< ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 13 >

1 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
И рече Господь к Моисею глаголя:
2 “ଇସ୍ରାଏଲ ସନ୍ତାନମାନଙ୍କ ମଧ୍ୟରେ ମନୁଷ୍ୟ ହେଉ କି ପଶୁ ହେଉ, ଯେକେହି ପ୍ରଥମେ ଜାତ ହୁଏ, ସେହି ପ୍ରଥମଜାତ ସମସ୍ତଙ୍କୁ ଆମ୍ଭ ଉଦ୍ଦେଶ୍ୟରେ ପ୍ରତିଷ୍ଠା କର; ତାହା ଆମ୍ଭର ଅଟେ।”
освяти Ми всякаго первенца перворожденнаго, разверзающаго всякая ложесна в сынех Израилевых от человека до скота, яко Мне есть.
3 ଏଥିଉତ୍ତାରେ ମୋଶା ଲୋକମାନଙ୍କୁ କହିଲେ, “ଏହି ଦିନ ସ୍ମରଣରେ ରଖ, ଯେହେତୁ ଏହି ଦିନରେ ତୁମ୍ଭେମାନେ ଦାସଗୃହ ସ୍ୱରୂପ ମିସରରୁ ବାହାର ହେଲ, ଆଉ ସଦାପ୍ରଭୁ ବାହୁ ବଳ ଦ୍ୱାରା ସେଠାରୁ ତୁମ୍ଭମାନଙ୍କୁ ବାହାର କରି ଆଣିଲେ; ଏଥିରେ ତାଡ଼ି ମିଶ୍ରିତ ରୁଟି ଭୋଜନ କରାଯିବ ନାହିଁ।
Рече же Моисей к людем: помните день сей, в оньже изыдосте от земли Египетския, из дому работы: рукою бо крепкою изведе вас Господь отсюду: и не ядите квасна,
4 ତୁମ୍ଭେମାନେ ଆବୀବ୍‍ ମାସର ଏହି ଦିନରେ ବାହାର ହେଲ।
понеже в днешний день исходите в месяце плодов новых:
5 ଆଉ କିଣାନୀୟ, ହିତ୍ତୀୟ, ଇମୋରୀୟ, ହିବ୍ବୀୟ ଓ ଯିବୂଷୀୟ ଲୋକମାନଙ୍କର ଯେଉଁ ଦେଶ ତୁମ୍ଭଙ୍କୁ ଦେବାକୁ ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷମାନଙ୍କ ନିକଟରେ ଶପଥ କରିଥିଲେ, ସେହି ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶକୁ ଯେତେବେଳେ ସେ ତୁମ୍ଭଙ୍କୁ ଆଣିବେ, ସେହି ସମୟରେ ତୁମ୍ଭେ ଏହି ମାସରେ ଏହି ସେବାର କାର୍ଯ୍ୟ ସାଧନ କରିବ।
и будет, егда введет тя Господь Бог твой в землю Хананейску и Хеттейску, и Аморрейску и Евейску, и Иевусейску и Гергесейску и Ферезейску, еюже клятся ко отцем твоим, дати тебе землю точащую млеко и мед, и сотвориши службу сию сего месяца:
6 ସପ୍ତାହ ପର୍ଯ୍ୟନ୍ତ ତାଡ଼ିଶୂନ୍ୟ ରୁଟି ଖାଇବ ଓ ସପ୍ତମ ଦିନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସବ କରିବ।
