< ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 12 >

1 ଏଥିଉତ୍ତାରେ ମିସର ଦେଶରେ ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ କହିଲେ,
Yehova anayankhula kwa Mose ndi Aaroni mʼdziko la Igupto kuti,
2 “ଏହି ମାସ ତୁମ୍ଭମାନଙ୍କର ପ୍ରଧାନ ମାସ ଓ ବର୍ଷର ପ୍ରଥମ ମାସ ହେବ।
“Mwezi uno uzikhala mwezi wanu woyamba wa chaka.
3 ତୁମ୍ଭେମାନେ ଇସ୍ରାଏଲୀୟ ସମଗ୍ର ମଣ୍ଡଳୀକୁ ଏହି କଥା କୁହ, ଏହି ମାସର ଦଶମ ଦିନରେ ତୁମ୍ଭମାନଙ୍କର ପ୍ରତ୍ୟେକ ମନୁଷ୍ୟ ପିତୃଗୃହାନୁସାରେ ପ୍ରତ୍ୟେକ ପରିବାର ନିମନ୍ତେ ଏକ ଏକ ମେଷଶାବକ ନେବ।
Muliwuze khamu lonse la Israeli kuti pa tsiku la khumi la mwezi uno, munthu aliyense asankhire banja lake mwana wankhosa mmodzi. Banja lililonse litenge mwana wankhosa mmodzi.
4 ଆଉ, ଗୋଟିଏ ମେଷଶାବକ ନେବା ନିମନ୍ତେ ଯଦି କୌଣସି ପରିଜନ ଅଳ୍ପ ହେବ, ତେବେ ସେ ଓ ତାହାର ଗୃହ ନିକଟବର୍ତ୍ତୀ ପ୍ରତିବାସୀ, ପ୍ରାଣୀଗଣର ସଂଖ୍ୟାନୁସାରେ ଏକ ମେଷଶାବକ ନେବେ; ତୁମ୍ଭେମାନେ ପ୍ରତ୍ୟେକ ଜଣର ଭୋଜନ ଶକ୍ତି ଅନୁସାରେ ମେଷଶାବକର ଅଟକଳ କରିବ।
Ngati banja lili lochepa moti silingathe kudya nyama yonse ya nkhosa, ligawane ndi banja lomwe layandikana nalo nyumba. Mabanja adziwiretu chiwerengero cha anthu amene alipo pokonzekera zimenezi. Muwerengere kuchuluka kwa nyama imene anthu adzadye potengera mmene munthu mmodzi angadyere.
5 ତୁମ୍ଭେମାନେ ମେଷପଲ ବା ଛାଗପଲ ମଧ୍ୟରୁ ଶାବକ ନେବ; ତାହା ନିର୍ଦ୍ଦୋଷ, ଏକ ବର୍ଷୀୟ ଓ ପୁଂଶାବକ ହେବ;
Ziweto zimene musankhe ziyenera kukhala zazimuna za chaka chimodzi, zopanda chilema, ndipo zikhale nkhosa kapena mbuzi.
6 ସେହି ମାସର ଚତୁର୍ଦ୍ଦଶ ଦିନ ଯାଏ ତାକୁ ବନ୍ଦ କରି ରଖିବ; ଏଥିଉତ୍ତାରେ ଇସ୍ରାଏଲ-ମଣ୍ଡଳୀର ସମସ୍ତ ସମାଜ ସନ୍ଧ୍ୟାକାଳରେ ସେହି ଶାବକକୁ ବଧ କରିବେ।
Muzisunge mpaka tsiku la khumi ndi chinayi la mwezi, pamene gulu lonse la Aisraeli lidzaphe nyamazo madzulo.
7 ପୁଣି, ଲୋକମାନେ ତାହାର କିଛି ରକ୍ତ ନେଇ ଯେଉଁ ଯେଉଁ ଗୃହ ମଧ୍ୟରେ ମେଷ ଭୋଜନ କରିବେ, ସେହି ସେହି ଗୃହ ଦ୍ୱାରର ଦୁଇ ବାଜୁବନ୍ଧ ଓ କପାଳୀ ଉପରେ ତାହା ଲଗାଇବେ।
Ndipo adzatengeko magazi anyamazo ndi kuwaza pa mphuthu ziwiri za chitseko ndiponso pamwamba pa chitseko cha nyumba mmene adzadyeremo ana ankhosawo.
