< ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 11 >

1 ସଦାପ୍ରଭୁ ମୋଶାଙ୍କୁ କହିଲେ, “ଆମ୍ଭେ ଫାରୋ ଓ ମିସର ଉପରେ ଆଉ ଏକ ଉତ୍ପାତ ଆଣିବା; ତହିଁ ଉତ୍ତାରେ ସେ ତୁମ୍ଭମାନଙ୍କୁ ଏ ସ୍ଥାନରୁ ଯିବାକୁ ଦେବ; ପୁଣି, ଯିବାକୁ ଦେବା ସମୟରେ ସେ ତୁମ୍ଭମାନଙ୍କୁ ନିତାନ୍ତ ତଡ଼ି ଦେବ।
Et l’Éternel dit à Moïse: Je ferai venir encore une plaie sur le Pharaon et sur l’Égypte; après cela il vous laissera aller d’ici; lorsqu’il vous laissera aller complètement, il vous chassera tout à fait d’ici.
2 ଏହେତୁ ଏବେ ଲୋକମାନଙ୍କ କର୍ଣ୍ଣଗୋଚରରେ କୁହ, ପ୍ରତ୍ୟେକ ପୁରୁଷ ଆପଣା ଆପଣା ପ୍ରତିବାସୀଠାରୁ ଓ ପ୍ରତ୍ୟେକ ସ୍ତ୍ରୀ ଆପଣା ଆପଣା ପ୍ରତିବାସିନୀଠାରୁ ରୌପ୍ୟ-ଅଳଙ୍କାର ଓ ସ୍ୱର୍ଣ୍ଣ-ଅଳଙ୍କାର ମାଗି ନିଅନ୍ତୁ।”
Parle donc aux oreilles du peuple: Que chaque homme demande à son voisin, et chaque femme à sa voisine, des objets d’argent et des objets d’or.
3 ଆଉ ସଦାପ୍ରଭୁ ମିସରୀୟମାନଙ୍କ ଦୃଷ୍ଟିରେ ଲୋକମାନଙ୍କୁ ଅନୁଗ୍ରହପ୍ରାପ୍ତ କଲେ। ପୁଣି, ମିସର ଦେଶରେ ଫାରୋଙ୍କର ଦାସମାନଙ୍କ ଓ ଲୋକମାନଙ୍କ ଦୃଷ୍ଟିରେ ମୋଶା ଅତି ସମ୍ଭ୍ରାନ୍ତ ପୁରୁଷ ହେଲେ।
Et l’Éternel fit que le peuple trouva faveur aux yeux des Égyptiens; l’homme Moïse aussi était très grand dans le pays d’Égypte, aux yeux des serviteurs du Pharaon et aux yeux du peuple.
4 ଏଥିଉତ୍ତାରେ ମୋଶା କହିଲେ, “ସଦାପ୍ରଭୁ ଏହି କଥା କହନ୍ତି, ‘ଆମ୍ଭେ ଦୁଇପ୍ରହର ରାତ୍ରିରେ ମିସରର ମଧ୍ୟଦେଇ ଗମନ କରିବା।
Et Moïse dit: Ainsi dit l’Éternel: Sur le minuit je sortirai au milieu de l’Égypte;
5 ତହିଁରେ ସିଂହାସନୋପବିଷ୍ଟ ଫାରୋଙ୍କର ପ୍ରଥମଜାତଠାରୁ ଚକି ପେଷଣକାରିଣୀ ଦାସୀର ପ୍ରଥମଜାତ ପର୍ଯ୍ୟନ୍ତ ମିସର ଦେଶସ୍ଥିତ ସମସ୍ତ ପ୍ରଥମଜାତ ଓ ପଶୁମାନଙ୍କର ପ୍ରଥମଜାତ ମରିବେ।
et tout premier-né dans le pays d’Égypte mourra, depuis le premier-né du Pharaon, qui est assis sur son trône, jusqu’au premier-né de la servante qui est derrière la meule, et tout premier-né des bêtes.
