now you who are men, and serve God; for that is what you desire." They were driven out from Pharaoh's presence.
12 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ପଙ୍ଗପାଳ ନିମନ୍ତେ ମିସର ଦେଶ ଉପରେ ଆପଣା ହସ୍ତ ବିସ୍ତାର କର, ତହିଁରେ ସେମାନେ ମିସର ଦେଶକୁ ଆସି ଶିଳାବୃଷ୍ଟିର ଅବଶିଷ୍ଟାଂଶ ଭୂମିର ତୃଣାଦି ସମସ୍ତ ଗ୍ରାସ କରିବେ।”
Jehovah said to Moses, "Stretch out your hand over the land of Egypt for the locusts, that they may come up on the land of Egypt and eat every plant of the land, even all that the hail has left."
13 ତହୁଁ ମୋଶା ମିସର ଦେଶ ଉପରେ ଆପଣା ଯଷ୍ଟି ବିସ୍ତାର କରନ୍ତେ, ସଦାପ୍ରଭୁ ସେହି ସାରା ଦିବାରାତ୍ରି ଦେଶରେ ପୂର୍ବୀୟ ବାୟୁ ବୁହାଇଲେ; ପ୍ରଭାତ ହୁଅନ୍ତେ, ପୂର୍ବୀୟ ବାୟୁ ଦ୍ୱାରା ପଙ୍ଗପାଳ ଉପସ୍ଥିତ ହେଲେ।
Moses stretched forth his staff over the land of Egypt, and Jehovah brought an east wind on the land all that day, and all the night; and when it was morning, the east wind brought the locusts.
14 ତହିଁରେ ସମୁଦାୟ ମିସର ଦେଶରେ ପଙ୍ଗପାଳ ବ୍ୟାପିଗଲେ, ମିସରର ସମସ୍ତ ଅଞ୍ଚଳରେ ପଙ୍ଗପାଳ ପଡ଼ିଲେ; ସେମାନେ ଅତ୍ୟନ୍ତ ଭୟାନକ ଥିଲେ; ସେପରି ପଙ୍ଗପାଳ ପୂର୍ବରେ କଦାପି ହୋଇ ନ ଥିଲା, କି ଆଉ କେବେ ହେବ ନାହିଁ।
The locusts went up over all the land of Egypt, and rested in all the borders of Egypt. They were very grievous. Before them there were no such locusts as they, neither after them shall be such.
15 ସେମାନେ ସମୁଦାୟ ଭୂମି ଆଚ୍ଛନ୍ନ କଲେ ଓ ସେମାନଙ୍କ ଦ୍ୱାରା ଦେଶ ଅନ୍ଧକାରାବୃତ ହେଲା, ଭୂମିର ଯେ ତୃଣ ଓ ବୃକ୍ଷାଦିର ଯେ ଫଳ ଶିଳା ବୃଷ୍ଟିରୁ ରକ୍ଷା ପାଇଥିଲା, ତାହା ସେମାନେ ଖାଇ ପକାଇଲେ; ତହିଁରେ ସମୁଦାୟ ମିସର ଦେଶରେ କୌଣସି ବୃକ୍ଷ କି କ୍ଷେତ୍ରର ତୃଣାଦି ହରିତ୍‍ବର୍ଣ୍ଣ କିଛିମାତ୍ର ରହିଲା ନାହିଁ।
For they covered the surface of the whole earth, so that the land was darkened, and they ate every plant of the land, and all the fruit of the trees which the hail had left. There remained nothing green, either tree or plant of the field, through all the land of Egypt.
16 ତହୁଁ ଫାରୋ ଶୀଘ୍ର ମୋଶା ଓ ହାରୋଣଙ୍କୁ ଡକାଇ କହିଲେ, “ମୁଁ ତୁମ୍ଭମାନଙ୍କ ସଦାପ୍ରଭୁ ପରମେଶ୍ୱରଙ୍କ ଓ ତୁମ୍ଭମାନଙ୍କ ବିରୁଦ୍ଧରେ ପାପ କରିଅଛି।
Then Pharaoh called for Moses and Aaron in haste, and he said, "I have sinned against Jehovah your God, and against you.