8 ଆଉ ସେହି ରାତ୍ରିରେ ତାହାର ମାଂସ ଭୋଜନ କରିବେ; ଅଗ୍ନିରେ ଦଗ୍ଧ କରି ତାଡ଼ିଶୂନ୍ୟ ରୁଟି ଓ ପିତା ଶାକ ସହିତ ତାହା ଭୋଜନ କରିବେ।
Adzawotche nyamayo ndi kudya usiku womwewo, ndipo adzayidye ndi buledi wophikidwa popanda yisiti pamodzi ndi masamba wowawa.
9 ତୁମ୍ଭେମାନେ ସେହି ମାଂସ ଅପକ୍ୱ କିମ୍ବା ଜଳରେ ସିଦ୍ଧ କରି ଭୋଜନ କରିବ ନାହିଁ, ମାତ୍ର ଅଗ୍ନିରେ ତାହାର ମୁଣ୍ଡ ଓ ଜଙ୍ଘ ଶରୀର ସମେତ ଦଗ୍ଧ କରି ଭୋଜନ କରିବ।
Musadzadye yayiwisi kapena yophika, koma mudzawotche yonse, mutu, miyendo ndi zamʼmimba.
10 ପୁଣି, ପ୍ରଭାତ ଯାଏ ତହିଁର କିଛି ରଖିବ ନାହିଁ; ଯଦି ପ୍ରଭାତ ପର୍ଯ୍ୟନ୍ତ କିଛି ଅବଶିଷ୍ଟ ରହିବ, ତାହା ଅଗ୍ନିରେ ଭସ୍ମସାତ୍‍ କରିବ।
Musadzasiye nyama ina mpaka mmawa, ngati ina idzatsala mpaka mmawa, mudzayitenthe.
11 ଏହି ପ୍ରକାରେ ତୁମ୍ଭେମାନେ ତାହା ଚଞ୍ଚଳ ଭୋଜନ କରିବ, କାରଣ ତୁମ୍ଭେମାନେ କଟିବନ୍ଧନ କରି ପାଦରେ ପାଦୁକା ଦେଇ ହସ୍ତରେ ଯଷ୍ଟି ଘେନି ଯାତ୍ରା କରିବା ନିମନ୍ତେ ପ୍ରସ୍ତୁତ ହେବ; ଏହା ସଦାପ୍ରଭୁଙ୍କର ନିସ୍ତାର ପର୍ବ।
Muzidzadya nyamayo mutavala chotere, pokonzekera ulendo: mudzazimangirire lamba mʼchiwuno, nsapato zanu kuphazi ndi ndodo yanu kumanja. Mudzadye mofulumira. Imeneyi ndi Paska ya Yehova.
12 ଯେହେତୁ ଆମ୍ଭେ ଆଜି ରାତ୍ରି ମିସର ଦେଶର ମଧ୍ୟଦେଇ ଯାଇ ମିସର ଦେଶସ୍ଥ ମନୁଷ୍ୟ ଓ ପଶୁର ସମସ୍ତ ପ୍ରଥମଜାତକୁ ସଂହାର କରିବା; ପୁଣି, ମିସରୀୟ ସମସ୍ତ ଦେବତାର ବିଚାର କରି ଦଣ୍ଡ ଦେବା; ଆମ୍ଭେ ସଦାପ୍ରଭୁ।
“Usiku umenewo Ine ndidzadutsa mʼdziko la Igupto ndipo ndidzapha chilichonse choyamba kubadwa kuyambira mwana wa munthu aliyense mpaka ana aziweto. Ndidzalanganso milungu yonse ya Igupto. Ine ndine Yehova.
13 ଏଣୁକରି ତୁମ୍ଭେମାନେ ଯେଉଁ ଯେଉଁ ଗୃହରେ ଥାଅ, ସେହି ସେହି ଗୃହରେ ସେହି ରକ୍ତ ଚିହ୍ନ ସ୍ୱରୂପେ ରହିବ; ଆଉ ଆମ୍ଭେ ମିସର ଦେଶକୁ ଦଣ୍ଡ ଦେବା ସମୟରେ ସେହି ରକ୍ତ ଦେଖିଲେ, ତୁମ୍ଭମାନଙ୍କୁ ଛାଡ଼ି ଆଗକୁ ଯିବା, ପୁଣି, ସଂହାରକ ଆଘାତ ତୁମ୍ଭମାନଙ୍କ ପ୍ରତି ଘଟିବ ନାହିଁ।
Magazi amene mudzawaze pa mphuthu za zitseko ndi pamwamba pa zitseko aja adzakhala ngati chizindikiro. Ine ndikadzaona magaziwo ndidzakudutsani, ndipo ndikadzamakantha anthu a Igupto, mliri wosakazawu sudzakukhudzani.
