< ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 14 >

1 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
וידבר יהוה אל משה לאמר׃
2 “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣଙ୍କୁ କୁହ, ତୁମ୍ଭେମାନେ ଫେରି ପୀହହୀରୋତର ପୂର୍ବ ଦିଗରେ ମିଗ୍‍ଦୋଲ ଓ ସମୁଦ୍ର ମଧ୍ୟରେ ଛାଉଣି ସ୍ଥାପନ କର; ତୁମ୍ଭେମାନେ ବାଲ-ସଫୋନ ଆଗରେ, ଅର୍ଥାତ୍‍, ତାହାର ସମ୍ମୁଖରେ ସମୁଦ୍ର ନିକଟରେ ଛାଉଣି ସ୍ଥାପନ କର।
דבר אל בני ישראל וישבו ויחנו לפני פי החירת בין מגדל ובין הים לפני בעל צפן נכחו תחנו על הים׃
3 ତହିଁରେ ଫାରୋ ଇସ୍ରାଏଲ-ସନ୍ତାନଗଣ ବିଷୟରେ କହିବ, ‘ସେମାନେ ଦେଶ ମଧ୍ୟରେ ଧନ୍ଦଳା ହୋଇ ରହିଅଛନ୍ତି ଓ ପ୍ରାନ୍ତର ସେମାନଙ୍କ ପଥ ରୁଦ୍ଧ କରିଅଛି।’
ואמר פרעה לבני ישראל נבכים הם בארץ סגר עליהם המדבר׃
4 ଆଉ, ଆମ୍ଭେ ଫାରୋର ହୃଦୟ କଠିନ କରିବା, ତହିଁରେ ସେ ସେମାନଙ୍କ ପଛେ ପଛେ ଦୌଡ଼ିବ; ପୁଣି, ଆମ୍ଭେ ଫାରୋ ଓ ତାହାର ସକଳ ସୈନ୍ୟ ଦ୍ୱାରା ସମ୍ଭ୍ରମ ପାଇବା; ତହିଁରେ ଆମ୍ଭେ ଯେ ସଦାପ୍ରଭୁ, ଏହା ମିସରୀୟ ଲୋକମାନେ ଜାଣିବେ।” ତହୁଁ ସେମାନେ ସେହିପରି କଲେ।
וחזקתי את לב פרעה ורדף אחריהם ואכבדה בפרעה ובכל חילו וידעו מצרים כי אני יהוה ויעשו כן׃
5 ଏଥିଉତ୍ତାରେ ଲୋକମାନେ ପଳାଇଅଛନ୍ତି, ଏହି ସମ୍ବାଦ ମିସରୀୟ ରାଜାଙ୍କୁ ଜଣାଯାଆନ୍ତେ, ଲୋକମାନଙ୍କ ବିଷୟରେ ଫାରୋଙ୍କର ଓ ତାଙ୍କର ଦାସମାନଙ୍କ ଅନ୍ତଃକରଣ ପରିବର୍ତ୍ତିତ ହେଲା; ତହୁଁ ସେମାନେ କହିଲେ, “ଆମ୍ଭେମାନେ ଏ କି କର୍ମ କରିଅଛୁ? କାହିଁକି ଇସ୍ରାଏଲକୁ ଆପଣାମାନଙ୍କ ଦାସତ୍ୱରୁ ଛାଡ଼ି ଦେଇଅଛୁ?”