17 ବିନୟ କରୁଅଛୁ, କେବଳ ଏହି ଥରକ ଆମ୍ଭର ପାପ କ୍ଷମା କରି ଆମ୍ଭ ନିକଟରୁ ଏହି କାଳ ସ୍ୱରୂପକୁ ଦୂର କରିବା ପାଇଁ ଆପଣାମାନଙ୍କ ସଦାପ୍ରଭୁ ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କରନ୍ତୁ।”
Now therefore please forgive my sin again, and pray to Jehovah your God, that he may also take away from me this death."
18 ତହିଁରେ ସେ ଫାରୋଙ୍କ ନିକଟରୁ ଯାଇ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରନ୍ତେ,
He went out from Pharaoh, and prayed to God.
19 ସଦାପ୍ରଭୁ ପ୍ରବଳ ପଶ୍ଚିମ ବାୟୁ ଫେରାଇ ଦେଶରୁ ପଙ୍ଗପାଳମାନଙ୍କୁ ଉଠାଇ ନେଇ ସୂଫ ସାଗରରେ ନିକ୍ଷେପ କଲେ; ତହିଁରେ ମିସରର କୌଣସି ଅଞ୍ଚଳରେ ଗୋଟିଏ ପଙ୍ଗପାଳ ରହିଲା ନାହିଁ।
Jehovah turned an exceeding strong west wind, which took up the locusts, and drove them into the Red Sea. There remained not one locust in all the borders of Egypt.
20 ମାତ୍ର ସଦାପ୍ରଭୁ ଫାରୋଙ୍କର ହୃଦୟ କଠିନ କଲେ, ପୁଣି, ସେ ଇସ୍ରାଏଲ-ସନ୍ତାନଗଣଙ୍କୁ ଯିବାକୁ ଦେଲେ ନାହିଁ।
But Jehovah hardened Pharaoh's heart, and he did not let the children of Israel go.
21 ଆଉ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଆକାଶ ଆଡ଼େ ହସ୍ତ ବିସ୍ତାର କର; ତହିଁରେ ମିସର ଦେଶରେ ଅନ୍ଧକାର ହେବ ଓ ଅନ୍ଧକାର ସକାଶୁ ଲୋକମାନେ ଦରାଣ୍ଡି ହେବେ।”
Jehovah said to Moses, "Stretch out your hand toward the sky, that there may be darkness over the land of Egypt, even darkness which may be felt."
22 ଏଥିଉତ୍ତାରେ ମୋଶା ଆକାଶ ଆଡ଼େ ହସ୍ତ ବିସ୍ତାର କରନ୍ତେ, ତିନି ଦିନ ପର୍ଯ୍ୟନ୍ତ ମିସର ଦେଶର ସର୍ବତ୍ର ଏପରି ଗାଢ଼ ଅନ୍ଧକାର ହେଲା ଯେ, କେହି ପରସ୍ପରକୁ ଦେଖି ପାରିଲା ନାହିଁ।
Moses stretched forth his hand toward the sky, and there was a thick darkness in all the land of Egypt three days.
23 ଓ ତିନି ଦିନ ପର୍ଯ୍ୟନ୍ତ କେହି ଆପଣା ସ୍ଥାନରୁ ଉଠି ପାରିଲେ ନାହିଁ; ମାତ୍ର ଇସ୍ରାଏଲ-ସନ୍ତାନଗଣର ସମସ୍ତ ବାସ ସ୍ଥାନରେ ଆଲୁଅ ଥିଲା।
They did not see one another, neither did anyone rise from his place for three days; but all the children of Israel had light in their dwellings.