14 ଆଉ ସେହି ଦିନ ତୁମ୍ଭମାନଙ୍କର ସ୍ମରଣୀୟ ହେବ, ପୁଣି, ତୁମ୍ଭେମାନେ ସେହି ଦିନକୁ ସଦାପ୍ରଭୁଙ୍କ ପର୍ବ ରୂପେ ପାଳନ କରିବ; ପୁରୁଷାନୁକ୍ରମେ ଅନନ୍ତକାଳୀନ ବିଧିମତେ ଏହି ପର୍ବ ପାଳନ କରିବ।
“Ili ndi tsiku la chikumbutso. Tsiku limeneli muzidzachita chikondwerero, kupembedza Yehova. Mibado yonse imene ikubwera izidzakumbukira tsiku limeneli ngati lamulo lamuyaya ndi kuti pa tsikuli azidzachita chikondwerero cholemekeza Yehova.
15 ତୁମ୍ଭେମାନେ ସାତ ଦିନ ପର୍ଯ୍ୟନ୍ତ ତାଡ଼ିଶୂନ୍ୟ ରୁଟି ଖାଇବ; ବିଶେଷତଃ ପ୍ରଥମ ଦିନ ଆପଣା ଆପଣା ଗୃହରୁ ତାଡ଼ି ଦୂର କରିବ, କାରଣ ଯେଉଁ ଜନ ପ୍ରଥମ ଦିନଠାରୁ ସପ୍ତମ ଦିନ ପର୍ଯ୍ୟନ୍ତ ତାଡ଼ି ମିଶ୍ରିତ ରୁଟି ଖାଇବ, ସେ ପ୍ରାଣୀ ଇସ୍ରାଏଲ ମଧ୍ୟରୁ ଉଚ୍ଛିନ୍ନ ହେବ।
Kwa masiku asanu ndi awiri muzidya buledi wopanda yisiti. Tsiku loyamba muzichotsa yisiti mʼnyumba zanu, ngati aliyense adzadya kanthu kalikonse kali ndi yisiti kuyambira tsiku loyamba mpaka tsiku lachisanu ndi chiwiri, munthu ameneyo adzayenera kuchotsedwa mʼgulu la Israeli.
16 ଆଉ ପ୍ରଥମ ଦିନରେ ତୁମ୍ଭମାନଙ୍କର ପବିତ୍ର ସଭା ହେବ, ପୁଣି, ସପ୍ତମ ଦିନରେ ମଧ୍ୟ ତୁମ୍ଭମାନଙ୍କର ପବିତ୍ର ସଭା ହେବ; ଆଉ ସେହି ଦୁଇ ଦିନରେ ପ୍ରତ୍ୟେକ ପ୍ରାଣୀର ଖାଦ୍ୟର ଆୟୋଜନ ବିନୁ ଆଉ କୌଣସି କର୍ମ କରାଯିବ ନାହିଁ, କେବଳ ସେହି କର୍ମ ତୁମ୍ଭେମାନେ କରି ପାରିବ।
Pa tsiku loyamba muzichita msonkhano wopatulika, ndipo winanso uzikhala pa tsiku lachisanu ndi chiwiri. Musamagwire ntchito masiku onsewa, koma ntchito yokonza chakudya yokha kuti aliyense adye. Izi ndi zimene muzichita.
17 ଏହି ପ୍ରକାରେ ତୁମ୍ଭେମାନେ ତାଡ଼ିଶୂନ୍ୟ ରୁଟିର ପର୍ବ ପାଳନ କରିବ, କାରଣ ସେହି ଦିନରେ ହିଁ ଆମ୍ଭେ ତୁମ୍ଭମାନଙ୍କର ସୈନ୍ୟମାନଙ୍କୁ ମିସର ଦେଶରୁ ବାହାର କରି ଆଣିବା; ଏଣୁ ତୁମ୍ଭେମାନେ ପୁରୁଷାନୁକ୍ରମେ ଅନନ୍ତକାଳୀନ ବିଧିମତେ ଏହି ଦିନ ପାଳନ କରିବ।
“Muzichita chikondwerero cha buledi wopanda yisiti, chifukwa ndi pa tsiku limeneli ndinatulutsa magulu anu mʼdziko la Igupto. Muzikondwerera tsiku limeneli pa mibado yonse ngati lamulo lamuyaya.