шесть дний ядите опресноки, в седмый же день праздник Господу,
7 ପୁଣି, ସେହି ସପ୍ତାହ ପର୍ଯ୍ୟନ୍ତ ତାଡ଼ିଶୂନ୍ୟ ରୁଟି ଭୋଜନ କରାଯିବ ଓ ତୁମ୍ଭ ନିକଟରେ ତାଡ଼ି ମିଶ୍ରିତ ରୁଟି ଦେଖାଯିବ ନାହିଁ, ଆଉ ତୁମ୍ଭର ସମୁଦାୟ ଦେଶ ମଧ୍ୟରେ ତାଡ଼ି ଦୃଷ୍ଟ ହେବ ନାହିଁ।
опресноки ядите седмь дний: да не явится тебе квасное, ниже будет тебе квас во всех пределех твоих,
8 ପୁଣି, ସେହି ଦିନ ତୁମ୍ଭେ ଆପଣା ପୁତ୍ରକୁ କହିବ, ‘ମିସରଠାରୁ ଆମ୍ଭେ ବାହାର ହେବା ବେଳେ ସଦାପ୍ରଭୁ ଆମ୍ଭ ପ୍ରତି ଯେଉଁ ଯେଉଁ କର୍ମ କରିଥିଲେ, ସେହିସବୁର ସ୍ମରଣ ନିମନ୍ତେ ଏହା ହୁଏ।’
и возвестиши сыну твоему в день он, глаголя: сего ради сотворил Господь Бог мне, егда исхождах из Египта:
9 ପୁଣି, ସଦାପ୍ରଭୁଙ୍କ ବ୍ୟବସ୍ଥା ଯେପରି ତୁମ୍ଭ ମୁଖରେ ରହିବ, ଏଥିପାଇଁ ଏହା ଚିହ୍ନ ସ୍ୱରୂପେ ତୁମ୍ଭ ହସ୍ତରେ ଓ ସ୍ମରଣର ଉପାୟ ସ୍ୱରୂପ ତୁମ୍ଭ ଚକ୍ଷୁ ଦ୍ୱୟର ମଧ୍ୟସ୍ଥାନରେ ରହିବ; ଯେହେତୁ ସଦାପ୍ରଭୁ ପରାକ୍ରାନ୍ତ ହସ୍ତ ଦ୍ୱାରା ମିସରଠାରୁ ତୁମ୍ଭଙ୍କୁ ବାହାର କରି ଆଣିଅଛନ୍ତି।
и будет тебе знамение на руце твоей, и воспоминание пред очима твоима, яко да будет закон Господнь во устех твоих, рукою бо крепкою изведе тя Господь Бог из Египта:
10 ଏହେତୁ ସମୟାନୁସାରେ ତୁମ୍ଭେ ପ୍ରତି ବର୍ଷ ଏହି ବିଧି ପାଳନ କରିବ।
и сохраните закон сей по временом уставленым, от дний до дний,
11 ସଦାପ୍ରଭୁ ତୁମ୍ଭ ଓ ତୁମ୍ଭ ପୂର୍ବପୁରୁଷମାନଙ୍କ ନିକଟରେ ଯେଉଁ ଶପଥ କରିଅଛନ୍ତି, ତଦନୁସାରେ ସେ ଯେତେବେଳେ କିଣାନୀୟ ଲୋକମାନଙ୍କର ଦେଶରେ ପ୍ରବେଶ କରାଇ ତୁମ୍ଭଙ୍କୁ ତାହା ଦେବେ;
и будет егда введет тя Господь Бог твой в землю Хананейску, якоже кляся отцем твоим, и даст ю тебе:
12 ସେତେବେଳେ ତୁମ୍ଭେ ପ୍ରଥମଜାତ ସମସ୍ତ ଗର୍ଭଫଳ ଓ ତୁମ୍ଭ ପଶୁଠାରୁ ଜାତ ପ୍ରତ୍ୟେକ ପ୍ରଥମ ଗର୍ଭଫଳ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପୃଥକ କରିବ; ପୁଂସନ୍ତାନ ସକଳ ସଦାପ୍ରଭୁଙ୍କର ହେବେ।