ויגד למלך מצרים כי ברח העם ויהפך לבב פרעה ועבדיו אל העם ויאמרו מה זאת עשינו כי שלחנו את ישראל מעבדנו׃
6 ତହୁଁ ରାଜା ଆପଣା ରଥ ପ୍ରସ୍ତୁତ କରାଇଲେ ଓ ଆପଣା ଲୋକମାନଙ୍କୁ ସଙ୍ଗରେ ନେଲେ।
ויאסר את רכבו ואת עמו לקח עמו׃
7 ପୁଣି, ଛଅ ଶହ ବଛା ରଥ ଓ ମିସରୀୟମାନଙ୍କର ସମସ୍ତ ରଥ ଓ ପ୍ରତ୍ୟେକ ରଥରେ ଯୋଦ୍ଧାମାନଙ୍କୁ ନେଲେ।
ויקח שש מאות רכב בחור וכל רכב מצרים ושלשם על כלו׃
8 ଆଉ ସଦାପ୍ରଭୁ ମିସରୀୟ ରାଜା ଫାରୋଙ୍କର ହୃଦୟ କଠିନ କରନ୍ତେ, ସେ ଇସ୍ରାଏଲ-ସନ୍ତାନଗଣର ପଛେ ପଛେ ଗୋଡ଼ାଇଲେ; ସେତେବେଳେ ଇସ୍ରାଏଲ ସନ୍ତାନମାନେ ଊର୍ଦ୍ଧ୍ୱ ହସ୍ତରେ ଯାତ୍ରା କରୁଥିଲେ।
ויחזק יהוה את לב פרעה מלך מצרים וירדף אחרי בני ישראל ובני ישראל יצאים ביד רמה׃
9 ତହୁଁ ମିସରୀୟମାନେ, ଅର୍ଥାତ୍‍, ଫାରୋଙ୍କର ସମସ୍ତ ଅଶ୍ୱ, ରଥ ଓ ଅଶ୍ୱାରୂଢ଼ ସୈନ୍ୟଗଣ ସେମାନଙ୍କ ପଛେ ପଛେ ଦୌଡ଼ି ବାଲ-ସଫୋନ ଅଗ୍ରତେ ପୀହହୀରୋତ ନିକଟରେ ସମୁଦ୍ର ତୀରରେ ସେମାନେ ଛାଉଣି କରିବା ସମୟରେ ସେମାନଙ୍କ ନିକଟରେ ଉପସ୍ଥିତ ହେଲେ।
וירדפו מצרים אחריהם וישיגו אותם חנים על הים כל סוס רכב פרעה ופרשיו וחילו על פי החירת לפני בעל צפן׃
10 ଆଉ ଫାରୋ ନିକଟବର୍ତ୍ତୀ ହୁଅନ୍ତେ, ଇସ୍ରାଏଲ-ସନ୍ତାନଗଣ ଅନାଇ ଆପଣାମାନଙ୍କ ପଶ୍ଚାତ୍‍ ପଶ୍ଚାତ୍‍ ଆଗମନକାରୀ ମିସରୀୟମାନଙ୍କୁ ଦେଖି ଅତିଶୟ ଭୀତ ହେଲେ, ପୁଣି, ଇସ୍ରାଏଲ ସନ୍ତାନମାନେ ସଦାପ୍ରଭୁଙ୍କୁ ଡାକ ପକାଇଲେ।
ופרעה הקריב וישאו בני ישראל את עיניהם והנה מצרים נסע אחריהם וייראו מאד ויצעקו בני ישראל אל יהוה׃
11 ପୁଣି, ମୋଶାଙ୍କୁ କହିଲେ, “ମିସରରେ କବର ନ ଥିଲା ବୋଲି କି ପ୍ରାନ୍ତରରେ ତୁମ୍ଭେ ଆମ୍ଭମାନଙ୍କୁ ମାରିବାକୁ ଆଣିଲ? ଆମ୍ଭମାନଙ୍କ ସଙ୍ଗରେ ଏରୂପ ବ୍ୟବହାର କରି ଆମ୍ଭମାନଙ୍କୁ ମିସରରୁ କାହିଁକି ବାହାର କରି ଆଣିଲ?
ויאמרו אל משה המבלי אין קברים במצרים לקחתנו למות במדבר מה זאת עשית לנו להוציאנו ממצרים׃
12 ଆମ୍ଭମାନଙ୍କୁ ରହିବାକୁ ଦିଅ, ‘ଆମ୍ଭେମାନେ ମିସରୀୟମାନଙ୍କର ଦାସ୍ୟକର୍ମ କରିବା, କାରଣ ପ୍ରାନ୍ତରରେ ମରିବା ଅପେକ୍ଷା ମିସରୀୟମାନଙ୍କର ସେବା କରିବା ଆମ୍ଭମାନଙ୍କର ମଙ୍ଗଳ, ଆମ୍ଭେମାନେ କି ମିସରରେ ତୁମ୍ଭଙ୍କୁ ଏହି କଥା କହି ନ ଥିଲୁ?’”