18 ତୁମ୍ଭେମାନେ ପ୍ରଥମ ମାସର ଚଉଦ ଦିନର ସନ୍ଧ୍ୟା ସମୟରୁ ଏକୋଇଶ ଦିନର ସନ୍ଧ୍ୟା ପର୍ଯ୍ୟନ୍ତ ତାଡ଼ିଶୂନ୍ୟ ରୁଟି ଭୋଜନ କରିବ।
Mwezi woyamba muzidzadya buledi wopanda yisiti kuyambira madzulo tsiku la 14 la mweziwo mpaka tsiku la 21 mwezi womwewo.
19 ସପ୍ତାହ ପର୍ଯ୍ୟନ୍ତ ତୁମ୍ଭମାନଙ୍କ ଗୃହରେ ଲେଶମାତ୍ର ତାଡ଼ି ନ ରହୁ, କାରଣ ବିଦେଶୀ ଅବା ସ୍ୱଦେଶୀ ଯେଉଁ ଜନ ଏଥିମଧ୍ୟରେ ତାଡ଼ି ମିଶ୍ରିତ ଦ୍ରବ୍ୟ ଖାଇବ, ସେ ପ୍ରାଣୀ ଇସ୍ରାଏଲ-ମଣ୍ଡଳୀରୁ ଉଚ୍ଛିନ୍ନ ହେବ।
Yisiti asamapezeka mʼnyumba zanu kwa masiku asanu ndi awiri. Ndipo aliyense amene adya chakudya chimene muli yisiti, munthu ameneyo ayenera kuchotsedwa mʼgulu la Aisraeli, kaya iyeyo ndi mlendo kapena mbadwa.
20 ତୁମ୍ଭେମାନେ ତାଡ଼ି ମିଶ୍ରିତ କୌଣସି ଦ୍ରବ୍ୟ ଖାଇବ ନାହିଁ, ତୁମ୍ଭେମାନେ ଆପଣା ଆପଣା ସମସ୍ତ ବାସ ସ୍ଥାନରେ ତାଡ଼ିଶୂନ୍ୟ ରୁଟି ଖାଇବ।”
Musadye chilichonse chokhala ndi yisiti. Kulikonse kumene mukukhala, muyenera kudya buledi wopanda yisiti.”
21 ସେତେବେଳେ ମୋଶା ଇସ୍ରାଏଲର ସମସ୍ତ ପ୍ରାଚୀନ ଲୋକଙ୍କୁ ଡକାଇ କହିଲେ, “ତୁମ୍ଭେମାନେ ଆପଣାମାନଙ୍କ ନିମନ୍ତେ ଆପଣା ଆପଣା ପରିଜନାନୁସାରେ ଏକ ଏକ ମେଷଶାବକ ବାହାର କରି ନେଇ ନିସ୍ତାରପର୍ବୀୟ ବଳି ବଧ କର।
Ndipo Mose anasonkhanitsa akuluakulu onse a Israeli nati, “Pitani msanga kukasankha nkhosa zokwanira pa mabanja anu, ndipo muziphe ngati Paska.
22 ପୁଣି, ବିଡ଼ାଏ ଏସୋବ ଘେନି ପାତ୍ରସ୍ଥିତ ରକ୍ତରେ ବୁଡ଼ାଇ ଦ୍ୱାରର କପାଳୀ ଓ ଦୁଇ ବାଜୁବନ୍ଧ ଉପରେ ପାତ୍ରସ୍ଥିତ ରକ୍ତ ଲଗାଅ; ପୁଣି, ପ୍ରଭାତ ପର୍ଯ୍ୟନ୍ତ ତୁମ୍ଭମାନଙ୍କର କେହି ଗୃହ ଦ୍ୱାରରେ ବାହାରକୁ ନ ଯାଉ।
Mutengenso nthambi ya chitsamba cha hisope, muchiviyike mʼmagazi amene mwawayika mʼbeseni ndipo muwaze ena mwa magaziwo pamwamba ndi mʼmbali mwa mphuthu za chitseko. Palibe aliyense wa inu amene adzatuluke mʼnyumba yake mpaka mmawa.