и отлучиши всякое разверзающее ложесна, мужеск пол Господу: всякое разверзающее ложесна от стад или от скот твоих, елика будут тебе, мужеск пол освятиши Господу:
13 ପୁଣି, ତୁମ୍ଭେ ମେଷଶାବକ ଦେଇ ପ୍ରତ୍ୟେକ ପ୍ରଥମଜାତ ଗର୍ଦ୍ଦଭକୁ ମୁକ୍ତ କରିବ; ଯଦି ମୁକ୍ତ ନ କରିବ, ତେବେ ତାʼର ବେକ ଭାଙ୍ଗିବ; ମାତ୍ର ତୁମ୍ଭ ପୁତ୍ରମାନଙ୍କ ମଧ୍ୟରୁ ମନୁଷ୍ୟର ପ୍ରଥମଜାତ ସମସ୍ତଙ୍କୁ ମୁକ୍ତ କରିବାକୁ ହେବ।
всякое разверзающее утробу ослю премениши овцею: аще же не премениши, искупиши е: и всякаго первенца человеча сынов твоих да искупиши:
14 ଆଉ ଭବିଷ୍ୟତ କାଳରେ ତୁମ୍ଭର ପୁତ୍ର ଯଦି ପଚାରିବ, ‘ଏହା କଅଣ?’ ତେବେ ତୁମ୍ଭେ କହିବ, ‘ସଦାପ୍ରଭୁ ଯେତେବେଳେ ଆମ୍ଭମାନଙ୍କୁ ଆପଣା ବାହୁ ବଳ ଦ୍ୱାରା ଦାସଗୃହ ସ୍ୱରୂପ ମିସରଠାରୁ ବାହାର କଲେ,
аще же вопросит тя сын твой по сих, глаголя: что сие? И речеши ему: яко рукою крепкою изведе нас Господь из земли Египетския, из дому работы,
15 ସେତେବେଳେ ଫାରୋ ଆମ୍ଭମାନଙ୍କୁ ଯିବାକୁ ଦେବା ପାଇଁ କଠିନ ହୁଅନ୍ତେ, ସଦାପ୍ରଭୁ ମିସର ଦେଶସ୍ଥିତ ମନୁଷ୍ୟ ଓ ପଶ୍ୱାଦିର ସମସ୍ତ ପ୍ରଥମଜାତ ସନ୍ତାନମାନଙ୍କୁ ବଧ କରିଥିଲେ; ଏହେତୁ ଆମ୍ଭେ ପ୍ରଥମଜାତ ପୁତ୍ରସନ୍ତାନମାନଙ୍କୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କରୁ; ମାତ୍ର ଆମ୍ଭର ପ୍ରଥମଜାତ ପୁତ୍ର ସମସ୍ତଙ୍କୁ ମୁକ୍ତ କରୁ।’
егда бо ожесточися фараон отпустити нас, изби Господь всякаго первенца в земли Египетстей, от первенца человеча до первенца скотия: сего ради аз в жертву приношу всякое разверзающее ложесна, мужеск пол Господу, и всякаго первенца сынов моих искуплю,
16 ଏହା ଚିହ୍ନ ସ୍ୱରୂପେ ତୁମ୍ଭ ହସ୍ତରେ ଓ ଭୂଷଣ ସ୍ୱରୂପେ ତୁମ୍ଭ ଚକ୍ଷୁ ଦ୍ୱୟର ମଧ୍ୟସ୍ଥାନରେ ରହିବ; ଯେହେତୁ ସଦାପ୍ରଭୁ ବାହୁ ବଳରେ ଆମ୍ଭମାନଙ୍କୁ ମିସରରୁ ବାହାର କରି ଆଣିଲେ।”
и будет в знамение на руце твоей, и непоколебимо пред очесы твоими: рукою бо крепкою изведе тя Господь из Египта.