הלא זה הדבר אשר דברנו אליך במצרים לאמר חדל ממנו ונעבדה את מצרים כי טוב לנו עבד את מצרים ממתנו במדבר׃
13 ତହୁଁ ମୋଶା ଲୋକମାନଙ୍କୁ କହିଲେ, “ତୁମ୍ଭେମାନେ ଭୟ କର ନାହିଁ, ସୁସ୍ଥିର ହୁଅ; ସଦାପ୍ରଭୁ ଆଜି କିପରି ତୁମ୍ଭମାନଙ୍କୁ ଉଦ୍ଧାର କରିବେ, ତାହା ଦେଖ; ତୁମ୍ଭେମାନେ ଆଜି ଯେପରି ମିସରୀୟମାନଙ୍କୁ ଦେଖୁଅଛ, ସେପରି ଅନନ୍ତକାଳ ପର୍ଯ୍ୟନ୍ତ ଆଉ କେବେ ଦେଖିବ ନାହିଁ।
ויאמר משה אל העם אל תיראו התיצבו וראו את ישועת יהוה אשר יעשה לכם היום כי אשר ראיתם את מצרים היום לא תסיפו לראתם עוד עד עולם׃
14 ସଦାପ୍ରଭୁ ତୁମ୍ଭମାନଙ୍କ ନିମନ୍ତେ ଯୁଦ୍ଧ କରିବେ, ତୁମ୍ଭେମାନେ ନୀରବ ରହିବ।”
יהוה ילחם לכם ואתם תחרישון׃
15 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଆମ୍ଭଙ୍କୁ କାହିଁକି ଡାକୁଅଛ? ଇସ୍ରାଏଲ-ସନ୍ତାନଗଣଙ୍କୁ କୁହ, ସେମାନେ ଅଗ୍ରସର ହେଉନ୍ତୁ।
ויאמר יהוה אל משה מה תצעק אלי דבר אל בני ישראל ויסעו׃
16 ପୁଣି, ତୁମ୍ଭେ ଆପଣା ଯଷ୍ଟି ଉଠାଅ ଓ ସମୁଦ୍ର ଉପରେ ହସ୍ତ ବିସ୍ତାର କରି ତାହା ଦୁଇ ଭାଗ କର; ତହିଁରେ ଇସ୍ରାଏଲ-ସନ୍ତାନଗଣ ଶୁଷ୍କ ପଥ ଦେଇ ସମୁଦ୍ର ମଧ୍ୟରେ ପ୍ରବେଶ କରିବେ।
ואתה הרם את מטך ונטה את ידך על הים ובקעהו ויבאו בני ישראל בתוך הים ביבשה׃
17 ପୁଣି, ଆମ୍ଭେ, ଦେଖ, ଆମ୍ଭେ ମିସରୀୟମାନଙ୍କ ହୃଦୟ କଠିନ କରନ୍ତେ, ସେମାନେ ସେମାନଙ୍କ ପଛେ ପଛେ ଯିବେ, ତହିଁରେ ଆମ୍ଭେ ଫାରୋ ଓ ତାହାର ସମସ୍ତ ସୈନ୍ୟ, ରଥ ଓ ଅଶ୍ୱାରୂଢ଼ ଲୋକମାନଙ୍କ ଦ୍ୱାରା ସମ୍ଭ୍ରମ ପ୍ରାପ୍ତ ହେବା।
ואני הנני מחזק את לב מצרים ויבאו אחריהם ואכבדה בפרעה ובכל חילו ברכבו ובפרשיו׃
18 ଆଉ ଫାରୋ, ତାହାର ରଥ ଓ ତାହାର ଅଶ୍ୱାରୂଢ଼ ଲୋକମାନଙ୍କ ଦ୍ୱାରା ସମ୍ଭ୍ରମ ପ୍ରାପ୍ତ ହେଲା ଉତ୍ତାରେ ଆମ୍ଭେ ଯେ ସଦାପ୍ରଭୁ, ଏହା ମିସରୀୟ ଲୋକମାନେ ଜାଣିବେ।”
וידעו מצרים כי אני יהוה בהכבדי בפרעה ברכבו ובפרשיו׃
19 ସେତେବେଳେ ଇସ୍ରାଏଲୀୟ ଦଳର ଅଗ୍ରଗାମୀ ପରମେଶ୍ୱରଙ୍କ ଦୂତ ସ୍ଥାନାନ୍ତର ହୋଇ ସେମାନଙ୍କର ପଶ୍ଚାଦ୍‍ଗାମୀ ହେଲେ, ପୁଣି, ମେଘସ୍ତମ୍ଭ ସେମାନଙ୍କ ସମ୍ମୁଖରୁ ସ୍ଥାନାନ୍ତର ହୋଇ ସେମାନଙ୍କ ପଛେ ଛିଡ଼ା ହେଲା।