23 ଯେହେତୁ ସଦାପ୍ରଭୁ ମିସରୀୟମାନଙ୍କୁ ଆଘାତ କରିବାକୁ ସେମାନଙ୍କ ମଧ୍ୟଦେଇ ଯିବେ; ତହିଁରେ ଦ୍ୱାରର କପାଳୀ ଓ ଦୁଇ ବାଜୁବନ୍ଧ ଉପରେ ସେହି ରକ୍ତ ଦେଖିଲେ, ସଦାପ୍ରଭୁ ସେହି ଦ୍ୱାର ଛାଡ଼ି ଆଗକୁ ଯିବେ, ତୁମ୍ଭମାନଙ୍କ ଗୃହରେ ସଂହାରକକୁ ପ୍ରବେଶ କରି ଆଘାତ କରିବାକୁ ଦେବେ ନାହିଁ।
Pamene Yehova adzadutsa mʼdziko kudzakantha Aigupto, nʼkuona magazi pamwamba ndi mʼmbali mwa mphuthu za chitseko, Iye adzadutsa khomo limenelo ndipo sadzalola woonongayo kuti alowe mʼnyumba zanu kuti akukantheni.
24 ପୁଣି, ତୁମ୍ଭେମାନେ ଓ ଯୁଗାନୁକ୍ରମେ ତୁମ୍ଭମାନଙ୍କ ସନ୍ତାନମାନେ ବିଧିମତେ ଏହି ରୀତି ପାଳନ କରିବ।
“Muzimvera malamulo amenewa kwa muyaya, inu ndi zidzukulu zanu.
25 ଆଉ ସଦାପ୍ରଭୁ ଆପଣା ପ୍ରତିଜ୍ଞାନୁସାରେ; ତୁମ୍ଭମାନଙ୍କୁ ଯେଉଁ ଦେଶ ଦେବେ, ସେଠାରେ ପ୍ରବେଶ କଲେ, ଏହି ସେବା ସାଧନ କରିବ।
Mukakalowa mʼdziko limene Yehova adzakupatseni monga analonjeza, mukasunge mwambo umenewu.
26 ପୁଣି, ତୁମ୍ଭମାନଙ୍କ ‘ଏହି ସେବାର ଅଭିପ୍ରାୟ କଅଣ?’
Ndipo ana anu akakakufunsani kuti, ‘Mwambo umenewu ukutanthauza chiyani?’
27 ଏହା ତୁମ୍ଭମାନଙ୍କ ସନ୍ତାନମାନେ ପଚାରିଲେ, ‘ତୁମ୍ଭେମାନେ କହିବ, ଏହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିସ୍ତାରପର୍ବୀୟ ବଳିଦାନ; କାରଣ ମିସରୀୟମାନଙ୍କୁ ଆଘାତ କରିବା ବେଳେ ସେ ମିସରରେ ପ୍ରବାସୀ ଇସ୍ରାଏଲୀୟ ସନ୍ତାନଗଣର ଗୃହସବୁ ଛାଡ଼ି ଆଗକୁ ଯାଇ ଆମ୍ଭମାନଙ୍କ ଗୃହ ରକ୍ଷା କରିଥିଲେ।’” ସେତେବେଳେ ଲୋକମାନେ ମସ୍ତକ ନତ କରି ପ୍ରଣାମ କଲେ।
Inu mukawawuze kuti, ‘Ndi nsembe ya Paska ya Yehova, popeza pamene ankakantha nyumba za Aigupto anasiya nyumba zathu.’” Kenaka anthu anawerama napembedza.
28 ତହୁଁ ଇସ୍ରାଏଲୀୟ ସନ୍ତାନମାନେ ଯାଇ ସେପରି କଲେ; ଆଉ ସେମାନେ ମୋଶା ଓ ହାରୋଣଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ କର୍ମ କଲେ।
Aisraeli anachita monga momwe Yehova analamulira Mose ndi Aaroni.
29 ଏଥିଉତ୍ତାରେ ଅର୍ଦ୍ଧ ରାତ୍ର ସମୟରେ ସଦାପ୍ରଭୁ ସିଂହାସନୋପବିଷ୍ଟ ଫାରୋଙ୍କର ପ୍ରଥମଜାତ ସନ୍ତାନଠାରୁ କାରାକୂପସ୍ଥ ବନ୍ଦୀର ପ୍ରଥମଜାତ ସନ୍ତାନ ପର୍ଯ୍ୟନ୍ତ ମିସର ଦେଶସ୍ଥିତ ସମସ୍ତ ପ୍ରଥମଜାତ ସନ୍ତାନମାନଙ୍କୁ ଓ ପଶୁମାନଙ୍କ ପ୍ରଥମଜାତ ଶାବକଗଣକୁ ଆଘାତ କଲେ।
Pakati pa usiku Yehova anakantha ana onse oyamba kubadwa mʼdziko la Igupto, kuyambira woyamba kubadwa wa Farao, amene amakhala pa mpando waufumu wa Faraoyo, mpaka mwana woyamba kubadwa wa munthu amene anali mʼdzenje, pamodzinso ndi ana oyamba kubadwa a ziweto zawo.