17 ଏଥିଉତ୍ତାରେ ଫାରୋ ଲୋକମାନଙ୍କୁ ଯିବାକୁ ଦିଅନ୍ତେ, ପଲେଷ୍ଟୀୟ ଲୋକମାନଙ୍କର ଦେଶକୁ ଯିବାର ପଥ ନିକଟ ହେଲେ ହେଁ ପରମେଶ୍ୱର ସେହି ପଥରେ ସେମାନଙ୍କୁ ଗମନ କରାଇଲେ ନାହିଁ; ଯେହେତୁ ପରମେଶ୍ୱର କହିଲେ, “ଯେବେ ଲୋକମାନେ ଯୁଦ୍ଧ ଦେଖନ୍ତି ସେମାନେ ଆପଣା ଆପଣାର ମନକୁ ବଦଳାଇ ମିସରକୁ ଫେରିଯାଇ ପାରନ୍ତି।”
Егда же отпусти фараон люди, не поведе их Бог путем земли Филистимския, яко близ бяше, ибо рече Бог: да не когда раскаются людие, видевше рать, и возвратятся во Египет.
18 ଏହେତୁ ପରମେଶ୍ୱର ସେମାନଙ୍କୁ ସୂଫ ସାଗରର ପ୍ରାନ୍ତରଗାମୀ ବକ୍ର ପଥରେ ଗମନ କରାଇଲେ ଓ ଇସ୍ରାଏଲ-ସନ୍ତାନଗଣ ସସଜ୍ଜ ହୋଇ ମିସରଠାରୁ ଯାତ୍ରା କଲେ।
И обведе Бог люди путем, иже в пустыню к Чермному морю. Пятаго же рода изыдоша сынове Израилевы от земли Египетския.
19 ପୁଣି, ମୋଶା ଯୋଷେଫଙ୍କର ଅସ୍ଥି ଆପଣା ସଙ୍ଗେ ନେଲେ; କାରଣ ସେ ଇସ୍ରାଏଲ-ସନ୍ତାନଗଣକୁ ଦୃଢ଼ ଶପଥ କରାଇ କହିଥିଲେ, “ପରମେଶ୍ୱର ଅବଶ୍ୟ ତୁମ୍ଭମାନଙ୍କର ତତ୍ତ୍ୱାବଧାନ କରିବେ; ସେସମୟରେ ତୁମ୍ଭେମାନେ ଆପଣାମାନଙ୍କ ସହିତ ଆମ୍ଭର ଅସ୍ଥି ଏହି ସ୍ଥାନରୁ ନେଇଯିବ।”
И взя Моисей кости Иосифовы с собою: клятвою бо закля Иосиф сыны Израилевы, глаголя: присещением присетит вас Господь, и изнесете отсюду кости моя с собою.
20 ଏଥିଉତ୍ତାରେ ସେମାନେ ସୁକ୍କୋତଠାରୁ ଯାତ୍ରା କରି ପ୍ରାନ୍ତର-ଧାରସ୍ଥିତ ଏଥମରେ ଛାଉଣି କଲେ।
Воздвигшеся же сынове Израилевы от Сокхофа, ополчишася во Офоме при пустыни.
21 ସେମାନେ ଯେପରି ଦିବସରେ ଓ ରାତ୍ରିରେ ଯାତ୍ରା କରି ପାରିବେ, ଏଥିପାଇଁ ସଦାପ୍ରଭୁ ଦିବସରେ ପଥ କଢ଼ାଇବା ନିମନ୍ତେ ମେଘ ସ୍ତମ୍ଭରେ ଓ ରାତ୍ରିରେ ଦୀପ୍ତି ଦେବା ନିମନ୍ତେ ଅଗ୍ନିସ୍ତମ୍ଭରେ ଥାଇ ସେମାନଙ୍କ ଆଗେ ଆଗେ ଯାତ୍ରା କଲେ;
Бог же вождаше их, в день убо столпом облачным, показати им путь, нощию же столпом огненным, светити им:
22 ସେ ଲୋକମାନଙ୍କ ସମ୍ମୁଖରୁ ଦିବସରେ ମେଘସ୍ତମ୍ଭ ଓ ରାତ୍ରିରେ ଅଗ୍ନିସ୍ତମ୍ଭ ସ୍ଥାନାନ୍ତର କଲେ ନାହିଁ।
и не оскуде столп облачный во дни и столп огненный нощию пред всеми людьми.

< ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 13 >