ויסע מלאך האלהים ההלך לפני מחנה ישראל וילך מאחריהם ויסע עמוד הענן מפניהם ויעמד מאחריהם׃
20 ସେହି ମେଘସ୍ତମ୍ଭ ମିସରୀୟ ଦଳ ଓ ଇସ୍ରାଏଲୀୟ ଦଳ ମଧ୍ୟକୁ ଆସିଲା, ପୁଣି, ମେଘ ଓ ଅନ୍ଧକାର ହେଲେ ହେଁ ତାହା ରାତ୍ରିକୁ ଆଲୋକମୟ କଲା; ଏଥିପାଇଁ ସମସ୍ତ ରାତ୍ରି ଏକ ଦଳ ଅନ୍ୟ ଦଳ ନିକଟକୁ ଆସି ପାରିଲେ ନାହିଁ।
ויבא בין מחנה מצרים ובין מחנה ישראל ויהי הענן והחשך ויאר את הלילה ולא קרב זה אל זה כל הלילה׃
21 ଏଥିଉତ୍ତାରେ ମୋଶା ସମୁଦ୍ର ଉପରେ ଆପଣା ହସ୍ତ ବିସ୍ତାର କରନ୍ତେ, ସଦାପ୍ରଭୁ ସେହି ସମସ୍ତ ରାତ୍ରି ପ୍ରବଳ ପୂର୍ବୀୟ ବାୟୁ ଦ୍ୱାରା ସମୁଦ୍ରକୁ ପଶ୍ଚାତ୍‍ ହଟାଇ ଶୁଷ୍କ କଲେ ଓ ଜଳ ଦୁଇ ଭାଗ ହେଲା।
ויט משה את ידו על הים ויולך יהוה את הים ברוח קדים עזה כל הלילה וישם את הים לחרבה ויבקעו המים׃
22 ତହିଁରେ ଇସ୍ରାଏଲ-ସନ୍ତାନଗଣ ଶୁଷ୍କ ପଥ ଦେଇ ସମୁଦ୍ର ମଧ୍ୟରେ ଗମନ କଲେ, ପୁଣି, ସେମାନଙ୍କ ଦକ୍ଷିଣରେ ଓ ବାମରେ ଜଳ ପ୍ରାଚୀର ତୁଲ୍ୟ ହେଲା।
ויבאו בני ישראל בתוך הים ביבשה והמים להם חמה מימינם ומשמאלם׃
23 ଏଥିଉତ୍ତାରେ ମିସରୀୟମାନେ, ଅର୍ଥାତ୍‍, ଫାରୋଙ୍କର ସମସ୍ତ ଅଶ୍ୱ, ରଥ, ଓ ଅଶ୍ୱାରୂଢ଼ ଲୋକ ସମସ୍ତେ ଦୌଡ଼ି ସେମାନଙ୍କ ପଛେ ପଛେ ସମୁଦ୍ରରେ ପ୍ରବେଶ କଲେ।
וירדפו מצרים ויבאו אחריהם כל סוס פרעה רכבו ופרשיו אל תוך הים׃
24 ମାତ୍ର ରାତ୍ରିର ଶେଷ ପ୍ରହରରେ ସଦାପ୍ରଭୁ ଅଗ୍ନି ଓ ମେଘସ୍ତମ୍ଭ ଦେଇ ମିସରୀୟମାନଙ୍କ ସୈନ୍ୟକୁ ଅନାଇଲେ ଓ ମିସରୀୟମାନଙ୍କ ସୈନ୍ୟକୁ ଅସ୍ତବ୍ୟସ୍ତ କଲେ।
ויהי באשמרת הבקר וישקף יהוה אל מחנה מצרים בעמוד אש וענן ויהם את מחנה מצרים׃
25 ସେ ସେମାନଙ୍କ ରଥର ଚକ୍ର ବାହାର କରି ପକାନ୍ତେ, ସେମାନେ ଅତି କଷ୍ଟରେ ରଥ ଚଳାଇଲେ; ତହିଁରେ ମିସରୀୟ ଲୋକମାନେ କହିଲେ, “ଆସ, ଆମ୍ଭେମାନେ ଇସ୍ରାଏଲ ସମ୍ମୁଖରୁ ପଳାଇ ଯାଉ; କାରଣ ସଦାପ୍ରଭୁ ସେମାନଙ୍କର ସପକ୍ଷ ହୋଇ ମିସରୀୟମାନଙ୍କ ବିରୁଦ୍ଧରେ ଯୁଦ୍ଧ କରୁଅଛନ୍ତି।”
ויסר את אפן מרכבתיו וינהגהו בכבדת ויאמר מצרים אנוסה מפני ישראל כי יהוה נלחם להם במצרים׃