30 ତହିଁରେ ଫାରୋ ଓ ତାଙ୍କର ଦାସଗଣ ଓ ମିସରୀୟ ଲୋକ ସମସ୍ତେ ରାତ୍ରିରେ ଉଠିଲେ; ପୁଣି, ମିସର ଦେଶରେ ମହାରୋଦନ ହେଲା; କାରଣ ଏପରି ଗୃହ ନ ଥିଲା ଯେଉଁ ଗୃହରେ କେହି ମରି ନ ଥିଲେ।
Farao ndi nduna zake zonse ndiponso Aigupto onse anadzuka pakati pa usiku, ndipo kunali kulira kwakukulu mʼdziko lonse la Igupto, pakuti panalibe nyumba imene munalibe munthu wakufa.
31 ତହୁଁ ରାତ୍ରିକାଳରେ ଫାରୋ, ମୋଶା ଓ ହାରୋଣଙ୍କୁ ଡକାଇ କହିଲେ, “ତୁମ୍ଭେମାନେ ଓ ଇସ୍ରାଏଲ ବଂଶ ଉଠି ଆମ୍ଭ ଲୋକମାନଙ୍କ ମଧ୍ୟରୁ ବାହାର ହୁଅ, ତୁମ୍ଭମାନଙ୍କ ବାକ୍ୟାନୁସାରେ ସଦାପ୍ରଭୁଙ୍କର ସେବା କରିବା ପାଇଁ ଯାତ୍ରା କର।
Pakati pa usiku Farao anayitanitsa Mose ndi Aaroni ndipo anati, “Nyamukani! Asiyeni anthu anga, inu ndi Aisraeli! Pitani, kapembedzeni Yehova monga munapempha.
32 ତୁମ୍ଭମାନଙ୍କ ବାକ୍ୟାନୁସାରେ ଗୋମେଷାଦି ପଲ ସମସ୍ତଙ୍କୁ ନେଇ ଚାଲିଯାଅ ଓ ଆମ୍ଭକୁ ମଧ୍ୟ ଆଶୀର୍ବାଦ କର।”
Tengani ziweto ndi ngʼombe zanu ndipo pitani kapembedzeni Mulungu wanu monga munanenera kuti ine ndidalitsike.”
33 ସେତେବେଳେ ମିସରୀୟମାନେ ଲୋକମାନଙ୍କୁ ଶୀଘ୍ର ଦେଶରୁ ପଠାଇଦେବା ନିମନ୍ତେ ବ୍ୟଗ୍ର ହେଲେ; କାରଣ ସେମାନେ କହିଲେ, “ଆମ୍ଭେ ସମସ୍ତେ ମୃତକଳ୍ପ।”
Aigupto anawawumiriza anthuwo kuti atuluke mofulumira ndi kusiya dziko lawo. Iwo anati, “Ngati sitiwalola kutero, tonse tidzafa.”
34 ତହିଁରେ ଚକଟା ମଇଦା ତାଡ଼ି ମିଶ୍ରିତ ହେବା ପୂର୍ବେ, ଲୋକମାନେ ତାହା ନେଇ ମଇଦା ଦଳିବା ପାତ୍ରସବୁ ଆପଣା ଆପଣା ବସ୍ତ୍ରରେ ବାନ୍ଧି ସ୍କନ୍ଧରେ ଘେନିଲେ।
Motero anthuwo ananyamula ufa wawo wopangira buledi asanathiremo yisiti ndipo anasenza pa mapewa awo pamodzi ndi zokandiramo buledi atazikulunga mu nsalu.
35 ପୁଣି, ଇସ୍ରାଏଲ-ସନ୍ତାନଗଣ ମୋଶାଙ୍କର ବାକ୍ୟାନୁସାରେ ମିସରୀୟମାନଙ୍କୁ ରୌପ୍ୟ-ଅଳଙ୍କାର, ସୁବର୍ଣ୍ଣ-ଅଳଙ୍କାର ଓ ବସ୍ତ୍ର ମାଗିଲେ।
Aisraeli anachita monga anawawuzira Mose kuti apemphe kwa Aigupto zozikongoletsera zasiliva ndi zagolide ndi zovala.