24 ତହୁଁ ଫାରୋ ମୋଶାଙ୍କୁ ଡକାଇ କହିଲେ, “ତୁମ୍ଭେମାନେ ସଦାପ୍ରଭୁଙ୍କ ସେବା କରିବାକୁ ଯାଅ; କେବଳ ତୁମ୍ଭମାନଙ୍କର ଗୋମେଷାଦି ପଲ ଥାଉନ୍ତୁ; ତୁମ୍ଭମାନଙ୍କ ବାଳକମାନେ ମଧ୍ୟ ତୁମ୍ଭମାନଙ୍କ ସଙ୍ଗେ ଯାଉନ୍ତୁ।”
Then Pharaoh called to Moses and to Aaron and said, "Go, serve Jehovah. Only let your flocks and your herds stay behind. Let your dependents also go with you."
25 ତହିଁରେ ମୋଶା କହିଲେ, “ଆମ୍ଭେମାନେ ଆପଣାମାନଙ୍କ ସଦାପ୍ରଭୁ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଯେଉଁ ବଳି ଓ ହୋମଦ୍ରବ୍ୟ ଉତ୍ସର୍ଗ କରିବା, ତାହା ମଧ୍ୟ ଆମ୍ଭମାନଙ୍କ ହସ୍ତରେ ଆପଣଙ୍କୁ ଦେବାକୁ ହେବ।
Moses said, "You must also give into our hand sacrifices and burnt offerings, that we may sacrifice to Jehovah our God.
26 ଆମ୍ଭମାନଙ୍କ ପଶୁଗଣ ଆମ୍ଭମାନଙ୍କ ସଙ୍ଗରେ ଯିବେ, ଗୋଟିଏ ଖୁରା ହିଁ ଅବଶିଷ୍ଟ ରହିବ ନାହିଁ; କାରଣ ଆମ୍ଭମାନଙ୍କ ସଦାପ୍ରଭୁ ପରମେଶ୍ୱରଙ୍କ ସେବା ନିମନ୍ତେ ସେମାନଙ୍କ ମଧ୍ୟରୁ ବଳି ନେବାକୁ ହେବ; ପୁଣି, କି ଦେଇ ସଦାପ୍ରଭୁଙ୍କର ସେବା କରିବାକୁ ହେବ, ତାହା ସେଠାରେ ଉପସ୍ଥିତ ନ ହେଲେ, ଆମ୍ଭେମାନେ ଜାଣି ପାରିବୁ ନାହିଁ।”
Our livestock must also go with us; not a hoof is left behind, for of it we must take to serve Jehovah our God; and we do not know with what we must serve Jehovah, until we come there."
27 ମାତ୍ର ସଦାପ୍ରଭୁ ଫାରୋଙ୍କର ହୃଦୟ କଠିନ କଲେ, ପୁଣି, ସେ ସେମାନଙ୍କୁ ଯିବାକୁ ଦେବା ପାଇଁ ସମ୍ମତ ହେଲେ ନାହିଁ।
But Jehovah hardened Pharaoh's heart, and he wouldn't let them go.
28 ଏଣୁ ଫାରୋ ତାଙ୍କୁ କହିଲେ, “ଆମ୍ଭ ନିକଟରୁ ଦୂର ହୁଅ, ଆପଣା ବିଷୟରେ ସାବଧାନ ହୁଅ, ଆମ୍ଭର ମୁଖ ଆଉ କେବେ ଦେଖ ନାହିଁ; ଯେଉଁ ଦିନ ଆମ୍ଭର ମୁଖ ଦେଖିବ, ସେହି ଦିନ ମରିବ।”
Pharaoh said to him, "Get away from me. Make sure you never see my face again; for in the day you see my face you shall die."
29 ତହିଁରେ ମୋଶା କହିଲେ, “ଆପଣ ଭଲ କହିଲେ, ମୁଁ ଆଉ କେବେ ଆପଣଙ୍କ ମୁଖ ଦେଖିବି ନାହିଁ।”
Moses said, "You have spoken well. I will not see your face again."

< ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 10 >