26 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ସମୁଦ୍ର ଉପରେ ଆପଣା ହସ୍ତ ବିସ୍ତାର କର; ତହିଁରେ ମିସରୀୟମାନଙ୍କ, ସେମାନଙ୍କ ରଥ ଓ ଅଶ୍ୱାରୂଢ଼ ଲୋକମାନଙ୍କ ଉପରେ ପୁନର୍ବାର ଜଳ ଆସିବ।”
ויאמר יהוה אל משה נטה את ידך על הים וישבו המים על מצרים על רכבו ועל פרשיו׃
27 ତହୁଁ ମୋଶା ସମୁଦ୍ର ଉପରେ ହସ୍ତ ବିସ୍ତାର କଲେ, ଆଉ ପ୍ରଭାତ ସମୟକୁ ସମୁଦ୍ର ପୁନର୍ବାର ସମାନ ହେବାକୁ ଲାଗିଲା; ତହୁଁ ମିସରୀୟମାନେ ଉଜାଣି ପଳାୟନ କରନ୍ତେ, ସଦାପ୍ରଭୁ ସମୁଦ୍ର ମଧ୍ୟରେ ସେମାନଙ୍କୁ ନିକ୍ଷେପ କଲେ।
ויט משה את ידו על הים וישב הים לפנות בקר לאיתנו ומצרים נסים לקראתו וינער יהוה את מצרים בתוך הים׃
28 ପୁଣି, ଜଳ ପୁନର୍ବାର ଆସି ସେମାନଙ୍କ ରଥ ଓ ଅଶ୍ୱାରୂଢ଼ ଲୋକମାନଙ୍କୁ ଆଚ୍ଛାଦନ କଲା; ତହିଁରେ ଫାରୋଙ୍କର ଯେଉଁସବୁ ସୈନ୍ୟ ସେମାନଙ୍କ ପଛେ ପଛେ ସମୁଦ୍ର ମଧ୍ୟରେ ପ୍ରବେଶ କରିଥିଲେ, ସେମାନଙ୍କ ମଧ୍ୟରୁ ଜଣେ ମଧ୍ୟ ଅବଶିଷ୍ଟ ରହିଲା ନାହିଁ।
וישבו המים ויכסו את הרכב ואת הפרשים לכל חיל פרעה הבאים אחריהם בים לא נשאר בהם עד אחד׃
29 ମାତ୍ର ଇସ୍ରାଏଲ-ସନ୍ତାନଗଣ ଶୁଷ୍କ ପଥରେ ସମୁଦ୍ର ମଧ୍ୟଦେଇ ଗମନ କଲେ; ପୁଣି, ଜଳ ସେମାନଙ୍କ ବାମ ଓ ଦକ୍ଷିଣରେ ପ୍ରାଚୀର ତୁଲ୍ୟ ହେଲା।
ובני ישראל הלכו ביבשה בתוך הים והמים להם חמה מימינם ומשמאלם׃
30 ଏହି ପ୍ରକାରେ ସେହି ଦିନ ସଦାପ୍ରଭୁ ମିସରୀୟମାନଙ୍କ ହସ୍ତରୁ ଇସ୍ରାଏଲଙ୍କୁ ରକ୍ଷା କଲେ ଓ ଇସ୍ରାଏଲ ମିସରୀୟମାନଙ୍କୁ ସମୁଦ୍ର ତୀରରେ ମୃତ ଦେଖିଲେ।
ויושע יהוה ביום ההוא את ישראל מיד מצרים וירא ישראל את מצרים מת על שפת הים׃
31 ସଦାପ୍ରଭୁ ମିସରୀୟମାନଙ୍କ ବିରୁଦ୍ଧରେ ଏହି ଯେଉଁ ମହତ୍ କର୍ମ କଲେ, ତାହା ଇସ୍ରାଏଲ ଦେଖିଲେ; ତହିଁରେ ଲୋକମାନେ ସଦାପ୍ରଭୁଙ୍କୁ ଭୟ କରି ସଦାପ୍ରଭୁଙ୍କଠାରେ ଓ ତାହାଙ୍କ ଦାସ ମୋଶାଙ୍କଠାରେ ବିଶ୍ୱାସ କଲେ।
וירא ישראל את היד הגדלה אשר עשה יהוה במצרים וייראו העם את יהוה ויאמינו ביהוה ובמשה עבדו׃

< ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 14 >