36 ତହିଁରେ ସଦାପ୍ରଭୁ ମିସରୀୟମାନଙ୍କ ଦୃଷ୍ଟିରେ ଲୋକମାନଙ୍କୁ ଅନୁଗ୍ରହପାତ୍ର କରିବାରୁ ସେମାନେ ସେମାନଙ୍କୁ ଯାହା ମାଗିଲେ, ସେମାନେ ତାହା ଦେଲେ। ଏହି ପ୍ରକାରେ, ସେମାନେ ମିସରୀୟମାନଙ୍କ ଧନ ହରଣ କଲେ।
Yehova anafewetsa mtima Aigupto kuti akomere mtima Aisraeliwo ndipo anawapatsa zimene anawapempha. Motero Aisraeli anawalanda zinthu Aigupto.
37 ଏଥିଉତ୍ତାରେ ଇସ୍ରାଏଲ ସନ୍ତାନମାନେ ବାଳକ ବ୍ୟତୀତ ପ୍ରାୟ ଛଅ ଲକ୍ଷ ପୁରୁଷ ପାଦଗତିରେ ରାମିଷେଷ୍‍ଠାରୁ ସୁକ୍କୋତକୁ ଯାତ୍ରା କଲେ।
Aisraeli anayenda ulendo kuchokera ku Ramesesi mpaka kukafika ku Sukoti. Anthu aamuna oyenda pansi analipo 600,000 osawerengera akazi ndi ana.
38 ପୁଣି, ମିଶ୍ରିତ ଲୋକମାନଙ୍କର ଏକ ମହାଜନତା ଓ ଗୋମେଷାଦି ଅନେକ ଅନେକ ପଶୁ ସେମାନଙ୍କ ସହିତ ପ୍ରସ୍ଥାନ କଲେ।
Anthu enanso ambiri anapita nawo, kuphatikizanso gulu lalikulu la ziweto, mbuzi, nkhosa pamodzi ndi ngʼombe.
39 ଏଥିଉତ୍ତାରେ ସେମାନେ ମିସରଠାରୁ ଆନୀତ ଚକଟା ମଇଦାରେ ତାଡ଼ିଶୂନ୍ୟ ରୁଟି ପ୍ରସ୍ତୁତ କଲେ; କାରଣ ତାହା ତାଡ଼ି ମିଶ୍ରିତ ହୋଇ ନ ଥିଲା; ଯେହେତୁ ସେମାନେ ମିସରରୁ ତାଡ଼ିତ ହୋଇଥିଲେ, ଏଥିପାଇଁ ବିଳମ୍ବ କରି ନ ପାରିବାରୁ ଆପଣା ଆପଣା ନିମନ୍ତେ କିଛି ଖାଦ୍ୟ ପ୍ରସ୍ତୁତ କରିପାରି ନ ଥିଲେ।
Iwo anapanga buledi wopanda yisiti ndi ufa umene anachoka nawo ku Igupto. Ufawo unalibe yisiti chifukwa anachita kuthamangitsidwa ku Igupto ndipo analibe nthawi yokonzera chakudya chawo.
40 ଇସ୍ରାଏଲ ବଂଶ ଚାରି ଶହ ତିରିଶ ବର୍ଷ ପର୍ଯ୍ୟନ୍ତ ମିସର ଦେଶରେ ପ୍ରବାସ କରିଥିଲେ।
Ndipo Aisraeli anakhala ku Igupto kwa zaka 430.
41 ସେହି ଚାରି ଶହ ତିରିଶ ବର୍ଷ ଶେଷରେ, ସେହି ଦିନରେ ସଦାପ୍ରଭୁଙ୍କ ସୈନ୍ୟସମୂହ ମିସରରୁ ବାହାର ହେଲେ।
Pa tsiku lomwelo limene anakwanitsa zaka 430, magulu onse a Yehova anatuluka mʼdziko la Igupto.
42 ମିସର ଦେଶରୁ ସେମାନେ ବାହାର ହେବା ସକାଶୁ ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅତ୍ୟନ୍ତ ପାଳନୀୟ ରାତ୍ରି; ତାହା ସଦାପ୍ରଭୁଙ୍କ ରାତ୍ରି ବୋଲି ଇସ୍ରାଏଲ ସନ୍ତାନମାନଙ୍କର ପୁରୁଷାନୁକ୍ରମେ ବିଶେଷ ପାଳନୀୟ ଅଟଇ।
Usiku wonse Yehova anachezera kutulutsa ana a Israeli mʼdziko la Igupto. Nʼchifukwa chake pa tsiku limeneli Aisraeli onse azichezera usiku wonse kulemekeza Mulungu kamba ka mibado yonse ya mʼtsogolo.