6 ଏଣୁ ସମୁଦାୟ ମିସର ଦେଶରେ, ଯେପରି କେବେ ହୋଇ ନାହିଁ ଓ ହେବ ନାହିଁ, ଏପରି ମହାରୋଦନ ହେବ।
Et il y aura un grand cri dans tout le pays d’Égypte, comme il n’y en a pas eu et il n’y en aura jamais de semblable.
7 ମାତ୍ର ସଦାପ୍ରଭୁ ମିସରୀୟ ଲୋକଙ୍କଠାରୁ ଇସ୍ରାଏଲୀୟ ଲୋକଙ୍କୁ ପ୍ରଭେଦ କରନ୍ତି, ଏହା ଯେପରି ତୁମ୍ଭେମାନେ ଜ୍ଞାତ ହେବ, ଏଥିପାଇଁ ଇସ୍ରାଏଲ ସନ୍ତାନମାନଙ୍କ ମଧ୍ୟରେ ମନୁଷ୍ୟ କି ପଶୁ ପ୍ରତି ଗୋଟିଏ କୁକ୍କୁର ସୁଦ୍ଧା ଜିହ୍ୱା ପଜାଇବ ନାହିଁ।’
Mais contre tous les fils d’Israël, depuis l’homme jusqu’aux bêtes, pas un chien ne remuera sa langue; afin que vous sachiez que l’Éternel distingue entre les Égyptiens et Israël.
8 ତହିଁରେ ତୁମ୍ଭର ଏହି ସମସ୍ତ ଦାସମାନେ ମୋʼ ନିକଟକୁ ନତ ହୋଇ ଆସିବେ ଓ ମୋତେ ପ୍ରଣାମ କରି କହିବେ, ‘ତୁମ୍ଭେ ଓ ତୁମ୍ଭର ଅନୁଗତ ସମସ୍ତ ଲୋକ ବାହାରି ଯାଅ;’ ତହିଁ ଉତ୍ତାରେ ମୁଁ ବାହାରି ଯିବି।” ଏଥିଉତ୍ତାରେ ସେ ପ୍ରଚଣ୍ଡ କ୍ରୋଧରେ ଫାରୋଙ୍କ ନିକଟରୁ ବାହାରିଗଲେ।
Et tous ces tiens serviteurs descendront vers moi, et se prosterneront devant moi, disant: Sors, toi, et tout le peuple qui est à tes pieds. Et après cela je sortirai. Et [Moïse] sortit d’auprès du Pharaon dans une ardente colère.
9 ସଦାପ୍ରଭୁ ମୋଶାଙ୍କୁ କହିଥିଲେ, “ଆମ୍ଭେ ଯେପରି ମିସର ଦେଶରେ ଆପଣା ଆଶ୍ଚର୍ଯ୍ୟକ୍ରିୟା ବହୁସଂଖ୍ୟକ କରିବା, ଏଥିପାଇଁ ଫାରୋ ତୁମ୍ଭମାନଙ୍କ କଥାରେ ମନୋଯୋଗ କରିବ ନାହିଁ।”
Et l’Éternel dit à Moïse: Le Pharaon ne vous écoutera point, afin de multiplier mes miracles dans le pays d’Égypte.
10 ପୁଣି, ମୋଶା ଓ ହାରୋଣ ଫାରୋଙ୍କ ସମ୍ମୁଖରେ ଏହି ସମସ୍ତ ଆଶ୍ଚର୍ଯ୍ୟକର୍ମ କରିଥିଲେ; ମାତ୍ର ସଦାପ୍ରଭୁ ଫାରୋଙ୍କର ହୃଦୟ କଠିନ କରନ୍ତେ, ସେ ଆପଣା ଦେଶରୁ ଇସ୍ରାଏଲ-ସନ୍ତାନଗଣଙ୍କୁ ଯିବାକୁ ଦେଲେ ନାହିଁ।
Et Moïse et Aaron firent tous ces miracles devant le Pharaon. Et l’Éternel endurcit le cœur du Pharaon, et il ne laissa point aller de son pays les fils d’Israël.

< ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 11 >