43 ଆଉ ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ କହିଲେ, “ନିସ୍ତାର ପର୍ବର ଏହି ବିଧି; କୌଣସି ବିଦେଶୀୟ ଲୋକ ତାହା ଭୋଜନ କରିବ ନାହିଁ।
Yehova anati kwa Mose ndi Aaroni, “Malamulo a Paska ndi awa: “Mlendo asadye Paska.
44 ମାତ୍ର ରୌପ୍ୟ ଦ୍ୱାରା କ୍ରୀତ ପ୍ରତ୍ୟେକ ଲୋକର ଦାସ ସୁନ୍ନତ ହେଲେ ଖାଇ ପାରିବ;
Kapolo aliyense amene munagula angadye ngati atayamba wachita mdulidwe.
45 କୌଣସି ପ୍ରବାସୀ ବା ବେତନଜୀବୀ ଦାସ ତାହା ଖାଇ ପାରିବ ନାହିଁ।
Koma amene mukukhala naye kwa kanthawi kapena waganyu asadye Paska.
46 ଏକ ଗୃହ ମଧ୍ୟରେ ତାହା ଭୋଜନ କରାଯିବ; ତୁମ୍ଭେ ସେହି ମାଂସର କିଛିମାତ୍ର ଗୃହ ବାହାରକୁ ନେଇଯିବ ନାହିଁ; କିଅବା ତାହାର ଗୋଟିଏ ଅସ୍ଥି ହିଁ ଭାଙ୍ଗିବ ନାହିଁ।
“Muzidyera Paska mʼnyumba imodzi. Musatulutse nyama iliyonse kunja kwa nyumba. Musaswe mafupa aliwonse.
47 ଇସ୍ରାଏଲର ସମଗ୍ର ମଣ୍ଡଳୀ ତାହା ପାଳନ କରିବେ।
Gulu lonse la Israeli lizichita mwambo wachikondwererochi.
48 ପୁଣି, ତୁମ୍ଭ ସଙ୍ଗରେ ପ୍ରବାସୀ କୌଣସି ବିଦେଶୀ ଲୋକ ଯଦି ସଦାପ୍ରଭୁଙ୍କର ନିସ୍ତାର ପର୍ବ ପାଳନ କରିବାକୁ ଚାହେଁ, ତେବେ ତାହାର ପରିବାରର ସମସ୍ତ ପୁରୁଷ ସୁନ୍ନତ ହେଉନ୍ତୁ, ତହିଁ ଉତ୍ତାରେ ସେ ନିକଟକୁ ଆସି ପର୍ବ ପାଳନ କରୁ; ତହିଁରେ ସେ ଦେଶଜାତ ଲୋକ ତୁଲ୍ୟ ହେବ; ମାତ୍ର କୌଣସି ଅସୁନ୍ନତ ଲୋକ ତାହା ଭୋଜନ କରିବ ନାହିଁ।
“Ngati mlendo wokhala pakati panu angafune kuchita nawo mwambo wa chikondwerero cha Paska, cha Yehovachi, amuna onse a mʼnyumba mwake ayenera kuchita mdulidwe. Akatero muzimutenga ngati mbadwa pakati panu. Koma aliyense wosachita mdulidwe asadye Paska.
49 ଆଉ ଦେଶଜାତ ଲୋକ ଓ ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସକାରୀ ବିଦେଶୀୟ ଲୋକ ପ୍ରତି ଗୋଟିଏ ବିଧି ହେବ।”
Lamulo limeneli likhudza mbadwa ngakhalenso alendo wochita mdulidwe wokhala pakati panu.
50 ତହିଁରେ ଇସ୍ରାଏଲର ସମସ୍ତ ସନ୍ତାନ ଏହି ପ୍ରକାର କଲେ; ମୋଶା ଓ ହାରୋଣଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞା ଯେପରି ଥିଲା, ସେହିପରି ସେମାନେ କଲେ।
“Aisraeli onse anachita monga momwe Yehova analamulira Mose ndi Aaroni.
51 ଏହି ପ୍ରକାରେ ସଦାପ୍ରଭୁ ସେହି ଦିନ ସୈନ୍ୟଶ୍ରେଣୀବଦ୍ଧ ଇସ୍ରାଏଲ-ସନ୍ତାନଗଣକୁ ମିସର ଦେଶରୁ ବାହାର କରି ଆଣିଲେ।
Ndipo tsiku lomwelo Yehova anatulutsa gulu lonse la ana a Israeli mʼdziko la Igupto.”

< ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 12 >